ମେଷ:ପଞ୍ଚମ ଚନ୍ଦ୍ର, ମଙ୍ଗଳବାର ଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ ଏବଂ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି, ସ୍ମରଣଶକ୍ତିର ବିକାଶ ଘଟିବ। କଳା, ସଂସ୍କୃତିରେ ନିଜର ପରାକାଷ୍ଟା ପ୍ରଦର୍ଶନ କରିବେ ଏବଂ ସମସ୍ତଙ୍କର ପ୍ରଶଂସାର ପାତ୍ର ହେବେ। ସନ୍ତାନ ମାନେ ଆଜ୍ଞାଧୀନ ହେବେ ଏବଂ ପିତାମାତାଙ୍କ କୃପାଲାଭ କରିବେ। ଗୁରୁଜନଙ୍କ ପ୍ରତି ସମ୍ମାନ, ଲଘୁଜନଙ୍କ ପ୍ରତିସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଓ ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁ ମାନଙ୍କର ଅଶ୍ୱିନୀ ମେଷ, ସେମାନେ ସୁଫଳ ପାଇବେ।

ଶୁଭରଙ୍ଗ : ଗେରୁଆ, ସଂଖ୍ୟା : ୬, ଆରାଧନା : ମା ବଗଳାମୁଖୀ ।

ବୃଷ :ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ। ଧନକ୍ଷତି, ମାନସିକ ଅସ୍ଥିରତା, ସ୍ୱଜନରେ ବିବାଦ, ବନ୍ଧୁବାନ୍ଧବଙ୍କ ସହ ଅପ୍ର୍ରିୟତା, ଯାନବାହନରେ ଖର୍ଚ୍ଚାନ୍ତ ଏବଂ ଆର୍ଥିକ ଠକାମିରେ ପଡ଼ିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁ ମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ, ସେମାନେ ସତର୍କ ହେବେ ।

ଶୁଭରଙ୍ଗ : ଧଳା, ସଂଖ୍ୟା : ୨, ଆରାଧନା : ମା’ କମଳା ।

ମିଥୁନ :ତୃତୀୟଚନ୍ଦ୍ର ଓ ଶୁକ୍ରଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ପ୍ରାପ୍ତ ହେବ। ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ଗ୍ରହଣ କରିବେ । ପାରିବାରିକ ବିବାଦର ସମାଧାନ ହେବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କର୍ମ କୁଶଳତା, କର୍ମ ତତ୍ପରତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁ ମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ସୁଫଳ ପାଇବେ ।

ଶୁଭରଙ୍ଗ:ସବୁଜ, ସଂଖ୍ୟା : ୧୨, ଆରାଧନା : ମା କମଳା ।

କର୍କଟ :ଘାତଚନ୍ଦ୍ର ଯୋଗୁ ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଆର୍ଥିକସ୍ଥିତି ବିଗିଡ଼ିଯିବ। ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଖର୍ଚ୍ଚଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ। ଆର୍ଥିକ କ୍ଷତି, ଆର୍ଥିକ ଠକାମିରେ ପଡ଼ିବେ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖା ଦେବ । ଯେଉଁ ମାନଙ୍କର ଅଶ୍ଲେଷା କର୍କଟ, ସେମାନେ ସତର୍କ ହେବେ ।

ଶୁଭରଙ୍ଗ : ସିଲ୍ଭର, ସଂଖ୍ୟା: ୧, ଆରାଧନା : ମା’ ସମଲେଶ୍ୱରୀ ।

ସିଂହ:ଶ୍ରୀଚନ୍ଦ୍ର, ମଙ୍ଗଳବାର ଯୋଗୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ପରୋପକାର, ସମାଜ ସେବା, ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ପଡ଼ୋଶୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ମୂଲ୍ୟବାନ ଧାତୁ, ବସନଭୂଷଣ, ସୌଖୀନ ଘରୋଇ ଉପକରଣ କ୍ରୟ କରିବେ ଏବଂ ଆମୋଦ ପ୍ରମୋଦରେ ଅଧିକ ଧନ ବ୍ୟୟ କରିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁ ମାନଙ୍କର ମଘା ସିଂହ, ସେମାନେ ଉପକୃତ ହେବେ ।

ଶୁଭରଙ୍ଗ : ଗୋଲାପି,ସଂଖ୍ୟା: ୩, ଆରାଧନା : ପ୍ରଭୁଶ୍ରୀଜଗନ୍ନାଥ ।

କନ୍ୟା :ଏକାଦଶ ଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହଭାବ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତା ପଛରେ ପଶ୍ଚାତ୍ ଧାବନ କରିବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ସତ୍ସଙ୍ଗ ପରିତ୍ୟାଗ କରି କୁସଙ୍ଗରେ ପଡ଼ିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ କର୍ମ ପ୍ରତି ଅନାଗ୍ରହଭାବ ପ୍ରକାଶ ପାଇବ । ଯେଉଁ ମାନଙ୍କର ଉତ୍ତରା ଫାଲ୍ଗୁନୀ ଓ ଚିତ୍ରା କନ୍ୟା, ସେମାନେ ସତର୍କ ହେବେ ।

ଶୁଭରଙ୍ଗ :ମେରୁନ୍, ସଂଖ୍ୟା: ୮, ଆରାଧନା : ଭଗବାନ ବିଷ୍ଣୁ ।

ତୁଳା :ଏକାଦଶ ଚନ୍ଦ୍ର, ତ୍ରୟୋଦଶୀତିଥି, ଶୁକ୍ରଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରିପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ । ଯେଉଁ ମାନଙ୍କର ସ୍ୱାତୀତୁଳା, ସେମାନେ ସୁଫଳ ପାଇବେ ।

ଶୁଭରଙ୍ଗ :କଫି, ସଂଖ୍ୟା : ୪, ଆରାଧନା : ପ୍ରଭୁଶ୍ରୀରାମ ।

ବିଛା :ଦଶମଚନ୍ଦ୍ର, ମଙ୍ଗଳବାର ଯୋଗୁ ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ଓ ଗୁରୁତ୍ୱ ରହିବ ଏବଂ ବ୍ୟବସାୟ ଅପେକ୍ଷା କର୍ମରେ ଅଧିକ ସଫଳତା ମିଳିବ । ସମସ୍ତ ଅସମ୍ପୂର୍ଣ୍ଣ କର୍ମକୁ ପୂର୍ଣ୍ଣାଙ୍ଗ କରିବାରେ ସମର୍ଥ ହେବେ ଏବଂ ସମସ୍ତ କର୍ମ ଆଜି ଆପଣଙ୍କ ପାଇଁ ସହଜ ହେବ । ମନରେ ସତ୍ଚିନ୍ତା, ସତ୍ଭାବନା ପ୍ରକାଶ ପାଇବ ଏବଂ ସତ୍କର୍ମରେ ଅଧିକ ଆଗ୍ରହ ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟମଧ୍ୟମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ଶୀର୍ଷରେ ରହିବ । ଯେଉଁ ମାନଙ୍କର ଅନୁରାଧା ବିଛା, ସେମାନେ ସୁଫଳ ପାଇବେ ।

ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୧୦, ଆରାଧନା :ପ୍ରଭୁସ୍କନ୍ଦ ।

ଧନୁ :ନବମ ଚନ୍ଦ୍ର, ମଙ୍ଗଳବାର ଯୋଗୁ ଭାଗ୍ୟ, ଭବିଷ୍ୟ, ଭଗବାନଙ୍କ ଉପରେ ଅଗାଧ ବିଶ୍ୱାସ ରହିବ ଏବଂ ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନସମ୍ପର୍କ ବୃଦ୍ଧି ପାଇବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ପରୋପକାର, ସମାଜସେବା, ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁ ମାନଙ୍କର ମୂଳା ଧନୁ, ସେମାନେ ଉପକୃତ ହେବେ ।

ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୨, ଆରାଧନା : ପ୍ରଭୁଗଜାନନ ।

ମକର :ଘାତଚନ୍ଦ୍ର, ଘାତବାର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ ଏବଂ ସମସ୍ତ କମରେ ଭୁଲ୍ ନିଷ୍ପତ୍ତି ନେବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ ବିବାଦୀୟ ହେବ । ଯେଉଁ ମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠା ମକର, ସେମାନେ ଉପକୃତ ହେବେ ।

ଶୁଭରଙ୍ଗ :ଇନ୍ଦ୍ରନୀଳ, ସଂଖ୍ୟା : ୩, ଆରାଧନା : ମା’ ଦୁର୍ଗା ।

କୁମ୍ଭ :ସପ୍ତମଚନ୍ଦ୍ର ଓ ଶୁକ୍ରଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ମାନସିକ, ପାରିବାରିକ ଶାନ୍ତି, ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ଏବଂ ଆମୋଦ ପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ । ପରିଚିତ ମହିଳାଙ୍କ ଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ହେବ ଏବଂ ସମସ୍ତଙ୍କର ପ୍ରଶଂସାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ଯେଉଁ ମାନଙ୍କର ଶତଭିଷା କୁମ୍ଭ, ସେମାନେ ଉପକୃତ ହେବେ ।

ଶୁଭରଙ୍ଗ :ବାଇଗଣୀ, ସଂଖ୍ୟା : ୬, ଆରାଧନା : ମା’ ଭୈରବୀ ।

ମୀନ:ଷଷ୍ଠ ଚନ୍ଦ୍ର, ମଙ୍ଗଳବାର ଯୋଗୁ ପୁରାତନ ରୋଗରୁ ଆରୋଗ୍ୟଲାଭ କରିବେ ଏବଂ ଦେହ, ମନ ସୁସ୍ଥ ରହିବ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନସମ୍ପର୍କ ବୃଦ୍ଧି ପାଇବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ଶତ୍ରୁ ମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଋଣମୁକ୍ତ ହେବାର ସୁଯୋଗ ଜୁଟିବ । ମୂଲ୍ୟବାନ ଧାତୁ, ଯାନବାହନ କ୍ରୟ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନ ଓ ଧ୍ୟାନ ଉଭୟ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁ ମାନଙ୍କର ଉତ୍ତର ଭାଦ୍ର ମୀନ, ସେମାନେ ସୁଫଳ ପାଇବେ ।

ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ମା’ ତାରା ।

ଜ୍ୟୋତିର୍ବିଦ୍: କୈଳାସ ଦାଶ

୯୪୩୭୧୩୩୪୭୩