ମେଷ :ସକାଳ ୭ଟା ୫୧ ମିନିଟ୍ ପରେ ପଞ୍ଚମ ଚନ୍ଦ୍ର, ସୋମବାର ଯୋଗୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି, ସ୍ମରଣ ଶକ୍ତିର ବିକାଶ ଘଟିବ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ନୂତନ ବିଦ୍ୟା, କଳାପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ସନ୍ତାନମାନେ ଆଜ୍ଞାଧୀନ ହେବେ ଏବଂ ପିତାମାତାଙ୍କ କୃପା ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା, ସମ୍ମାନ ଓ ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ଦ୍ୱିଜା ଓ କୃତ୍ତିକା ମେଷ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୬, ଆରାଧନା : ମା’ ଚଣ୍ଡୀ ।

ବୃଷ :ସକାଳ ୭ଟା ୫୧ ମିନିଟ୍ ପରେ ଚତୁର୍ଥ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାର ସମ୍ମୁଖୀନ ହୋଇପାରନ୍ତି ଏବଂ ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ପରିବାରରେ ଅଶାନ୍ତିର ବାତାବରଣ ସୃଷ୍ଟି ହେବ । ବାଣିଜ୍ୟ, ବ୍ୟବସାୟରେ କ୍ଷତି ଏବଂ ପରିବହନ ବ୍ୟବସାୟରେ ବିପର୍ଯ୍ୟୟ ଘଟିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଧଳା, ସଂଖ୍ୟା : ୬, ଆରାଧନା : ମା’ କମଳା ।

ମିଥୁନ :ଘାତବାର ଓ ତୃତୀୟ ଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି ଏବଂ ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ଗ୍ରହଣ କରିବେ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ ଓ ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମ ଆଜି ଆପଣଙ୍କ ପାଇଁ ସହଜ ହେବ । ଯେଉଁମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ମେରୁନ୍, ସଂଖ୍ୟା: ୪, ଆରାଧନା : ମା’ ତ୍ରିପୁର ସୁନ୍ଦରୀ ।

କର୍କଟ :ସକାଳ ୭ଟା ୫୧ ମିନିଟ୍ ପରେ ଘାତଚନ୍ଦ୍ର ଯୋଗୁ ଦାବବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର କଲାବେଳେ ସତର୍କତା ଅବଲମ୍ବନ କରିବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ଫେରାଇବାରେ ବିଫଳ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ପୁଷ୍ୟା କର୍କଟ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୧, ଆରାଧନା : ଭଗବାନ ଶିବ ।

ସିଂହ :ସକାଳ ୭ଟା ୫୧ ମିନିଟ୍ ପରେ ଶ୍ରୀଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ସ୍ୱଜନ, ପରିଜନଙ୍କ ସହଯୋଗ ମିଳିବ ଏବଂ ପରିବାରରେ ସୁଖଶାନ୍ତିର ପରିବେଶ ରହିବ । ଆମୋଦପ୍ରମୋଦରେ ଅଧିକ ଆଗ୍ରହ ରହିବ ଏବଂ ଦେହ, ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଯେଉଁମାନଙ୍କର ପୂର୍ବାଫାଲ୍ଗୁନୀ ଓ ଉତ୍ତରା ଫାଲ୍ଗୁନୀ ସିଂହ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା: ୧୧, ଆରାଧନା : ମା’ ମାତଙ୍ଗୀ ।

କନ୍ୟା :ସକାଳ ୭ଟା ୫୧ ମିନିଟ୍ ପରେ ଦ୍ୱାଦଶ ଚନ୍ଦ୍ର ଯୋଗୁ ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ । ରୋଗ, ଋଣ, ଶତ୍ରୁ-ଏଥିରୁ ସାମୟିକ ମୁକ୍ତି ମିଳିବ ଏବଂ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ଗ୍ରହଣ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : କଫି, ସଂଖ୍ୟା : ୪, ଆରାଧନା : ମା’ ଷୋଡ଼ଶୀ ।

ତୁଳା :ଏକାଦଶ ଚନ୍ଦ୍ର, ସୋମବାର ଏବଂ ବୁଧ, କେତୁ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ , ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ସମାଧାନମୂଳକ କର୍ମ ଓ ଉନ୍ନତିମୂଳକ କର୍ମରେ ଧ୍ୟାନ ଦେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ ପ୍ରମୋଶନ ମିଳିପାରେ । ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ପ୍ରଭୁ ଶ୍ରୀରାମ ।

ବିଛା :ଦଶମ ଚନ୍ଦ୍ର, ସୋମବାର ଯୋଗୁ କର୍ମରେ ଉନ୍ନତି, କର୍ମପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ଆଜି ଯେକୌଣସି କର୍ମ କରିବେ, ସେମାନେ ଶତପ୍ରତିଶତ ସଫଳତା ପାଇବେ ଏବଂ ସମସ୍ତ କର୍ମ ଆଜି ଆପଣଙ୍କ ପାଇଁ ସହଜ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଦେହ, ମନ ସୁସ୍ଥ ରହିବ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୩, ଆରାଧନା : ମା’ ବଗଳାମୁଖୀ ।

ଧନୁ :ସକାଳ ୭ଟା ୫୧ ମିନିଟ୍ ପରେ ନବମ ଚନ୍ଦ୍ର ଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଏବଂ ଜନସମ୍ପର୍କ ବୃଦ୍ଧି ପାଇବ ଏବଂ କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ମିଳିବ । ଭାଗ୍ୟ, ଭବିଷ୍ୟ, ଭଗବାନଙ୍କ ଉପରେ ଅଗାଧ ବିଶ୍ୱାସ ରହିବ ଏବଂ ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁମାନଙ୍କର ପୂର୍ବାଷାଢ଼ା ଓ ଉତ୍ତରାଷାଢ଼ା ଧନୁ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୭, ଆରାଧନା : ମା’ ତାରା ।

ମକର :ସକାଳ ୭ଟା ୫୧ ମିନିଟ୍ ପରେ ଘାତଚନ୍ଦ୍ର ଓ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଏବଂ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : କଳା , ସଂଖ୍ୟା : ୧୧, ଆରାଧନା : ମା’ ଦୁର୍ଗା ।

କୁମ୍ଭ :ସପ୍ତମ ଚନ୍ଦ୍ର, ସୋମବାର ଏବଂ ବୁଧ, କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ଦାମ୍ପତ୍ୟ ଜୀବନରେ ମଧରୁତା ଏବଂ ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ଆମୋଦପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ମୂଲ୍ୟବାନ ଧାତୁ, ବସନଭୂଷଣ ଓ ସୌଖୀନ ଘରୋଇ ଉପକରଣ କ୍ରୟ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ର କୁମ୍ଭ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୬, ଆରାଧନା : ମା’ କାଳୀ ।

ମୀନ :ଷଷ୍ଠ ଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତଙ୍କର ପ୍ରଶଂସାର ପାତ୍ର ହେବେ । ରୋଗ, ଋଣ, ଶତ୍ରୁ-ଏଥିରୁ ସାମୟିକ ମୁକ୍ତି ମିଳିବ ଏବଂ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ । ଗୁରୁଜନଙ୍କ ପ୍ରତି ସମ୍ମାନ, ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ ଏବଂ ଗୁରୁଜନଙ୍କ କୃପା ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୫, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

ଜ୍ୟୋତିର୍ବିଦ୍ : କୈଳାସ ଦାଶ

ଯୋଗାଯୋଗ : ୯୪୩୭୧୩୩୪୭୩