PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ଵର : ରାଜଧାନୀରୁ ଲୁଟେରା ଗ୍ୟାଙ୍ଗ ଗିରଫ, ୧୭୧ ଗ୍ରାମର ସୁନା ଜବତ
  • ||
  • ଢେଙ୍କାନାଳ : କପି ଯାଞ୍ଚ୍ ବାହାନାରେ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ, ପରୀକ୍ଷା କେନ୍ଦ୍ର ସମ୍ମୁଖରେ ଛାତ୍ରଛାତ୍ରୀଙ୍କ ଧାରଣା
  • ||
  • ଝାରସୁଗୁଡ଼ା : ଏସଏମସି ପାୱାର ଜେନେରେସନ କାରଖାନାରେ ଦୁର୍ଘଟଣା, ନିଆଁରେ ପୋଡ଼ି ହୋଇ ଶ୍ରମିକ ଗୁରୁତର
  • ||
  • ଭୁବନେଶ୍ଵର : ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କୁଲତା ସମାଜ, ନୃସିଂହନାଥ ପୀଠର ଉନ୍ନତିକରଣ ପଦକ୍ଷେପ ପାଇଁ ଦେଲେ ଧନ୍ୟବାଦ
  • ||
  • ମାର୍ଶାଘାଇ : ଦିନ ଦ୍ଵିପ୍ରହରେ ଲୁଟ୍, ମହିଳାଙ୍କୁ ଭୁଜାଲି ଦେଖାଇ ଅଳଙ୍କାର ଲୁଟିନେଲେ ୨ ଦୁର୍ବୃତ୍ତ
  • ||
  • ବିଜୟ ହଜାରେ ଟ୍ରଫି: ଇତିହାସ ରଚିଲେ ଋତୁରାଜ, ଗୋଟିଏ ଓଭରରେ ମାରିଲେ ୭ ଛକା
  • ||
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • କେନ୍ଦ୍ରାପଡ଼ା: ବାଲିଆ ବାଣ ବିସ୍ଫୋରଣ ଅଘଟଣ: ଏସ୍‌ସିବିରେ ଆଉ ଜଣଙ୍କ ମୃତ୍ୟୁ, ଆହୁରି ୧୧ ଜଣଙ୍କ ଅବସ୍ଥା ଗୁରୁତର
  • ||
  • କଟକ: ଡିସେମ୍ବର ୯ରୁ ମାଟ୍ରିକ୍‌ ଏସ୍‌ଏ-୧ ଖାତା ଦେଖା, ୫୬ଟି କେନ୍ଦ୍ରରେ ହେବ ମୂଲ୍ୟାୟନ
  • ||
  • ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଅସମ୍ଭାଳ: ୧୦ ଡିଗ୍ରୀ ତଳେ ୭ ସହର, ସେମିଳିଗୁଡା ସବୁଠୁ ଥଣ୍ଡା
  • ||

ଶନିବାର ରାଶିଫଳ: ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ; ଏହି ବ୍ୟକ୍ତିଙ୍କ ଭାଗ୍ୟରେ ରହିଛି ଧନପ୍ରାପ୍ତି ଯୋଗ

Image Courtesy: AstroWorld

ମେଷ: ଦିବା ୧୨ଟା ୦୬ ମିନିଟ୍‌ ପରେ ଅଷ୍ଟମ ଚନ୍ଦ୍ର ହେତୁ ସେ ସମୟ ପର୍ଯ୍ୟନ୍ତ ସମସ୍ତ କର୍ମରେ ଓ ବାଣିଜ୍ୟ, ବ୍ୟବସାୟରେ ଶୁଭଫଳ ମିଳିବ । ଏହା ପରେ ମନରେ ଅସ୍ଥିରତା, ପରିବାରରେ ବିବାଦ, ଆର୍ଥିକ ଠକାମି ଏବଂ ସ୍ୱଜନରେ ବିବାଦ ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେବ, ତା’ଠାରୁ ଅଧିକ ବଦ୍‌ଖର୍ଚ୍ଚ ହେବ ଏବଂ କର୍ମରେ ବିଫଳତା ଓ କର୍ମ ପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ଅଶ୍ୱିନୀ ମେଷ ସେମାନେ ସତର୍କ ହେବେ ।

ଶୁଭରଙ୍ଗ-ଧଳା, ସଂଖ୍ୟା: ୩, ଆରାଧନା: ପ୍ରଭୁ ସ୍କନ୍ଦ

ବୃଷ: ଘାତବାର, ଷ  ଓ ସପ୍ତମ ଚନ୍ଦ୍ର ଉଭୟ ଭୋଗ ହେଉଥିବା ହେତୁ ଘାତବାରର ପ୍ରଭାବ କମ୍‌ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ସ୍ତ୍ରୀହେତୁକ ଧନପ୍ରାପ୍ତି ହେବ । ମାନସିକ, ପରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନ ସୁଖମୟ ହେବ । ରୋଗ, ଋଣ ଓ ଶତ୍ରୁ ଏ ତିନୋଟିରୁ ମୁକ୍ତି ପାଇବେ । କର୍ମରେ ସଫଳତା, ମହିଳା ସହକର୍ମୀଙ୍କ ସହାୟତା ଓ ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ମିଳିବ । ଯେଉଁମାନଙ୍କର ରୋହିଣୀ ବୃଷ ସେମାନେ ସୁଫଳ ପାଇବେ ।

ଶୁଭରଙ୍ଗ: କଫି, ସଂଖ୍ୟା: ୮, ଆରାଧନା: ମା’ କମଳା

ମିଥୁନ: ପଞ୍ଚମ ଓ ଷ  ଚନ୍ଦ୍ର ଉଭୟ ଭୋଗ ହେଉଥିବା ହେତୁ ଯଶ, ସମ୍ମାନ, ସାମାଜିକ ପ୍ରତି । ଏବଂ ଜନ ସମ୍ପର୍କ ବୃଦ୍ଧି ପାଇବ । ସନ୍ତାନମାନେ ଆଜ୍ଞାଧୀନ ହେବେ ଏବଂ ପିତାମାତାଙ୍କ କୃପାଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଓ ସ୍ୱାସ୍ଥ୍ୟ ଉତ୍ତମ ରହିବ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ ସେମାନେ ସୁଫଳ ପାଇବେ ।

ଶୁଭରଙ୍ଗ: ନୀଳ, ସଂଖ୍ୟା: ୪, ଆରାଧନା: ମା’ଭୈରବୀ

କର୍କଟ: ଦିବା ୧୨ଟା ୦୬ ମିନିଟ୍‌ ର୍ପ୍ୟନ୍ତ ଚତୁର୍ଥ ଚନ୍ଦ୍ର ହେତୁ ସେ ସମୟ ର୍ପ୍ୟନ୍ତ ସ୍ୱଜନ, ଓ ପରିବାରରେ ବିବାଦ, ମନରେ ଅସ୍ଥିରତା ଏବଂ ଆର୍ଥିକ କ୍ଷତି ଘଟିପାରେ । ଏହା ପରେ ପଞ୍ଚମ ଚନ୍ଦ୍ର ହେତୁ ସ୍ଥିତିରେ ପରିବର୍ତ୍ତନ ଆସିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । ମନରୁ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ଲୋପ ପାଇବ ଏବଂ ମନରେ ପ୍ରସନ୍ନତା ଭାବ ଦେଖାଦେବ । କର୍ମରେ ସଫଳତା ଏବଂ ସମ୍ମାନ ବୃଦ୍ଧି ଘଟିବ । ଯେଉଁମାନଙ୍କର ପୁନର୍ବସୁ କର୍କଟ ସେମାନେ ସତର୍କ ହେବେ ଏବଂ ଯେଉଁମାନଙ୍କର ପୁଷ୍ୟା ଓ ଅଶ୍ଳେଷା କର୍କଟ ସେମାନେ ସୁଫଳ ପାଇବେ ।

ଶୁଭରଙ୍ଗ: ଲାଲ୍‌, ସଂଖ୍ୟା: ୧, ଆରାଧନା: ଭଗବାନ ଶିବ

ସିଂହ: ଦିବା ୧୨ଟା ୦୬ ମିନିଟ୍‌ ର୍ପ୍ୟନ୍ତ ତୃତୀୟ ଚନ୍ଦ୍ର ହେତୁ ସେ ସମୟ ର୍ପ୍ୟନ୍ତ ସମସ୍ତ କର୍ମରେ କିଛି ଶୁଭଫଳ ମିଳିବ । ଏହା ପରେ ଚତୁର୍ଥ ଚନ୍ଦ୍ର ଓ ଘାତବାର ହେତୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ବିବାଦ ଓ ମାଲିମକଦ୍ଦମାରେ ପଡ଼ିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଏବଂ ସମସ୍ତ କର୍ମ କଣ୍ଟକସଦୃଶ ମନେ ହେବ । ଯେଉଁମାନଙ୍କର ମଘା ସିଂହ ସେମାନେ ସତର୍କ ହେବେ ।

ଶୁଭରଙ୍ଗ: ହଳଦିଆ, ସଂଖ୍ୟା: ୩, ଆରାଧନା: ମା’ ମାତଙ୍ଗୀ

କନ୍ୟା: ଘାତବାର ଏବଂ ଦ୍ୱିତୀୟ ଓ ତୃତୀୟ ଚନ୍ଦ୍ର ଉଭୟ ଭୋଗ ହେଉଥିବା ହେତୁ ଘାତବାରର ପ୍ରଭାବ କମ୍‌ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ବ୍ୟବସାୟର ଶାଖା ବଢ଼ାଇବା ପାଇଁ ଚିନ୍ତା କରିବେ । କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଫେରିପାଇବେ । କର୍ମରେ ସଫଳତା, ଦରମାରେ କିଛି ବୃଦ୍ଧି ଘଟିବ । ଖର୍ଚ୍ଚ ଅପେକ୍ଷା ସଞ୍ଚୟରେ ଅଧିକ ଆଗ୍ରହ ରଖିବେ ଏବଂ ଆୟର କିଛି ଅଂଶ ସ୍ଥାୟୀ ଜମା ରଖିବେ । ଯେଉଁମାନଙ୍କର ହସ୍ତା କନ୍ୟା ସେମାନେ ସୁଫଳ ପାଇବେ ।

ଶୁଭରଙ୍ଗ: ମେରୁନ୍‌, ସଂଖ୍ୟା: ୮, ଆରାଧନା: ପ୍ରଭୁ ନାରାୟଣ

ତୁଳା: ଦିବା ୧୨ଟା ୦୬ ମିନିଟ୍‌ ର୍ପ୍ୟନ୍ତ ଶ୍ରୀଚନ୍ଦ୍ର ହେତୁ ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି, ସମସ୍ତ କର୍ମରେ ସଫଳତା ଓ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ଏହା ପରେ ଦ୍ୱାଦଶ ଚନ୍ଦ୍ର ହେତୁ ମନରେ ଅସ୍ଥିରତା, ଅଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ ବଢ଼ି ଚାଲିବ ଏବଂ ମନ ବିଷାଦଗ୍ରସ୍ତ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷା ବ୍ୟୟ ଅଧିକ ରହିବ ଏବଂ ବ୍ୟବସାୟ କର୍ମରେ କୌଣସି ଦୂର ସ୍ଥାନକୁ ନୈଶ ଯାତ୍ରା କରିବେ । କର୍ମରେ ବିଫଳତା ଓ ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ବିଶାଖା ତୁଳା ସେମାନେ ସତର୍କ ହେବେ ।

 ଶୁଭରଙ୍ଗ: ନୀଳ, ସଂଖ୍ୟା: ୪, ଆରାଧନା: ମା’ ସମଲେଶ୍ୱରୀ

ବିଛା: ଦିବା ୧୨ଟା ୦୬ ମିନିଟ୍‌ ର୍ପ୍ୟନ୍ତ ଦ୍ୱିତୀୟ ଚନ୍ଦ୍ର ହେତୁ ସେ ସମୟ ର୍ପ୍ୟନ୍ତ ସମସ୍ତ କର୍ମରେ ଅଯଥା ବିଳମ୍ବ, ମନରେ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ପରିବାରର କୌଣସି ସଦସ୍ୟଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ । ଏହାପରେ ଶ୍ରୀଚନ୍ଦ୍ର ହେତୁ ସ୍ଥିତିରେ ପରିବର୍ତ୍ତନ ଆସିବ ଏବଂ ସମସ୍ତ କର୍ମରେ ଶୁଭଫଳ ପ୍ରାପ୍ତି ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ପରିଶ୍ରମ ତୁଳନାରେ ଅଧିକ ସଫଳତା ମିଳିବ । ଯେଉଁମାନଙ୍କର ଅନୁରାଧା ଓ ଜ୍ୟେ । ବିଛା ସେମାନେ ସୁଫଳ ପାଇବେ ।

ଶୁଭରଙ୍ଗ: ହଳଦିଆ, ସଂଖ୍ୟା: ୧୧, ଆରାଧନା: ମା’  ବଗଳାମୁଖୀ

ଧନୁ: ଦିବା ୧୨ଟା ୦୬ ମିନିଟ୍‌ ର୍ପ୍ୟନ୍ତ ଏକାଦଶ ଚନ୍ଦ୍ର ହେତୁ ସେ ସମୟ ର୍ପ୍ୟନ୍ତ ସମସ୍ତ କର୍ମରେ ଓ ବ୍ୟବସାୟରେ ମଧ୍ୟମ ଧରଣର ଶୁଭଫଳ ମିଳିବ । ଏହା ପରେ ଦ୍ୱାଦଶ ଚନ୍ଦ୍ର ହେତୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହଭାବ ପ୍ରକାଶ ପାଇବ ଏବଂ ସାମାନ୍ୟ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ  ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା, କର୍ମ ପ୍ରତି ଅନାଗ୍ରହ ଓ ଆଳସ୍ୟତା ଭାବ ଅଧିକ ରହିବ । ଯେଉଁମାନଙ୍କର ମୂଳା ଧନୁ ସେମାନେ ସତର୍କ ହେବେ ।

ଶୁଭରଙ୍ଗ: ଧଳା, ସଂଖ୍ୟା: ୫, ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ

ମକର: ଦଶମ ଓ ଏକାଦଶ ଚନ୍ଦ୍ର ଉଭୟ ଭୋଗ ହେଉଥିବା ହେତୁ କର୍ମରେ ଏବଂ ବ୍ୟବସାୟରେ ଅଧିକ ସଫଳତା ମିଳିବ । ବାଣିଜ୍ୟ ଓ କର୍ମ ପ୍ରତି ପ୍ରାୟ ସମାନ୍ତରାଳ ଧ୍ୟାନ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତିବଦ୍ଧ ହେବେ । କର୍ମରେ ଆଶାଠାରୁ ଅଧିକ ସଫଳତା ଏବଂ ନୂତନ କର୍ମାରମ୍ଭର ଯୋଜନା କରିବେ । ଯେଉଁମାନଙ୍କର ଶ୍ରବଣା ମକର ସେମାନେ ଅଧିକ ସଫଳତା ପାଇବେ ।

ଶୁଭରଙ୍ଗ: କଳା, ସଂଖ୍ୟା: ୧୧, ଆରାଧନା: ମା’ ଦୁର୍ଗା

କୁମ୍ଭ : ନବମ ଓ ଦଶମ ଚନ୍ଦ୍ର ଉଭୟ ଭୋଗ ହେଉଥିବା ହେତୁ ଭାଗ୍ୟରେ, କର୍ମରେ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ । ଧନ, ସମ୍ପଦ, ପ୍ରାର୍ଚ୍ୟୁ, ପ୍ରତିପତ୍ତି ବୃଦ୍ଧି ପାଇବ ଓ ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉଚିତ୍‌ ଉନ୍ନତି ଆସିବ । କର୍ମରେ ସଫଳତା, ପ୍ରମୋଶନ ଓ ପଦର୍ମ୍ୟାଦା ଅତୁଟ ରହିବ । ଯେଉଁମାନଙ୍କର ଶତଭିଷା କୁମ୍ଭ ସେମାନେ ସୁଫଳ ପାଇବେ ।

ଶୁଭରଙ୍ଗ: ବାଇଗଣୀ, ସଂଖ୍ୟା: ୫, ଆରାଧନା : ମା’ କାଳୀ

ମୀନ: ଦିବା ୧୨ଟା ୦୬ ମିନିଟ୍‌ ପର୍ଯ୍ୟନ୍ତ ଅଷ୍ଟମ ଚନ୍ଦ୍ର ହେତୁ ·ଲିଚଳନ, ବ୍ୟବହାର ବିବାଦୀୟ ହେବ ଏବଂ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ । ବାଣିଜ୍ୟରେ କ୍ଷତି, କର୍ମରେ ବିଫଳତା, ପରିବାରରେ ଅଶାନ୍ତି ଓ ଶାରୀରିକ ପୀଡ଼ା ଭୋଗିବେ । ଏହା ପରେ ନବମ ଚନ୍ଦ୍ର ଆସିଲେ ମଧ୍ୟ ବିଶେଷ ଶୁଭଫଳ ମିଳିବ ନାହିଁ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ ଆତ୍ମସନ୍ତୋଷ ମିଳିବ ନାହିଁ । ଯେଉଁମାନଙ୍କର ପୂର୍ବଭାଦ୍ର ମୀନ ସେମାନେ ସତର୍କ ହେବେ ଏବଂ ଯେଉଁମାନଙ୍କର ଉତ୍ତରଭାଦ୍ର ମୀନ ସେମାନେ ସୁଫଳ ପାଇବେ ।

ଶୁଭରଙ୍ଗ: ହଳଦିଆ, ସଂଖ୍ୟା : ୭, ଆରାଧନା: ମା’ ତାରା