ପ୍ରମୂଖ ଖବର
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟିରେ ଯିବେ ଓଏଏସ ଅଧିକାରୀ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା, କର୍ପୋରେଟର ଜୀବନ ରାଉତ ସମେତ ୩ ଗିରଫ
  • ||
  • କନ୍ଧମାଳ ଜଙ୍ଗଲରେ ଏନ୍‌କାଉଣ୍ଟର, ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୨ ମାଓବାଦୀ
  • ||
  • ବାହାରିଲା ପ୍ରଥମ ଦିନର ଆଡ଼ପ ଅବଢ଼ା, ମହାପ୍ରଭୁଙ୍କୁ ଦର୍ଶନ ସହ ମହାପ୍ରସାଦ ପାଇ ଭକ୍ତ ଆନନ୍ଦିତ
  • ||
  • ବରିଷ୍ଠ ଓଏଏସ୍ ମିର୍ଦ୍ଧା ଟପ୍ପୋଙ୍କୁ ଗୁରୁଦାୟିତ୍ବ, ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଭାବେ ମିଳିଲା ନୂଆ ନିଯୁକ୍ତି
  • ||
  • ଏଣିକି ପାନ୍‌କାର୍ଡ ଆବେଦନ ଲାଗି ଆଧାର ଜରୁରୀ, ଜୁଲାଇ ପହିଲାରୁ ହେବ କାର୍ଯ୍ୟକାରୀ
  • ||
  • ସୁନ୍ଦରଗଡ଼ :ଲଗାଣ ବର୍ଷା ପାଇଁ ବଢୁଛି ବ୍ରାହ୍ମଣୀ ନଦୀର ଜଳସ୍ତର, ଖୋଲିଲା ମନ୍ଦିରା ଡ୍ୟାମ୍‌ର ୪ ଗେଟ୍‌
  • ||
  • କଟକ ରେଳ ଷ୍ଟେସନ୍‌ ନିକଟରେ ମାଲବାହୀ ଟ୍ରେନ୍ ଲାଇନ୍‌ଚ୍ୟୁତ, ଟ୍ରାକ୍‌ରୁ ଖସିଲା ୩ ଖାଲି ବଗି
  • ||
  • ଫିଫା କ୍ଲବ ବିଶ୍ୱକପ, କ୍ୱାର୍ଟରରେ ଚେଲସୀ, ପାମେରାସ୍‌
  • ||
  • ଉତ୍ତରାଖଣ୍ଡ-ହିମାଚଳରେ ପ୍ରକୃତି କୋପ; ରେଡ୍ ଆଲର୍ଟ ପରେ ସ୍କଲ କଲେଜ ବନ୍ଦ,ଚାରିଧାମ ଯାତ୍ରାରୁ ହଟିଲା ୨୪ ଘଣ୍ଟିଆ ବ୍ରେକ୍
  • ||
  • ଗଞ୍ଜାମ : ପୂର୍ବ ଶତ୍ରୁତାରୁ ଗଡ଼ିଲା ମୁଣ୍ଡ, ଯୁବକଙ୍କୁ ମାରଣାସ୍ତ୍ରରେ ଆକ୍ରମଣ
  • ||
  • ମଙ୍ଗଳବାରଠୁ ଅନିର୍ଦ୍ଦିଷ୍ଟକାଳ ପାଇଁ ଶିମିଳିପାଳ ଜାତୀୟ ଉଦ୍ୟାନ ବନ୍ଦ
  • ||
  • ସୋମବାରଠୁ ଏସ୍‌ଓଏସ୍‌ସି ପରୀକ୍ଷା, ସକାଳ ୯ ଟାରୁ ୧୧ଟା ଯାଏ ଚାଲିବ: ଜୁଲାଇ ପହିଲାରୁ ସପ୍ଲିମେଣ୍ଟାରୀ ପରୀକ୍ଷା
  • ||
  • ପ୍ରବଳ ବର୍ଷା ଯୋଗୁ ବାଲେଶ୍ୱର, ମୟୂରଭଞ୍ଜକୁ ବନ୍ୟା ଭୟ: ଆଜିଠୁ ୩ ଯାଏ ମୟୂରଭଞ୍ଜରେ ସ୍କୁଲ ଛୁଟି ଘୋଷଣା
  • ||
  • ବାଲେଶ୍ୱର : ସୁବର୍ଣ୍ଣରେଖାରେ ବନ୍ୟାସ୍ଥିତି, ବିପଦ ସଂକେତ ଟପିଲା ବନ୍ୟାଜଳ
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ୫ ଯାଏ ପ୍ରବଳରୁ ଅତିପ୍ରବଳ ବର୍ଷା ଆକଳନ, ଆଜି ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||

ରବିବାର ରାଶିଫଳ: ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ

Published By : Harapriya Sethi | November 10, 2024 6:45 AM

ମେଷ : ଘାତବାର ଏବଂ ଏକାଦଶ ଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ମଙ୍ଗଳଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରିପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । କର୍ମରେ ଆଶାଠାରୁ ଅଧିକ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ । ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ: ଗେରୁଆ, ସଂଖ୍ୟା: ୬, ଆରାଧନା: ପ୍ରଭୁ ହନୁମାନ ।

ବୃଷ : ଦଶମ ଚନ୍ଦ୍ର ଯୋଗୁ କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ ଏବଂ ସମସ୍ତ ଅଟକିଥିବା କାମ, ବନ୍ଦ ରହିଥିବା କାମ ସଫଳତାର ସହ ସମ୍ପାଦନ କରିବେ । ଆଜି ଯେକୌଣସି କର୍ମ କରିବେ, ସେଥିରେ ଶତପ୍ରତିଶତ ସଫଳତା ପାଇବେ ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ: ସିଲ୍‌ଭର, ସଂଖ୍ୟା: ୧୨, ଆରାଧନା: ମା’ କମଳା ।

ମିଥୁନ : ଘାତଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର ଏବଂ ନିଜର ପ୍ରିୟ ବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କ ସହ ବିବାଦ କିମ୍ବା ତାଙ୍କଠାରୁ ଅପମାନ ମିଳିପାରେ । ମନ ଅସ୍ଥିର, ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ ଏବଂ ପରିବାରର ବୟୋଜ୍ୟଷ୍ଠ ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : କଫି, ସଂଖ୍ୟା: ୪, ଆରାଧନା : ମା’ ତ୍ରିପୁରସୁନ୍ଦରୀ ।

କର୍କଟ : ଅଷ୍ଟମ ଚନ୍ଦ୍ର ଏବଂ ଦିବା ୧୦ଟା ୫୯ ମିନିଟ୍‌ ପରେ ରାହୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଏବଂ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଶାରୀରିକ ପୀଡ଼ା ଭୋଗିବେ । ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ଅଶ୍ଳେଷା କର୍କଟ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ଧଳା, ସଂଖ୍ୟା: ୫, ଆରାଧନା: ଭଗବାନ ଶିବ ।

ସିଂହ : ସପ୍ତମ ଚନ୍ଦ୍ର, ରବିବାର ଯୋଗୁ ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ଆମୋଦ ପ୍ରମୋଦ, ମଉଜ ମଜଲିସରେ ଅଧିକ ଆଗ୍ରହ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆୟର ନୂତନ ମାର୍ଗ ଖୋଲିବ । କର୍ମରେ ସଫଳତା, ସମ୍ମାନ ଓ ମହିଳା ସହକର୍ମୀଙ୍କ ସହଯୋଗ ପ୍ରାପ୍ତ କରିବେ । ଯେଉଁମାନଙ୍କର ମଘା ଓ ଉତ୍ତରା ଫାଲଗୁନୀ ସିଂହ, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ : ଲାଲ୍‌, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ମାତଙ୍ଗୀ ।

କନ୍ୟା : ଷଷ୍ଠ ଚନ୍ଦ୍ର ଯୋଗୁ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ ଓ ଅବସାଦରୁ ସାମୟିକ ମୁକ୍ତି ମିଳିବ ଏବଂ ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଓ ଦେହ ମନ ସୁସ୍ଥ ରହିବ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଓ ପ୍ରତିବନ୍ଧକ ଦୂର ହେବ । ଯେଉଁମାନଙ୍କର ଉତ୍ତରା ଫାଲଗୁନୀ ଓ ଚିତ୍ରା କନ୍ୟା, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ : ସବୁଜ, ସଂଖ୍ୟା : ୧୨, ଆରାଧନା : ମା’ ଛିନ୍ନମସ୍ତା ।

ତୁଳା : ଶୁକ୍ଳପକ୍ଷର ପଞ୍ଚମ ଚନ୍ଦ୍ର ଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଏବଂ ଜନ ସମ୍ପର୍କ ବୃଦ୍ଧି ପାଇବ । ନୂତନ ବିଦ୍ୟା, କଳା ପ୍ରତି ଅଧିକ ରୁଚି ରହିବ । ସନ୍ତାନମାନଙ୍କର ଶିକ୍ଷା, ଦୀକ୍ଷା, ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ଓ କର୍ମକୁ ନେଇ ଗର୍ବିତ ହେବେ । ପିତାମାତାଙ୍କ କୃପା ଓ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ । କର୍ମରେ ଆଶାଠାରୁ ଅଧିକ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : ସିଲ୍‌ଭର, ସଂଖ୍ୟା : ୬, ଆରାଧନା : ମା’ ସମଲେଶ୍ୱରୀ 

ବିଛା :  ଶୁକ୍ଳପକ୍ଷ, ଚତୁର୍ଥ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ମାଲିମକଦ୍ଦମାରେ ପଡ଼ିପାରନ୍ତି । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ଜ୍ୟେଷ୍ଠା ବିଛା, ସେମାନେ ସତର୍କ ହେବେ ।  

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୬, ଆରାଧନା : ପ୍ରଭୁ ହନୁମାନ ।

ଧନୁ : ତୃତୀୟ ଚନ୍ଦ୍ର, ରବିବାର ଏବଂ ମଙ୍ଗଳଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ସମସ୍ତ ଆଶା, ଆକାଂକ୍ଷା ପୂର୍ଣ୍ଣ ହେବ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଭାଇ, ଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୨, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

ମକର : ଶୁକ୍ଳପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନ ପ୍ରତି ମନରେ ଦୁର୍ବଳତା ପ୍ରକାଶ ପାଇବ ।  ଅନ୍ୟକୁ ଦେଇଥିବା ଧନ, ହୃତଧନ ଓ ବକେୟା ଧନ ଫେରିପାଇବେ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । ଖର୍ଚ୍ଚ ପ୍ରତି ଅନାଗ୍ରହ ଏବଂ ସଞ୍ଚୟ ପ୍ରତି ମନରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ କିଛି ସମସ୍ୟା ଦେଖାଦେବ । ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠା ମକର, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୩, ଆରାଧନା : ମା’ ଭୈରବୀ ।

କୁମ୍ଭ :  ଶ୍ରୀଚନ୍ଦ୍ର ଯୋଗୁ ଧନ, ମାନ, ସମ୍ମାନ,ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ଆମୋଦ ପ୍ରମୋଦ, ମଉଜ ମଜଲିସ୍‌ରେ ଅଧିକ ଆଗ୍ରହ ରହିବ ଏବଂ ପରିବାରର ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ର କୁମ୍ଭ, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ :  କଫି, ସଂଖ୍ୟା : ୧୧, ଆରାଧନା : ମା’ ବିମଳା ।

ମୀନ : ଦ୍ୱାଦଶ ଚନ୍ଦ୍ର ଯୋଗୁ ଅପବ୍ୟୟ, ଅପବାଦ ଏବଂ ଅଯଥା ଖର୍ଚ୍ଚ ଲାଗି ରହିବ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ । ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ରେବତୀ ମୀନ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୫, ଆରାଧନା : ମା’ ତାରା ।

ଜ୍ୟୋତିର୍ବିଦ୍‌ : କୈଳାସ ଦାଶ,

ଯୋଗାଯୋଗ : ୯୪୩୭୧୩୩୪୭୩

 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.