ପ୍ରମୁଖ ଖବର
  • ନୂଆଦିଲ୍ଲୀ: ଅରୁଣାଚଳ ପ୍ରଦେଶର ୩ ଖେଳାଳିଙ୍କୁ ଚୀନ୍ ଦେଲାନି ଏସିଆନ୍ ଗେମ୍ସରେ ଏଣ୍ଟ୍ରି
  • ||
  • କଟକ: କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଗୁରୁତର, ଘରୋଇ ହସ୍ପିଟାଲରେ ଭର୍ତ୍ତି
  • ||
  • ଏବେ ସୁଦ୍ଧା ବାତ୍ୟା ସୂଚନା ନାହିଁଁ, ଅକ୍ଟୋବର ପ୍ରଥମ ସପ୍ତାହରେ ଲଘୁଚାପ ସମ୍ଭାବନା:IMD ଡିଜି
  • ||
  • ରିଆମାଳ: ସାତକିଆରୀ ଡ୍ୟାମ୍‌ର ହ୍ୟୁମ ପାଇପ୍‌ରୁ ବାହାରୁଛି ଅସହ୍ୟ ଦୁର୍ଗନ୍ଧ, ପଚା ଶବ ଥିବା ସନ୍ଦେହ
  • ||
  • ଚଣ୍ଡୀଗଡ଼: ଟସ୍ ଜିତି ଭାରତ ବୋଲିଂ ନିଷ୍ପତ୍ତି, ବ୍ୟାଟିଂ କରିବ ଅଷ୍ଟ୍ରେଲିଆ
  • ||
  • ଭୁବନେଶ୍ୱର: ରାଜଧାନୀରେ ଗର୍ଜିଲେ ଆଙ୍ଗନବାଡ଼ି ଦିନ, ୧୦ ଦଫା ଦାବି ନେଇ ଆନ୍ଦୋଳନ
  • ||
  • କଟକ: ଭିଜିଲାନ୍ସ ଜାଲରେ ଜିଆର୍‌ଏସ୍ ଯଦୁମଣି ମାଝୀ, ୪ହଜାର ଲାଞ୍ଚ ନେଉଥିବା ବେଳେ ମାଡ଼ି ବସିଲା ଟିମ୍
  • ||
  • ପୁରୀ: ୨୪ରୁ ଗଡ଼ିବ ପୁରୀ-ରାଉରକେଲା ବନ୍ଦେ ଭାରତ, କଟକ ଦେଇ ଚାଲିବ ଟ୍ରେନ୍‌
  • ||
  • ଭୁବନେଶ୍ୱର; ଓଡ଼ିଶାର ପ୍ରଥମ ମହିଳା ବାଚସ୍ପତି ଭାବେ ଶପଥ ନେଲେ ପ୍ରମିଳା ମଲ୍ଲିକ
  • ||
  • ଭୁବନେଶ୍ୱର: ମାୟାବିନୀ ଇରାନୀର ହନିଟ୍ରାପ୍‌ ମାମଲା: ବାପିର ରିମାଣ୍ଡ ସରିଲା, ଏଥର ଇରାନୀ ପାଳି, ବ୍ୟାଙ୍କ ଆକାଉଣ୍ଟ ତଥ୍ୟ ମାଗିଲା ପୁଲିସ
  • ||
  • ସୁନ୍ଦରଗଡ଼ : ସୁନ୍ଦରଗଡ଼ରୁ ପୁଣି ୫ ସ୍କ୍ରବ୍ ଟାଇଫସ୍ ଆକ୍ରାନ୍ତ ଚିହ୍ନଟ, ୨୧୧ରେ ପହଞ୍ଚିଲା ପଜିଟିଭ୍ ସଂଖ୍ୟା
  • ||
  • କଣାସ : ଡ଼ଙ୍ଗା ନେଇ ଚିଲିକାକୁ ଯିବାବେଳେ ଅଘଟଣ, ମତ୍ସ୍ୟଜୀବୀ ନିଖୋଜ
  • ||
  • ଚନ୍ଦ୍ରର ଦକ୍ଷିଣ ମେରୁରେ ଉଇଁଲା ସୂର୍ଯ୍ୟ: ଆଜି ବିକ୍ରମ, ପ୍ରଜ୍ଞାନର ନିଦ ଭାଙ୍ଗିବ !ଯୋଗାଯୋଗ ପାଇଁ ଚେଷ୍ଟା କରିବ ଇସ୍ରୋ
  • ||
  • ଭୁବନେଶ୍ୱର:ଆଜିଠୁ ବିଧାନସଭା ଅଧିବେଶନ, ଅକ୍ଟୋବର ୪ ପର୍ଯ୍ୟନ୍ତ ଚାଲିବ: ପ୍ରଥମ ଦିନରେ ଆସିବ ଅତିରିକ୍ତ ବଜେଟ୍
  • ||
  • ଭୁବନେଶ୍ୱର: ଅକ୍ଟୋବର ପ୍ରଥମ ସପ୍ତାହରେ ବାତ୍ୟା! ଓଡ଼ିଶା-ଆନ୍ଧ୍ର ଉପକୂଳ ମୁହାଁଇପାରେ, ଆଣିପାରେ ପ୍ରବଳ ବର୍ଷା
  • ||

Horoscope 19 September: ବାଣିଜ୍ୟ ବ୍ୟବସାୟରେ ଆୟ ଉତ୍ତମ ହେବା ସହ କର୍ମରେ ସଫଳତା ମିଳିବ, ଏହି ରାଶିର ଲୋକଙ୍କ ବହୁତ ଶୁଭ

newhoroscope

ମେଷ : ସପ୍ତମ ଚନ୍ଦ୍ର, ମଙ୍ଗଳବାର ଯୋଗୁ ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନ ମଧୁର ହେବ । ଧାର୍ମିକ କର୍ମରେ ମନୋନିବେଶ କରିବେ ଏବଂ ନୂତନ ବସ୍ତ୍ର ଓ ଆଭୂଷଣ ପ୍ରତି ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସହାୟତା ପ୍ରାପ୍ତ କରିବେ । ଯେଉଁମାନଙ୍କର ଦ୍ୱିଜା ମେଷ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ହଳଦିଆ, ସଂଖ୍ୟା: ୩, ଆରାଧନା : ପ୍ରଭୁ ହନୁମାନ ।

ବୃଷ : ଷଷ୍ଠ ଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ଧାର୍ମିକ କର୍ମରେ ଓ ଗୁୁରୁଜନଙ୍କ ସେବାରେ ଅଧିକ ସମୟ ଦେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ସୁଫଳ ପାଇବେ ।  ଶୁଭରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ମା’ ମାତଙ୍ଗୀ ।

ମିଥୁନ : ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଏବଂ ଜନ ସମ୍ପର୍କ ବୃଦ୍ଧି ପାଇବ । ସନ୍ତାନମାନେ ଆଜ୍ଞାଧୀନ ହେବେ ଏବଂ ପିତାମାତାଙ୍କ କୃପାଲାଭ କରିବେ । ନୂତନ ବିଦ୍ୟା, କଳା, ସଂସ୍କୃତି ଓ ଧାର୍ମିକ କର୍ମରେ ମନୋନିବେଶ କରିବେ ଏବଂ ଆପଣଙ୍କର ବାକ୍‌ ବିଚକ୍ଷଣତା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : କଫି, ସଂଖ୍ୟା : ୪, ଆରାଧନା: ମା’ ତ୍ରିପୁରସୁନ୍ଦରୀ ।

କର୍କଟ : ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ର, ଚତୁର୍ଥୀ ତିଥି ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ଅନ୍ୟଠାରୁ ଆଣିଥିôବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ । କର୍ମରେ ବାଧାବିଘ୍ନ ଓ ସମସ୍ତ କର୍ମ କଣ୍ଟକସଦୃଶ ମନେ ହେବ । ଯେଉଁମାନଙ୍କର ପୁନର୍ବସୁ କର୍କଟ ଓ ଯାହାର ପ୍ରଥମ ନାମାକ୍ଷର କେ, କୋ, ହା, ସେମାନେ ସତର୍କ ହେବେ । ଶୁଭରଙ୍ଗ: ଧଳା, ସଂଖ୍ୟା : ୧, ଆରାଧନା: ଭଗବାନ ଶିବ ।

ସିଂହ : ତୃତୀୟ ଚନ୍ଦ୍ର ଯୋଗୁ ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତି ମିଳିପାରେ । ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି ଏବଂ ଭାଇ, ଭଉଣୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମ କରିବାର ଶୈଳୀରେ ଉନ୍ନତି ଆସିବ । ଯେଉଁମାନଙ୍କର ପୂର୍ବା ଫାଲଗୁନୀ ସିଂହ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଲାଲ୍‌, ସଂଖ୍ୟା : ୬, ଆରାଧନା: ପ୍ରଭୁ ଗଜାନନ ।

କନ୍ୟା : ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ମୂଲ୍ୟବାନ ଧାତୁ ଓ ଭୂମି କ୍ରୟ କରିବେ । ଆୟର ନୂତନ ପନ୍ଥା ଅନ୍ୱେଷଣ କରିବେ ଏବଂ ଖର୍ଚ୍ଚ ଅପେକ୍ଷା ସଞ୍ଚୟରେ ଅଧିକ ଆଗ୍ରହ ରଖିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆୟର କିଛି ଅଂଶ ସ୍ଥାୟୀ ଜମା ରଖିବେ । କର୍ମରେ ସଫଳତା ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ । ଯେଉଁମାନଙ୍କର ହସ୍ତା କନ୍ୟା ସେମାନେ ଉପକୃତ ହେବେ । ଶୁଭରଙ୍ଗ: ମେରୁନ୍‌, ସଂଖ୍ୟା: ୬, ଆରାଧନା : ମା’ ଛିନ୍ନମସ୍ତା ।

ତୁଳା: ଶ୍ରୀଚନ୍ଦ୍ର ଯୋଗୁ ଧନ, ମାନ, ସମ୍ମାନ, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ଆମୋଦପ୍ରମୋଦ, ମଉଜ ମଜଲିସ ଓ ଧାର୍ମିକ କର୍ମରେ ଅଧିକ ସମୟ ଦେବେ ଏବଂ ସମସ୍ତଙ୍କର ସ୍ନେହ, ଶ୍ରଦ୍ଧାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଶୀର୍ଷରେ ରହିବ । ଯେଉଁମାନଙ୍କର ଚିତ୍ରା ତୁଳା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଧଳା, ସଂଖ୍ୟା : ୧୨, ଆରାଧନା : ମା’ ସମଲେଶ୍ୱରୀ ।

ବିଛା : ଦ୍ୱାଦଶ ଚନ୍ଦ୍ର ଯୋଗୁ ଅପବ୍ୟୟ, ଅପବାଦ ଓ ଅପଯଶର ଶିକାର ହେବେ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଠିକ୍‌ ସମୟରେ ଠିକ୍‌ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷା ବ୍ୟୟ ବହୁତ ଅଧିକ ରହିବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । କର୍ମରେ ବିଫଳତା ଓ ସମସ୍ତ କର୍ମରେ ସମୟାନୁବର୍ତ୍ତିତାର ଅଭାବ ରହିବ । ଯେଉଁମାନଙ୍କର ବିଶାଖା ବିଛା ଓ ଯାହାର ପ୍ରଥମ ନାମାକ୍ଷର ତେ, ତୋ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା : ୬, ଆରାଧନା : ପ୍ରଭୁ ସ୍କନ୍ଦ ।

ଧନୁ : ଏକାଦଶ ଚନ୍ଦ୍ର, ମଙ୍ଗଳବାର ଏବଂ ଦିବା ୧ଟା ୪୮ ମିନିଟ୍‌ ପରେ ବୃହସ୍ପତିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମୂଲ୍ୟବାନ ଧାତୁ, ଭୂମି ଓ ସୌଖୀନ ଘରୋଇ ଉପକରଣ କ୍ରୟ କରିବେ । ମନରେ ଉନ୍ନତ ଚିନ୍ତାଧାରା ଓ ଉଚ୍ଚଭିଳାଷ ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ଆଶାଠାରୁ ଅଧିକ ସଫଳତା ଓ ଦରମାରେ କିଛି ବୃଦ୍ଧି ଘଟିପାରେ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା : ମା’ ମାତଙ୍ଗୀ ।

ମକର : ଦଶମ ଚନ୍ଦ୍ର ଓ ଘାତବାର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ ଏବଂ ମନ ଅସ୍ଥିର ବିଷାଦଗ୍ରସ୍ତ ରହିବ ।  ବ୍ୟବସାୟ ଅପେକ୍ଷା କର୍ମରେ ଅଧିକ ସଫଳତା ମିଳିବ ଏବଂ କର୍ମରେ ଧ୍ୟାନ ଅଧିକ ଦେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଓ ନୂତନ କର୍ମାରମ୍ଭର ଯୋଜନା କରିବେ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଧୂସର, ସଂଖ୍ୟା : ୩, ଆରାଧନା : ମା’ କାଳୀ ।

କୁମ୍ଭ : ନବମ ଚନ୍ଦ୍ର ଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ ଏବଂ ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ । ଗୁରୁଜନଙ୍କ ପ୍ରତି ସମ୍ମାନ ଓ ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ କୃପାଲାଭ କରିବେ । ଯେଉଁମାନଙ୍କର ଶତଭିଷା କୁମ୍ଭ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ମାଟିଆ, ସଂଖ୍ୟା : ୬, ଆରାଧନା : ମା’ ଭୈରବୀ ।

ମୀନ : ଅଷ୍ଟମ ଚନ୍ଦ୍ର ଯୋଗୁ ଏବଂ ବିଷ୍ଟୀକରଣ ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ ଏବଂ ଆର୍ଥିକ କାରବାର କଲାବେଳେ ସତର୍କ ହେବେ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ପୂର୍ବଭାଦ୍ର ମୀନ ଓ ଯାହାର ପ୍ରଥମ ନାମାକ୍ଷର ଦା, ଦି, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଲାଲ୍‌, ସଂଖ୍ୟା : ୭, ଆରାଧନା : ମା’ ମାଣିକେଶ୍ୱରୀ ।

Copyright © 2022 - Summa Real Media Private Limited. All Rights Reserved.