ମେଷ : କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ମାନ ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ନିଜର ପ୍ରିୟ ବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କ ସହ ବିବାଦ ଅଥବା ତାଙ୍କଠାରୁ ଅପମାନ ମିଳିପାରେ । ମନ ଅସ୍ଥିର, ବିଷାଦଗ୍ରସ୍ତ, ଚାପଗ୍ରସ୍ତ ରହିବ ଏବଂ ଅପମାନ, ଅପଯଶ, ଅପନିନ୍ଦା ମିଳିବ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ । ଯେଉଁମାନଙ୍କର ଅଶ୍ୱିନୀ ମେଷ, ସେମାନେ ସତର୍କ ହେବେ । ଶୁଭ ରଙ୍ଗ : ଗେରୁଆ, ସଂଖ୍ୟା : ୩, ଆରାଧନା : ପ୍ରଭୁ ହନୁମାନ ।

 

ବୃଷ : ଅଷ୍ଟମ ଚନ୍ଦ୍ର, ମଙ୍ଗଳବାର କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ, ଗ୍ୟାସ୍ ଇଲେକ୍ଟ୍ରିକ ସରଞ୍ଜାମ ବ୍ୟବହାର ଏବଂ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ଶାରୀରିକ ପୀଡ଼ା ଭୋଗିବେ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ବୃଦ୍ଧି ପାଇବ ଏବଂ ସମସ୍ତ କର୍ମ ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ । ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ସତର୍କ ହେବେ । ଶୁଭ ରଙ୍ଗ : ଧଳା, ସଂଖ୍ୟା : ୪, ଆରାଧନା : ପ୍ରଭୁ ଶ୍ରୀରାମ ।

ମିଥୁନ : ସପ୍ତମ ଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ଆମୋଦପ୍ରମୋଦ, ମଉଜ ମଜଲିସରେ ଅଧିକ ଆଗ୍ରହ ରହିବ ଏବଂ ମୂଲ୍ୟବାନ ଧାତୁ, ବସନଭୂଷଣ, ସୌଖୀନ ଘରୋଇ ଉପକରଣ କ୍ରୟ କରିବେ । ପରିଚିତ ମହିଳାଙ୍କଠାରୁ ଧନ ମିଳିବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ । ଯେଉଁମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ : ସବୁଜ, ସଂଖ୍ୟା : ୧୨, ଆରାଧନା : ମା’ ଛିନ୍ନମସ୍ତା ।

କର୍କଟ : ଷଷ୍ଠ ଚନ୍ଦ୍ର, ମଙ୍ଗଳବାର, କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ସମସ୍ତ ଅସମ୍ପୂର୍ଣ୍ଣ କର୍ମକୁ ପୂର୍ଣ୍ଣାଙ୍ଗ ରୂପ ଦେବାରେ ସମର୍ଥ ହେବେ ଏବଂ ସମସ୍ତ ଈପ୍ସିତ ପଦାର୍ଥ ହାତପାଆନ୍ତାରେ ଉପଲବ୍ଧ ହେବ । ରୋଗ, ଋଣ, ଦୁଃଖ, ଶତ୍ରୁଙ୍କଠାରୁ ସାମୟିକ ମୁକ୍ତି ମିଳିବ । ପରୋପକାର, ସମାଜସେବା, ଧାର୍ମିକ କର୍ମରେ ଆଗ୍ରହ ରହିବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ । ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୩, ଆରାଧନା : ମା’ ସମଲେଶ୍ୱରୀ ।

ସିଂହ: କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର, ଘାତ ନକ୍ଷତ୍ର ଯୋଗୁ ମନ ଅସ୍ଥିର, ବିଷାଦଗ୍ରସ୍ତ, ଚାପଗ୍ରସ୍ତ ରହିବ ଏବଂ ମାନ ସମ୍ମାନ ହାନି ହେବ । ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି ଓ ସ୍ମରଣ ଶକ୍ତି ଲୋପ ପାଇବ ଏବଂ ଅପମାନ, ଅପଯଶ, ଅପନିନ୍ଦା ମିଳିବ । ପରିବାରରେ ଅଶାନ୍ତି ଲାଗି ରହିବ ଏବଂ ପିତାମାତଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଯିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ । ଯେଉଁମାନଙ୍କର ମଘା ସିଂହ, ସେମାନେ ସତର୍କ ହେବେ । ଶୁଭ ରଙ୍ଗ : ଲାଲ୍, ସଂଖ୍ୟା : ୬, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

କନ୍ୟା : ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ଧନ, ସମ୍ପଦ, ପ୍ରାଚୁର୍ଯ୍ୟ, ପ୍ରତିପତ୍ତି ବୃଦ୍ଧି ପାଇବ ଏବଂ ଆୟର ନୂତନ ମାର୍ଗ ଉନ୍ମୁକ୍ତ ହେବ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ, ହୃତଧନ ଫେରିପାଇବେ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବଙ୍କ ସହଯୋଗ ମିଳିବ ଏବଂ ପରିବାରରେ ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ । ଯେଉଁମାନଙ୍କର ଉତ୍ତରା ଫାଲଗୁନୀ ଓ ଚିତ୍ରା କନ୍ୟା, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ : ସବୁଜ, ସଂଖ୍ୟା : ୮, ଆରାଧନା : ମା’ ତ୍ରିପୁରସୁନ୍ଦରୀ ।

ତୁଳା : ଘାତଚନ୍ଦ୍ର ଯୋଗୁ ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଭାଇଭଉଣୀଙ୍କ ସହ ବିବାଦ ଉଗ୍ରରୂପ ଧାରଣ କରିବ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତାର ପଶ୍ଚାତ୍ଧାବନ କରିବେ । ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ । ଯେଉଁମାନଙ୍କର ସ୍ୱାତୀ ତୁଳା, ସେମାନେ ସତର୍କ ହେବେ । ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ମା’ ବିମଳା ।

ବିଛା : କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ଅନ୍ୟଠାରୁ ଆଣିଥିବା ଧନ ଫେରେଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ । ଯେଉଁମାନଙ୍କର ଅନୁରାଧା ବିଛା, ସେମାନେ ସତର୍କ ହେବେ । ଶୁଭ ରଙ୍ଗ : ଗୋଲାପୀ, ସଂଖ୍ୟା : ୨, ଆରାଧନା : ମା’ ବଗଳାମୁଖୀ ।

ଧନୁ : ଶ୍ରୀଚନ୍ଦ୍ର, ମଙ୍ଗଳବାର ଓ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ଆମୋଦପ୍ରମୋଦ, ମଉଜ ମଜଲିସରେ ଅଧିକ ଆଗ୍ରହ ରହିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଆଗ୍ରହ ରହିବ ଏବଂ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ । ଯେଉଁମାନଙ୍କର ପୂର୍ବାଷାଢ଼ା ଓ ଉତ୍ତରାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ପ୍ରଭୁ ଗଜାନନ ।

ମକର : ଘାତବାର ଓ ଦ୍ୱାଦଶ ଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ ନାହିଁ । ଖର୍ଚ୍ଚ କରିବାରେ ଟାଳଟୁଳ ନୀତି ଅବଲମ୍ବନ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଉନ୍ନତିମୂଳକ କର୍ମ ଓ ସଞ୍ଚୟରେ ଧନର ବିନିଯୋଗ କରିବେ । ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କ୍ରୟ କରିବେ ଏବଂ ବିଦେଶ ଯାତ୍ରାର ସୁଯୋଗ ଜୁଟିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ । ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠା ମକର, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ : କଳା, ସଂଖ୍ୟା : ୧୧, ଆରାଧନା : ମା’ କାଳୀ ।

କୁମ୍ଭ : ଘାତଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଓ ଆର୍ଥିକ ଠକାମିରେ ପଡ଼ିବେ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଖର୍ଚ୍ଚ ଭାରରେ ଅତିଷ୍ଠ ହୋଇ ଋଣ କରିବାରେ ପଡ଼ିପାରେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ମାଲିମକଦ୍ଦମାରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିପର୍ଯ୍ୟୟର ସାମ୍ନା କରିବେ । ଯେଉଁମାନଙ୍କର ଶତଭିଷା କୁମ୍ଭ, ସେମାନେ ସତର୍କ ହେବେ । ଶୁଭ ରଙ୍ଗ : କଫି, ସଂଖ୍ୟା : ୩, ଆରାଧନା : ମା’ ବିମଳା ।

ମୀନ : ଦଶମ ଚନ୍ଦ୍ର, ମଙ୍ଗଳବାର କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ କର୍ମନିଯୁକ୍ତିର ସୁଯୋଗ ମିଳିପାରେ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରିକତା ବୃଦ୍ଧି ପାଇବ ଏବଂ ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ଓ ଗୁରୁତ୍ୱ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା : ମା’ ତାରା ।

ଜ୍ୟୋତିର୍ବିଦ୍: କୈଳାସ ଦାଶ

ଫୋନ୍ : ୯୪୩୭୧୩୩୪୭୩