PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ଵର : ରାଜଧାନୀରୁ ଲୁଟେରା ଗ୍ୟାଙ୍ଗ ଗିରଫ, ୧୭୧ ଗ୍ରାମର ସୁନା ଜବତ
  • ||
  • ଢେଙ୍କାନାଳ : କପି ଯାଞ୍ଚ୍ ବାହାନାରେ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ, ପରୀକ୍ଷା କେନ୍ଦ୍ର ସମ୍ମୁଖରେ ଛାତ୍ରଛାତ୍ରୀଙ୍କ ଧାରଣା
  • ||
  • ଝାରସୁଗୁଡ଼ା : ଏସଏମସି ପାୱାର ଜେନେରେସନ କାରଖାନାରେ ଦୁର୍ଘଟଣା, ନିଆଁରେ ପୋଡ଼ି ହୋଇ ଶ୍ରମିକ ଗୁରୁତର
  • ||
  • ଭୁବନେଶ୍ଵର : ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କୁଲତା ସମାଜ, ନୃସିଂହନାଥ ପୀଠର ଉନ୍ନତିକରଣ ପଦକ୍ଷେପ ପାଇଁ ଦେଲେ ଧନ୍ୟବାଦ
  • ||
  • ମାର୍ଶାଘାଇ : ଦିନ ଦ୍ଵିପ୍ରହରେ ଲୁଟ୍, ମହିଳାଙ୍କୁ ଭୁଜାଲି ଦେଖାଇ ଅଳଙ୍କାର ଲୁଟିନେଲେ ୨ ଦୁର୍ବୃତ୍ତ
  • ||
  • ବିଜୟ ହଜାରେ ଟ୍ରଫି: ଇତିହାସ ରଚିଲେ ଋତୁରାଜ, ଗୋଟିଏ ଓଭରରେ ମାରିଲେ ୭ ଛକା
  • ||
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • କେନ୍ଦ୍ରାପଡ଼ା: ବାଲିଆ ବାଣ ବିସ୍ଫୋରଣ ଅଘଟଣ: ଏସ୍‌ସିବିରେ ଆଉ ଜଣଙ୍କ ମୃତ୍ୟୁ, ଆହୁରି ୧୧ ଜଣଙ୍କ ଅବସ୍ଥା ଗୁରୁତର
  • ||
  • କଟକ: ଡିସେମ୍ବର ୯ରୁ ମାଟ୍ରିକ୍‌ ଏସ୍‌ଏ-୧ ଖାତା ଦେଖା, ୫୬ଟି କେନ୍ଦ୍ରରେ ହେବ ମୂଲ୍ୟାୟନ
  • ||
  • ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଅସମ୍ଭାଳ: ୧୦ ଡିଗ୍ରୀ ତଳେ ୭ ସହର, ସେମିଳିଗୁଡା ସବୁଠୁ ଥଣ୍ଡା
  • ||

ଆଜିର ରାଶିଫଳ(୨୭/୦୯,ମଙ୍ଗଳବାର)

ମେଷ: ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ କିମ୍ବା କୌଣସି ସଭା ଓ ସଙ୍ଗଠନର ନେତୃତ୍ୱ ମିଳିପାରେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମହେବ ଏବଂ ବ୍ୟବସାୟର ଶାଖା ବଢ଼ାଇବା ପାଇଁ ସୁଯୋଗ ଜୁଟିବ । ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତିରହିବ ଏବଂ ସମସ୍ତଙ୍କ ବଶୀଭୂତ କରିବାର ଶକ୍ତି ଜାଗ୍ରତ ହେବ ।କର୍ମରେ ସଫଳତା, ସହକର୍ମୀଙ୍କର ସହଯୋଗ ଓ ସମସ୍ତଙ୍କର ସ୍ନେହ ଶ୍ରଦ୍ଧାର ପାତ୍ର ହେବେ । ଯେଉଁମାନଙ୍କର ଦ୍ୱିଜା ମେଷ ସେମାନେ ଉପକୃତ ହେବେ ।ଶୁଭରଙ୍ଗ-ଧଳା, ସଂଖ୍ୟା: ୧୧, ଆରାଧନା: ମା’ ଚଣ୍ଡୀ ।

ବୃଷ: ଘାତଚନ୍ଦ୍ର ଯୋଗୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ଦୂରଦୃଷ୍ଟି ଏବଂ ପ୍ରତ୍ୟୁତ୍ପନ୍ନମତି ପ୍ରୟୋଗରେ ଅସମର୍ଥ ହେବେ । ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖାଦେବ କିମ୍ବା ପିତାମାତାଙ୍କ ସହ ମତଭେଦ ଘଟିବ । ସନ୍ତାନମାନେ ବିଶୃଙ୍ଖଳିତ ହେବେ ଏବଂ ତାଙ୍କ କର୍ମକୁ ନେଇ ଚିନ୍ତିତ ହେବେ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗିରହିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ରହେବେ।ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ ସେମାନେ ସତର୍କ ହେବେ । ଶୁଭରଙ୍ଗ: ସିଲ୍‌ଭର, ସଂଖ୍ୟା: ୬, ଆରାଧନା: ପ୍ରଭୁଶ୍ରୀରାମ ।

ମିଥୁନ: ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ରୋଗୁବାଦ ବିବାଦ, ଆର୍ଥିକ କାରବାର, ସ୍ୱଜନରେ କଥାବାର୍ତ୍ତା କଲାବେଳେ ସତର୍କ ରହିବେ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖା ଦେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିିବ । ଧନକ୍ଷତି, ଯାନବାହନରେ ଖର୍ଚ୍ଚାନ୍ତ, ପରିବାରରେ ମତାନ୍ତର ଏବଂ ମାଲିମକଦ୍ଦମାରେ ପଡ଼ିପାରନ୍ତି । କର୍ମରେ ବିଫଳତା ଏବଂ ସହକର୍ମୀଙ୍କ ବିରୋଧର ଶିକାର ହେବେ ।ଯେଉଁମାନଙ୍କର ମୃଗଶିରା ମିଥୁନ ସେମାନେ ସତର୍କ ହେବେ ।ଶୁଭରଙ୍ଗ: କଫି, ସଂଖ୍ୟା: ୧୨, ଆରାଧନା : ମା’ ତ୍ରିପୁରସୁନ୍ଦରୀ ।

କର୍କଟ: ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି ଏବଂ ଭାଇଭଉଣୀଙ୍କ ପ୍ରତି ଆନ୍ତରିକତା ଅଧିକ ରହିବ । ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତି ମିଳିପାରେ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କର୍ମନିପୁଣତା ଦେଖାଦେବ । ସନ୍ଧ୍ୟା ୬ଟା ୧୮ ମିନିଟ୍‌ପରେ ଚତୁର୍ଥ ଚନ୍ଦ୍ରହେତୁ ମନରେ ଅସ୍ଥିରତା, କିଛି ସମସ୍ୟା ଦେଖାଦେଇପାରେ ।ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟସେମାନେ ଉପକୃତ ହେବେ ।ଶୁଭରଙ୍ଗ: ଲାଲ୍‌, ସଂଖ୍ୟା: ୫, ଆରାଧନା: ଭଗବାନ ଶିବ।

ସିଂହ: ଆର୍ଥିକ ସ୍ଥିତିରେଉନ୍ନତି, ଆକସ୍ମିକ ଧନଲାଭଏବଂ ଅନ୍ୟକୁ ଦେଇଥିôବା ଧନ ଫେରିପାଇବେ । ଆୟ ଓ ଧନ ପ୍ରତିମନରେ ଅଧିକ ଦୁର୍ବଳତା ପ୍ରକାଶ ପାଇବ ଏବଂ ଖର୍ଚ୍ଚ ଅପେକ୍ଷା ସଞ୍ଚୟରେ ଅଧିକ ଆଗ୍ରହ ଦେଖାଦେବ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମହେବ ଏବଂ ଆୟର କିଛି ଅଂଶ ସ୍ଥାୟୀ ଜମାରଖିବେ ।କର୍ମରେ ସଫଳତା ଯେତେ ଅଧିକ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ ।ଯେଉଁମାନଙ୍କର ପୂର୍ବା ଫାଲଗୁନୀ ସିଂହ ସେମାନେ ଉପକୃତ ହେବେ ।ଶୁଭରଙ୍ଗ: ଗୋଲାପୀ, ସଂଖ୍ୟା: ୩, ଆରାଧନା: ଭଗବାନ ବିଷ୍ଣୁ।

କନ୍ୟା: ଶ୍ରୀଚନ୍ଦ୍ର ଯୋଗୁ ଆମୋଦପ୍ରମୋଦ ଓ ମଉଜ ମଜଲିସରେ ଅଧିକ ଆଗ୍ରହ ରହିବ ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତିହେବ ।ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି ଏବଂ ସ୍ୱାସ୍ଥ୍ୟ ଉତ୍ତମରହିବ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ମିଳିବ ।କର୍ମରେ ପରିଶ୍ରମ ତୁଳନାରେ ଅଧିକସଫଳତା ଓ ସମ୍ମାନ ପ୍ରାପ୍ତିହେବ ।ଯେଉଁମାନଙ୍କର ହସ୍ତାକନ୍ୟା ସେମାନେ ଉପକୃତ ହେବେ ।ଶୁଭରଙ୍ଗ: ମେରୁନ୍‌, ସଂଖ୍ୟା: ୪, ଆରାଧନା: ମା’ ଛିନ୍ନମସ୍ତା ।

ତୁଳା: ଅପବ୍ୟୟ, ଅପବାଦ ଓ ଅପଯଶର ଶିକାରହେବେ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହଭାବ ପ୍ରକାଶ ପାଇବ ଏବଂ ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ।ସତ୍‌ସଙ୍ଗ ପରିତ୍ୟାଗ କରି କୁସଙ୍ଗରେ ପଡ଼ିବେ ଏବଂ ଠିକ୍‌ ସମୟରେ ଠିକ୍‌ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷାବ୍ୟୟ ଅଧିକ ରହିବ ଏବଂ କର୍ମରେ ବିଫଳତା ଓ କର୍ମପ୍ରତି ଅନାଗ୍ରହ ଭାବ ପ୍ରକାଶପାଇବ ।ଯେଉଁମାନଙ୍କର ଚିତ୍ରାତୁଳା ସେମାନେ ସତର୍କହେବେ ।ଶୁଭରଙ୍ଗ: ନୀଳ, ସଂଖ୍ୟା: ୧୨, ଆରାଧନା: ମା’ କମଳା ।

ବିଛା: ଏକାଦଶଚନ୍ଦ୍ର, ଦ୍ୱିତୀୟାତିଥି, ମଙ୍ଗଳବାରଏବଂସକାଳ ୬ଟା ୧୬ ମିନିଟ୍‌ ପରେ ମଙ୍ଗଳଙ୍କ ନକ୍ଷତ୍ର ଭୋଗ ହେଉଥିବା ଯୋଗୁଁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ । ଆର୍ଥିକ ଅବସ୍ଥାରେ ଉନ୍ନତି, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ବକେୟା ପଡ଼ିଥିବା ଧନପ୍ରାପ୍ତି ହେବ ।ମୂଲ୍ୟବାନ ଧାତୁ, ବସନ ଭୂଷଣ ଓ ଭୂମିକ୍ରୟ କରିବାର ସୁଯୋଗ ଜୁଟିବ ଏବଂ ବାଣିଜ୍ୟ, ବ୍ୟବସାୟରେ ଆୟ ଅତି ଉତ୍ତମହେବ ।କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲକରିବେ ।ଯେଉଁମାନଙ୍କର ଅନୁରାଧା ବିଛା ସେମାନେ ଉପକୃତହେବେ ।ଶୁଭରଙ୍ଗ: ଲାଲ୍‌, ସଂଖ୍ୟା: ୧୧, ଆରାଧନା: ମା’ ବଗଳାମୁଖୀ ।

ଧନୁ: ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ଓ ଆଗ୍ରହରହିବ ।ସମସ୍ତ କର୍ମରେ ଆଶାଠାରୁ ଅଧିକ ସଫଳତା ଏବଂ ଆଜି ସମସ୍ତ କଷ୍ଟସାଧ୍ୟ କାମ ଆପଣଙ୍କ ପାଇଁ ସହଜହେବ ।ମନରେ ସତ୍‌ଚିନ୍ତା, ସତ୍‌ଭାବନା ପ୍ରକାଶ ପାଇବ ଏବଂ ସତ୍‌କର୍ମ ପ୍ରତି ଅଧିକ ଆଗ୍ରହ ରହିବ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ ଦେହ ମନ ସୁସ୍ଥରହିବ ।ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ ସେମାନେ ସୁଫଳ ପାଇବେ।ଶୁଭରଙ୍ଗ: ହଳଦିଆ, ସଂଖ୍ୟା: ୨, ଆରାଧନା: ମା’ ଧୂମାବତୀ ।

ମକର : ଘାତବାର ଓ ମଙ୍ଗଳଙ୍କ ନକ୍ଷତ୍ର ଭୋଗହେଉଥିବା ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନରେ ଅସ୍ଥିରତା ଭାବ ପ୍ରକାଶ ପାଇବ ଏବଂ ମନ ବିଷାଦ ଗ୍ରସ୍ତହେବ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ ।ଗୁରୁଜନଙ୍କକୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଓ ରାଜନୈତିକ ବ୍ୟକ୍ତିଙ୍କ ଶୁଭ ଦୃଷ୍ଟିରେ ରହିବେ ।କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ କୃପାଲାଭ କରିବେ ।ଯେଉଁମାନଙ୍କର ଶ୍ରବଣା ମକର ସେମାନେ ଉପକୃତ ହେବେ ।ଶୁଭରଙ୍ଗ: ମେରୁନ୍‌, ସଂଖ୍ୟା: ୩, ଆରାଧନା : ମା’ ଭୈରବୀ ।

କୁମ୍ଭ : ଅଷ୍ଟମଚନ୍ଦ୍ର ଯୋଗୁ ଚାଲି ଚଳନ, ବ୍ୟବହାର ବିବାଦୀୟ ହେବ ଏବଂ ମନରେ ବିରକ୍ତି ଭାବ ପ୍ରକାଶପାଇବ ।ଉଚିତ୍‌ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍‌ କର୍ମରେ ଆଗ୍ରହ ରଖିବେ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷାବ୍ୟୟ ଦ୍ୱିଗୁଣ ଅଧିକରହିବ ଏବଂ କର୍ମରେ ବାଧାବିଘ୍ନ ଦେଖାଦେବ ।ଯେଉଁମାନଙ୍କର ଧନିଷ୍ଠା କୁମ୍ଭ ସେମାନେ ଦୁର୍ଘଟଣା ପ୍ରତି ସତର୍କ ହେବେ । ଶୁଭରଙ୍ଗ: ଇନ୍ଦ୍ରନୀଳ, ସଂଖ୍ୟା : ୧୧, ଆରାଧନା: ମା’ କମଳା ।

ମୀନ : ସପ୍ତମଚନ୍ଦ୍ର, ଘାତତିଥି ଓ ସନ୍ଧ୍ୟା ୬ଟା ୧୮ ମିନିଟ୍‌ପରେ ଅଷ୍ଟମଚନ୍ଦ୍ର ଭୋଗ ହେଉଥିବାରୁ ଗୁମନରେ ଅସ୍ଥିରତାଭାବ ପ୍ରକାଶ ପାଇବ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ ଅଥା ଖର୍ଚ୍ଚ କିଛି ଅଧିକ ହେବ। ମୂଲ୍ୟବାନ ଧାତୁ, ବସନଭୂଷଣ ଓ ଘରୋଇ ଉପକରଣ କ୍ରୟ କରିବେ ଏବଂ ମଉଜମସ୍ତିରେ ଅଧିକ ସମୟଦେବେ। କର୍ମରେ ସଫଳତା ମିଳିଲେ ମଧ୍ୟ ମନରେ ସନ୍ତୋଷ ଭାବ ରହିବ ନାହିଁ।ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀମୀନ ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ହଳଦିଆ, ସଂଖ୍ୟା : ୧, ଆରାଧନା: ପ୍ରଭୁଶ୍ରୀଜଗନ୍ନାଥ ।