PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୋବେଲ ଶାନ୍ତି ପୁରସ୍କାର ଘୋଷଣା: ମାନବାଧିକାର ପ୍ରବକ୍ତା ଆଲେସ୍ ବାଲିଆସ୍କି ସହ ଦୁଇଟି ସଂଗଠନକୁ ମିଳିବ ପୁରସ୍କାର
  • ||
  • ଭୁବନେଶ୍ଵର : ଓଡ଼ିଶା ଲଳିତ କଳା ଏକାଡେମୀ ଉପସଭାପତି ତଥା ବିଶିଷ୍ଟ ଶିଳ୍ପୀ ଶ୍ରୀନିବାସ ପଢ଼ିଆରୀଙ୍କ ପରଲୋକ
  • ||
  • ମୁରିବାହାଲ : ଭିଜିଲାନ୍ସ ଜାଲରେ ମୁରିବାହାଲ ବ୍ଲକ APO ସୁଶାନ୍ତ କୁମାର ଦାସ, ୪୫ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ
  • ||
  • ବାଙ୍ଗିରିପୋଷି : ଶୌଚ ହେବାକୁ ଯାଇଥିବା ବେଳେ ଆକ୍ରମଣ କଲା ଦନ୍ତା, ଯୁବକ ମୃତ
  • ||
  • ଭୁବନେଶ୍ୱର : ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୨୫ ପୂର୍ବରୁ ଓଡ଼ିଶା ଛାଡ଼ିବନି ମୌସୁମୀ
  • ||
  • ଭଦ୍ରକ : ନଭେମ୍ୱର ୩ରେ ଧାମନଗର ଉପନିର୍ବାଚନ, ଆଜିଠୁ ନାମାଙ୍କନ ପତ୍ର ଦାଖଲ
  • ||
  • ତେଲକୋଇ : ଶୁଝି ପାରିଲେନି କିସ୍ତି, ଆତ୍ମହତ୍ୟା କଲେ ଅସହାୟ ଟ୍ରକ ମାଲିକ
  • ||
  • ମୋହନା : ଜଙ୍ଗଲରୁ ବିପୁଳ ପରିମାଣର କାଠ ଗଣ୍ଡି ଜବତ
  • ||
  • ଭୁବନେଶ୍ଵର : ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍, ୨୪ ଘଣ୍ଟା ମଧ୍ୟରେ ୬୩ ପଜିଟିଭ୍ ଚିହ୍ନଟ
  • ||

ଆଜିର ରାଶିଫଳ(୨୨/୦୭ ସୋମବାର)

ମେଷ- କୃଷ୍ଣପକ୍ଷ ବ୍ୟୟ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ଚଳଚଞ୍ଚଳ ରହିବେ । ସାଂସାରିକ ଦୂର ସ୍ଥାନକୁ ଯାଇପାରନ୍ତି । ଚାକିରିରେ ସହକର୍ମୀଙ୍କ ସଂଗେ ଭଲ ସମ୍ପର୍କ ରହିବ । ପରିବହନ ଓ ବାଣିଜ୍ୟରେ ସାଧାରଣ ଫଳ ମିଳିବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।

ବୃଷ- ଏକାଦଶରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ବିଶିଷ୍ଟ ବ୍ୟକ୍ତିଙ୍କ ସଂଗେ ସମ୍ପର୍କ ସ୍ଥାପନ ଓ ସହଯୋଗ ପାଇବେ । ମହିଳାମାନେ ଆତ୍ମ ନିର୍ଭରଶୀଳ ହେବେ । ପ୍ରଶାସନିକ ମାନମର୍ଯ୍ୟାଦା ପାପ୍ତି ହେବ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ଆକାଶୀ ।

ମିଥୁନ- ଦଶମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରର ପରିସର ବୃଦ୍ଧି ପାଇବ । ସାଂସାରିକ ସୁଖ ସମ୍ମାନ ପାଇବେ । ମହିଳାମାନେ ଆଦରଣୀୟା ହେବେ । କଳା, ବିଜ୍ଞାନ ଓ ବାଣିଜ୍ୟରେ ସୁଫଳ ମିଳିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ସିଲ୍‌ଭର ।

କର୍କଟ- କୃଷ୍ଣପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ ଯୋଜନା କରି ଅସଫଳ ହେବେ । ସାଂସାରିକ ଅନ୍ୟ ପାଇଁ ସମସ୍ୟାରେ ପଡ଼ିପାରନ୍ତି । ପରିବହନ ଓ ବାଣିଜ୍ୟରେ ବିଶେଷ ଭଲ ହେବନାହିଁ । ଶୁଭଅଙ୍କ-୩, ଶୁଭ ରଙ୍ଗ-ଗୋଲ୍‌ଡେନ୍‌ ।

ସିଂହ- ଅଷ୍ଟମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ସବୁରି କ୍ଷେତ୍ରରେ ସମସ୍ୟା ରହିବ । ସାଂସାରିକ ଅଶାନ୍ତି ରହିବ । ରାଜନୀତିରେ ବିରୋଧୀ ବୃଦ୍ଧି ପାଇବେ । ପରିବହନ ଓ ବାଣିଜ୍ୟରେ ହାନି ହୋଇପାରେ । ଶୁଭଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।

କନ୍ୟା- ସପ୍ତମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ଉଚ୍ଚ ସମ୍ମାନ ପାଇବେ । ସାଂସାରିକ ବସ୍ତ୍ରାଦି ଆଭୁଷଣ ପ୍ରାପ୍ତି ହୋଇପାରେ । ପରିବହନ ଓ ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।

ତୁଳା- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ବହୁ ଚେଷ୍ଟା କରି ସଫଳ ହେବେ । ସାଂସାରିକ ଆର୍ଥିକ ସ୍ୱଚ୍ଛଳତା ମିଳିବ । ରାଜନୀତିରେ ନେତୃତ୍ୱ ବୃଦ୍ଧି ପାଇବ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା ।

ବିଛା- କୃଷ୍ଣପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ ହେଉଥିବା କାର୍ଯ୍ୟ ଅଳ୍ପକେ ବିଗିଡ଼ି ଯାଇପାରେ । ସାଂସାରିକ ସନ୍ତାନମାନଙ୍କୁ ନେଇ ଚିନ୍ତାରେ ରହିବେ । ପରିବହନ ଓ ବାଣିଜ୍ୟରେ ମନ୍ଥର ରହିବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ୍‌ ।

ଧନୁ- କୃଷ୍ଣପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ସହଯୋଗ ପାଇବେ । ସାଂସାରିକ ସମସ୍ୟାରୁ ମୁକ୍ତି ପାଇବେ । କୌଣସି କାର୍ଯ୍ୟକୁ ନେଇ ଚିନ୍ତା ରହିବ । ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ବାଇଗଣି ।

ମକର- ତୃତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ଦୃଢ଼ମନା ରହିବେ । ଉଭୟେ ପ୍ରେମ ଓ ସାଂସାରିକ ଉତ୍ତମ ବୁଝାମଣା ରହିବ । ଚାକିରିରେ ପଦୋନ୍ନତି ହୋଇପାରେ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।

କୁମ୍ଭ- କୃଷ୍ଣପକ୍ଷ ଦ୍ୱିତୀୟ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ କୌଣସି ବିଷୟକୁ ନେଇ ଚିନ୍ତାରେ ରହିବେ । ସାଂସାରିକ ଅସଯୋଗ ରହିବ । ପରିବହନ ଓ ବାଣିଜ୍ୟରେ ବିଶେଷ ଭଲ ହେବନାହିଁ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ନୀଳ ।

ମୀନ- ଶ୍ରୀଚନ୍ଦ୍ର କାରଣରୁ କର୍ମ କ୍ଷେତ୍ରରେ ଉତ୍ସାହିତ ରହିବେ । ସାଂସାରିକ ଚଳଚଞ୍ଚଳ ରହିବେ । ମହିଳାମାନେ ପରିଶ୍ରମୀ ହେବେ । ପରିବହନ ଓ ବାଣିଜ୍ୟରେ ସ୍ୱଳ୍ପ ଲାଭ ମିଳିବ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି ।