ମେଷ :ଦ୍ୱାଦଶଚନ୍ଦ୍ର, ଶନିବାର ଓ ସକାଳ ୯ଟା ୧୦ମିନିଟ୍ ପରେ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅପବ୍ୟୟ, ଅପବାଦ, ଅପଯଶର ଶିକାର ହେବେ ଏବଂ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ । ଅଯଥା ଖର୍ଚ୍ଚ, ବଦ୍ ଖର୍ଚ୍ଚ ଓ ପରିବାରର ଖର୍ଚ୍ଚ ଭାରବୃଦ୍ଧି ପାଇବ ଏବଂ ଖର୍ଚ୍ଚ ଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ି ପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖା ଦେବ । ଯେଉଁମାନଙ୍କର ଦ୍ୱିଜା ମେଷ ସେମାନେ ସତର୍କ ହେବେ ।

ଶୁଭରଙ୍ଗ: ଗେରୁଆ, ସଂଖ୍ୟା : ୬, ଆରାଧନା : ପ୍ରଭୁହନୁମାନ ।

ବୃଷ :ଘାତବାର ଓ ଏକାଦଶ ଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ଆକସ୍ମିକ ଧନ ଲାଭ, କୌଣସି ବିଶେଷ ସୂତ୍ରରୁ ଧନ ପ୍ରାପ୍ତି ଓ ଅନ୍ୟକୁ ଦେଇଥିବା ଧନ ଏବଂ ହୃତଧନ ଫେରିପାଇବେ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତି ମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ଧନର ସତ୍ ବିନିଯୋଗ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ । ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ ସେମାନେ ଉପକୃତ ହେବେ ।

ଶୁଭରଙ୍ଗ : ନୀଳ, ସଂଖ୍ୟା : ୪, ଆରାଧନା : ମା’ କମଳା ।

ମିଥୁନ :ଦଶମ ଚନ୍ଦ୍ର, ଶନିବାର ଓ ସକାଳ ୯ଟା ୧୦ମିନିଟ୍ ପରେ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ପୂର୍ବରୁ ହୋଇଥିବା କ୍ଷତିର ଭରଣା କରିବାରେ କିଛିମାତ୍ରାରେ ସମର୍ଥ ହେବେ ଏବଂ ଅସମ୍ପୂର୍ଣ୍ଣ କର୍ମକୁ ପୂର୍ଣ୍ଣାଙ୍ଗ କରିବାରେ ସମର୍ଥ ହେବେ । କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ ଏବଂ ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ଓ ଗୁରୁତ୍ୱ ଦେବେ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଓ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁ ବର୍ତ୍ତିତା ଆପଣାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କାର୍ଯ୍ୟ ଦକ୍ଷତା ପ୍ରକାଶ ପାଇବ। ଯେଉଁମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ ସେମାନେ ସୁଫଳ ପାଇବେ ।

ଶୁଭରଙ୍ଗ : କଫି, ସଂଖ୍ୟା : ୪, ଆରାଧନା: ମା’ ଛିନ୍ନମସ୍ତା ।

କର୍କଟ :ଶୁକ୍ଳପକ୍ଷର ନବମ ଚନ୍ଦ୍ରଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କ୍ରୟ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନ ଓ ଧ୍ୟାନ ଉଭୟ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ଉଚ୍ଚ ପଦବୀ ପ୍ରାପ୍ତି ହେବ । ଯେଉଁମାନଙ୍କର ପୁନ ର୍ବସୁ ଓ ଅଶ୍ଳେଷା କର୍କଟ ସେମାନେ ଉପକୃତ ହେବେ ।

ଶୁଭରଙ୍ଗ : ଧଳା, ସଂଖ୍ୟା : ୩, ଆରାଧନା : ମା’ ଭୁବନେଶ୍ୱରୀ ।

ସିଂହ :ଘାତବାର, ଅଷ୍ଟମଚନ୍ଦ୍ର, ଅପରାହ୍ନ ୧ଟା ୧୦ମିନିଟ୍ ପରେ ଅଷ୍ଟମୀ ତିଥି ସକାଳ ୯ଟା ୧୦ମିନିଟ୍ ପରେ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦ ବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ, ଗ୍ୟାସ୍, ଇଲେକ୍ଟ୍ରିକ୍ ଦ୍ରବ୍ୟ ବ୍ୟବହାର ଏବଂ ଯାନ ବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ଧନ କ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ପୂର୍ବା ଫାଲ୍ଗୁନୀସିଂହ ସେମାନେ ସତର୍କ ହେବେ ।

ଶୁଭରଙ୍ଗ : ସିଲ୍ଭର, ସଂଖ୍ୟା : ୧୧, ଆରାଧନା : ପ୍ରଭୁଶ୍ରୀଜଗନ୍ନାଥ ।

କନ୍ୟା :ଘାତବାର ଓ ସପ୍ତମଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ଶୁଭ ଫଳ ମିଳିଲେ ମଧ୍ୟ କିଛି ସମସ୍ୟା ଓ ବିଘ୍ନ ଉପୁଜିବ । ମାନସିକ, ପାରିବାରିକ ଶାନ୍ତି, ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ଏବଂ ପରିବାରରେ ସ୍ୱର୍ଗୀୟ ସୁଖ ଅନୁଭୂତ ହେବ । ମୂଲ୍ୟବାନ ଧାତୁ, ବସନ ଭୂଷଣ, ସୌଖୀନ ଘରୋଇ ଉପକରଣ କ୍ରୟ କରିବେ ଏବଂ ଆମୋଦପ୍ରମୋଦରେ ଅଧିକ ଧନ ବ୍ୟୟ କରିବେ । ପରିଚିତ ମହିଳାଙ୍କ ଠାରୁ ସାହାଯ୍ୟ ଓ ଧନ ମିଳିବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଯେଉଁମାନଙ୍କର ଉତ୍ତରା ଫାଲ୍ଗୁନୀ ଓ ଚିତ୍ରାକନ୍ୟା ସେମାନେ ସୁଫଳ ପାଇବେ ।

ଶୁଭରଙ୍ଗ :ସବୁଜ, ସଂଖ୍ୟା : ୧୨, ଆରାଧନା : ମା’ତ୍ରିପୁରସୁନ୍ଦରୀ ।

ତୁଳା :ଷଷ୍ଠଚନ୍ଦ୍ର, ଶନିବାର, ସକାଳ ୯ଟା ୧୦ମିନିଟ୍ ପରେ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ପୁରାତନ ରୋଗରୁ ଆରୋଗ୍ୟ ହେବାର ସହଜ ଉପାୟ ମିଳିବ ଏବଂ ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ । ଆର୍ଥିକ ଅବସ୍ଥାରେ ସ୍ୱଚ୍ଛତା ଆସିବ ଏବଂ ଋଣମୁକ୍ତ ହେବାକୁ ଉଦ୍ୟମ କରିବେ । ପରୋ ପକାର, ସମାଜ ସେବା, ଧାର୍ମିକ କର୍ମରେ ଆଗ୍ରହ ରହିବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା ସେମାନେ ସୁଫଳ ପାଇବେ ।

ଶୁଭରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ମା’ ଗାୟତ୍ରୀ ।

ବିଛା:ଶୁକ୍ଳପକ୍ଷର ପଞ୍ଚମ ଚନ୍ଦ୍ରଯୋଗୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି ଓ ସ୍ମରଣ ଶକ୍ତିର ବିକାଶ ଘଟିବ ଏବଂ ଆପଣଙ୍କ ବାକ୍ ବିଚକ୍ଷଣତା ପ୍ରକାଶ ପାଇବ । ସନ୍ତାନମାନେ ଆଜ୍ଞାଧୀନ ହେବେ ଏବଂ ତାଙ୍କର ଶିକ୍ଷା, ଦୀକ୍ଷା ଓ କର୍ମରେ ଉନ୍ନତି ଆସିବ । ପୁରାତନ ବିବାଦ, ପାରିବାରିକ ବିବାଦର ସମାଧାନ ହେବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠାବିଛା, ସେମାନେ ଉପକୃତ ହେବେ ।

ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୩, ଆରାଧନା : ପ୍ରଭୁସ୍କନ୍ଦ ।

ଧନୁ :ଘାତଚନ୍ଦ୍ର ଯୋଗୁ ବାଦ ବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ ଏବଂ ଯାନ ବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ ଏବଂ ପଦସ୍ଥ ଅଧିକାରୀ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ କଥାବାର୍ତ୍ତାବେଳେ ଯଥା ସମ୍ଭବ ବାକ୍ ସଂଯମତା ରକ୍ଷା କରିବେ । ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ଧନକୁ ନେଇ ବିବାଦ, ମାଲିମକଦ୍ଦମାରେ ପଡ଼ି ପାରନ୍ତି ଏବଂ ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ ସେମାନେ ସତର୍କ ହେବେ ।

ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା : ପ୍ରଭୁଗଜାନନ ।

ମକର :ତୃତୀୟ ଚନ୍ଦ୍ର, ଶନିବାର ଓ ସକାଳ ୯ଟା ୧୦ମିନିଟ୍ ପରେ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷପୂର୍ଣ୍ଣ ହେବ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ସ୍ୱଜନ, ପରିଜନ, ଭାଇଭଉଣୀଙ୍କ ସହଯୋଗ ମିଳିବ ଏବଂ ଦେହ, ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ଯେଉଁମାନଙ୍କର ଉତ୍ତରା ଷାଢ଼ା ଓ ଧନିଷ୍ଠାମକର ସେମାନେ ସୁଫଳ ପାଇବେ ।

ଶୁଭରଙ୍ଗ :କଳା, ସଂଖ୍ୟା : ୩, ଆରାଧନା : ମା’ କାଳୀ ।

କୁମ୍ଭ :ତୃତୀୟଚନ୍ଦ୍ର, ଶନିବାର, ଅପରାହ୍ନ ୧ଟା ୧୦ମିନିଟ୍ ପରେ ଦଶମୀତିଥି ଓ ସକାଳ ୯ଟା ୧୦ମିନିଟ୍ ପରେ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ ଓ ଆୟ ପ୍ରତି ମନରେ ଦୁର୍ବଳତା ପ୍ରକାଶ ପାଇବ ଏବଂ ଧନ ଓ ଆୟ ଯେତେ ଅଧିକ ମିଳିଲେ ମଧ୍ୟ ମନରେ ଆତ୍ମ ସନ୍ତୋଷ ଓ ଆତ୍ମ ତୃପ୍ତିମିଳିବ ନାହିଁ । ଆୟର ନୂତନ ମାର୍ଗ ଖୋଲିବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ । ଧନର ସତ୍ ବିନିଯୋଗ କରିବେ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ କିଛି ସମସ୍ୟା ଦେଖାଦେବ । ଯେଉଁମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ରକୁମ୍ଭ ସେମାନେ ସୁଫଳ ପାଇବେ ।

ଶୁଭରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୧, ଆରାଧନା: ମା’ ଭୈରବୀ ।

ମୀନ :ଶ୍ରୀଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ଚାଲି ଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଆମୋଦ ପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ମୂଲ୍ୟବାନ ଧାତୁ, ବସନ ଭୂଷଣ, ସୌଖୀନ ଘରୋଇ ଉପକରଣ କ୍ରୟ କରିବେ ଏବଂ ପରିବାର ପ୍ରତି ଅଧିକ ଧ୍ୟାନ ଦେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ମିଳିବ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀମୀନ ସେମାନେ ଉପକୃତ ହେବେ ।

ଶୁଭରଙ୍ଗ : ଲାଲ, ସଂଖ୍ୟା : ୨, ଆରାଧନା : ମା’ ଧୂମାବତୀ ।

ଜ୍ୟୋତିର୍ବିଦ୍ : କୈଳାସ ଦାଶ

ଯୋଗାଯୋଗ : ୯୪୩୭୧୩୩୪୭୩