ମେଷ :ତୃତୀୟ ଚନ୍ଦ୍ର, ପୂର୍ଣ୍ଣିମା ତିଥି ଯୋଗୁ ସମସ୍ତ ଅସମ୍ପୂର୍ଣ୍ଣ କର୍ମକୁ ପୂର୍ଣ୍ଣାଙ୍ଗ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷପୂର୍ଣ୍ଣ ହେବ । ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖ ଶାନ୍ତି, ସ୍ୱଜନରେ ସୁ ସମ୍ପର୍କ ଏବଂ ଭାଇଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ମନରେ ଦୃଢ଼ ଇଚ୍ଛା ଶକ୍ତି, ଆତ୍ମ ବିଶ୍ୱାସ ପ୍ରକାଶ ପାଇବ ଏବଂ ମନୋବଳ ଦୃଢ଼ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ ସେମାନେ ସୁଫଳ ପାଇବେ ।

ଶୁଭରଙ୍ଗ : ଲାଲ, ସଂଖ୍ୟା : ୩, ଆରାଧନା : ମା’ ବଗଳାମୁଖୀ ।

ବୃଷ :ଦ୍ୱିତୀୟ ଚନ୍ଦ୍ର ଓ ଘାତବାର ଯୋଗୁ ଧନ ଓ ଆୟ ଯେତେ ଅଧିକ ହେଲେ ମଧ୍ୟ ଏବଂ ବ୍ୟବସାୟ କର୍ମରେ ଯେତେ ଶୁଭଫଳ ପାଇଲେ ମଧ୍ୟ ମନରେ ଆତ୍ମ ସନ୍ତୋଷ ଏବଂ ଆତ୍ମ ତୃପ୍ତି ମିଳିବ ନାହିଁ । ଖର୍ଚ୍ଚ କରିବାରେ ଟାଳ ଟୁଳ ନୀତି ଅବଲମ୍ବନ କରିବେ ଏବଂ ଉନ୍ନତି ମୂଳକ କର୍ମରେ ଧନର ବିନିଯୋଗ କରିବେ । ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରିପାଇବେ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳ ତାମିଳିଲେ ମଧ୍ୟ ଅପରାହ୍ନ ୩ଟା ୩୩ ମିନିଟ୍ ପରେ କୃଷ୍ଣପକ୍ଷ ଭୋଗ ହେଉଥିବାରୁ କିଛି ସମସ୍ୟା ଦେଖା ଦେବ । ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ ସେମାନେ ସୁଫଳ ପାଇବେ ।

ଶୁଭରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ମା’ କମଳା ।

ମିଥୁନ :ଶ୍ରୀଚନ୍ଦ୍ର ଓ ଶନିବାର ଯୋଗୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁ ସମ୍ପର୍କ, ପରିବାରରେ ସୁଖ ଶାନ୍ତି, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁମସନ ପ୍ରାପ୍ତି ହେବ । ଆମୋଦ ପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ପରିବାରରେ ସ୍ୱର୍ଗୀୟ ସୁଖ ଅନୁଭୂତ ହେବ । ସ୍ୱଜନ, ପରିଜନଙ୍କ ସହଯୋଗ ମିଳିବ ଏବଂ ଚାଲି ଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମ ସନ୍ତୋଷ ଓ ଆତ୍ମ ତୃପ୍ତି ରହିବ । କର୍ମରେ ପରିଶ୍ରମ ତୁଳନାରେ ଅଧିକ ସଫଳତା ମିଳିବ । ଯେଉଁମାନଙ୍କର ମୃଗ ଶିରା ଓ ପୁନର୍ବସୁ ମିଥୁନ ସେମାନେ ସୁଫଳପାଇବେ ।

ଶୁଭରଙ୍ଗ : କଫି, ସଂଖ୍ୟା : ୮, ଆରାଧନା: ମା’ ତ୍ରିପୁରସୁନ୍ଦରୀ ।

କର୍କଟ :ଦ୍ୱାଦଶ ଚନ୍ଦ୍ର ଯୋଗୁ ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ି ଯିବ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଚାଲି ଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ ଏବଂ ସତ୍ସଙ୍ଗ ପରିତ୍ୟାଗ କରି କୁସଙ୍ଗରେ ପଡ଼ିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ କର୍ମ ପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ଅଶ୍ଳେଷା କର୍କଟ ସେମାନେ ସତର୍କ ହେବେ ।

ଶୁଭରଙ୍ଗ : ସିଲ୍ଭର, ସଂଖ୍ୟା : ୩, ଆରାଧନା : ମା’ ସମଲେଶ୍ୱରୀ ।

ସିଂହ :ଘାତବାର ଓ ଏକାଦଶଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ଆକସ୍ମିକ ଧନ ଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଫେରିପାଇବେ । ଖର୍ଚ୍ଚ ପ୍ରତି ଅନାଗ୍ରହ, ସଂଚୟ ପ୍ରତି ମନରେ ଅଧିକ ଆଗ୍ରହ ପ୍ରକାଶ ପାଇବ ଏବଂ ଆୟର କିଛି ଅଂଶ ସଂଚୟରେ ବିନିଯୋଗ କରିବେ । ମୂଲ୍ୟବାନ ଧାତୁ, ଭୂମି ଓ ଯାନ ବାହନ କ୍ରୟ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ଆଶାଠାରୁ ଅଧିକ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ । ଯେଉଁମାନଙ୍କର ମଘା ଓ ଉତ୍ତରା ଫାଲ୍ଗୁନୀ ସିଂହ ସେମାନେ ଉପକୃତ ହେବେ ।

ଶୁଭରଙ୍ଗ : ଲାଲ, ସଂଖ୍ୟା : ୧୧, ଆରାଧନା : ମା’ ମାଣିକେଶ୍ୱରୀ ।

କନ୍ୟା :ଘାତବାର ଓ ଘାତଚନ୍ଦ୍ର ଯୋଗୁ ବାଦ ବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ, ଗ୍ୟାସ୍, ଇଲେକ୍ଟ୍ରିକ୍ ଦ୍ରବ୍ୟ ବ୍ୟବହାର ଏବଂ ଯାନ ବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ ଏବଂ ଯେ କୌଣସି କର୍ମ କରିବା ପୂର୍ବରୁ ଭଲ ଭାବେ ଚିନ୍ତା କରି କରିବେ । ମନରେ ଅସ୍ଥିରତା, ପରିବାରରେ ମନୋ ମାଳିନ୍ୟ, ସ୍ୱଜନରେ ବିବାଦ ଏବଂ ପରିବାରରେ ଅଶାନ୍ତିର ବାତାବରଣ ରହିବ । କର୍ମ ପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ ଏବଂ ସମସ୍ତ କର୍ମ ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ ବିବାଦୀୟ ହେବ । ଯେଉଁ ମାନଙ୍କର ହସ୍ତାକନ୍ୟା ସେମାନେ ସତର୍କ ହେବେ ।

ଶୁଭରଙ୍ଗ : ମେରୁନ୍, ସଂଖ୍ୟା : ୧୨, ଆରାଧନା : ମା’ ତ୍ରିପୁରସୁନ୍ଦରୀ ।

ତୁଳା :ନବମ ଚନ୍ଦ୍ର, ଶନିବାର ଓ ପୂର୍ଣ୍ଣମୀ ତିଥି ଯୋଗୁ ଭାଗ୍ୟରେ କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଧନ, ସମ୍ପଦ, ପ୍ରାଚୁର୍ଯ୍ୟ, ପ୍ରତିପତ୍ତି ବୃଦ୍ଧି ପାଇବ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନ ସମ୍ପର୍କ ବୃଦ୍ଧି ପାଇବ ଏବଂ କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ମିଳିବ । ଭାଗ୍ୟ, ଭବିଷ୍ୟ ଓ ଭଗବାନଙ୍କ ପ୍ରତି ମନରେ ଅଗାଧ ବିଶ୍ୱାସ ରହିବ ଏବଂ ନିଜକୁ ଧାର୍ମିକ କର୍ମରେ ସାମିଲ୍ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ପ୍ରମୋଶନ ଏବଂ ପଦସ୍ଥ ଅଧିକାରୀଙ୍କ ଶୁଭ ଦୃଷ୍ଟିରେ ରହିବେ । ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା ସେମାନେ ଉପକୃତ ହେବେ ।

ଶୁଭରଙ୍ଗ : ଧଳା, ସଂଖ୍ୟା : ୧୨, ଆରାଧନା : ପ୍ରଭୁଶ୍ରୀରାମ ।

ବିଛା :ଅଷ୍ଟମଚନ୍ଦ୍ର ଓ ଶନିବାର ଏବଂ ରାହୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତା ପଛରେ ପଶ୍ଚାତ୍ ଧାବନ କରିବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଲାଗି ରହିବ ଏବଂ ଚାଲି ଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁମାନଙ୍କର ଜ୍ୟେଷ୍ଠା ବିଛା ସେମାନେ ସତର୍କ ହେବେ ।

ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୩, ଆରାଧନା : ପ୍ରଭୁହନୁମାନ ।

ଧନୁ :ସପ୍ତମ ଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ଚାଳିଚଳନରେ ସଂଯମତା, ବଚନରେ ମଧୁରତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ପରିଚିତ ମହିଳାଙ୍କ ଠାରୁ ସାହାଯ୍ୟ, ସହଯୋଗ ଓ ଧନ ପାଇବେ । ଆମୋଦ ପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସାହାଯ୍ୟ, ସହଯୋଗ ପ୍ରାପ୍ତ ହେବ । ଯେଉଁମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ ସେମାନେ ସୁଫଳ ପାଇବେ ।

ଶୁଭରଙ୍ଗ : ଗୋଲାପି,ସଂଖ୍ୟା : ୭, ଆରାଧନା : ମା’ ତାରା ।

ମକର :ଷଷ୍ଠଚନ୍ଦ୍ର, ଶନିବାର, ପୂର୍ଣ୍ଣିମାତିଥି ଓ ରାହୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଇପ୍ସିତ ପଦାର୍ଥ ହାତପାହାନ୍ତାରେ ଉପଲବ୍ଧ ହେବ । ପୁରାତନ ରୋଗରୁ ଆରୋଗ୍ୟ ଲାଭ କରିବେ ଏବଂ ଶତ୍ରୁମାନେ ବଶୀଭୂତ ହେବେ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନ ସମ୍ପର୍କ ବୃଦ୍ଧିପାଇବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ଆୟର ମାର୍ଗ ଅତି ଉତ୍ତମ ହେବ ଏବଂ ଋଣମୁକ୍ତ ହେବାର ସୁଯୋଗ ଜୁଟିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ଉତ୍ତରା ଷାଢ଼ା ଓ ଧନିଷ୍ଠା ମକର ସେମାନେ ଉପକୃତ ହେବେ ।

ଶୁଭରଙ୍ଗ : ବାଇଗଣୀ, ସଂଖ୍ୟା : ୬, ଆରାଧନା : ମା’ ଦୁର୍ଗା ।

କୁମ୍ଭ :ପଞ୍ଚମ ଚନ୍ଦ୍ର, ଶନିବାର ଯୋଗୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁ ତ୍ପନ୍ନମତି, ଦୂର ଦୃଷ୍ଟି, ଧୀଶକ୍ତି, ସ୍ମରଣଶକ୍ତିର ବିକାଶ ଘଟିବ ଏବଂକଳାରେ ନିପୁଣତା ହାସଲ କରିବେ । ସନ୍ତାନ ମାନେ ଆଜ୍ଞାଧୀନ ହେବେ ଏବଂ ପିତାମାତାଙ୍କ କୃପାଲାଭ କରିବେ । ପାରିବାରିକ ବିବାଦର ସମାଧାନ ହେବ ଏବଂ ପରିବାରରେ ସୁଖ ଶାନ୍ତିର ପରିବେଶ ରହିବ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ରକୁମ୍ଭ ସେମାନେ ସୁଫଳ ପାଇବେ ।

ଶୁଭରଙ୍ଗ :କଳା, ସଂଖ୍ୟା : ୧୧, ଆରାଧନା : ମା’ ଚଣ୍ଡୀ ।

ମୀନ :ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ଧନ କ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା, ବନ୍ଧୁ ବାନ୍ଧବଙ୍କ ସହ ଅପ୍ରିୟତା, ଯାନ ବାହନରେ ଖର୍ଚ୍ଚାନ୍ତ ଏବଂ ଆର୍ଥିକ ଠକାମିରେ ପଡ଼ି ପାରନ୍ତି । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ଶାରୀରିକ ପୀଡ଼ା ଭୋଗିବେ ଏବଂ ମାଲିମକଦ୍ଦମାରେ ପଡ଼ି ପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖା ଦେବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ରେବତୀ ମୀନ ସେମାନେ ସତର୍କ ହେବେ ।

ଶୁଭରଙ୍ଗ: ହଳଦିଆ, ସଂଖ୍ୟା : ୫, ଆରାଧନା : ପ୍ରଭୁଗଜାନନ ।

ଜ୍ୟୋତିର୍ବିଦ୍ : କୈଳାସ ଦାଶ

ଯୋଗାଯୋଗ : ୯୪୩୭୧୩୩୪୭୩