PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ଵର : ରାଜଧାନୀରୁ ଲୁଟେରା ଗ୍ୟାଙ୍ଗ ଗିରଫ, ୧୭୧ ଗ୍ରାମର ସୁନା ଜବତ
  • ||
  • ଢେଙ୍କାନାଳ : କପି ଯାଞ୍ଚ୍ ବାହାନାରେ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ, ପରୀକ୍ଷା କେନ୍ଦ୍ର ସମ୍ମୁଖରେ ଛାତ୍ରଛାତ୍ରୀଙ୍କ ଧାରଣା
  • ||
  • ଝାରସୁଗୁଡ଼ା : ଏସଏମସି ପାୱାର ଜେନେରେସନ କାରଖାନାରେ ଦୁର୍ଘଟଣା, ନିଆଁରେ ପୋଡ଼ି ହୋଇ ଶ୍ରମିକ ଗୁରୁତର
  • ||
  • ଭୁବନେଶ୍ଵର : ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କୁଲତା ସମାଜ, ନୃସିଂହନାଥ ପୀଠର ଉନ୍ନତିକରଣ ପଦକ୍ଷେପ ପାଇଁ ଦେଲେ ଧନ୍ୟବାଦ
  • ||
  • ମାର୍ଶାଘାଇ : ଦିନ ଦ୍ଵିପ୍ରହରେ ଲୁଟ୍, ମହିଳାଙ୍କୁ ଭୁଜାଲି ଦେଖାଇ ଅଳଙ୍କାର ଲୁଟିନେଲେ ୨ ଦୁର୍ବୃତ୍ତ
  • ||
  • ବିଜୟ ହଜାରେ ଟ୍ରଫି: ଇତିହାସ ରଚିଲେ ଋତୁରାଜ, ଗୋଟିଏ ଓଭରରେ ମାରିଲେ ୭ ଛକା
  • ||
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • କେନ୍ଦ୍ରାପଡ଼ା: ବାଲିଆ ବାଣ ବିସ୍ଫୋରଣ ଅଘଟଣ: ଏସ୍‌ସିବିରେ ଆଉ ଜଣଙ୍କ ମୃତ୍ୟୁ, ଆହୁରି ୧୧ ଜଣଙ୍କ ଅବସ୍ଥା ଗୁରୁତର
  • ||
  • କଟକ: ଡିସେମ୍ବର ୯ରୁ ମାଟ୍ରିକ୍‌ ଏସ୍‌ଏ-୧ ଖାତା ଦେଖା, ୫୬ଟି କେନ୍ଦ୍ରରେ ହେବ ମୂଲ୍ୟାୟନ
  • ||
  • ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଅସମ୍ଭାଳ: ୧୦ ଡିଗ୍ରୀ ତଳେ ୭ ସହର, ସେମିଳିଗୁଡା ସବୁଠୁ ଥଣ୍ଡା
  • ||

ଆଜିର ରାଶିଫଳ( ୨୪/୦୯,ଶନିବାର)

ମେଷ: ମାନସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର, ଇତର ଜନଠାରୁ ଅପମାନ, ପୈତୃକ ସମ୍ପତ୍ତିକୁ ନେଇ ବିବାଦ କିମ୍ବା ପିତାମାତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ। ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା ଲୋପ ପାଇବ ଏବଂ ବିଷାଦଗ୍ରସ୍ତ ହେବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ଓ ସମ୍ମାନ ହାନି ଘଟିବ। ଯେଉଁମାନଙ୍କର ଦ୍ୱିଜା ମେଷ ସେମାନେ ସତର୍କ ହେବେ। ଶୁଭରଙ୍ଗ-ହଳଦିଆ, ସଂଖ୍ୟା: ୧୧, ଆରାଧନା: ମା’ ଚଣ୍ଡୀ।

ବୃଷ: ଘାତବାର ଓ ଚତୁର୍ଥ ଚନ୍ଦ୍ର ହେତୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନରେ ଅସ୍ଥିରତା ଏବଂ କୌଣସିଥିରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ମିଳିବ ନାହିଁ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ, ବିଶେଷକରି ପରିବହନରେ ଅଧିକ ଆୟ ହେବ। କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ଏବଂ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁମାନଙ୍କର କୃତ୍ତିକା ଓ ରୋହିଣୀ ବୃଷ ସେମାନେ ଉପକୃତ ହେବେ । ଶୁଭରଙ୍ଗ: ସିଲ୍‌ଭର, ସଂଖ୍ୟା: ୧୨, ଆରାଧନା: ପ୍ରଭୁ ଶ୍ରୀରାମ ।

ମିଥୁନ: ନୂତନ କର୍ମାରମ୍ଭ କରିବେ କିମ୍ବା ନୂତନ ନିୁକ୍ତି ମିଳିପାରେ। ସମସ୍ତ କର୍ମରେ ଆଶାଠାରୁ ଅଧିକ ସଫଳତା, ସମ୍ମାନ ଆପଣଙ୍କର ପଶ୍ଚାତଧାବନ କରିବ। ମନରେ ଆତ୍ମସନ୍ତୋଷ, ଆତ୍ମତୃପ୍ତି, ଉଚ୍ଚାଭିଳାଷ ଓ ଉନ୍ନତ ଚିନ୍ତାଧାରା ପ୍ରକାଶ ପାଇବ। ପରିବାରରେ ସୁଖଶାନ୍ତି ଏବଂ ଭାଇଭଉଣୀଙ୍କ ସାହ୍ୟା, ସହଯୋଗ ମିଳିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ। ଯେଉଁମାନଙ୍କର ଆର୍ଦ୍ରା ମିଥୁନ ସେମାନେ ଉପକୃତ ହେବେ। ଶୁଭରଙ୍ଗ: ମେରୁନ୍‌, ସଂଖ୍ୟା: ୪, ଆରାଧନା – ମା’ ଛିନ୍ନମସ୍ତା ।

କର୍କଟ: ଘାତଚନ୍ଦ୍ର  ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ବିବାଦ, ଆର୍ଥିକ ଠକାମି ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିବ । ଅନ୍ୟଠାରୁ  ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥବା ଧନ ପାଇବାରେ ବିଫଳ ହେବେ । ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି । କର୍ମରେ ବିଫଳତା ଏବଂ ବହୁ ସମସ୍ୟାର ସମ୍ମୁଖୀନ ହେବେ । ଶୁଭରଙ୍ଗ: ହଳଦିଆ, ସଂଖ୍ୟା: ୧, ଆରାଧନା: ମା’ ସମଲେଶ୍ୱରୀ ।

ସିଂହ: ଘାତବାର ଓ ଶ୍ରୀଚନ୍ଦ୍ର ହେତୁ ଘାତବାରର ପ୍ରଭାବ କମ୍‌ ରହିବ। ଆମୋଦପ୍ରମୋଦ ଓ ମଉଜ ମଜଲିସରେ ଅଧିକ ଆଗ୍ରହ ରହିବ ଏବଂ ପରିବାର ପ୍ରତି ଆକର୍ଷଣ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଲକ୍ଷ୍ମୀଙ୍କର କୃପା ଆପଣଙ୍କ ଉପରେ ରହିବ। କର୍ମରେ ସଫଳତା, ସମ୍ମାନ ଏବଂ ସମସ୍ତଙ୍କର ସ୍ନେହ, ଶ୍ରଦ୍ଧାର ପାତ୍ର ହେବେ। ଯେଉଁମାନଙ୍କର ମଘା ଓ ଉତ୍ତରା ଫାଲଗୁନୀ ସିଂହ ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଲାଲ୍‌, ସଂଖ୍ୟା: ୩, ଆରାଧନା: ପ୍ରଭୁ ନାରାୟଣ ।

କନ୍ୟା: ଘାତବାର ଓ ଦ୍ୱାଦଶ ଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ଓ ବ୍ୟବସାୟରେ ଶୁଭଫଳ ମିଳିଲେ ମଧ୍ୟ କିଛି ସମସ୍ୟା ଆସିପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷା ବ୍ୟୟ ବହୁତ କମ୍‌ ରହିବ ଏବଂ ଖର୍ଚ୍ଚ ଅପେକ୍ଷା ସଞ୍ଚୟରେ ଅଧିକ ଆଗ୍ରହ ରଖିବେ। ମନରୁ କୁଚିନ୍ତା, କୁଭାବନା ଲୋପ ପାଇବ ଏବଂ କୁସଙ୍ଗ ପରିତ୍ୟାଗ କରି ସତ୍‌ସଙ୍ଗ କରିବେ। କର୍ମରେ ସଫଳତା ଏବଂ ସମସ୍ତ କଷ୍ଟସାଧ୍ୟ କାମ ଓ ଅଟକିଥିବା କାମ ସଫଳତାର ସହ ସମ୍ପାଦନ କରିବେ। ଯେଉଁମାନଙ୍କର ହସ୍ତା ଓ ଉତ୍ତରା ଫାଲଗୁନୀ କନ୍ୟା ସେମାନେ ଉପକୃତ ହେବେ। ଶୁଭରଙ୍ଗ: ସବୁଜ, ସଂଖ୍ୟା: ୮, ଆରାଧନା: ମା’ ଭୈରବୀ ।

ତୁଳା: ଏକାଦଶ ଚନ୍ଦ୍ର ଯୋଗୁ ଆୟର ମାର୍ଗ ଅତି ଉତ୍ତମ ହେବ ଏବଂ ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣ ହେବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ । କର୍ମରେ ଆଶାଠାରୁ ଅଧିକ ସଫଳତା, ପ୍ରମୋଶନ ଏବଂ ଦରମାରେ କିଛି ବୃଦ୍ଧି ଘଟିପାରେ । ଯେଉଁମାନଙ୍କର ସ୍ୱାତୀ ତୁଳା ସେମାନେ ଉପକୃତ ହେବେ। ଶୁଭରଙ୍ଗ: ନୀଳ, ସଂଖ୍ୟା: ୨, ଆରାଧନା: ମା’ କମଳା।

ବିଛା: ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ଧ୍ୟାନ ଓ ଗୁରୁତ୍ୱ ଦେବେ।କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ ଏବଂ ସମସ୍ତ କର୍ମରେ ସଫଳତା ଶୀର୍ଷରେ ରହିବ। ଅନୁଚିତ୍‌ କର୍ମରୁ ବିଚ୍ୟୁତ ହୋଇ ଉଚିତ୍‌ କର୍ମରେ ଆଗ୍ରହ ରଖିବେ ଏବଂ ମନରେ ପ୍ରସନ୍ନତା, ଆତ୍ମସନ୍ତୋଷ, ପରିବାରରେ ସୁଖଶାନ୍ତି ଓ ସ୍ୱାସ୍ଥ୍ୟ ଉତ୍ତମ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତି ସୁଧୁରିଯିବ। ଯେଉଁମାନଙ୍କର ଅନୁରାଧା ବିଛା ସେମାନେ ସୁଫଳ ପାଇବେ। ଶୁଭରଙ୍ଗ: ହଳଦିଆ, ସଂଖ୍ୟା: ୧୧, ଆରାଧନା: ମା’ ବଗଳାମୁଖୀ ।

ଧନୁ: ଅପମାନ, ଅପଶ ଓ ଅପନିନ୍ଦା ପାଇବେ। ମନ ବିଷାଦଗ୍ରସ୍ତ ରହିବ ଏବଂ କୃତକର୍ମର ପଶ୍ଚାତାପ କରିବେ। ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିବ। କର୍ମରେ ବିଫଳତା ଏବଂ କର୍ମ ପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ ସେମାନେ ସତର୍କ ହେବେ । ଶୁଭରଙ୍ଗ: ହଳଦିଆ, ସଂଖ୍ୟା: ୫, ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।

ମକର: ଘାତଚନ୍ଦ୍ର, ଚତୁର୍ଦ୍ଦଶୀ ତିଥି, ବିଷ୍ଟି ଯୋଗ ହେତୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଓ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା  ଓ ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଉଚିତ୍‌ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍‌ କର୍ମରେ ଆଗ୍ରହ ରଖିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଦେଖାଦେବ । ଯେଉଁମାନଙ୍କର ଧନି । ମକର ସେମାନେ ସତର୍କ ହେବେ ।  ଶୁଭରଙ୍ଗ: କଳା, ସଂଖ୍ୟା: ୧୧, ଆରାଧନା : ମା’ ଦୁର୍ଗା ।

କୁମ୍ଭ: ସ୍ତ୍ରୀସୌଖ୍ୟ, ଅପରିଚିତ ସ୍ତ୍ରୀହେତୁକ ଧନପ୍ରାପ୍ତି ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଆୟର କିଛି ଅଂଶ ମଉଜମସ୍ତିରେ ବ୍ୟୟ କରିବେ। ଆଭୂଷଣ ଓ ପରିବାର ପ୍ରତି ମନରେ ଅଧିକ ଦୁର୍ବଳତା ଦେଖାଦେବ ଏବଂ ପରିବାରରେ ହସଖୁସିର ପରିବେଶ ରହିବ। କର୍ମରେ ସଫଳତା, ସମ୍ମାନ ଓ ପଦମର୍ଯ୍ୟାଦା ଅତୁଟ ରହିବ। ଯେଉଁମାନଙ୍କର ଶତଭିଷା କୁମ୍ଭ ସେମାନେ ଉପକୃତ ହେବେ । ଶୁଭରଙ୍ଗ: ବାଇଗଣୀ, ସଂଖ୍ୟା : ୬, ଆରାଧନା: ମା’ ବିମଳା।

ମୀନ: ପୁରାତନ ରୋଗରୁ ଆରୋଗ୍ୟ ଲାଭ କରିବେ ଏବଂ ଶରୀର ସୁସ୍ଥ ରହିବ। ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ସମସ୍ତ ସୁବିଧା ସୁଯୋଗ ହାତପାହାନ୍ତାରେ ଉପଲବ୍ଧ ହେବ। କର୍ମରେ ସଫଳତା, ଉଚ୍ଚ ସମ୍ମାନ ଓ ଉଚ୍ଚ ପଦବୀ ପ୍ରାପ୍ତ କରିବେ। ଯେଉଁମାନଙ୍କର ଉତ୍ତରାଭାଦ୍ର ମୀନ ସେମାନେ ଉପକୃତ ହେବେ।  ଶୁଭରଙ୍ଗ: ଗୋଲାପି, ସଂଖ୍ୟା : ୯, ଆରାଧନା: ମା’ ଧୂମାବତୀ।