PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଖୋର୍ଦ୍ଧା: ବାଘମାରୀ ନିକଟରେ ରାସ୍ତାକଡକୁ ଖସିଲା ଲିଙ୍ଗରାଜ ବସ୍, ୨୦ ଯାତ୍ରୀ ଆହତ
  • ||
  • ପୁରୀ: ଆଜି ମିଳିବ ଆଡ଼ପ ଅବଢ଼ା
  • ||
  • ମହିଳା ହକି ବିଶ୍ୱକପ୍‌: ଆଜି ଇଂଲଣ୍ଡକୁ ଭେଟିବ ଭାରତ
  • ||
  • ଭଦ୍ରକ: ଭଦ୍ରକରେ ଦୁଇ କିନ୍ନର ଗୋଷ୍ଠୀ ମୁହାଁମୁହିଁ: ୫ ଜଣ ଗୁରୁତର, ୪ ଅଟକ
  • ||
  • ଭୁବନେଶ୍ୱର : ପଥରଗାଡ଼ିଆରେ ଅଦ୍ଭୂତ ବାଛୁରୀ ଜନ୍ମ, ଦେଖିବାକୁ ଲୋକଙ୍କ ଲାଗିଲା ଭିଡ଼
  • ||
  • ଭୁବନେଶ୍ୱର : ରାଜ୍ୟରେ ବଢ଼ିଲା ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩୪୬ ଜଣ କରୋନା ପଜିଟିଭ
  • ||

ଆଜିର ରାଶିଫଳ (୨୪/୫,ଶୁକ୍ରବାର)

ମେଷ- ଦଶମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରର ପରିସର ବୃଦ୍ଧି ପାଇବ । ଉଭୟେ ପ୍ରେମ ଓ ସାଂସାରିକ ସୁଖମୟ ରହିବ । ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ହଳଦିଆ ।
ବୃଷ- କୃଷ୍ଣ ପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ ଅସ୍ଥିରତା କାରଣରୁ କାର୍ଯ୍ୟ ତ୍ରୁଟି କରିପାରନ୍ତି । ସାଂସାରିକ ଅନ୍ୟ ପାଇଁ ହଇରାଣ ହେବେ । ପରିବହନ ଓ ବାଣିଜ୍ୟରେ ବିଶେଷ ଭଲ ହେବନାହିଁ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
ମିଥୁନ- ଅଷ୍ଟମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ବାଧାବିଘ୍ନ ରହିବ । ସାଂସାରିକ ଅଭାବ ଅସୁବିଧା ରହିବ । ଚାକିରିରେ କାର୍ଯ୍ୟଭାର ରହିବ । ପରିବହନ ଓ ବାଣିଜ୍ୟରେ ହାନି ହୋଇପାରେ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍‌ଭର ।
କର୍କଟ- ସପ୍ତମରେ ଚନ୍ଦ୍ରଙ୍କ ଚଳନ ହେତୁ ପ୍ରତି କ୍ଷେତ୍ରରେ ସଫଳତା ମିଳିବ । ସାଂସାରିକ ବନ୍ଧୁବାନ୍ଧବଙ୍କ ସହଯୋଗ ପାଇବେ । ମହିଳାମାନେ ସୁଖୀ ରହିବେ । ପରିବହନ ଓ ବାଣିଜ୍ୟରେ ଆୟ ବୃଦ୍ଧି ହେବ । ଶୁଭଅଙ୍କ-୨, ଶୁଭ ରଙ୍ଗ-ଧଳା ।
ସିଂହ-ଘାତଚନ୍ଦ୍ର କାରଣରୁ କିଛିଟା ଉତ୍ତେଜନା ଭିତରେ କାର୍ଯ୍ୟ ସମ୍ପନ୍ନ କରିବେ । ସାଂସାରିକ ଚିନ୍ତିତ ରହିବେ । ରାଜନୀତିରେ ଉତ୍ତେଜନା ପରିସ୍ଥିତି ରହିପାରେ । ପରିବହନ ଓ ବାଣିଜ୍ୟରେ କିଛିଟା ସମସ୍ୟା ରହିବ । ଶୁଭଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
କନ୍ୟା- କୃଷ୍ଣପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କୌଣସି କାର୍ଯ୍ୟକୁ ନେଇ ଚିନ୍ତାରେ ରହିବେ । ସାଂସାରିକ ଆର୍ଥିକ ସମସ୍ୟା ରହିବ । ରାଜନୀତିରେ ପ୍ରତିଦ୍ୱନ୍ଦ୍ୱିତା ରହିବ । ପରିବହନ ଓ ବାଣିଜ୍ୟରେ ପ୍ରତିକୂଳତା ରହିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ନୀଳ ।
ତୁଳା- କୃଷ୍ଣପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଚଳନ ହେତୁ ଦିନଟି ଚଳଚଞ୍ଚଳ ରହିବେ । ସାଂସାରିକ ପଡ଼ୋଶୀଙ୍କ ସହଯୋଗ ମିଳିବ । ଚାକିରିରେ ପ୍ରଶଂସା ପାଇବେ । ପରିବହନ ଓ ବାଣିଜ୍ୟରେ ସାଧାରଣ ଫଳ ମିଳିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା ।
ବିଛା- ତୃତୀୟରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ସ୍ୱାଧୀନତା ରହିବ । ସାଂସାରିକ ଉଚ୍ଚାଭିଳାଷୀ ହେବେ । ଚାକିରିରେ ସହଯୋଗ ମିଳିବ । ପରିବହନ ଓ ବାଣିଜ୍ୟରେ ଆୟ ବୃଦ୍ଧି ଓ ସଞ୍ଚୟ ହେବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ୍‌ ।
ଧନୁ- କୃଷ୍ଣପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ କୌଣସି ଆର୍ଥିକ କଥାକୁ କେନ୍ଦ୍ର କରି ଅଶାନ୍ତି ଉପୁଜିପାରେ । ସାଂସାରିକ ସମସ୍ୟା ରହିବ । ପରିବହନ ଓ ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍‌ ।
ମକର- ଚନ୍ଦ୍ରଙ୍କ ସ୍ୱ-ପାରଗମନ ହେତୁ ଦିନଚର୍ଯ୍ୟା ବିଳାସପୂର୍ଣ୍ଣ ରହିବ । ସାଂସାରିକ ସୁଖଶାନ୍ତି ପ୍ରାପ୍ତି ହେବ । ରାଜନୀତିରେ ଲୋକ ସମ୍ପର୍କ ବୃଦ୍ଧି ପାଇବ । ପରିବହନ ଓ ବାଣିଜ୍ୟରେ ପ୍ରସାର ହେବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍‌ଭର ।
କୁମ୍ଭ- କୃଷ୍ଣପକ୍ଷ ବ୍ୟୟ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ ପରିଶ୍ରମ ମୁତାବକ କିଛିଟା ସୁଫଳ ପାଇବେ । ହଠାତ୍‌ ସୁଖବର ପାଇପାରନ୍ତି । ପରିବହନ ଓ ବାଣିଜ୍ୟରେ ସ୍ୱଳ୍ପ ଆୟ ହେବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-କଳା ।
ମୀନ- ଏକାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ସୁନାମ ପାଇବେ । ସାଂସାରିକ ସୁଖ ସମ୍ମାନ ପାଇବେ । ଚାକିରିରେ ମାନମର୍ଯ୍ୟାଦା ବୃଦ୍ଧି ହେବ । ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।