ମେଷ :ଷଷ୍ଠ ଚନ୍ଦ୍ର ଓ ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ, ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ ଏବଂ ଦେହ, ମନ ସୁସ୍ଥ ରହିବ । ପରୋପକାର, ସମାଜସେବା, ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ମିଳିବ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୬, ଆରାଧନା : ମା’ ବଗଳାମୁଖୀ ।
ବୃଷ :ଘାତଚନ୍ଦ୍ର, ଘାତ ନକ୍ଷତ୍ର ଭୋଗ ହେଉଥିବାରୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଇତର ଜନଠାରୁ ଅପମାନ ପାଇବେ । ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା ଲୋପ୍ ପାଇବ ଏବଂ ସମସ୍ତଙ୍କର ଉପହାସର ପାତ୍ର ହେବେ । ସନ୍ତାନମାନଙ୍କ ଶିକ୍ଷା, ଦୀକ୍ଷା, କର୍ମ ଓ ପିତାମାତାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ ଏବଂ ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ମା’ ଗାୟତ୍ରୀ ।
ମିଥୁନ :ଚତୁର୍ଥ ଚନ୍ଦ୍ର, ଶୁକ୍ରବାର ଓ ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରିପାଇବେ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ । ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ଗୁରୁଜନଙ୍କ ପ୍ରତି ସମ୍ମାନ, ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ସ୍ୱଜନ, ପରିଜନଙ୍କ ସହଯୋଗ ମିଳିବ ଏବଂ ପରିବାରରେ ସୁଖଶାନ୍ତିର ପରିବେଶ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ମୃଗଶିରା ଓ ଆର୍ଦ୍ରା ମିଥୁନ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : କଫି, ସଂଖ୍ୟା: ୮, ଆରାଧନା : ମା’ ତ୍ରିପୁର ସୁନ୍ଦରୀ ।
କର୍କଟ :ତୃତୀୟ ଚନ୍ଦ୍ର ଓ ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦ୍ୟାରମ୍ଭ, ଗୃହାରମ୍ଭ, ଭୂମିପୂଜା, ଗୃହ ପ୍ରତିଷ୍ଠା ଆଦି ଶୁଭକର୍ମର ଆୟୋଜନ କରିବେ କିମ୍ବା କୌଣସି ମାଙ୍ଗଳିକ କର୍ମରେ ପରିବାର ସହ ଯୋଗ ଦେବେ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ପୁଷ୍ୟା କର୍କଟ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ଧଳା, ସଂଖ୍ୟା : ୩, ଆରାଧନା : ଭଗବାନ ଶିବ ।
ସିଂହ :କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଖର୍ଚ୍ଚଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ କର୍ମପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ପୂର୍ବା ଫାଲ୍ଗୁନୀ ସିଂହ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।
କନ୍ୟା :ଶ୍ରୀଚନ୍ଦ୍ର, ଶୁକ୍ରବାର ଓ ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦ୍ୟାରମ୍ଭ, ଗୃହାରମ୍ଭ, ଭୂମିପୂଜା, ଗୃହ ପ୍ରତିଷ୍ଠା ଆଦି ଶୁଭକର୍ମର ଆୟୋଜନ କରିପାରନ୍ତି କିମ୍ବା ପୁତ୍ରକନ୍ୟା, ଭାତୃଭଗ୍ନିଙ୍କ ବୈବାହିକ କର୍ମର ଆୟୋଜନ କରିପାରନ୍ତି । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ଉତ୍ତରା ଫାଲ୍ଗୁନୀ ଓ ଚିତ୍ରା କନ୍ୟା, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ସବୁଜ, ସଂଖ୍ୟା : ୧୨, ଆରାଧନା : ମା’ ଛିନ୍ନମସ୍ତା ।
ତୁଳା :ଦ୍ୱାଦଶ ଚନ୍ଦ୍ର ଯୋଗୁ ଅପବ୍ୟୟ, ଅପବାଦ, ଅପଯଶରୁ ସାମୟିକ ମୁକ୍ତି ମିଳିବ ଏବଂ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର କମ୍ ରହିବ । ଖର୍ଚ୍ଚ ପ୍ରତି ଅନାଗ୍ରହ, ସଞ୍ଚୟ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ କୁସଙ୍ଗ ପରିତ୍ୟାଗ କରି ସତ୍ସଙ୍ଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ବ୍ୟବସାୟ କର୍ମରେ କୌଣସି ଦୂରସ୍ଥାନକୁ ଯାତ୍ରା କରିବେ । କର୍ମରେ ସଫଳତା ଓ ସମସ୍ତ କଷ୍ଟସାଧ୍ୟ କର୍ମ ଆଜି ଆପଣଙ୍କ ପାଇଁ ସହଜ ହେବ । ଯେଉଁମାନଙ୍କର ଚିତ୍ରା ଓ ସ୍ୱାତୀ ତୁଳା, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : କଫି, ସଂଖ୍ୟା : ୬, ଆରାଧନା : ପ୍ରଭୁ ଶ୍ରୀରାମ ।
ବିଛା :ଘାତବାର, ଏକାଦଶ ଚନ୍ଦ୍ର ଓ ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଘାତବାରର ପ୍ରଭାବ ରହିବ ନାହିଁ । ଆର୍ଥିକ ସ୍ଥିତିରେ ଉନ୍ନତି, ବ୍ୟବସାୟରେ ପ୍ରଗତି ଏବଂ ସମସ୍ତ କ୍ଷେତ୍ରରେ ଉନ୍ନତିର ଶୀର୍ଷରେ ପହଞ୍ଚିବେ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଆୟର ନୂତନ ମାର୍ଗ ଖୋଲିବ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧନ ଓ ଧ୍ୟାନ ଉଭୟ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଯେଉଁମାନଙ୍କର ଅନୁରାଧା ବିଛା ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୩, ଆରାଧନା : ପ୍ରଭୁ ସ୍କନ୍ଦ ।
ଧନୁ :ଦଶମ ଚନ୍ଦ୍ର, ଘାତବାର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । କର୍ମରେ ଉନ୍ନତି, କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ ଏବଂ ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ଆଗ୍ରହ ଓ ଗୁରୁତ୍ୱ ରହିବ । ମନରେ ସତ୍ଚିନ୍ତା, ସତ୍ଭାବନା ପ୍ରକାଶ ପାଇବ ଏବଂ ସତ୍କର୍ମରେ ଅଧିକ ଆଗ୍ରହ ରହିବ । ଆଜି ଯେ କୌଣସି କର୍ମ କରିବେ, ସେଥିରେ ଶତପ୍ରତିଶତ ସଫଳତା ପାଇବେ ଏବଂ ସମସ୍ତ କର୍ମରେ ନିଜର ଶ୍ରେଷ୍ଠତା ପ୍ରତିପାଦନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତିବଦ୍ଧ ହେବେ । ଯେଉଁମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୭, ଆରାଧନା : ମା’ ତାରା ।
ମକର :କୃଷ୍ଣପକ୍ଷର ନବମ ଚନ୍ଦ୍ର ଓ ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା ଏବଂ ନିଜର ପ୍ରିୟ ବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କଠାରୁ ଅପମାନ ମିଳିପାରେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : କଳା, ସଂଖ୍ୟା : ୩, ଆରାଧନା : ମା’ କାଳୀ ।
କୁମ୍ଭ :ଅଷ୍ଟମ ଚନ୍ଦ୍ର ଯୋଗୁ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ଯାନବାହନରେ ଖର୍ଚ୍ଚାନ୍ତ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତତା ପଛରେ ପଶ୍ଚାତ୍ଧାବନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା, ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ପୂର୍ବଭାଦ୍ର କୁମ୍ଭ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୧୧, ଆରାଧନା : ମା’ ଚଣ୍ଡୀ ।
ମୀନ :ସପ୍ତମ ଚନ୍ଦ୍ର, ଘାତବାର ଓ ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଘାତବାରର ପ୍ରଭାବ ରହିବ ନାହିଁ । ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା, ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ମିଳିବ । ମୂଲ୍ୟବାନ ଧାତୁ, ବସନଭୂଷଣ, ସୌଖୀନ ଘରୋଇ ଉପକରଣ କ୍ରୟ କରିବେ ଏବଂ ପୁତ୍ରକନ୍ୟା, ଭାତୃଭଗ୍ନିଙ୍କ ବୈବାହିକ କର୍ମର ଆୟୋଜନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଉତ୍ତରା ଭାଦ୍ର ମୀନ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୨, ଆରାଧନା : ପ୍ରଭୁ ଗଜାନନ ।
ଜ୍ୟୋତିର୍ବିଦ୍ : କୈଳାସ ଦାଶ
ଯୋଗାଯୋଗ : ୯୪୩୭୧୩୩୪୭୩