ମେଷ :ଦଶମ ଚନ୍ଦ୍ର, ସୋମବାର ଓ ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ସମସ୍ତ କର୍ମରେ ଉନ୍ନତି, କର୍ମପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା ଓ ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ମନରେ ସତ୍ଚିନ୍ତା, ସତ୍ଭାବନା ପ୍ରକାଶ ପାଇବ ଏବଂ ସତ୍କର୍ମରେ ଅଧିକ ଆଗ୍ରହ ରହିବ । ସମସ୍ତ ଅସମ୍ପୂର୍ଣ୍ଣ କର୍ମକୁ ଆଜି ପୂର୍ଣ୍ଣାଙ୍ଗ କରିବାରେ ସମର୍ଥ ହେବେ ଏବଂ ସମସ୍ତ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ, ଆତ୍ମତୃପ୍ତି ରହିବ । ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ଗେରୁଆ, ସଂଖ୍ୟା : ୬ ଆରାଧନା : ପ୍ରଭୁ ହନୁମାନ ।
ବୃଷ :କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ନିଜର ପ୍ରିୟ ବନ୍ଧୁଙ୍କଠାରୁ ଅପମାନ ମିଳିପାରେ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଖର୍ଚ୍ଚଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ଉନ୍ନତିମୂଳକ କର୍ମରେ ପ୍ରତିବନ୍ଧକ ଓ ଧାର୍ମିକ କର୍ମରେ ବିଘ୍ନ ଦେଖାଦେବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୪, ଆରାଧନା : ମା’ ଗାୟତ୍ରୀ ।
ମିଥୁନ :ଅଷ୍ଟମ ଚନ୍ଦ୍ର, ଘାତବାର ଯୋଗୁ ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ଗ୍ରହଣ କରିବେ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ସତ୍ସଙ୍ଗ ପରିତ୍ୟାଗ କରି କୁସଙ୍ଗରେ ପଡ଼ିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁମାନଙ୍କର ପୁନର୍ବସୁ ମିଥୁନ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ସବୁଜ, ସଂଖ୍ୟା: ୧୨, ଆରାଧନା : ମା’ ଷୋଡ଼ଶୀ ।
କର୍କଟ :ସପ୍ତମ ଚନ୍ଦ୍ର, ସୋମବାର ଓ ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ମୂଲ୍ୟବାନ ଧାତୁ, ବସନଭୂଷଣ, ସୌଖୀନ ଘରୋଇ ଉପକରଣ କ୍ରୟ କରିବେ ଏବଂ ଆମୋଦପ୍ରମୋଦରେ ଅଧିକ ଧନ ବ୍ୟୟ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ଆଶାଠାରୁ ଅଧିକ ସଫଳତା ଓ ମହିଳା ସହକର୍ମୀଙ୍କ ସାହାଯ୍ୟ, ସହଯୋଗ ପ୍ରାପ୍ତ ହେବ । ଯେଉଁମାନଙ୍କର ପୁଷ୍ୟା କର୍କଟ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୩, ଆରାଧନା : ମା’ ସମଲେଶ୍ୱରୀ ।
ସିଂହ :ଘାତଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ କିମ୍ବା ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଓ ଶତ୍ରୁ ବୃଦ୍ଧି ଘଟିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ପୂର୍ବା ଫାଲ୍ଗୁନୀ ସିଂହ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଧଳା, ସଂଖ୍ୟା: ୩, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।
କନ୍ୟା :କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର, ଘାତ ନକ୍ଷତ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଏବଂ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ ଏବଂ ପୁତ୍ରକନ୍ୟା, ଭାତୃଭଗ୍ନିଙ୍କ ସହ କଥାବାର୍ତ୍ତା ବେଳେ ଯଥାସମ୍ଭବ ବାକ୍ ସଂଯମତା ରକ୍ଷାକରିବେ । ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ଦୂରଦୃଷ୍ଟି, ଧୀଶକ୍ତି, ସ୍ମରଣ ଶକ୍ତି ଲୋପ୍ ପାଇବ ଏବଂ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ । ସନ୍ତାମାନେ ବିଶୃଙ୍ଖଳିତ ହେବେ ଏବଂ ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖାଦେଇପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ମାନ, ସମ୍ମାନ ହାନି ଘଟିବ । ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ସୁଜୁଜ, ସଂଖ୍ୟା : ୮, ଆରାଧନା : ମା’ ଷୋଡ଼ଶୀ ।
ତୁଳା :କୃଷ୍ଣପକ୍ଷର ଚତୁର୍ଥ ଚନ୍ଦ୍ର, ସୋମବାର ଓ ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା, ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ସହର୍ମୀଙ୍କ ସହଯୋଗ ମିଳିବ ଏବଂ ପରିବାରରେ ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ସୃଷ୍ଟି ହେବ । ପୁରାତନ ବିବାଦ, ଜମିଜମା ବିବାଦର ସମାଧାନ ହେବ ଏବଂ ମାଲିମକଦ୍ଦମାରେ ବିଜୟ ହାସଲ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । ଯେଉଁମାନଙ୍କର ଚିତ୍ରା ଓ ସ୍ୱାତୀ ତୁଳା, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : କଫି, ସଂଖ୍ୟା : ୪, ଆରାଧନା : ମା’ କମଳା ।
ବିଛା :ତୃତୀୟ ଚନ୍ଦ୍ର, ସୋମବାର ଓ ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିôବାରୁ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କ କାର୍ଯ୍ୟଦକ୍ଷତା ଓ ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ଯେଉଁମାନଙ୍କର ଅନୁରାଧା ବିଛା, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୩, ଆରାଧନା : ମା’ ଚଣ୍ଡୀ ।
ଧନୁ :କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି ଏବଂ ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୫, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।
ମକର :ଶ୍ରୀଚନ୍ଦ, ସୋମବାର ଓ ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ଆମୋଦପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ପରିବାରରେ ସ୍ୱର୍ଗୀୟ ସୁଖ ଅନୁଭୂତ ହେବ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବଙ୍କ ସହଯୋଗ ମିଳିବ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ପରୋପକାର, ସମାଜସେବା, ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ଦେହ, ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠା ମକର, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : କଳା, ସଂଖ୍ୟା : ୧୧, ଆରାଧନା : ମା’ କାଳୀ ।
କୁମ୍ଭ :ଦ୍ୱାଦଶ ଚନ୍ଦ୍ର ଯୋଗୁ ଅପବ୍ୟୟ, ଅପବାଦ, ଅପଯଶରୁ ସାମୟିକ ମୁକ୍ତି ମିଳିବ ଏବଂ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର କମ୍ ରହିବ । ଖର୍ଚ୍ଚପ୍ରତି ଅନାଗ୍ରହ, ସଞ୍ଚୟ ପ୍ରତି ମନରେ ଆଗ୍ରହ ରହିବ ଏବଂ ଆୟର କିଛି ଅଂଶ ସଂଞ୍ଚୟରେ ବିନିଯୋଗ କରିବେ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମ ଆପଣଙ୍କ ପାଇଁ ସହଜ ହେବ । ଯେଉଁମାନଙ୍କର ଧନିଷ୍ଠା ଓ ଶତଭିଷା କୁମ୍ଭ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ମାଟିଆ, ସଂଖ୍ୟା : ୩, ଆରାଧନା : ମା’ ଚଣ୍ଡୀ ।
ମୀନ :ଏକାଦଶ ଚନ୍ଦ୍ର, ସୋମବାର ଓ ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣ ହେବ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରିପାଇବେ ଏବଂ ଆୟର ନୂତନ ମାର୍ଗ ଖୋଲିବ । କର୍ମରେ ସଫଳତା ଓ ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ଉତ୍ତରଭାଦ୍ର ମୀନ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ପ୍ରଭୁ ଗଜାନନ ।
ଜ୍ୟୋତିର୍ବିଦ୍ : କୈଳାସ ଦାଶ
ଯୋଗାଯୋଗ : ୯୪୩୭୧୩୩୪୭୩