ମେଷ :ଚତୁର୍ଥ ଓପଞ୍ଚମ ଚନ୍ଦ୍ର, ଘାତବାର, ଅପରାହ୍ଣ ୨ଟା ୩୮ ମିନିଟ୍ ପରେ ଘାତ ନକ୍ଷତ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା, ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ ଏବଂ ଆର୍ଥିକ ଠକାମିରେ ପଡ଼ିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇପାରେ ଏବଂ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ି ପାରନ୍ତି । ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋ ମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଇତରଜନଠାରୁ ଅପମାନ ପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର କୃତ୍ତିକା ଓ ଅଶ୍ୱିନୀ ମେଷ ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଗେରୁଆ, ସଂଖ୍ୟା : ୬, ଆରାଧନା : ପ୍ରଭୁହନୁମାନ ।
ବୃଷ :ଅପରାହ୍ନ ୨ଟା ୩୮ ମିନିଟ୍ ପର୍ଯ୍ୟନ୍ତ ତୃତୀୟ ଚନ୍ଦ୍ରଯୋଗୁ ସେ ସମୟ ପର୍ଯ୍ୟନ୍ତ ମନରେ ପ୍ରସନ୍ନତା, ପରିବାରରେ ସୁଖ ଶାନ୍ତି, ସ୍ୱଜନରେ ସୁ ସମ୍ପର୍କ ଏବଂ ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଏହାପରେ ଚତୁର୍ଥ ଚନ୍ଦ୍ରଯୋଗୁ ମନରେ ଅସ୍ଥିରତା, ପରିବାରରେ ମନୋ ମାଳିନ୍ୟ, ସ୍ୱଜନରେ ବିବାଦ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ ।ଯେଉଁମାନଙ୍କର କୃତ୍ତିକା ଓ ରୋହିଣୀ ବୃଷ ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ମା’ କମଳା ।
ମିଥୁନ :ଦ୍ୱିତୀୟ ଓ ତୃତୀୟ ଚନ୍ଦ୍ର, ରବିବାର ଓ ବୁଧ, କେତୁ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖ ଶାନ୍ତି, ସ୍ୱଜନରେ ସୁ ସମ୍ପର୍କ ଏବଂ ଭାଇ ଭଉଣୀଙ୍କ ସହ ସମ୍ପର୍କ ନିବିଡ଼ ହେବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତକର୍ମରେ ସୁ ଚିନ୍ତିତ ପଦକ୍ଷେପ ଗ୍ରହଣ କରିବେ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ମୃଗ ଶିରା ଓ ଆର୍ଦ୍ରାମିଥୁନ ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ:କଫି, ସଂଖ୍ୟା : ୧୨, ଆରାଧନା : ମା’ ଛିନ୍ନମସ୍ତା ।
କର୍କଟ :ଅପରାହ୍ନ ୬ଟା ୩୮ ମିନିଟ୍ ପର୍ଯ୍ୟନ୍ତ ଶ୍ରୀଚନ୍ଦ୍ରଯୋଗୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁ ସମ୍ପର୍କ, ପରିବାରରେ ସୁଖ ଶାନ୍ତି, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଏହାପରେ ଘାତ ଚନ୍ଦ୍ର ଯୋଗୁ ମନ ଅସ୍ଥିର ବିଷାଦ ଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ପୂର୍ବରୁ କରିଥିବା ଆୟ ବଦ୍ ଖର୍ଚ୍ଚରେ ଯିବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ କର୍ମ ପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା: ୧, ଆରାଧନା : ମା’ ସମଲେଶ୍ୱରୀ ।
ସିଂହ :ଅପରାହ୍ନ ୨ଟା ୩୮ ମିନିଟ୍ ପର୍ଯ୍ୟନ୍ତ ଦ୍ୱାଦଶ ଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଓ ଦୂରସ୍ଥାନକୁ ଯାତ୍ରା କାଳରେ ସତର୍କତା ଅବଲମ୍ବନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖା ଦେବ । ଏହାପରେ ଶ୍ରୀଚନ୍ଦ୍ର, ରବିବାର ଯୋଗୁ ପରିସ୍ଥିତିରେ ସାମାନ୍ୟ ପରିବର୍ତ୍ତନ ଆସିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ ଅସମ୍ପୂର୍ଣ୍ଣ କର୍ମକୁ ପୂର୍ଣ୍ଣାଙ୍ଗ ରୂପଦେବାରେ ସମର୍ଥ ହେବେ । ଯେଉଁମାନଙ୍କର ଉତ୍ତରା ଫାଲ୍ଗୁନୀ ଓ ପୂର୍ବା ଫାଲ୍ଗୁନୀ ସିଂହ ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ଗୋଲାପି,ସଂଖ୍ୟା: ୩, ଆରାଧନା : ପ୍ରଭୁଶ୍ରୀଜଗନ୍ନାଥ ।
କନ୍ୟା :ଅପରାହ୍ନ ୨ଟା ୩୮ମିନିଟ୍ ପର୍ଯ୍ୟନ୍ତ ଏକାଦଶଚନ୍ଦ୍ର ଓ ଏକାଦଶୀ ତିଥି, ରବିବାର ଏବଂ ବୁଧ, କେତୁ ଉଭୟଙ୍କ ନକ୍ଷତ୍ର ଭୋଗହେଉଥିବାରୁ ଆକସ୍ମିକ ଧନ ଲାଭ, କୌଣସି ବିଶେଷ ସୂତ୍ରରୁ ଧନ ପ୍ରାପ୍ତି ଏବଂ ହୃତ ଧନ ଫେରିପାଇବେ । ଆୟର ନୂତନ ମାର୍ଗ ଖୋଲିବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମ ଆପଣଙ୍କ ପାଇଁ ଆଜି ସହଜ ହେବ । ଏହାପରେ ଦ୍ୱାଦଶଚନ୍ଦ୍ର ଯୋଗୁ ଅଯଥା ଖର୍ଚ୍ଚ, ବଦ୍ ଖର୍ଚ୍ଚ, ପରବାରର ଖର୍ଚ୍ଚ ଭାର ବୃଦ୍ଧି ପାଇବ ଏବଂ ଆର୍ଥିକ ସଙ୍କଟ ଉପୁଜିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ ବିବାଦୀୟ ହେବ । ଯେଉଁମାନଙ୍କର ହସ୍ତା କନ୍ୟା ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ :ମେରୁନ୍, ସଂଖ୍ୟା: ୮, ଆରାଧନା : ଭଗବାନ ବିଷ୍ଣୁ ।
ତୁଳା :ଦଶମ ଓ ଏକାଦଶଚନ୍ଦ୍ର ଓ ବୁଧ, କେତୁ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ବିଭିନ୍ନ ଉତ୍ସରୁ ଧନ ପ୍ରାପ୍ତି ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ । ଯେଉଁମାନଙ୍କର ସ୍ୱାତୀ ତୁଳା ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ଧଳା, ସଂଖ୍ୟା : ୪, ଆରାଧନା : ପ୍ରଭୁଶ୍ରୀରାମ ।
ବିଛା :ନବମ ଓ ଦଶମଚନ୍ଦ୍ର, ରବିବାର ଯୋଗୁ କର୍ମ ପ୍ରତି ଏକାଗ୍ରତା, ଆନ୍ତରିକତା ବୃଦ୍ଧି ପାଇବ ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମ କୁଶଳତା, କର୍ମ ତତ୍ପରତା ଓ କାର୍ଯ୍ୟ ଦକ୍ଷତା ପ୍ରକାଶ ପାଇବ । ଗୁରୁଜନଙ୍କ ପ୍ରତି ସମ୍ମାନ, ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା, ଆନ୍ତରିକତା ଅଧିକ ରହିବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ପରୋପକାର, ସମାଜସେବା, ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ଉଚ୍ଚ ସମ୍ମାନ ମିଳିବ । ଯେଉଁମାନଙ୍କର ଅନୁରାଧା ବିଛା ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୧୧, ଆରାଧନା :ପ୍ରଭୁସ୍କନ୍ଦ ।
ଧନୁ :ଅପରାହ୍ନ ୨ଟା ୩୮ ମିନିଟ୍ ପର୍ଯ୍ୟନ୍ତ ଅଷ୍ଟମ ଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ଧନ କ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋ ମାଳିନ୍ୟ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଅଯଥା ଖର୍ଚ୍ଚ, ବଦ୍ ଖର୍ଚ୍ଚ, ପରିବାରର ଖର୍ଚ୍ଚ ଭାର ବୃଦ୍ଧି ପାଇବ ଏବଂ ମନ ଅସ୍ଥିର, ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ବାଧା ବିଘ୍ନ ଲାଗି ରହିବ । ଏହାପରେ ନବମ ଚନ୍ଦ୍ର ଯୋଗୁ ପରିସ୍ଥିତିରେ କିଛିଟା ପରିବର୍ତ୍ତନ ଆସିବ ଏବଂ ସମସ୍ତ କର୍ମରେ ଓ ବ୍ୟବସାୟରେ କିଛିଟା ଶୁଭଫଳ ମିଳିବ । ଯେଉଁମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୭, ଆରାଧନା : ମା’ ତାରା ।
ମକର :ସପ୍ତମଚନ୍ଦ୍ର ଓ ବୁଧ, କେତୁ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅପରାହ୍ନ ୨ଟା୩୮ ମିନିଟ୍ ପର୍ଯ୍ୟନ୍ତ ମାନସିକ, ପାରିବାରିକ ଶାନ୍ତି, ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତଙ୍କର ପ୍ରଶଂସାର ପାତ୍ର ହେବେ । ଅପରାହ୍ନ ୨ଟା ୩୮ ମିନିଟ୍ ପରେ ଘାତ ଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଚାଲି ଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ବାଧା ବିଘ୍ନ ଲାଗି ରହିବ । ଯେଉଁମାନଙ୍କର ଉତ୍ତରାଷାଢ଼ା ମକର ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ :ଇନ୍ଦ୍ରନୀଳ, ସଂଖ୍ୟା : ୧୧, ଆରାଧନା : ମା’ ବିମଳା ।
କୁମ୍ଭ :ଷଷ୍ଠ ଓ ସପ୍ତମଚନ୍ଦ୍ର, ବୁଧ, କେତୁ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନ ସମ୍ପର୍କ ବୃଦ୍ଧି ପାଇବ ଏବଂ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ ଓ ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ । ମନରେ ପ୍ରସନ୍ନତା, ଦାମ୍ପତ୍ୟ ଜୀବନରେ ମଧୁରତା, ପରିବାରରେ ସୁଖ ଶାନ୍ତି ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମ ଆପଣଙ୍କ ପାଇଁ ସହଜ ହେବ । ଯେଉଁମାନଙ୍କର ଶତ ଭିଷା କୁମ୍ଭ ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ :ବାଇଗଣୀ, ସଂଖ୍ୟା : ୩, ଆରାଧନା : ମା’ ଚଣ୍ଡୀ ।
ମୀନ :ପଞ୍ଚମ ଓ ଷଷ୍ଠଚନ୍ଦ୍ର, ଅପରାହ୍ନ ୨ଟା ୩୮ମିନିଟ୍ ପର୍ଯ୍ୟନ୍ତ ଘାତ ନକ୍ଷତ୍ର ଯୋଗୁ ସମସ୍ତ କର୍ମରେ ଶୁଭ ଫଳ ମିଳିଲେ ମଧ୍ୟ ମନ ଅସ୍ଥିର, ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ । ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି ଓ ସ୍ମରଣ ଶକ୍ତିର ବିକାଶ ଘଟିବ ଏବଂ ନୂତନ ବିଦ୍ୟା ଓ କଳା ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ । ବିଦ୍ୟା ଓ କଳାରେ ନିଜର କର୍ମ ନିପୁଣତା ଓ ପରାକାଷ୍ଠା ପ୍ରଦର୍ଶନ କରିବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମସ୍ତେ ବଶୀଭୂତ ହେବେ । ସନ୍ତାନମାନେ ଆଜ୍ଞାଧୀନ ହେବେ ଏବଂ ପିତାମାତାଙ୍କ କୃପାଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଉତ୍ତର ଭାଦ୍ରମୀନ ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ମା’ ତାରା ।
ଜ୍ୟୋତିର୍ବିଦ୍ : କୈଳାସ ଦାଶ
ଯୋଗାଯୋଗ : ୯୪୩୭୧୩୩୪୭୩