ମେଷ :ଘାତବାର, ଘାତଚନ୍ଦ୍ର ପୂର୍ବାହ୍ଣ ୧୧ଟା ୧୦ ମିନିଟ୍ ପରେ ଘାତତିଥି ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ, ଗ୍ୟାସ୍, ଇଲେକ୍ଟ୍ରିକ୍ ଦ୍ରବ୍ୟ ବ୍ୟବହାର ଓ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବଙ୍କ ସହ କଥାବାର୍ତ୍ତା ବେଳେ ଯଥାସମ୍ଭବ ବାକ୍ ସଂଯମତା ରକ୍ଷାକରିବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପରିବାରରେ ଅଶାନ୍ତି ଏବଂ ନିଜୟ ପ୍ରିୟ ଲୋକମାନେ ଶତ୍ରୁତା ଆଚରଣ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଓ ସହକର୍ମୀଙ୍କ ବିରୋଧର ଶିକାର ହେବେ । ଯେଉଁମାନଙ୍କର ଅଶ୍ୱିନୀ ମେଷ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୩, ଆରାଧନା : ମା’ ବଗଳାମୁଖୀ ।

ବୃଷ :ଦ୍ୱାଦଶ ଚନ୍ଦ୍ର ଯୋଗୁ ଅପବ୍ୟୟ, ଅପବାଦ, ଅପଯଶର ଶିକାର ହେବେ ଏବଂ ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ଓ ସମସ୍ତ କର୍ମ ବିବାଦୀୟ ହେବ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ଗ୍ରହଣ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ କର୍ମପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୬, ଆରାଧନା : ମା’ ଗାୟତ୍ରୀ ।

ମିଥୁନ :ଏକାଦଶ ଚନ୍ଦ୍ର, ରବିବାର ଓ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ, ହୃତଧନ ଫେରିପାଇବେ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆଣିବା ପାଇଁ ଯୋଜନା କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ଆଶାଠାରୁ ଅଧିକ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧାସୁଯୋଗ ହାସଲ କରିବେ । ଯେଉଁମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ମେରୁନ୍, ସଂଖ୍ୟା: ୮, ଆରାଧନା : ମା’ ଛିନ୍ନମସ୍ତା ।

କର୍କଟ :ସପ୍ତମ ଚନ୍ଦ୍ର ଯୋଗୁ କର୍ମରେ ଉନ୍ନତି ଓ ସମସ୍ତ କର୍ମ ଆପଣଙ୍କ ପାଇଁ ସହଜ ହେବ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ଆଜି ଯେକୌଣସି କର୍ମ କରିବେ ସେଥିରେ ଶତପ୍ରତିଶତ ସଫଳତା ପାଇବେ ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମ କୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ ପରିବାରରେ ସୁଖଶାନ୍ତି ଅତୁଟ ରହିବ । ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ଧଳା, ସଂଖ୍ୟା : ୫, ଆରାଧନା : ମା’ ଭୁବନେଶ୍ୱରୀ ।

ସିଂହ :ଶୁକ୍ଳପକ୍ଷର ନବମ ଚନ୍ଦ୍ର ଏବଂ ପୂର୍ବାହ୍ଣ ୧୧ଟା ୧୦ ମିନିଟ୍ ପରେ ଷଷ୍ଠ ତିଥି ଯୋଗୁ ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତିବଦ୍ଧ ହେବେ । କର୍ମରେ ଆଶାଠାରୁ ଅଧିକ ସଫଳତା ଏବଂ ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ପୂର୍ବା ଫାଲ୍ଗୁନୀ ଓ ଉତ୍ତରା ଫାଲ୍ଗୁନୀ ସିଂହ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ଲାଲ, ସଂଖ୍ୟା: ୩, ଆରାଧନା : ମା’ ମାଣିକେଶ୍ୱରୀ ।

କନ୍ୟା :ଅଷ୍ଟମ ଚନ୍ଦ୍ର ଯୋଗୁ ଓ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଏବଂ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତା ପଛରେ ପଶ୍ଚାତ୍ଧାବନ କରିବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ସବୁଜ, ସଂଖ୍ୟା : ୧୨, ଆରାଧନା : ମା’ ତ୍ରିପୁର ସୁନ୍ଦରୀ ।

ତୁଳା :ସପ୍ତମ ଚନ୍ଦ୍ର, କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ସମସ୍ତ କର୍ମକୁ ପୂର୍ଣ୍ଣାଙ୍ଗ କରିବାରେ ସମର୍ଥ ହେବେ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ଗ୍ରହଣ କରିବେ । ମାନସିକ, ପାରିବାରିକ ଶାନ୍ତି, ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ଏବଂ ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ଆମୋଦପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ପରିବାରରେ ସ୍ୱର୍ଗୀୟ ସୁଖ ଅନୁଭୂତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ବ୍ୟବସାୟର ଶାଖା ବଢ଼ାଇବା ପାଇଁ ଉଦ୍ୟମ କରିବେ । କାମରେ ଆଶାଠାରୁ ଅଧିକ ସଫଳତା ଓ ସମସ୍ତ ଅଟକିଥିବା କାମକୁ ଆଜି ସଫଳତାର ସହ ସମ୍ପାଦନ କରିବେ । ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : କଫି, ସଂଖ୍ୟା : ୪, ଆରାଧନା : ମା’ କମଳା ।

ବିଛା :ଷଷ୍ଠ ଚନ୍ଦ୍ର, ରବିବାର ଯୋଗୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ରୋଗ, ଋଣ, ଶତ୍ରୁ-ଏଥିରୁ ସାମୟିକ ମୁକ୍ତି ମିଳିବ ଏବଂ ଦେହ, ମନ ସୁସ୍ଥ ରହିବ । ପରୋପକାର, ସମାଜସେବା, ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ସ୍କନ୍ଦ ।

ଧନୁ :ପଞ୍ଚମ ଚନ୍ଦ୍ର, ପଞ୍ଚମୀ ତିଥି, ରବିବାର ଓ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନସମ୍ପର୍କ ବୃଦ୍ଧି ପାଇବ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ସନ୍ତାନମାନଙ୍କ ଶିକ୍ଷା, ଦୀକ୍ଷା ଓ କର୍ମରେ ଉନ୍ନତି ଆସିବ ଏବଂ ତାଙ୍କ କର୍ମକୁ ନେଇ ନିଜକୁ ଗୌରବାନ୍ୱିତ ମନେ କରିବେ । ପିତାମାତାଙ୍କ କୃପା ଲାଭ କରିବେ ଏବଂ ପାରିବାରିକ ବିବାଦ ଓ ପୈତୃକ ସମ୍ପତ୍ତିକୁ ନେଇ ଥିôବା ବବାଦର ସମାଧାନ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଓ ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ପୂର୍ବାଷାଢ଼ା ଓ ଉତ୍ତରାଷାଢ଼ା ଧନୁ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୭, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

ମକର :ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା ଏବଂ ଆର୍ଥିକ ଠକାମିର ଶିକାର ହୋଇପାରନ୍ତି । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଯାନବାହନରେ ଖର୍ଚ୍ଚାନ୍ତରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟରେ କ୍ଷତି ପହଞ୍ଚିବ ଏବଂ ପରିବହନ ବ୍ୟବସାୟରେ ବିପର୍ଯ୍ୟୟ ଘଟିବ । କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୧୧, ଆରାଧନା : ମା’ ଭୈରବୀ ।

କୁମ୍ଭ :ତୃତୀୟ ଚନ୍ଦ୍ର ଯୋଗୁ ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତିର ସୁଯୋଗ ମିଳିପାରେ । ସ୍ୱଜନ, ପରିଜନ, ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ମିଳିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ମନରେ ଦୃଢ଼ ଇଚ୍ଛାଶକ୍ତି, ଆତ୍ମବିଶ୍ୱାସ ପ୍ରକାଶ ପାଇବ ଏବଂ ମନୋବଳ ଦୃଢ଼ ହେବ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ ଏବଂ ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ର କୁମ୍ଭ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ମାଟିଆ, ସଂଖ୍ୟା : ୬, ଆରାଧନା : ମା’ ବିମଳା ।

ମୀନ :ଦ୍ୱିତୀୟ ଚନ୍ଦ୍ର, ରବିବାର ଓ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ଖର୍ଚ୍ଚ ପ୍ରତି ଅନାଗ୍ରହ, ସଞ୍ଚୟ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ ଏବଂ ମୂଲ୍ୟବାନ ଧାତୁ, ଭୂମି କ୍ରୟ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ କିଛି ସମସ୍ୟା ଦେଖାଦେବ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୨, ଆରାଧନା : ମା’ ତାରା ।

ଜ୍ୟୋତିର୍ବିଦ୍ : କୈଳାସ ଦାଶ

ଯୋଗାଯୋଗ : ୯୪୩୭୧୩୩୪୭୩