ଆଜିର ରାଶିଫଳ (୧୮/୬, ମଙ୍ଗଳବାର)

ମେଷ- କୃଷ୍ଣପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ସଫଳତା ମିଳିବ । ସାଂସାରିକ ସଂସ୍କାର ବୃଦ୍ଧି ପାଇବ । ରାଜନୀତିରେ ଜନସେବାରେ ବ୍ରତୀ ହେବେ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ୍ ।
ବୃଷ- ଅଷ୍ଟମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ କ୍ଷତିଗ୍ରସ୍ତ ହେବେ । ସାଂସାରିକ କାର୍ଯ୍ୟହାନି ଓ ଚିନ୍ତାରେ ରହିବେ । ରାଜନୀତିରେ ଅପଦସ୍ତ ହୋଇପାରନ୍ତି । ବାଣିଜ୍ୟରେ ହାନି ହୋଇପାରେ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
ମିଥୁନ- କୃଷ୍ଣପକ୍ଷ ସପ୍ତମରେ ଚନ୍ଦ୍ରଙ୍କ ଚଳନ ହେତୁ ବିଭିନ୍ନ ଉପାୟରେ ଆୟ କରିବେ । ସାଂସାରିକ ସୁଖଶାନ୍ତି ପ୍ରାପ୍ତି ହେବ । ମହିଳାମାନେ ଆଦର୍ଶ ଜୀବନ ବିତାଇବେ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍ ।
କର୍କଟ- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ ବାଧାବିଘ୍ନ ମଧ୍ୟରେ କାର୍ଯ୍ୟ ସମ୍ପନ୍ନ କରିବେ । ସାଂସାରିକ ଉତ୍ତମ ବୁଝାମଣା ରହିବ । ପରିବହନ ଓ ବାଣିଜ୍ୟରେ ଶୁଭଫଳ ମିଳିବ । ଶୁଭଅଙ୍କ-୯, ଶୁଭ ରଙ୍ଗ-ଲାଲ୍ ।
ସିଂହ-କୃଷ୍ଣପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ କର୍ମ କ୍ଷେତ୍ରରେ ସହଯୋଗ ମିଳିବ । ସାଂସାରିକ ସନ୍ତାନ ସନ୍ତତିଙ୍କୁ ନେଇ ଖୁସିରେ ରହିବେ । ପରିବହନ ଓ ବାଣିଜ୍ୟରେ ଆୟ ବୃଦ୍ଧି ଓ ସଞ୍ଚୟ ହେବ । ଶୁଭଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍ ।
କନ୍ୟା- କୃଷ୍ଣପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରର ମନ୍ଥରତା ରହିବ । ସାଂସାରିକ ଖର୍ଚ୍ଚାନ୍ତ ଓ ବୃଥା ଭ୍ରମଣ ହୋଇପାରେ । ପରିବହନ ଓ ବାଣିଜ୍ୟରେ ବିଶେଷ ଭଲ ହେବନାହିଁ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍ ।
ତୁଳା- ତୃତୀୟ ଭାବରେ ଘାତଚନ୍ଦ୍ର କାରଣରୁ କୌଣସି ବଡ଼ ଯୋଜନାକୁ ନେଇ ଉତ୍ତେଜନାରେ ରହିବେ । ସାଂସାରିକ ଅସ୍ଥିରମନା ରହିବେ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ନୂତନ ପୁଞ୍ଜି ନିବେଶ କରି ଚିନ୍ତାରେ ରହିବେ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
ବିଛା-କୃଷ୍ଣପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ ହଠାତ୍ ଅର୍ଥପ୍ରାପ୍ତି ଯୋଗ ରହିଛି । ସାଂସାରିକ ସହଯୋଗ ପାଇବେ । ମହିଳାମାନେ ଯଶକୀର୍ତ୍ତି ପାଇବେ । ବାଣିଜ୍ୟରେ ଶୁଭଫଳ ମିଳିବ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି ।
ଧନୁ- କୃଷ୍ଣପକ୍ଷ ଚନ୍ଦ୍ରଙ୍କ ସ୍ୱ-ପାରଗମନ ହେତୁ କର୍ମ କ୍ଷେତ୍ରରେ ସୁଖ ସମ୍ମାନ ପାଇବେ । ସାଂସାରିକ ପଡ଼ୋଶୀଙ୍କ ସହଯୋଗ ମିଳିବ । ଚାକିରିରେ ପ୍ରଶଂସିତ ହେବେ । ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍ ।
ମକର- କୃଷ୍ଣପକ୍ଷ ବ୍ୟୟ ଭାବରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଦିନଟି ବ୍ୟୟ ବୃଦ୍ଧି ଓ ଅଭାବ ଦେଇ ଗତି କରିବେ । ସାଂସାରିକ ସମସ୍ୟା ରହିବ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-କଳା ।
କୁମ୍ଭ- ଏକାଦଶରେ ଘାତଚନ୍ଦ୍ର କାରଣରୁ କିଛିଟି ଉତ୍ତେଜନା ଭିତରେ ବଡ଼ ଧରଣର ସଫଳତା ମିଳିପାରେ । ସାଂସାରିକ ଚିନ୍ତା ରହିବ । ଚାକିରିରେ ଅସ୍ଥିରମନା ରହିବେ । ବାଣିଜ୍ୟରେ ପ୍ରତିକୂଳ ରହିବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍ଭର ।
ମୀନ- କୃଷ୍ଣପକ୍ଷ ଦଶମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରର ପରିସର ବୃଦ୍ଧି ପାଇବ । ସାଂସାରିକ ସୁଖ ସମ୍ମାନ ପ୍ରାପ୍ତି ହେବ । ରାଜନୀତିରେ ସକ୍ରିୟ ରହିବେ । ବାଣିଜ୍ୟରେ ଶୁଭଫଳ ମିଳିବ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି ।