ମେଷ : ଅଷ୍ଟମଚନ୍ଦ୍ର ବିଷ୍ଟୀକରଣ ଓ ଶନିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ମନରେ ବିରକ୍ତି ଭାବ, ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ। ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଉଚିତ୍କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ସତ୍ସଙ୍ଗ ପରିତ୍ୟାଗ କରି କୁସଙ୍ଗରେପଡ଼ିବେ। ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟ ଠାରୁ ବ୍ୟୟ ଅଧିକ ହେବ । କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ। ଯେଉଁ ମାନଙ୍କର ଦ୍ୱିଜାମେଷ, ସେମାନେ ସତର୍କ ହେବେ ।

ଶୁଭରଙ୍ଗ : ଲାଲ୍, ସଂଖ୍ୟା : ୧୧, ଆରାଧନା : ପ୍ରଭୁସ୍କନ୍ଦ

ବୃଷ : ସପ୍ତମ ଚନ୍ଦ୍ର, ସପ୍ତମୀ ତିଥି ଓ ଶନିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖ ଶାନ୍ତି, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନାଦୃତ ହେବ ଏବଂ ସମସ୍ତଙ୍କର ମନ ଜିଣିବାରେ ସମର୍ଥ ହେବେ। ଆମୋଦ ପ୍ରମୋଦରେ ଅଧିକ ଆଗ୍ରହ ରହିବ ଏବଂ ପରିବାର ପ୍ରତି ଅଧିକ ଆଗ୍ରହ ରହିବ ଏବଂ ପରିବାର ପ୍ରତି ଅଧିକ ଯତ୍ନଶୀଳ ହେବେ । ପୁତ୍ର, କନ୍ୟା, ଭ୍ରାତୃଭଗ୍ନୀଙ୍କର ବୈବାହିକ କର୍ମର ଆୟୋଜନ କରିପାରନ୍ତି କିମ୍ବା କୌଣସି ଧାର୍ମିକ ସ୍ଥଳକୁ ଭ୍ରମଣରେ ଯାଇପାରନ୍ତି । ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ଏବଂ ପରିଚିତ ମହିଳାଙ୍କ ଠାରୁ ଧନ ମିଳିବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ । କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସାହାଯ୍ୟ ସହଯୋଗ ପ୍ରାପ୍ତ ହେବ । ଯେଉଁ ମାନଙ୍କର ଅଶ୍ୱିନୀ ଓ ମୃଗଶିରା ବୃଷ, ସେମାନେ ଉପକୃତ ହେବେ ।

ଶୁଭରଙ୍ଗ : ନୀଳ, ସଂଖ୍ୟା : ୪, ଆରାଧନା : ପ୍ରଭୁ ଶ୍ରୀରାମ 

ମିଥୁନ : ଷଷ୍ଠଚନ୍ଦ୍ର ଶନିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ପୁରାତନ ରୋଗରୁ ଆରୋଗ୍ୟ ଲାଭ କରିବେ ଏବଂ ଶତ୍ରୁ ମାନେ ମିତ୍ରତାର ହାତ ବଢ଼ାଇବେ। ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଋଣମୁକ୍ତ ହେବାର ସୁଯୋଗ ଜୁଟିବ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଏବଂ ଜନ ସମ୍ପର୍କ ବୃଦ୍ଧି ପାଇବ ଏବଂ କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ମିଳିବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ, ସେମାନେ ସୁଫଳ ପାଇବେ ।

ଶୁଭରଙ୍ଗ : ସବୁଜ, ସଂଖ୍ୟା: ୦୮, ଆରାଧନା : ଭଗବାନ ବିଷ୍ଣୁ 

କର୍କଟ : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର, ଘାତ ନକ୍ଷତ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ ଏବଂ ଇତର ଜନଠାରୁ ଅପମାନ ପାଇବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ପ୍ରାୟବନ୍ଧୁଙ୍କ ସହ ମତାନ୍ତର ଘଟିବ । ସନ୍ତାନ ମାନଙ୍କର ଶିକ୍ଷା, ଦୀକ୍ଷା, କର୍ମ ଓ ପିତାମାତାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ ଏବଂ ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଲାଗି ରହିବ । ବିଦ୍ୟାରେ ବିଫଳତା, ମନରେ ଅସ୍ଥିରତା ଏବଂ ସମସ୍ତ କର୍ମରେ ବହୁବିଧ ସମସ୍ୟା ଦେଖାଯିବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ । କର୍ମରେ ବିଫଳତା ଓ ସହକର୍ମୀଙ୍କ ବିରୋଧର ସମ୍ମୁଖୀନ ହେବେ । ଯେଉଁ ମାନଙ୍କର ପୁଷ୍ୟା କର୍କଟ, ସେମାନେ ସତର୍କ ହେବେ ।

ଶୁଭରଙ୍ଗ : ଲାଲ୍, ସଂଖ୍ୟା: ୬, ଆରାଧନା : ମା’ ଭୁବନେଶ୍ୱରୀ 

ସିଂହ : କୃଷ୍ଣପକ୍ଷର ଚତୁର୍ଥ ଚନ୍ଦ୍ର, ମଙ୍ଗଳବାର ଯୋଗୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆର୍ଥିକସ୍ଥିତିରେ ଉନ୍ନତି ଆସିବ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଫେରି ପାଇବେ । ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ମାଲିମକଦ୍ଦମାରେ ବିଜୟ ହାସଲ କରିବେ ଏବଂ ପାରିବାରିକ ବିବାଦର ସମାଧାନ ହେବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ । କର୍ମରେ ସଫଳତା ଓ ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁ ମାନଙ୍କର ମଘା ଓ ଉତ୍ତରା ଫାଲ୍ଗୁନୀସିଂହ, ସେମାନେ ସୁଫଳ ପାଇବେ ।

ଶୁଭରଙ୍ଗ : ସିଲଭର, ସଂଖ୍ୟା: ୦୩, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ 

କନ୍ୟା : ତୃତୀୟ ଚନ୍ଦ୍ର, ଶନିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣହେବ । ନୂତନ କର୍ମାରମ୍ଭ, ବ୍ୟବସାୟାରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ଭାଇଭଉଣୀଙ୍କ ସହଯୋଗ ମିଳିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ । କର୍ମରେ ସଫଳତା ଓ ପ୍ରମୋଶନ ମିଳିପାରେ । ଯେଉଁ ମାନଙ୍କର ଉତ୍ତରା ଫାଲଗୁନୀ ଓ ଚିତ୍ରାକନ୍ୟା, ସେମାନେ ଉପକୃତ ହେବେ ।

ଶୁଭରଙ୍ଗ : ମେରୁନ୍, ସଂଖ୍ୟା : ୧୨, ଆରାଧନା : ମା’ ଛିନ୍ନମସ୍ତା 

ତୁଳା : କୃଷ୍ଣପକ୍ଷର ଦ୍ୱିତୀୟଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର କଲାବେଳେ ସତର୍କତା ଅବଲମ୍ବନ କରିବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ ଏବଂ ଆର୍ଥିକ ଠକାମିରେ ପଡ଼ିବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଅନ୍ୟ ଠାରୁ ଆଣିଥିବା ଧନ ଫେରେଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି ଏବଂ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ବୃଦ୍ଧି ହୋଇବାରେ । ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ । କର୍ମରେ ବିଫଳତା ଏବଂ କର୍ମ ପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇପାରେ । ଯେଉଁ ମାନଙ୍କର ସ୍ୱାତୀ ତୁଳା, ସେମାନେ ସତର୍କ ହେବେ ।

ଶୁଭରଙ୍ଗ : କଫି, ସଂଖ୍ୟା : ୦୨, ଆରାଧନା : ମା’ ଗାୟତ୍ରୀ 

ବିଛା : ଶ୍ରୀଚନ୍ଦ୍ର, ମଙ୍ଗଳବାର ଯୋଗୁ ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଓ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତିହେବ । ମୂଲ୍ୟବାନ ଧାତୁ, ବସନଭୂଷଣ, ସୌଖୀନ ଘରୋଇ ଉପକରଣ କ୍ରୟ କରିବେ ଏବଂ ଆମୋଦ ପ୍ରମୋଦରେ ଅଧିକ ଧ୍ୟାନ ଦେବେ । ପୁତ୍ର, କନ୍ୟା, ଭ୍ରାତୃ, ଭଗ୍ନୀଙ୍କର ବୈବାହିକ କର୍ମର ଆୟୋଜନ କରିବେ କିମ୍ବା ପରିବାର ସହ କୌଣସି ବୈବାହିକ କର୍ମରେ ଯୋଗଦେବେ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ । କର୍ମରେ ସଫଳତା, ସମ୍ମାନ ଓ ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁ ମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ଉପକୃତ ହେବେ ।

ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ହନୁମାନ 

ଧନୁ : ଦ୍ୱାଦଶ ଚନ୍ଦ୍ର, ମଙ୍ଗଳବାର ଯୋଗୁ ଅପବ୍ୟୟ, ଅପବାଦ, ଅପଯଶରୁ ସାମୟିକ ମୁକ୍ତି ମିଳିବ ଏବଂ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର କମ୍ ରହିବ । ଖର୍ଚ୍ଚ କରିବାରେ ଟାଳଟୁଳ ନୀତି ଅବଲମ୍ବନ କରିବେ ଏବଂ ଉନ୍ନତି ମୂଳକକର୍ମରେ ଧନର ବିନିଯୋଗ କରିବେ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ କୁସଙ୍ଗ ପରିତ୍ୟାଗ କରି ସତ୍ସଙ୍ଗ କରିବେ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । କର୍ମରେ ସଫଳତା ଏବଂ ସମସ୍ତ କର୍ମରେ ଆପଣଙ୍କ ସମୟାନୁବର୍ତ୍ତିତା ପ୍ରକାଶ ପାଇବ। ଯେଉଁ ମାନଙ୍କର ମୂଳା ଓ ଉତ୍ତରା ଷାଢ଼ା ଧନୁ, ସେମାନେ ସୁଫଳ ପାଇବେ ।

ଶୁଭରଙ୍ଗ : ଲାଲ୍, ସଂଖ୍ୟା : ୭, ଆରାଧନା : ମା’ ତାରା 

ମକର : ଏକାଦଶ ଚନ୍ଦ୍ର, ଶନିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଘାତବାରର ପ୍ରଭାବ ରହିବ ନାହିଁ । ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ନୂତନ କର୍ମାରମ୍ଭ, ବ୍ୟବସାୟାରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ । ଖର୍ଚ୍ଚପ୍ରତି ଅନାଗ୍ରହ, ସଞ୍ଚୟ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଆୟର ସିଂହ ଭାଗ ସଞ୍ଚୟରେ ବିନିଯୋଗ କରିବେ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତି ମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କ୍ରୟକରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁ ମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠା ମକର, ସେମାନେ ଉପକୃତ ହେବେ ।

ଶୁଭରଙ୍ଗ : ବାଇଗଣୀ, ସଂଖ୍ୟା : ୩, ଆରାଧନା : ମା’ଭୈରବୀ 

କୁମ୍ଭ : ଦଶମଚନ୍ଦ୍ର ଯୋଗୁ କର୍ମରେ ଉନ୍ନତି, କର୍ମପ୍ରତି ଏକାଗ୍ରତା ଓ ଆନ୍ତରିକତା ବୃଦ୍ଧି ପାଇବ ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମ କୁଶଳତା, କର୍ମ ତତ୍ପରତା, କାର୍ଯ୍ୟଦକ୍ଷତା ଓ ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ଆଜି ଯେକୌଣସି କର୍ମ କରିବେ ସେଥିରେ ଶତପ୍ରତିଶତ ସଫଳତା ପାଇବେ ଏବଂ ସମସ୍ତ କଷ୍ଟଦାୟକ କାମ ଆଜି ଆପଣଙ୍କ ପାଇଁ ସହଜ ହେବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତିବଦ୍ଧ ହେବେ । ଯେଉଁ ମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ରକୁମ୍ଭ, ସେମାନେ ସୁଫଳ ପାଇବେ ।

ଶୁଭରଙ୍ଗ :ଇନ୍ଦ୍ରନୀଳ, ସଂଖ୍ୟା : ୩, ଆରାଧନା : ମା’ ଚଣ୍ଡୀ 

ମୀନ: କୃଷ୍ଣପକ୍ଷର ନବମ ଚନ୍ଦ୍ରଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା, ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ ଏବଂ ଅପମାନ, ଅପଯଶ, ଅପନିନ୍ଦା ମିଳିବ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ବୃଦ୍ଧି ପାଇବ ଏବଂ ଆର୍ଥିକସ୍ଥିତି ବିଗିଡ଼ିଯିବ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇପାରେ ଏବଂ ଆର୍ଥିକ ଠକାମିରେ ପଡ଼ି ପାରନ୍ତି । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ। କର୍ମରେ ବିଫଳତା ଓ ସମ୍ମାନ ହାନି ଘଟିବ। ଯେଉଁ ମାନଙ୍କର ଉତ୍ତର ଭାଦ୍ର ମୀନ, ସେମାନେ ସତର୍କ ହେବେ ।

ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୭, ଆରାଧନା : ପ୍ରଭୁଶ୍ରୀରାମ 

ଜ୍ୟୋତିର୍ବିଦ୍: କୈଳାସ ଦାଶ

୯୪୩୭୧୩୩୪୭୩