ମେଷ : ଅଷ୍ଟମ ଚନ୍ଦ୍ର, ସକାଳ ୭ଟା ୨୬ ମିନିଟ୍ ପର୍ଯ୍ୟନ୍ତ ଅଷ୍ଟମୀ ତିଥି ଏବଂ ସକାଳ ୭ଟା ୫୫ ମିନିଟ୍ ପରେ ଶନିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ବାଦ ବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ, ଗ୍ୟାସ୍, ଇଲେକ୍ଟ୍ରିକ ସରଞ୍ଜାମ ବ୍ୟବହାର ଏବଂ ଯାନ ବାହନ ଆରୋହଣକାଳରେ ସତର୍କତା ଅବଲମ୍ବନ କରିବେ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହଭାବ ପ୍ରକାଶ ପାଇବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଠିକ୍ସମୟରେ ଠିକ୍ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ସତ୍ସଙ୍ଗ ପରିତ୍ୟାଗ କରି କୁସଙ୍ଗରେ ପଡ଼ିବେ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଠାରୁ ବ୍ୟୟ ଦ୍ୱିଗୁଣ ହେବ । କର୍ମରେ ବିଫଳତା ଓ ସମସ୍ତକର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁ ମାନଙ୍କର ଅଶ୍ୱିନୀ ଓ ଦ୍ୱିଜାମେଷ, ସେମାନେ ସତର୍କ ହେବେ ।
ଶୁଭରଙ୍ଗ : ଲାଲ୍, ସଂଖ୍ୟା : ୬, ଆରାଧନା : ମା’ ବିମଳା ।
ବୃଷ : ସପ୍ତମ ଚନ୍ଦ୍ର, ସକାଳ ୭ଟା ୫୫ ମିନିଟ୍ ପରେ ଶନିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ଏବଂ ପରିଚିତ ମହିଳାଙ୍କ ଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ଆମୋଦ ପ୍ରମୋଦ, ମଉଜମଜଲିସରେ ଅଧିକ ଧ୍ୟାନ ଦେବେ ଏବଂ ପୁତ୍ର, କନ୍ୟା, ଭ୍ରାତୃ, ଭଗ୍ନୀଙ୍କ ବୈବାହିକ କର୍ମର ଆୟୋଜନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ । କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ଯେଉଁ ମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ, ସେମାନେ ଉପକୃତ ହେବେ ।
ଶୁଭରଙ୍ଗ :ସିଲ୍ଭର, ସଂଖ୍ୟା : ୨, ଆରାଧନା : ମା’ କମଳା ।
ମିଥୁନ : ଷଷ୍ଠଚନ୍ଦ୍ର ଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନ ସମ୍ପର୍କ ବୃଦ୍ଧି ପାଇବ ଏବଂ କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ମିଳିବ । ପୁରାତନ ରୋଗରୁ ଆରୋଗ୍ୟଲାଭ କରିବେ ଏବଂ ଦେହ, ମନ ସୁସ୍ଥ ରହିବ ।ଶତ୍ରୁ ମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ଋଣମୁକ୍ତ ହେବାର ସୁଯୋଗ ଜୁଟିବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ । କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁ ମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ, ସେମାନେ ଉପକୃତ ହେବେ ।
ଶୁଭରଙ୍ଗ :ମେରୁନ୍, ସଂଖ୍ୟା: ୮, ଆରାଧନା : ମା’ ଛିନ୍ନମସ୍ତା ।
କର୍କଟ : କୃଷ୍ଣ ପକ୍ଷର ପଞ୍ଚମ ଚନ୍ଦ୍ର ଏବଂ ସକାଳ ୭ଟା ୫୫ ମିନିଟ୍ ପରେ ଘାତ ନକ୍ଷତ୍ର ଯୋଗୁ ମାନ ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଇତରଜନ ଠାରୁ ଅପମାନ ପାଇବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ସନ୍ତାନ ମାନଙ୍କର ଶିକ୍ଷା, ଦୀକ୍ଷା, କର୍ମରେ ବାଧା ବିଘ୍ନ ଉପୁଜିବ ଏବଂ ସେମାନେ ବିଶୃଙ୍ଖଳିତ ହେବେ । ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖା ଦେବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ବୁଝାମଣାର ଅଭାବ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ । କର୍ମରେ ବିଫଳତା ଓ ସହକର୍ମୀଙ୍କ ବିରୋଧର ଶିକାର ହେବେ । ଯେଉଁ ମାନଙ୍କର ପୁଷ୍ୟା କର୍କଟ, ସେମାନେ ସତର୍କ ହେବେ ।
ଶୁଭରଙ୍ଗ : ଲାଲ୍, ସଂଖ୍ୟା : ୩, ଆରାଧନା : ମା’ ସମଲେଶ୍ୱରୀ ।
ସିଂହ : କୃଷ୍ଣପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତି ମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ନୂତନ କର୍ମାରମ୍ଭ, ବ୍ୟବସାୟାରମ୍ଭ ଓ ବିଦେଶ ଯାତ୍ରାର ସୁଯୋଗ ଜୁଟିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା, ଉଚ୍ଚ ସମ୍ମାନ ଓ ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁ ମାନଙ୍କର ମଘା ଓ ଉତ୍ତରା ଫାଲଗୁନୀ ସିଂହ, ସେମାନେ ଉପକୃତ ହେବେ ।
ଶୁଭରଙ୍ଗ : ଲାଲ୍, ସଂଖ୍ୟା: ୩, ଆରାଧନା : ମା’ ଷୋଡ଼ଶୀ ।
କନ୍ୟା : ତୃତୀୟଚନ୍ଦ୍ର ଏବଂ ସକାଳ ୭ଟା ୫୫ ମିନିଟ୍ ପରେ ଶନିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ମନରେ ଦୃଢ଼ ଇଚ୍ଛାଶକ୍ତି, ଆତ୍ମବିଶ୍ୱାସ ପ୍ରକାଶ ପାଇବ ଏବଂ ମନୋବଳ ଦୃଢ଼ହେବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତକର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ଭାଇଭଉଣୀ, ସ୍ୱଜନ, ପରିଜନଙ୍କ ସହଯୋଗ ମିଳିବ ଏବଂ ପରିବାରରେ ସୁଖଶାନ୍ତିର ପରିବେଶ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ । କର୍ମରେ ସଫଳତା ଏବଂ ସମସ୍ତ କର୍ମରେ ନିଜର ଶ୍ରେଷ୍ଠତା ପ୍ରତିପାଦନ କରିବେ । ଯେଉଁ ମାନଙ୍କର ପୂର୍ବା ଫାଲଗୁନୀ ଓ ଚିତ୍ରାକନ୍ୟା, ସେମାନେ ସୁଫଳ ପାଇବେ ।
ଶୁଭରଙ୍ଗ : କଫି, ସଂଖ୍ୟା : ୮, ଆରାଧନା : ମା’ ତ୍ରିପୁର ସୁନ୍ଦରୀ ।
ତୁଳା : କୃଷ୍ଣପକ୍ଷର ଦ୍ୱିତୀୟଚନ୍ଦ୍ର ଯୋଗୁ ଧନକୁ ନେଇ ବିବାଦ ଏବଂ ମାଲିମକଦ୍ଦମାରେ ପଡ଼ି ପାରନ୍ତି ଏବଂ ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ । ଅନ୍ୟ ଠାରୁ ଆଣିଥିବା ଧନ ଫେରେଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଖର୍ଚ୍ଚଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ । କର୍ମରେ ବିଫଳତା ଓ ବାଧାବିଘ୍ନ ଦେଖାଯିବ । ଯେଉଁ ମାନଙ୍କର ସ୍ୱାତୀ ତୁଳା, ସେମାନେ ସତର୍କ ହେବେ । ଶୁଭରଙ୍ଗ: ଧଳା, ସଂଖ୍ୟା : ୪, ଆରାଧନା : ପ୍ରଭୁଶ୍ରୀରାମ ।
ବିଛା: ଶ୍ରୀଚନ୍ଦ୍ର, ମଙ୍ଗଳବାର ଯୋଗୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ଆମୋଦପ୍ରମୋଦ, ମଉଜମଜଲିସରେ ଅଧିକ ଆଗ୍ରହ ରହିବ ଏବଂ ପରିବାରରେ ସ୍ୱର୍ଗୀୟ ସୁଖ ଅନୁଭୂତ ହେବ ।ପୁତ୍ର, କନ୍ୟା, ଭ୍ରାତୃ, ଭଗ୍ନୀଙ୍କର ବୈବାହିକ କର୍ମର ଆୟୋଜନ କରିବେ କିମ୍ବା ପରିବାର ସହ କୌଣସି ମାଙ୍ଗଳିକ କର୍ମରେ ଯୋଗଦେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ । କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ବିଶାଖା ଓ ଜ୍ୟେଷ୍ଠାବିଛା, ସେମାନେ ସୁଫଳ ପାଇବେ
ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା : ୧୧, ଆରାଧନା : ମା’ ଚଣ୍ଡୀ ।
ଧନୁ : ଦ୍ୱାଦଶଚନ୍ଦ୍ର, ମଙ୍ଗଳବାର ଯୋଗୁ ଅପବ୍ୟୟ, ଅପବାଦ ଓ ଅପଯଶରୁ ସାମୟିକ ମୁକ୍ତି ମିଳିବ ଏବଂ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର କମ୍ ରହିବ । ଖର୍ଚ୍ଚ ପ୍ରତି ଅନାଗ୍ରହ, ସଞ୍ଚୟ ପ୍ରତିମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ବ୍ୟବସାୟ କର୍ମରେ କୌଣସି ଦୂରସ୍ଥାନର ଯାତ୍ରା କରିବେ । କର୍ମରେ ସଫଳତା ଓ ସମସ୍ତ ଅଟକିଥିବା କାମକୁ ସଫଳତାର ସହ ସମ୍ପାଦନ କରିବେ । ଯେଉଁ ମାନଙ୍କର ମୂଳା ଓ ଉତ୍ତରା ଷାଢ଼ା ଧନୁ, ସେମାନେ ଉପକୃତ ହେବେ ।
ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୨, ଆରାଧନା : ମା’ ତାରା ।
ମକର : ଏକାଦଶ ଚନ୍ଦ୍ର ଓ ସକାଳ ୭ଟା ୫୫ ମିନିଟ୍ ପରେ ଶନିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଘାତବାରର ପ୍ରଭାବ ରହିବ ନାହିଁ । ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ନୂତନ କର୍ମାରମ୍ଭ, ବ୍ୟବସାୟାରମ୍ଭ ଓ ବିଦେଶ ଯାତ୍ରାର ସୁଯୋଗ ଜୁଟିବ । ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ ଏବଂ ଉନ୍ନତି ମୂଳକ କର୍ମରେ ଧନର ବିନିଯୋଗ କରିବେ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ, ହୃତଧନ ଫେରିପାଇବେ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ନୂତନ ଆୟର ପନ୍ଥା ଉନ୍ମୁକ୍ତ ହେବ । କର୍ମରେ ସଫଳତା ଏବଂ ସମସ୍ତ କର୍ମ ଆପଣଙ୍କ ପାଇଁ ସହଜ ହେବ । ଯେଉଁ ମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠାମକର, ସେମାନେ ଉପକୃତ ହେବେ ।
ଶୁଭରଙ୍ଗ :କଳା, ସଂଖ୍ୟା : ୩, ଆରାଧନା : ମା’ କାଳୀ ।
କୁମ୍ଭ :ଦଶମଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ଚାଲିଚଳନାରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ଆଜି ଯେକୌଣସି କର୍ମ କରିବେ, ସେଥିରେ ଶତପ୍ରତିଶତ ସଫଳତା ପାଇବେ ଏବଂ ସମସ୍ତ କର୍ମରେ ଆପଣଙ୍କର କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ, ସର୍ବଜନାଦୃତ ହେବ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ, ଆତ୍ମତୃପ୍ତି ରହିବ । ଯେଉଁ ମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ର କୁମ୍ଭ, ସେମାନେ ସୁଫଳ ପାଇବେ ।
ଶୁଭରଙ୍ଗ :ମାଟିଆ, ସଂଖ୍ୟା : ୩, ଆରାଧନା : ମା’ ଭୈରବୀ
ମୀନ : କୃଷ୍ଣପକ୍ଷର ନବମ ଚନ୍ଦ୍ରଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା, ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ ଏବଂ ମନ ଅସ୍ଥିର, ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ । ଅପମାନ, ଅପଯଶ, ଅପନିନ୍ଦା ମିଳିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ବୁଝାମଣାର ଅଭାବ ରହିବ । ଉନ୍ନତି ମୂଳକ କର୍ମରେ ପ୍ରତିବନ୍ଧକ, ଧାର୍ମିକ କର୍ମରେ ବିଘ୍ନ ଦେଖାଯିବ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ, କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁ ମାନଙ୍କର ଉତ୍ତର ଭାଦ୍ର ମୀନ, ସେମାନେ ସତର୍କ ହେବେ ।
ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା : ୧୧, ଆରାଧନା : ମା’ ତାରା ।
ଜ୍ୟୋତିର୍ବିଦ୍: କୈଳାସ ଦାଶ
୯୪୩୭୧୩୩୪୭୩