ମେଷ :ଷଷ୍ଠ ଚନ୍ଦ୍ର, ସକାଳ ୯ଟା ୩୦ ମିନିଟ୍ ପରେ ମଙ୍ଗଳଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କ୍ରୟ କରିବେ କିମ୍ବା ନୂତନ ଗୃହାରମ୍ଭ, ବିଦ୍ୟାରମ୍ଭ, କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ଭୂମିପୂଜା ଓ ଗୃହ ପ୍ରତିଷ୍ଠା ଇତ୍ୟାଦି ଶୁଭକର୍ମର ଆୟୋଜନ କରିବେ । ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ରୋଗ, ଋଣ, ଶତ୍ରୁ-ଏଥିରୁ ସାମୟିକ ମୁକ୍ତି ମିଳିବ ଏବଂ ଦେହ, ମନ ସୁସ୍ଥ ରହିବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଦ୍ୱିଜା ମେଷ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୩, ଆରାଧନା : ପ୍ରଭୁ ସ୍କନ୍ଦ ।
ବୃଷ :ଘାତଚନ୍ଦ୍ର, ସକାଳ ୯ଟା ୩୦ ମିନିଟ୍ ପର୍ଯ୍ୟନ୍ତ ଘାତ ନକ୍ଷତ୍ର ଭୋଗ ହେଉଥିବାରୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଇତର ଜନଠାରୁ ଅପମାନ ପାଇବେ । ସନ୍ତାନମାନେ ବିଶୃଙ୍ଖଳିତ ହେବେ ଏବଂ ତାଙ୍କ ଶିକ୍ଷା, ଦୀକ୍ଷା ଓ କର୍ମରେ ଉନ୍ନତି ଆସିବ । ପାରିବାରିକ ବିବାଦ ଉଗ୍ରରୂପ ଧାରଣ କରିବ ଏବଂ ପିତାମାତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ । ଯେଉଁମାନଙ୍କର ରୋହିଣୀ ଓ ମୃଗଶିରା ବୃଷ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ମେରୁନ୍, ସଂଖ୍ୟା : ୪, ଆରାଧନା : ମା’ କମଳା ।
ମିଥୁନ :କୃଷ୍ଣପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା, ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରିପାଇବେ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ ଓ ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ପରିବାରରେ ସୁଖଶାନ୍ତିର ପରିବେଶ ରହିବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : କଫି, ସଂଖ୍ୟା: ୧୨, ଆରାଧନା : ମା’ ତ୍ରିପୁର ସୁନ୍ଦରୀ ।
କର୍କଟ :ତୃତୀୟ ଚନ୍ଦ୍ର, ତୃତୀୟା ତିଥି ଏବଂ ସକାଳ ୬ଟା ୩୦ ମିନିଟ୍ ପରେ ମଙ୍ଗଳଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବଙ୍କ ସାହାଯ୍ୟ, ସହଯୋଗ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା, କର୍ମତତ୍ପରତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁମାନଙ୍କର ପୁଷ୍ୟା କର୍କଟ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ: ଧଳା, ସଂଖ୍ୟା: ୮, ଆରାଧନା: ଭଗବାନ ଶିବ ।
ସିଂହ :କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ ଏବଂ ଶାରୀରିକ ପୀଡ଼ା ଭୋଗିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ଉତ୍ତରା ଫାଲ୍ଗୁନୀ ସିିଂହ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା: ୬, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।
କନ୍ୟା :ଶ୍ରୀଚନ୍ଦ୍ର, ଶୁକ୍ରବାର ଯୋଗୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି ଏବଂ କୌଣସି ଶୁଭକର୍ମର ଆୟୋଜନ କରିବେ । ଆମୋଦପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ପରିବାର ସହ କୌଣସି ବୈବାହିକ କର୍ମରେ ଯୋଗଦେବେ । ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ସହକର୍ମୀଙ୍କ ସହଯୋଗ ଓ ପଦସ୍ଥ ଅଧିକାରୀଙ୍କ କୃପାଲାଭ କରିବେ । ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ସବୁଜ, ସଂଖ୍ୟା : ୪, ଆରାଧନା : ମା’ ଛିନ୍ନମସ୍ତା ।
ତୁଳା :କୃଷ୍ଣପକ୍ଷ, ଦ୍ୱାଦଶ ଚନ୍ଦ୍ର ଯୋଗୁ ଅପବ୍ୟୟ, ଅପବାଦ, ଅପଯଶରୁ ସାମୟିକ ମୁକ୍ତି ମିଳିବ ଏବଂ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର କମ୍ ରହିବ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ସମସ୍ତ କର୍ମରେ ଉଚିତ୍ ପଦକ୍ଷେପ ଗ୍ରହଣ କରିବେ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । କର୍ମରେ ସଫଳତା ଓ ସମସ୍ତ ଅସମ୍ପୂର୍ଣ୍ଣ କର୍ମକୁ ପୂର୍ଣ୍ଣାଙ୍ଗ କରିବାରେ ସମର୍ଥ ହେବେ । ଯେଉଁମାନଙ୍କର ସ୍ୱାତୀ ତୁଳା, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ମା’ ଗାୟତ୍ରୀ ।
ବିଛା :ଘାତବାର, ଏକାଦଶ ଚନ୍ଦ୍ର ଓ ଚନ୍ଦ୍ର, ମଙ୍ଗଳ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଘାତବାରର ପ୍ରଭାବ ରହିବ ନାହିଁ । ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କ୍ରୟ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ କିମ୍ବା କୌଣସି ଶୁଭକର୍ମର ଆୟୋଜନ କରିବେ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ଉଚ୍ଚ ସମ୍ମାନ ମିଳିବ । ଯେଉଁମାନଙ୍କର ଜ୍ୟେଷ୍ଠା ବିଛା, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ହନୁମାନ ।
ଧନୁ :ଦଶମ ଚନ୍ଦ୍ର, ଘାତବାର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ମିଳିବ ନାହିଁ । ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ଓ ଗୁରୁତ୍ୱ ରହିବ ଏବଂ କର୍ମପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ । ଆଜି ଯେକୌଣସି କର୍ମ କରିବେ, ସେଥିରେ ଶତପ୍ରତିଶତ ସଫଳତା ପାଇବେ ଏବଂ ସମସ୍ତ କର୍ମରେ ଆପଣଙ୍କ କାର୍ଯ୍ୟଦକ୍ଷତା ଓ ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟ ଅତି ମଧ୍ୟମ ହେବ ଏବଂ ବ୍ୟବସାୟ କର୍ମରେ କୌଣସି ଦୂରସ୍ଥାନକୁ ଯାତ୍ରା କରିବେ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୭, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।
ମକର :କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଅପମାନ, ଅପଯଶ, ଅପନିନ୍ଦା ମିଳିବ । ପିତାମାତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଏବଂ ପାରିବାରିକ ବିବାଦ ଲାଗି ରହିବ ଏବଂ ମନ ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠା ମକର, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ବାଇଗଣୀ, ସଂଖ୍ୟା : ୩, ଆରାଧନା : ମା’ ବିମଳା ।
କୁମ୍ଭ :ଅଷ୍ଟମ ଚନ୍ଦ୍ର ଯୋଗୁ ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ଗ୍ରହଣ କରିବେ । ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ ଏବଂ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ଧନିଷ୍ଠା କୁମ୍ଭ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୩, ଆରାଧନା : ମା’ ଦୁର୍ଗା ।
ମୀନ :ସପ୍ତମ ଚନ୍ଦ୍ର, ଘାତବାର ଓ ଚନ୍ଦ୍ର, ମଙ୍ଗଳ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଘାତବାରର ପ୍ରଭାବ ରହିବ ନାହିଁ । ମୂଲ୍ୟବାନ ଧାତୁ, ବସନଭୂଷଣ, ସୌଖୀନ ଘରୋଇ ଉପକରଣ କ୍ରୟ କରିବେ ଏବଂ ଆମୋଦପ୍ରମୋଦରେ ଅଧିକ ଧନ ବ୍ୟୟ କରିବେ । ପୁତ୍ରକନ୍ୟା, ଭାତୃଭଗ୍ନିଙ୍କ ବୈବାହିକ କର୍ମରେ ଆୟୋଜନ କରିବେ କିମ୍ବା ପରିବାର ସହ କୌଣସି ମାଙ୍ଗଳିକ କର୍ମରେ ଯୋଗଦେବେ । ମନରେ ପ୍ରସନ୍ନତା, ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ମିଳିବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ଯେଉଁମାନଙ୍କର ରେବତୀ ମୀନ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ପ୍ରଭୁ ଗଜାନନ ।
ଜ୍ୟୋତିର୍ବିଦ୍ : କୈଳାସ ଦାଶ
ଯୋଗାଯୋଗ : ୯୪୩୭୧୩୩୪୭୩