ମେଷ :ଦଶମ ଚନ୍ଦ୍ର, ମଙ୍ଗଳବାର ଓ ଚନ୍ଦ୍ର, ମଙ୍ଗଳ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣ ହେବ । ମନରେ ସତ୍ଚିନ୍ତା, ସଦ୍ଭାବନା ପ୍ରକାଶ ପାଇବ ଏବଂ ସତ୍କର୍ମରେ ଅଧିକ ଆଗ୍ରହ ରହିବ । ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନାଦୃତ ହେବ ଓ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା ଓ ସମସ୍ତ କର୍ମ ଆଜି ଆପଣଙ୍କ ପାଇଁ ସହଜ ହେବ । ଯେଉଁମାନଙ୍କର ଦ୍ୱିଜା ମେଷ, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ : ଗେରୁଆ, ସଂଖ୍ୟା : ୬, ଆରାଧନା : ପ୍ରଭୁ ସ୍କନ୍ଦ ।
ବୃଷ :ନବମ ଚନ୍ଦ୍ର, ଦ୍ୱିତୀୟା ତିଥି ଯୋଗୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନ ସମ୍ପର୍କ ବୃଦ୍ଧି ପାଇବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ଗୁରୁଜନଙ୍କ ପ୍ରତି ସମ୍ମାନ, ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁ ମାନଙ୍କର ରୋହିଣୀ ବୃଷ, ସେମାନେ ସୁଫଳ ପାଇବେ ।ଶୁଭ ରଙ୍ଗ :ସିଲ୍ଭର, ସଂଖ୍ୟା : ୧୨, ଆରାଧନା : ମା’ ଗାୟତ୍ରୀ ।
ମିଥୁନ :ଅଷ୍ଟମ ଚନ୍ଦ୍ର ଯୋଗୁ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତାର ପଶ୍ଚାତ୍ଧାବନ କରିବେ ଏବଂ ପରିବାରରେ ଅଶାନ୍ତିର ବାତାବରଣ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ । କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକସଦୃଶ ମନେ ହେବ । ଯେଉଁମାନଙ୍କର ମୃଗଶିରା ମିଥୁନ, ସେମାନେ ସତର୍କ ହେବେ । ଶୁଭ ରଙ୍ଗ : ମେରୁନ୍, ସଂଖ୍ୟା : ୪, ଆରାଧନା : ମା’ ତ୍ରିପୁରସୁନ୍ଦରୀ ।
କର୍କଟ :ସପ୍ତମ ଚନ୍ଦ୍ର, ମଙ୍ଗଳବାର ଓ ଚନ୍ଦ୍ର, ମଙ୍ଗଳ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା, ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତ ହେବ ।ପୁତ୍ର,କନ୍ୟା, ଭ୍ରାତୃ, ଭଗ୍ନୀଙ୍କ ବୈବାହିକ କର୍ମର ଆୟୋଜନ କରିବେ କିମ୍ବା ପରିବାର ସହ କୌଣସି ବୈବାହିକ କର୍ମରେ ଯୋଗଦେବେ । ଆମୋଦପ୍ରମୋଦ, ମଉଜ ମଜଲିସରେ ଅଧିକ ଆଗ୍ରହ ରହିବ । ପରିବାର ପ୍ରତି ମନରେ ଅଧିକ ଦୁର୍ବଳତା ପ୍ରକାଶ ପାଇବ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସାହାଯ୍ୟ, ସହଯୋଗ ପ୍ରାପ୍ତ ହେବ । ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ: ଧଳା, ସଂଖ୍ୟା : ୩, ଆରାଧନା : ମା’ ସମଲେଶ୍ୱରୀ ।
ସିଂହ :ଘାତଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କସହ ତିକ୍ତତା, ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା ଏବଂ ନିଜର ଲୋକମାନେ ଶତ୍ରୁତା ଆଚରଣ କରିବେ । ଅପବ୍ୟୟ, ଅପବାଦ, ଅପଯଶର ଶିକାର ହେବେ ଏବଂ ଋଣଗ୍ରସ୍ତ ହୋଇପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଠାରୁ ବ୍ୟୟ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ଉତ୍ତରା ଫାଲଗୁନୀ ସିଂହ, ସେମାନେ ସତର୍କ ହେବେ । ଶୁଭ ରଙ୍ଗ : ଲାଲ୍, ସଂଖ୍ୟା : ୩, ଆରାଧନା : ମା’ ମାଣିକେଶ୍ୱରୀ ।
କନ୍ୟା :ପଞ୍ଚମ ଚନ୍ଦ୍ର ଓ ଅପରାହ୍ଣ ୧ଟା ୦୭ ମିନିଟ୍ ପର୍ଯ୍ୟନ୍ତ ଘାତ ନକ୍ଷତ୍ର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ଶାରୀରିକ ପୀଡ଼ା ଭୋଗିବେ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନ ସମ୍ପର୍କ ବୃଦ୍ଧି ପାଇବ ଏବଂ ପରିବାରରେ ସୁଖଶାନ୍ତିର ପରିବେଶ ରହିବ । ସନ୍ତାନମାନଙ୍କର ଶିକ୍ଷାଦୀକ୍ଷା, ଚାଲିଚଳନ, କର୍ମରେ ଉନ୍ନତି ଆସିବ ଏବଂ ସେମାନେ ଉଚ୍ଚଶିକ୍ଷା ପାଇବାକୁ ଯୋଗ୍ୟ ବିବେଚିତ ହେବେ । ପୈତୃକ ସମ୍ପତ୍ତିକୁ ନେଇ ଥିବା ବିବାଦର ସମାଧାନ ହେବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ । କର୍ମରେ ସଫଳତା ମିଳିଲେ ମଧ୍ୟ ସମସ୍ୟା ଦେଖାଦେବ । ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ : କଫି, ସଂଖ୍ୟା : ୮, ଆରାଧନା : ମା’ ଛିନ୍ନମସ୍ତା ।
ତୁଳା :ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ପରିବାରରେ ଅଶାନ୍ତିର ବାତାବରଣ ରହିବ । ପାରିବାରିକ ବିବାଦ, ଜମିଜମା ବିବାଦର ଉଗ୍ରରୂପ ଧାରଣ କରିବ ଏବଂ ବନ୍ଧୁବାନ୍ଧବ, ପଡ଼ୋଶୀଙ୍କ ବିରୋଧର ଶିକାର ହେବେ । ଅନ୍ୟଠାରୁ ଆଣିଥିବା ଧନ ଫେରେଇବାର ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାର ବିଫଳ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ । କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ଚିତ୍ରା ତୁଳା, ସେମାନେ ସତର୍କ ହେବେ । ଶୁଭ ରଙ୍ଗ :ସିଲ୍ଭର, ସଂଖ୍ୟା : ୧୨, ଆରାଧନା : ମା’ କମଳା ।
ବିଛା :ଦ୍ୱିତୀୟ ଚନ୍ଦ୍ର, ମଙ୍ଗଳବାର ଓ ଚନ୍ଦ୍ର, ମଙ୍ଗଳ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ଭାଇଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆୟର ନୂତନ ମାର୍ଗ ଖୋଲିବ ।ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ମନରେ ଦୃଢ଼ ଇଚ୍ଛାଶକ୍ତି, ଆତ୍ମବିଶ୍ୱାସ ପ୍ରକାଶ ପାଇବ ଏବଂ ମନୋବଳ ଦୃଢ଼ ହେବ । ନୂତନ କର୍ମାରମ୍ଭ, ବ୍ୟବସାୟାରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା, ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ : ଗୋଲାପୀ, ସଂଖ୍ୟା : ୩, ଆରାଧନା : ପ୍ରଭୁ ହନୁମାନ ।
ଧନୁ :ଶୁକ୍ଳପକ୍ଷର ଦ୍ୱିତୀୟ ଚନ୍ଦ୍ର ଏବଂ ଦ୍ୱିତୀୟା ତିଥି, ମଙ୍ଗଳବାର ଓ ଚନ୍ଦ୍ର, ମଙ୍ଗଳ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆୟର ନୂତନ ମାର୍ଗ ଖୋଲିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି, ଅନ୍ୟକୁ ଦେଇଥିବା ଧନ ଫେରିପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ଉପକୃତ ହେବେ ।ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୨, ଆରାଧନା : ପ୍ରଭୁ ଗଜାନନ ।
ମକର :ଶ୍ରୀଚନ୍ଦ୍ର ଓ ଘାତବାର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ପୁତ୍ର, କନ୍ୟା, ଭ୍ରାତୃ, ଭଗ୍ନୀଙ୍କର ବୈବାହିକ କର୍ମର ଆୟୋଜନ କରିବେ କିମ୍ବା ପରିବାର ସହ କୌଣସି ବୈବାହିକ କର୍ମରେ ଯୋଗଦେବେ । ପରୋପକାର, ସମାଜସେବା, ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ଲକ୍ଷ୍ମୀଙ୍କର କୃପା ଆପଣଙ୍କ ଉପରେ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ, ଆତ୍ମତୃପ୍ତି ରହିବ । କର୍ମରେ ସଫଳତା, ସମ୍ମାନ, ସହକର୍ମୀଙ୍କ ସହଯୋଗ ଓ ପଦସ୍ଥ ଅଧିକାରୀଙ୍କ କୃପାଲାଭ କରିବେ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୧୧, ଆରାଧନା : ମା’ ଭୈରବୀ ।
କୁମ୍ଭ :ଦ୍ୱାଦଶ ଚନ୍ଦ୍ର ଯୋଗୁ ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ । କର୍ମରେ ବିଫଳତା ଓ କର୍ମ ପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ଧନିଷ୍ଠା କୁମ୍ଭ, ସେମାନେ ସତର୍କ ହେବେ । ଶୁଭ ରଙ୍ଗ : ମାଟିଆ, ସଂଖ୍ୟା : ୩, ଆରାଧନା : ମା’ ଚଣ୍ଡୀ ।
ମୀନ :ଏକାଦଶ ଚନ୍ଦ୍ର, ଦ୍ୱିତୀୟା ତିଥି ମଙ୍ଗଳବାର ଓ ଚନ୍ଦ୍ର, ମଙ୍ଗଳ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତିବଦ୍ଧ ହେବେ । ନୂତନ କର୍ମାରମ୍ଭ, ବ୍ୟବସାୟାରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ଧନର ସତ୍ ବିନିଯୋଗ କରିବେ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା, ଉଚ୍ଚ ସମ୍ମାନ,ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।
ଜ୍ୟୋତିର୍ବିଦ୍: କୈଳାସ ଦାଶ ୯୪୩୭୧୩୩୪୭୩