PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜସ୍ଥାନରେ ବଡ଼ ରାଜନୈତିକ ହଲଚଲ । ଇସ୍ତଫା ଦେଲେ ୯୨ ବିଧାୟକ । ରଦ୍ଦ ହେଲା କଂଗ୍ରେସ ବିଧାୟକ ଦଳ ବୈଠକ ।
  • ||
  • ଲମତାପୁଟ : ୮ଲକ୍ଷ ଟଙ୍କାର ଗଞ୍ଜେଇ ଵୋଝେଇ କାର ଜବତ, ମାଫିଆ ଫେରାର
  • ||
  • ଧର୍ମଗଡ଼ : ୩ କୁଇଣ୍ଟାଲ ୨୦ କେ.ଜିର ଜବତ, ଜଣେ ଗିରଫ
  • ||
  • ବାଲିଗୁଡ଼ା : ଆବାସିକ ବିଦ୍ୟାଳୟରେ ସପ୍ତମ ଶ୍ରେଣୀ ଛାତ୍ରୀ ଗର୍ଭବତୀ, ସନ୍ଦିଗ୍ଧ ଛାତ୍ର ଅଟକ
  • ||
  • କଣ୍ଟାବାଞ୍ଜି : ତ୍ରିନାଥ ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଓ ରୂପାର ଝୁମର ଚୋରି କରିନେଲେ ଦୁର୍ବୃତ୍ତ
  • ||
  • ଢେଙ୍କାନାଳ : ଢେଙ୍କାନାଳ ସଦର ଥାନା କାଙ୍କଡ଼ପାଳ ଗ୍ରାମରେ ବଚସାକୁ ନେଇ ଫାଙ୍କା ଗୁଳିଚାଳନା, ଭୟରେ ଖସିପଡ଼ି ଜଣେ ଆହତ, ଘଟଣା ସ୍ଥଳରୁ ୩ ଖୋକା ଜବତ
  • ||

ଆଜିର ରାଶିଫଳ (୧୮/୦୮,ଗୁରୁବାର)

ମେଷ: ଘାତଚନ୍ଦ୍ର ଯୋଗୁ ନିଜର ଲୋକଙ୍କ ସହ ଶତ୍ରୁତା, ପରିବାରରେ ମତାନ୍ତର, ମନରେ ଅସ୍ଥିରତା ଏବଂ ସମସ୍ତ କର୍ମ, ଚାଲିଚଳନରେ ପରିବର୍ତ୍ତନ ଓ ବ୍ୟତିକ୍ରମ ଦେଖାଦେବ । ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ବାଧାବିଘ୍ନ ଏବଂ କର୍ମ ପ୍ରତି ଆଳସ୍ୟତା ଓ ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ଦ୍ୱିଜା ମେଷ ସେମାନେ ସତର୍କ ହେବେ । ଶୁଭରଙ୍ଗ-ହଳଦିଆ, ସଂଖ୍ୟା: ୩, ଆରାଧନା: ପ୍ରଭୁ ସ୍କନ୍ଦ ।

ବୃଷ: ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର କମ୍‌ ରହିବ । ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ଅନୁଚିତ୍‌ କର୍ମରୁ ବିଚ୍ୟୁତ ହୋଇ ଉଚିତ୍‌ କର୍ମରେ ଆଗ୍ରହ ରଖିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ବ୍ୟବସାୟ କର୍ମରେ କୌଣସି ଦୂରସ୍ଥାନକୁ ଯାତ୍ରା କରିବେ । କର୍ମରେ ସଫଳତା ଏବଂ ସମସ୍ତ କଷ୍ଟସାଧ୍ୟ କାମ ଆଜି ଆପଣଙ୍କ ପାଇଁ ସହଜ ହେବ । ଯେଉଁମାନଙ୍କର କୃତ୍ତିକା ଓ ରୋହିଣୀ ବୃଷ ସେମାନେ ଉପକୃତ ହେବେ । ଶୁଭରଙ୍ଗ: ନୀଳ, ସଂଖ୍ୟା: ୪, ଆରାଧନା: ପ୍ରଭୁ ଶ୍ରୀରାମ ।

ମିଥୁନ: ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଫେରିପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଅର୍ଜିତ ଆୟକୁ କୌଣସି ଅର୍ଥଲଗାଣକାରୀ ସଂସ୍ଥାରେ ସ୍ଥାୟୀ ଜମା ରଖିବେ । ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ ଏବଂ ସମସ୍ତ ଈପ୍‌ସିତ ପଦାର୍ଥ ଅନାୟାସରେ ଉପଲବ୍ଧ ହେବ । କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧାସୁଯୋଗ ହାସଲ କରିବେ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଚକୋଲେଟ୍‌, ସଂଖ୍ୟା: ୧୨, ଆରାଧନା: ମା’ ଷୋଡ଼ଶୀ ।

କର୍କଟ: କର୍ମରେ ଉନ୍ନତି, କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ ଏବଂ ସମସ୍ତ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ । ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ରଖିବେ ଏବଂ ଆଜି ଯେକୌଣସି କାମ ଆରମ୍ଭ କରିବେ ସେଥିରେ ଶତପ୍ରତିଶତ ସଫଳତା ପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ପ୍ରସନ୍ନତା ଓ ଆତ୍ମସନ୍ତୋଷ ରହିବ । ଯେଉଁମାନଙ୍କର ପୁଷ୍ୟା କର୍କଟ ସେମାନେ ଅଧିକ ଉପକୃତ ହେବେ । ଶୁଭରଙ୍ଗ: ଧଳା, ସଂଖ୍ୟା: ୫, ଆରାଧନା: ମା’ ଭୁବନେଶ୍ୱରୀ ।

ସିଂହ: ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା, ପରିବାରରେ ମନୋମାଳିନ୍ୟ ଏବଂ ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ । ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ ଏବଂ କୃତକର୍ମର ପଶ୍ଚାତାପ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ ଆର୍ଥିକ ସଙ୍କଟ ଦେଖାଦେବ । କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଶୁଭରଙ୍ଗ: ଲାଲ୍‌, ସଂଖ୍ୟା: ୩, ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।

କନ୍ୟା: ଅଷ୍ଟମ ଚନ୍ଦ୍ର ଏବଂ ଅଷ୍ଟମୀ ତିଥି, ଘାତତିଥି ହେତୁ ବିଶେଷ ସତର୍କତା ଜରୁରୀ । ଚାଲିଚଳନ, ବ୍ୟବହାର ବିବାଦୀୟ ହେବ ଏବଂ ମନରେ ଅସ୍ଥିରତା ଓ ବିରକ୍ତିଭାବ ପ୍ରକାଶ ପାଇବ । ବାଦବିବାଦ, ସ୍ୱାସ୍ଥ୍ୟ ଓ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ନିଶ୍ଚିତତାକୁ ଛାଡ଼ି ଅନିଶ୍ଚିତତା ପଛରେ ପଶ୍ଚାତଧାବନ କରିବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ଯେଉଁମାନଙ୍କର ଚିତ୍ରା କନ୍ୟା ସେମାନେ ସତର୍କ ହେବେ । ଶୁଭରଙ୍ଗ: ମେରୁନ୍‌, ସଂଖ୍ୟା: ୮, ଆରାଧନା: ପ୍ରଭୁ ନାରାୟଣ ।

ତୁଳା: ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନ ମଧୁର ହେବ । ଅପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଅର୍ଥ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଆୟର କିଛି ଅଂଶ ମଉଜ, ମସ୍ତିରେ ବିନିଯୋଗ କରିବେ । କର୍ମରେ ସଫଳତା, ସମ୍ମାନ ଓ ପଦମର୍ଯ୍ୟାଦା ଅତୁଟ ରହିବ । ଯେଉଁମାନଙ୍କର ସ୍ୱାତୀ ତୁଳା ସେମାନେ ସୁଫଳ ପାଇବେ । ଘାତବାରର ପ୍ରଭାବ ପଡ଼ିବ ନାହିଁ । ଶୁଭରଙ୍ଗ: ସିଲ୍‌ଭର, ସଂଖ୍ୟା: ୨, ଆରାଧନା: ମା’ ସମଲେଶ୍ୱରୀ ।

ବିଛା: ଷଷ୍ଠ ଚନ୍ଦ୍ର, ସପ୍ତମୀ ତିଥି ଓ ଗୁରୁବାର ହେତୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଓ ଜନସମ୍ପର୍କ ବୃଦ୍ଧି ପାଇବ । ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଆପଣାଇବେ । ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ ଏବଂ ଶତ୍ରୁମାନେ ବଶୀଭୂତ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତଙ୍କର ସ୍ନେହ, ଶ୍ରଦ୍ଧାର ପାତ୍ର ହେବେ । ଶୁଭରଙ୍ଗ: ହଳଦିଆ, ସଂଖ୍ୟା: ୬, ଆରାଧନା: ମା’ ବଗଳାମୁଖୀ ।

ଧନୁ: କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର ଓ ଘାତ ନକ୍ଷତ୍ର ହେତୁ ମାନ, ସମ୍ମାନ ହାନି, ମାନସିକ ଅସ୍ଥିରତା ଏବଂ ପରିବାରରେ ଅଶାନ୍ତିର ବାତାବରଣ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ପୈତୃକ ସମ୍ପତ୍ତିକୁ ନେଇ ବିବାଦ କିମ୍ବା ପିତାମାତାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ । କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଶୁଭରଙ୍ଗ: ଲାଲ, ସଂଖ୍ୟା:୫, ଆରାଧନା: ମା’ ତାରା ।

ମକର: ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି ଏବଂ ପୁରାତନ ବନ୍ଧୁଙ୍କ ସାହାଯ୍ୟ, ସହଯୋଗ ମିଳିବ । କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ସହଯୋଗ ପ୍ରାପ୍ତ କରିବେ । କୌଣସି ସଭା, ସଙ୍ଗଠନର ଗୁରୁ ଦାୟିତ୍ୱ ପଡ଼ିପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା, ସହକର୍ମୀଙ୍କ ସହଯୋଗ ଓ ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ମିଳିପାରେ । ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଶ୍ରବଣା ମକର ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଇନ୍ଦ୍ରନୀଳ, ସଂଖ୍ୟା: ୧୧, ଆରାଧନା : ମା’ ଭୈରବୀ ।

କୁମ୍ଭ: ଘାତବାର ଓ ତୃତୀୟ ଚନ୍ଦ୍ର ହେତୁ ଘାତବାରର ପ୍ରଭାବ ବିଶେଷ ପଡ଼ିବ ନାହିଁ । ଧାର୍ମିକ କାର୍ଯ୍ୟ ଓ ପରୋପକାରରେ ନିଜକୁ ନିୟୋଜିତ କରିବେ ଏବଂ ନୂତନ କର୍ମାରମ୍ଭର ଯୋଜନା କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁମାନଙ୍କର ଶତଭିଷା କୁମ୍ଭ ସେମାନେ ଉପକୃତ ହେବେ । ଶୁଭରଙ୍ଗ: ମାଟିଆ, ସଂଖ୍ୟା : ୬ , ଆରାଧନା: ମା’ ବିମଳା ।

ମୀନ: କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ହେତୁ ବାଦବିବାଦ, ସ୍ୱାସ୍ଥ୍ୟ ଓ ଆର୍ଥିକ କାରବାର କଲାବେଳେ ସତର୍କ ହେବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ଆର୍ଥିକ ଠକାମି ଓ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଏବଂ କର୍ମ ପ୍ରତି ଆଳସ୍ୟତା ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ରେବତୀ ମୀନ ସେମାନେ ସତର୍କ ହେବେ । ଶୁଭରଙ୍ଗ: ହଳଦିଆ, ସଂଖ୍ୟା : ୯, ଆରାଧନା: ମା’ ଧୂମାବତୀ ।