PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ: ଜୁଲାଇ ୫ରେ ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ !
  • ||
  • ପୁରୀ: ଶ୍ରୀମନ୍ଦିରରେ ପହଞ୍ଚିଲା ଏଏସ୍‌ଆଇ ଟିମ୍‌, ଗର୍ଭଗୃହ ଓ ନାଟମଣ୍ଡପ ଫାଟର ସ୍ଥିତି ଓ ଏହାର ସୁରକ୍ଷା ସମ୍ପର୍କରେ ଯାଞ୍ଚ କରିବ ଟିମ୍‌
  • ||
  • ଖୋର୍ଦ୍ଧା: ବାଘମାରୀ ନିକଟରେ ରାସ୍ତାକଡକୁ ଖସିଲା ଲିଙ୍ଗରାଜ ବସ୍, ୨୦ ଯାତ୍ରୀ ଆହତ
  • ||
  • ପୁରୀ: ଆଜି ମିଳିବ ଆଡ଼ପ ଅବଢ଼ା
  • ||
  • ମହିଳା ହକି ବିଶ୍ୱକପ୍‌: ଆଜି ଇଂଲଣ୍ଡକୁ ଭେଟିବ ଭାରତ
  • ||
  • ଭଦ୍ରକ: ଭଦ୍ରକରେ ଦୁଇ କିନ୍ନର ଗୋଷ୍ଠୀ ମୁହାଁମୁହିଁ: ୫ ଜଣ ଗୁରୁତର, ୪ ଅଟକ
  • ||
  • ଭୁବନେଶ୍ୱର : ପଥରଗାଡ଼ିଆରେ ଅଦ୍ଭୂତ ବାଛୁରୀ ଜନ୍ମ, ଦେଖିବାକୁ ଲୋକଙ୍କ ଲାଗିଲା ଭିଡ଼
  • ||
  • ଭୁବନେଶ୍ୱର : ରାଜ୍ୟରେ ବଢ଼ିଲା ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩୪୬ ଜଣ କରୋନା ପଜିଟିଭ
  • ||

ଆଜିର ରାଶିଫଳ (୨୭/୫, ସୋମବାର)

ମେଷ- ଏକାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ ସମାଜରେ ପ୍ରସିଦ୍ଧି ବୃଦ୍ଧି ପାଇବ । ସାଂସାରିକ ଉନ୍ନତି କରିବେ । ଚାକିରିରେ ସହଯୋଗ ପାଇବେ । ରାଜନୀତିରେ ଲୋକ ସମ୍ପର୍କ ବୃଦ୍ଧି ପାଇବ । ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ୍‌ ।
ବୃଷ- ଦଶମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କୌଣସି ବଡ଼ ଧରଣର କାର୍ଯ୍ୟକୁ ତୁଲାଇ ଆଶ୍ୱସ୍ତି ହେବେ । ସାଂସାରିକ ସୁଖଶାନ୍ତି ପ୍ରାପ୍ତି ହେବ । ମହିଳାମାନେ ଆଦର ସମ୍ମାନ ପାଇବେ । ବାଣିଜ୍ୟରେ ଆୟ ବୃଦ୍ଧି ହେବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍‌ଭର ।
ମିଥୁନ- କୃଷ୍ଣପକ୍ଷ ନବମରେ ଘାତଚନ୍ଦ୍ର କାରଣରୁ ଭବିଷ୍ୟତ ଯୋଜନାକୁ ନେଇ ଦୁଶ୍ଚିନ୍ତାରେ ପଡ଼ିବେ । ସାଂସାରିକ ଅସହଯୋଗ ମନେ ହେବ । ମହିଳାମାନେ ବ୍ରତାଦି ଉପବାସ କରି ସ୍ୱାସ୍ଥ୍ୟ ସମସ୍ୟାରେ ପଡ଼ିପାରନ୍ତି । ବାଣିଜ୍ୟରେ ସମସ୍ୟା ରହିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ସିଲ୍‌ଭର ।
କର୍କଟ- ଅଷ୍ଟମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତି ରହିବ । ସାଂସାରିକ ଅର୍ଥହାନି ଓ ମନସ୍ତାପ ଦେଖାଦେବ । ଚାକିରିରେ ସ୍ଥାନାନ୍ତର ହୋଇପାରେ । ବାଣିଜ୍ୟରେ ହାନି ହୋଇପାରେ । ଶୁଭଅଙ୍କ-୩, ଶୁଭ ରଙ୍ଗ-ଗୋଲ୍‌ଡେନ୍‌ ।
ସିଂହ-ସପ୍ତମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ର ଉତ୍ସାହଜନକ ରହିବ । ସାଂସାରିକ ବସ୍ତ୍ରାଦି ଆଭୁଷଣ ପ୍ରାପ୍ତିର ଯୋଗ ରହିଛି । ଚାକିରିରେ ସହଯୋଗ ମିଳିବ । ବାଣିଜ୍ୟରେ ଲାଭଜନକ ରହିବ । ଶୁଭଅଙ୍କ-୯, ଶୁଭ ରଙ୍ଗ-ମେରୁନ୍‌ ।
କନ୍ୟା- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ ପରିଶ୍ରମର ଫଳ ପାଇବେ । ସାଂସାରିକ ଚଳଚଞ୍ଚଳ ରହିବେ । ମହିଳାମାନେ ରକ୍ଷଣଶୀଳ ହେବେ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍‌ଭର ।
ତୁଳା- କୃଷ୍ଣପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ଅନିଶ୍ଚିତତା ଭିତରେ ଗତି କରିବେ । ସାଂସାରିକ କୌଣସି ବିଷୟକୁ ନେଇ ଚିନ୍ତାରେ ରହିବେ । ବାଣିଜ୍ୟରେ ମାନ୍ଦା ରହିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା ।
ବିଛା- କୃଷ୍ଣପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଚଳନ ହେତୁ ଦିନଟି ଚଳଚଞ୍ଚଳ ରହିବେ । ସାଂସାରିକ ଅତିଥିଙ୍କର ଆଗମନ ହୋଇପାରେ । ରାଜନୀତିରେ ପ୍ରସିଦ୍ଧି ବଢ଼ିବ । ବାଣିଜ୍ୟରେ ଲାଭାନ୍ୱିତ ହେବେ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।
ଧନୁ- ପରାକ୍ରମ ସ୍ଥାନରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ସବୁ କ୍ଷେତ୍ରରେ ଆଗେଇ ଚାଲିବେ । ସାଂସାରିକ ଧନ ସମ୍ମାନ ମିଳିବ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ଉତ୍ତମ ଲାଭ ମିଳିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍‌ ।
ମକର- କୃଷ୍ଣପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ସମସ୍ୟା ରହିବ । ସାଂସାରିକ ଭୁଲ୍‌ ବୁଝାମଣା ରହିବ । ଚାକିରିରେ ଅବହେଳା ରହିବ । ପରିବହନ ଓ ବାଣିଜ୍ୟରେ ପ୍ରତିକୂଳତା ରହିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-କଳା ।
କୁମ୍ଭ- ଶ୍ରୀଚନ୍ଦ୍ରଙ୍କ କାରଣରୁ ଦିନଚର୍ଯ୍ୟା ବିଳାସପୂର୍ଣ୍ଣ ହୋଇପାରେ । ସାଂସାରିକ ଉଚ୍ଚ ଆଶା ପୂରଣ ହେବ । ଚାକିରିରେ ପ୍ରଶଂସିତ ହେବେ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌ ।
ମୀନ- ଘାତଚନ୍ଦ୍ର କାରଣରୁ ବିଷମ ପରିସ୍ଥିତି ଦେଇ ଗତି କରିବେ । ସାଂସାରିକ ଅଶାନ୍ତି ରହିବ । ଚାକିରିରେ ପ୍ରତିକୂଳ ସ୍ଥିତି ରହିବ । ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକ ରହିବ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି ।