ମେଷ :ଅଷ୍ଟମ ଚନ୍ଦ୍ର, ଚତୁର୍ଦ୍ଦଶୀ ତିଥି ଓ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ, ଗ୍ୟାସ୍, ଇଲେକ୍ଟ୍ରିକ୍ ଦ୍ରବ୍ୟ ବ୍ୟବହାର ଏବଂ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ ଏବଂ ନିଜର ଲୋକମାନେ ଶତ୍ରୁତା ଆଚରଣ କରିବେ । ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁମାନଙ୍କର ଦ୍ୱିଜା ମେଷ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ: ଲାଲ, ସଂଖ୍ୟା : ୩, ଆରାଧନା : ମା’ ବଗଳାମୁଖୀ ।
ବୃଷ :ସପ୍ତମ ଚନ୍ଦ୍ର ଓ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ପ୍ରସନ୍ନତା, ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଆମୋଦପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ଆଶାଠାରୁ ଅଧିକ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ମା’ କମଳା ।
ମିଥୁନ :ଷଷ୍ଠ ଚନ୍ଦ୍ର ଓ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ ଓ ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ ଏବଂ ଦେହ, ମନ ସୁସ୍ଥ ରହିବ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ପରୋପକାର, ସମାଜସେବା, ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : କଫି, ସଂଖ୍ୟା : ୪, ଆରାଧନା: ମା’ ତ୍ରିପୁର ସୁନ୍ଦରୀ ।
କର୍କଟ :କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର, ଘାତ ନକ୍ଷତ୍ର ଯୋଗୁ ମନ ଅସ୍ଥିର, ବିଷାଦଗ୍ରସ୍ତ, ଚାପଗ୍ରସ୍ତ ରହିବ ଏବଂ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ ଏବଂ ଇତର ଜନଠାରୁ ଅପମାନ ପାଇବେ । ସନ୍ତାନମାନେ ବିଶୃଙ୍ଖଳିତ ହେବେ ଏବଂ ତାଙ୍କ ଚାଲିଚଳନ, କର୍ମକୁ ନେଇ ଚିନ୍ତିତ ରହିବେ । ପିତାମାତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଓ ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖାଦେବ ଏବଂ ପରିବାରରେ ସୁଖଶାନ୍ତି ଭଗ୍ନ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ବିରୋଧର ଶିକାର ହେବେ । ଯେଉଁମାନଙ୍କର ପୁଷ୍ୟା କର୍କଟ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୩, ଆରାଧନା : ମା’ ସମଲେଶ୍ୱରୀ ।
ସିଂହ :ଚତୁର୍ଥ ଚନ୍ଦ୍ର, ଚତୁର୍ଦ୍ଦଶୀ ତିଥି ଓ ଗୁରୁବାର ଯୋଗୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରିପାଇବେ । ପୁରାତନ ବିବାଦ, ଜମିଜମା ବିବାଦର ସମାଧାନ ହେବ ଏବଂ ମାଲିମକଦ୍ଦମାରେ ବିଜୟ ହାସଲ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁମାନଙ୍କର ମଘା ଓ ଉତ୍ତରା ଫାଲ୍ଗୁନୀ ସିଂହ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୩, ଆରାଧନା : ମା’ ମାଣିକେଶ୍ୱରୀ ।
କନ୍ୟା :ତୃତୀୟ ଚନ୍ଦ୍ର ଓ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ଭାଇଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଉତ୍ତରା ଫାଲ୍ଗୁନୀ ଓ ଚିତ୍ରା କନ୍ୟା, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ମେରୁନ୍, ସଂଖ୍ୟା : ୧୨, ଆରାଧନା : ଭଗବାନ ବିଷ୍ଣୁ ।
ତୁଳା :ଘାତବାର ଓ କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିପଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁମାନଙ୍କର ସ୍ୱାତୀ ତୁଳା, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଧଳା, ସଂଖ୍ୟା : ୪, ଆରାଧନା : ପ୍ରଭୁ ଶ୍ରୀରାମ ।
ବିଛା :ଶ୍ରୀଚନ୍ଦ୍ର, ଗୁରୁବାର ଯୋଗୁ ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା, ସମୟାନୁବର୍ତ୍ତିତା ଆପଣାଇବେ ଏବଂ ସୁଖବର, ସୁସମ୍ବାଦ ମିଳିବ ତଥା ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ଗ୍ରହଣ କରିବେ । ଆମୋଦପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ସମ୍ମାନ ଓ ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ହନୁମାନ ।
ଧନୁ :ଦ୍ୱାଦଶ ଚନ୍ଦ୍ର ଯୋଗୁ ଅପବ୍ୟୟ, ଅପବାଦ, ଅପଯଶରୁ ମୁକ୍ତି ମିଳିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ଧନର ସତ୍ ବିନିଯୋଗ କରିବେ, କୁସଙ୍ଗ ପରିତ୍ୟାଗ କରି ସତ୍ସଙ୍ଗ କରିବେ ଏବଂ ମନରେ ଧାର୍ମିକ ଭାବନା ଜାଗ୍ରତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ବ୍ୟବସାୟ କର୍ମରେ କୌଣସି ଦୂରସ୍ଥାନକୁ ଯାତ୍ରା କରିବେ । କର୍ମରେ ସଫଳତା ଓ ସମସ୍ତ ଅସମ୍ପୂର୍ଣ୍ଣ କର୍ମକୁ ପୂର୍ଣ୍ଣାଙ୍ଗ ରୂପ ଦେବାରେ ସମର୍ଥ ହେବେ । ଯେଉଁମାନଙ୍କର ତୂଳା ଓ ଉତ୍ତରାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୭, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।
ମକର :ଏକାଦଶ ଚନ୍ଦ୍ର ଯୋଗୁ ଆୟର ମାର୍ଗ ଅତି ଉତ୍ତମ ହେବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁୁଟିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଏବଂ କର୍ମସ୍ଥାନର ସମସ୍ତ ସୁବିଧାସୁଯୋଗ ହାସଲ କରିବେ । ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠା ମକର, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ବାଇଗଣୀ, ସଂଖ୍ୟା : ୬, ଆରାଧନା : ମା’ ଦୁର୍ଗା ।
କୁମ୍ଭ :ଘାତବାର ଓ ଦଶମ ଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ଓ ଗୁରୁତ୍ୱ ରହିବ ଏବଂ ବ୍ୟବସାୟ ଅପେକ୍ଷା କର୍ମରେ ଅଧିକ ସଫଳତା ମିଳିବ । କୁସଙ୍ଗ ପରିତ୍ୟାଗ କରି ସତ୍ସଙ୍ଗ କରିବେ ଏବଂ ପୁରାତନକୁ ପରିତ୍ୟାଗ କରି ନୂତନକୁ ସ୍ୱାଗତ କରିବେ । ସତ୍ଚିନ୍ତା, ସତ୍ଭାବନା ପ୍ରକାଶ ପାଇବ ଏବଂ ସତ୍କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । କର୍ମରେ ସଫଳତା ଓ ସମ୍ମାନ ଶୀର୍ଷରେ ରହିବ । ଯେଉଁମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ର କୁମ୍ଭ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ମାଟିଆ, ସଂଖ୍ୟା : ୩, ଆରାଧନା: ମା’ ଭୈରବୀ ।
ମୀନ :କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ନିଜର ପ୍ରିୟ ବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କ ସହ ବିବାଦ ହୋଇପାରେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ କିମ୍ବା ଆର୍ଥିକ ଠକାମିରେ ପଡ଼ିପାରନ୍ତି । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ରାଜଦଣ୍ଡ ମିଳିପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ଉତ୍ତରଭାଦ୍ର ମୀନ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ମା’ ତାରା ।
ଜ୍ୟୋତିର୍ବିଦ୍ : କୈଳାସ ଦାଶ
ଯୋଗାଯୋଗ : ୯୪୩୭୧୩୩୪୭୩