ମେଷ : ଦ୍ୱାଦଶ ଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ଠିକ୍‌ ସମୟରେ ଠିକ୍‌ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ଗ୍ରହଣ କରିବେ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ସତ୍‌ସଙ୍ଗ ପରିତ୍ୟାଗ କରି କୁସଙ୍ଗରେ ପଡ଼ିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ କର୍ମପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ଦ୍ୱିଜା ମେଷ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଗେରୁଆ, ସଂଖ୍ୟା : ୩, ଆରାଧନା : ପ୍ରଭୁ ହନୁମାନ ।

ବୃଷ : ଏକାଦଶ ଚନ୍ଦ୍ର, ଶୁକ୍ରବାର ଓ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କ୍ରୟ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ଆୟର କିଛି ଅଂଶ ସଞ୍ଚୟରେ କିମ୍ବା କୌଣସି ଆର୍ଥିକ ସଂସ୍ଥାରେ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ଆଶାଠାରୁ ଅଧିକ ସଫଳତା ଓ ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୧୨, ଆରାଧନା : ପ୍ରଭୁ ଶ୍ରୀରାମ ।

ମିଥୁନ : ଦଶମ ଚନ୍ଦ୍ର, ଶୁକ୍ରବାର ଓ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ପୂର୍ବରୁ ହୋଇଥିବା କ୍ଷତିର ଭରଣା କରିବାରେ କିଛି ମାତ୍ରାରେ ସମର୍ଥ ହେବେ ଏବଂ ହୃତଧନ, ହୃତ ଗୌରବ ପୁନଶ୍ଚ ପ୍ରତ୍ୟାବର୍ତ୍ତନ କରିବ । କର୍ମପ୍ରତି ଏକାଗ୍ରତା ଓ ଆନ୍ତରିକତା ବୃଦ୍ଧି ପାଇବ ଏବଂ ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ଓ ଗୁରୁତ୍ୱ ରହିବ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ରହିବ । ଯେଉଁମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ମେରୁନ୍‌, ସଂଖ୍ୟା: ୮, ଆରାଧନା : ଭଗବାନ ବିଷ୍ଣୁ ।

କର୍କଟ : ଶୁକ୍ଳପକ୍ଷର ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା, ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଲେଷା କର୍କଟ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ଧଳା, ସଂଖ୍ୟା : ୧, ଆରାଧନା : ମା’ ଭୁବନେଶ୍ୱରୀ ।

ସିଂହ : ଅଷ୍ଟମ ଚନ୍ଦ୍ର ଓ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଓ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଖର୍ଚ୍ଚ ଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁମାନଙ୍କର ପୂର୍ବା ପାଲ୍‌ଗୁନୀ ସିଂହ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଲାଲ, ସଂଖ୍ୟା: ୬, ଆରାଧନା : ମା’ ମାତଙ୍ଗୀ ।

କନ୍ୟା : ସପ୍ତମ ଚନ୍ଦ୍ର, ଶୁକ୍ରବାର ଓ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମାନସିକ, ପାରିବାରିକ ଶାନ୍ତି, ଦାମ୍ପଦ୍ୟ ଜୀବନରେ ମଧୁରତା ଆସିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦ୍ୟାରମ୍ଭ, ଗୃହାରମ୍ଭ, ଭୂମି ପୂଜା, ଗୃହ ପ୍ରତିଷ୍ଠା ଆଦି ଶୁଭକର୍ମର ଆୟୋଜନ କରିବେ କିମ୍ବା ପରିବାର ସହ କୌଣସି ଶୁଭକର୍ମରେ ଯୋଗଦେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମ ଆପଣଙ୍କ ପାଇଁ ସହଜ ହେବ । ଯେଉଁମାନଙ୍କର ଉତ୍ତରା ଫାଲ୍‌ଗୁନୀ ଓ ଚିତ୍ରା କନ୍ୟା, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : କଫି,  ସଂଖ୍ୟା : ୪, ଆରାଧନା :  ମା’ ଷୋଡ଼ଶୀ ।

ତୁଳା : ଷଷ୍ଠ ଚନ୍ଦ୍ର, ଶୁକ୍ରବାର ଓ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ପୁରାତନ ରୋଗରୁ ଆରୋଗ୍ୟ ଲାଭ କରିବେ ଏବଂ ଶତ୍ରୁମାନେ ବଶୀଭୂତ ହେବେ । ପୂର୍ବରୁ ହୋଇଥିବା କ୍ଷତିର ଭରଣା କରିବାରେ ସମର୍ଥ ହେବେ ଏବଂ ଋଣମୁକ୍ତ ହେବାର ସୁଯୋଗ ଜୁଟିବ । ଚାଲିଚଳନ, ବ୍ୟବହାର ମାର୍ଜିତ ହେବ ଏବଂ ସମସ୍ତଙ୍କର ପ୍ରଶଂସାର ପାତ୍ର ହେବେ । ପରୋପକାର, ସମାଜସେବା, ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ମହତ୍‌ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ସିଲ୍‌ଭର, ସଂଖ୍ୟା : ୨, ଆରାଧନା : ମା’ କମଳା ।

ବିଛା : ଘାତବାର ଓ ଶୁକ୍ଳପକ୍ଷର ପଞ୍ଚମ ଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନ ଅସ୍ଥିର, ଓ ବିଷାଦଗ୍ରସ୍ତ ରହିବ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନସମ୍ପର୍କ ବୃଦ୍ଧି ପାଇବ ଏବଂ ନୂତନ ବିଦ୍ୟା, କଳା ଓ ସଂସ୍କୃତି ପ୍ରତି ମନରେ ଆଗ୍ରହ ବୃଦ୍ଧି ପାଇବ । ସନ୍ତାନମାନେ ଆଜ୍ଞାଧୀନ ହେବେ ଏବଂ ତାଙ୍କ ଶିକ୍ଷା, ଦୀକ୍ଷା ଓ କର୍ମରେ ଉନ୍ନତି ଆସିବ । ପାରିବାରିକ ବିବାଦ ଓ ପୈତୃକ ସମ୍ପତ୍ତିକୁ ନେଇ ଥିବା ବିବାଦର ସମାଧାନ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ହଳଦିଆ,  ସଂଖ୍ୟା : ୩, ଆରାଧନା : ମା’ ଚଣ୍ଡୀ ।

ଧନୁ : ଘାତବାର, ଘାତଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ ଏବଂ ପଦସ୍ଥ ଅଧିକାରୀ, କ୍ଷମତାଶାଳୀ ବ୍ୟକ୍ତି ଓ ଗୁରୁଜନଙ୍କ ସହ କଥାବାର୍ତ୍ତା ବେଳେ ଯଥାସମ୍ଭବ ବାକ୍‌ସଂଯମତା ରକ୍ଷାକରିବେ । ମୂଳ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ ଏବଂ ଯାନବାହନରେ ଖର୍ଚ୍ଚାନ୍ତରେ ପଡ଼ିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ପୂର୍ବାଭାଢ଼ା ଧନୁ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୨, ଆରାଧନା : ପ୍ରଭୁ ଗଜାନନ ।

ମକର :  ତୃତୀୟ ଚନ୍ଦ୍ର, ତୃତୀୟା ତିଥି, ଶୁକ୍ରବାର ଓ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିôବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦ୍ୟାରମ୍ଭ, ଗୃହାରମ୍ଭ, ଭୂମିପୂଜା, ଗୃହ ପ୍ରତିଷ୍ଠା ଆଦି ଶୁଭକର୍ମର ଆୟୋଜନ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ଦେବେ । ସ୍ୱଜନ, ପରିଜନଙ୍କ ସାହାଯ୍ୟ, ସହଯୋଗ ମିଳିବ ଏବଂ ଭାଇଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ  ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ଶାଖା ବଢ଼ାଇବା ପାଇଁ ଉଦ୍ୟମ କରିବେ । ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠା ମକର, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : କଳା, ସଂଖ୍ୟା : ୧୧, ଆରାଧନା : ମା’ କାଳୀ ।

କୁମ୍ଭ : ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନ ଓ ଆୟ ପ୍ରତି ମନରେ ଅହେତୁକ ଦୁର୍ବଳତା ପ୍ରକାଶ ପାଇବ ଏବଂ ଧନ ଓ ଆୟ ଯେତେ ଅଧିକ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ମିଳିବ ନାହିଁ । ଖର୍ଚ୍ଚ ପ୍ରତି ଅନାଗ୍ରହ, ସଞ୍ଚୟ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରିପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ କିଛି ସମସ୍ୟା ଦେଖାଦେବ । ଯେଉଁମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ର କୁମ୍ଭ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ମାଟିଆ, ସଂଖ୍ୟା : ୬, ଆରାଧନା : ମା’ ଭୈରବୀ ।

ମୀନ : ଶ୍ରୀଚନ୍ଦ୍ର ଓ ଘାତବାର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ, ଚାଲିଚଳନରେ ସଂଯମତା ଏବଂ ଦେହ, ମନ ସୁସ୍ଥ ରହିବ । ଆମୋଦପ୍ରମୋଦ, ମଉଜ ମଜଲିସ୍‌ରେ ଅଧିକ ଧ୍ୟାନ ଦେବେ ଏବଂ ପରୋପକାର, ସମାଜସେବା, ଧାର୍ମିକ କର୍ମରେ ଅଧିକ ଆଗ୍ରହ ରଖିବେ । ପୁତ୍ରକନ୍ୟା, ଭାତୃଭଗ୍ନିଙ୍କ ବୈବାହିକ କର୍ମର ଆୟୋଜନ କରିବେ କିମ୍ବା ପରିବାର ସହ କୌଣସି ମାଙ୍ଗଳିକ କର୍ମରେ ଯୋଗଦେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୭, ଆରାଧନା  : ପ୍ରଭୁ ଶ୍ରୀଜଗନ୍ନାଥ ।

ଜ୍ୟୋତିର୍ବିଦ୍‌ : କୈଳାସ ଦାଶ

ଯୋଗାଯୋଗ  : ୯୪୩୭୧୩୩୪୭୩