ମେଷ : ଏକାଦଶଚନ୍ଦ୍ର, ମଙ୍ଗଳବାର ଓ ମଙ୍ଗଳ, ରାହୁ ଉଭୟଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଆକସ୍ମିକ ଧନଲାଭ, କୌଣସି ବିଶେଷସୂତ୍ରରୁ ଧନପ୍ରାପ୍ତିଏବଂ ଅନ୍ୟକୁ ଦେଇଥିବା ଧନ, ହୃତଧନ ଫେରି ପାଇବେ । ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କ୍ରୟ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା ଓ କର୍ମ ସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ । ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକାମେଷ, ସେମାନେ ସୁଫଳ ପାଇବେ ।
ଶୁଭରଙ୍ଗ : ଗେରୁଆ, ସଂଖ୍ୟା : ୬, ଆରାଧନା : ମା’ ବଗଳାମୁଖୀ ।
ବୃଷ : ଦଶମଚନ୍ଦ୍ର ଓ ସକାଳ୬ଟା ୨୨ ମିନିଟ୍ ପରେ ରାହୁଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣହେବ । ପୂର୍ବରୁ ହୋଇଥିବା କ୍ଷତିର ଭରଣା କରିବାରେ କିଛି ମାତ୍ରାରେ ସମର୍ଥ ହେବେ ଏବଂ ଆର୍ଥିକସ୍ଥିତିରେ ଉନ୍ନତି ଆଣିବା ପାଇଁ ଯୋଜନା କରିବେ। ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଓ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ଆଜି ଯେକୌଣସି କର୍ମ କରିବେ, ସେଥିରେ ଶତପ୍ରତିଶତ ସଫଳତା ପାଇବେ ଏବଂ ସମସ୍ତ କର୍ମ ଆଜି ଆପଣଙ୍କ ପାଇଁ ସହଜ ହେବ । ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ, ଆତ୍ମତୃପ୍ତିରହିବ । ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରାବୃଷ, ସେମାନେ ଉପକୃତ ହେବେ ।
ଶୁଭରଙ୍ଗ : ନୀଳ, ସଂଖ୍ୟା : ୪, ଆରାଧନା : ମା’ କମଳା ।
ମିଥୁନ : ଘାତଚନ୍ଦ୍ରଯୋଗୁ ମାନସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ନିଜର ପ୍ରିୟ ବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କଠାରୁ ଅପମାନ ମିଳିପାରେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଅପମାନ, ଅପଯଶ, ଅପନିନ୍ଦା ମିଳିବ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ ଆର୍ଥିକସ୍ଥିତି ପ୍ରଭାବିତ ହେବ । କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ଆର୍ଦ୍ରାମିଥୁନ, ସେମାନେ ସତର୍କ ହେବେ ।
ଶୁଭରଙ୍ଗ : କଫି, ସଂଖ୍ୟା: ୧୨, ଆରାଧନା : ମା’ ତ୍ରିପୁରସୁନ୍ଦରୀ ।
କର୍କଟ : ଅଷ୍ଟମଚନ୍ଦ୍ର ଓ ସକାଳ ୬ଟା ୨୨ ମିନିଟ୍ ପରେ ରାହୁଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର କଲାବେଳେ ସତର୍କତା ଅବଲମ୍ବନ କରିବେ । ଠିକ୍ସମୟରେ ଠିକ୍ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ବୃଦ୍ଧିପାଇବ ଏବଂ ସତ୍ସଙ୍ଗ ପରିତ୍ୟାଗ କରି କୁସଙ୍ଗରେ ପଡ଼ିବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକପୀଡ଼ା ଭୋଗିବେ । ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ । କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ଅଶ୍ଳେଷାକର୍କଟ, ସେମାନେ ସତର୍କ ହେବେ ।
ଶୁଭରଙ୍ଗ : ଧଳା, ସଂଖ୍ୟା: ୧, ଆରାଧନା : ମା’ ଭୁବନେଶ୍ୱରୀ ।
ସିଂହ : ସପ୍ତମଚନ୍ଦ୍ର, ମଙ୍ଗଳବାର ଓ ମଙ୍ଗଳ, ରାହୁ ଉଭୟଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ଦାମ୍ପତ୍ୟଜୀବନରେ ମଧୁରତା ଆସିବ ଏବଂ ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ପୁତ୍ର, କନ୍ୟା, ଭ୍ରାତୃ, ଭଗ୍ନୀଙ୍କର ବୈବାହିକ କର୍ମର ଆୟୋଜନ କରିବେ ଏବଂ ପରିବାର ପ୍ରତି ଅଧିକ ଧ୍ୟାନ ଦେବେ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା, ସମସ୍ତଙ୍କର ମନ ଜିଣିବାରେ ସମର୍ଥ ହେବେ । ଯେଉଁମାନଙ୍କର ମଘା ଓ ଉତ୍ତରା ଫାଲଗୁନୀସିଂହ, ସେମାନେ ସୁଫଳ ପାଇବେ ।
ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା: ୩, ଆରାଧନା : ପ୍ରଭୁଶ୍ରୀଜଗନ୍ନାଥ ।
କନ୍ୟା : ଷଷ୍ଠଚନ୍ଦ୍ର ଓ ସକାଳ ୬ଟା ୨୬ ମିନିଟ୍ ପରେ ରାହୁଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ ଓ ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ । ଦେହ, ମନ ସୁସ୍ଥରହିବ । ପରୋପକାର, ସମାଜସେବା, ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ମିଳିବ । ଶତ୍ରୁମାନେ ମିତ୍ରତାର ହାତବଢ଼ାଇବେ ଏବଂ ଆପଣଙ୍କର ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ଓ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ କର୍ମ ସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର ଉତ୍ତରା ଫାଲ୍ଗୁନୀ ଓ ଚିତ୍ରାକନ୍ୟା, ସେମାନେ ସୁଫଳ ପାଇବେ ।
ଶୁଭରଙ୍ଗ : ମେରୁନ୍, ସଂଖ୍ୟା: ୧, ଆରାଧନା : ଭଗବାନ ବିଷ୍ଣୁ ।
ତୁଳା : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର, ସକାଳ ୬ଟା ୨୬ ମିନିଟ୍ ପରେ ଘାତ ନକ୍ଷତ୍ର ଯୋଗୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି ଓ ସ୍ମରଣଶକ୍ତି ଲୋପ ପାଇବ । ଅପମାନ, ଅପଯଶ, ଅପନିନ୍ଦା ମିଳିବ ଏବଂ ଅପବ୍ୟୟ, ଅପବାଦ, ଅଯଯଶର ଶିକାର ହେବେ ।ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଶତ୍ରୁ ବୃଦ୍ଧି ଘଟିବ । ସନ୍ତାନମାନେ ବିଶୃଙ୍ଖଳିତ ହେବେ ଏବଂ ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖାଦେବ । ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ । କର୍ମରେ ବିଫଳତା ଓ ମାନ, ସମ୍ମାନହାନି ଘଟିବ । ଯେଉଁମାନଙ୍କର ସ୍ୱାତୀତୁଳା, ସେମାନେ ସତର୍କ ହେବେ ।
ଶୁଭରଙ୍ଗ : ସିଲ୍ଭର, ସଂଖ୍ୟା : ୧୨, ଆରାଧନା : ପ୍ରଭୁଶ୍ରୀରାମ ।
ବିଛା : କୃଷ୍ଣପକ୍ଷର ଚତୁର୍ଥ ଚନ୍ଦ୍ର, ସକାଳ ୯ଟା ୨୩ ମିନିଟ୍ ପରେ ଚତୁର୍ଦ୍ଦଶୀ ତିଥି ଏବଂମଙ୍ଗଳବାର ଓ ମଙ୍ଗଳ, ରାହୁ ଉଭୟଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା, ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କ୍ରୟ କରିବେ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁମାନଙ୍କର ବିଶାଖା ଓ ଅନୁରାଧାବିଛା, ସେମାନେ ସୁଫଳପାଇବେ ।
ଶୁଭରଙ୍ଗ : ଲାଲ୍, ସଂଖ୍ୟା : ୩, ଆରାଧନା : ପ୍ରଭୁହନୁମାନ ।
ଧନୁ : ତୃତୀୟଚନ୍ଦ୍ର, ମଙ୍ଗଳବାର ଓ ମଙ୍ଗଳ,ରାହୁ ଉଭୟଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ଭାଇଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ନୂତନ କର୍ମାରମ୍ଭ, ବ୍ୟବସାୟାରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ଧନ ସମ୍ପଦ ବୃଦ୍ଧି ପାଇବ । ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କର୍ମ କୁଶଳତା ଓ କାର୍ଯ୍ୟ ଦକ୍ଷତା ପ୍ରକାଶ ପାଇବ । ଯେଉଁମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ, ସେମାନେ ଉପକୃତ ହେବେ ।
ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ପ୍ରଭୁଗଜାନନ ।
ମକର : କୃଷ୍ଣପକ୍ଷର ଦ୍ୱିତୀୟଚନ୍ଦ୍ର ଓ ଘାତବାର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହଭାବ ପ୍ରକାଶ ପାଇବ । ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଅନ୍ୟଠାରୁ ଆଣିଥିବା ଧନ ଫେରେଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଆର୍ଥିକସ୍ଥିତି ବିଗିଡ଼ି ଯିବ । ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ।କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଯିବ । ଯେଉଁମାନଙ୍କର ଶ୍ରବଣାମକର, ସେମାନେ ସତର୍କ ହେବେ ।
ଶୁଭରଙ୍ଗ :କଳା, ସଂଖ୍ୟା : ୧୧, ଆରାଧନା : ମା’ କାଳୀ ।
କୁମ୍ଭ : ଶ୍ରୀଚନ୍ଦ୍ରଯୋଗୁ ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା, ସମସ୍ତଙ୍କ ସହ ବନ୍ଧୁତା, ପରିବାରରେ ମିତ୍ରତା ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ମୂଲ୍ୟବାନ ଧାତୁ, ବସନଭୂଷଣ, ସୌଖୀନ ଘରୋଇ ଉପକରଣ କ୍ରୟ କରିବେ ଏବଂ ଆମୋଦ ପ୍ରମୋଦରେ ଅଧିକ ଧନ ବ୍ୟୟ କରିବେ । ସୁଖବର, ସୁସମ୍ବାଦ ମିଳିବଏବଂସୁଖାଦ୍ୟ, ସୁବସନ ପ୍ରାପ୍ତ ହେବ ।ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଆତ୍ମତୃପ୍ତି ରହିବ ।କର୍ମରେ ପରିଶ୍ରମ ତୁଳନାରେ ଅଧିକ ସଫଳତା ମିଳିବ । ଯେଉଁମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ରକୁମ୍ଭ, ସେମାନେ ସୁଫଳ ପାଇବେ ।
ଶୁଭରଙ୍ଗ :ଇନ୍ଦ୍ରନୀଳ, ସଂଖ୍ୟା : ୩, ଆରାଧନା : ମା’ ଭୈରବୀ ।
ମୀନ: ଘାତଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହଭାବ ପ୍ରକାଶ ପାଇବ ଏବଂ ଅପବ୍ୟୟ, ଅପବାଦ ଓ ଅପଯଶର ଶିକାର ହେବେ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଖର୍ଚ୍ଚ ଭାରରେ ଅତିଷ୍ଠ ହୋଇ ଋଣଗ୍ରସ୍ତ ହେବେ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ । କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଯିବ । ଯେଉଁମାନଙ୍କର ରେବତୀମୀନ, ସେମାନେ ସତର୍କ ହେବେ ।
ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା : ୫, ଆରାଧନା : ମା’ ତାରା ।
ଜ୍ୟୋତିର୍ବିଦ୍: କୈଳାସ ଦାଶ
ଫୋନ୍ : ୯୪୩୭୧୩୩୪୭୩