ପ୍ରମୂଖ ଖବର
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା: ଆଉ ୨ ଗିରଫ
  • ||
  • ମାଲକାନଗିରି : ନଈ ପାରି ହେବା ସମୟରେ ପାଣିରେ ଭାସି ଯାଇ ଦୁଇ ଯୁବକ ମୃତ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ମାମଲାରେ ଆକ୍ସନ୍‌, ୫ ଜଣଙ୍କୁ ନିଲମ୍ବନ କଲା ରାଜ୍ୟ ବିଜେପି
  • ||
  • ଜୁଲାଇ ୧୪​‌ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଏମ୍‌ସ ସମାବର୍ତ୍ତନ ଉତ୍ସବରେ ଦେବେ ଯୋଗ
  • ||
  • କେମିକାଲ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟଣା: ମୃତ୍ୟୁ ସଂଖ୍ୟା ୩୮କୁ ବୃଦ୍ଧି, ଆହୁରି ବଢ଼ିପାରେ
  • ||
  • ତେଲେଙ୍ଗାନା ରାସାୟନିକ ଫ୍ୟାକ୍ଟ୍ରିରେ ବିସ୍ଫୋରଣ; ୩୫କୁ ବଢିଲା ମୃତ୍ୟୁସଂଖ୍ୟା
  • ||
  • ବୁଧବାରଠୁ ଇଂଲଣ୍ଡ- ଭାରତ ଦ୍ୱିତୀୟ ଟେଷ୍ଟ: ଆର୍ଚରଙ୍କୁ ମିଳିଲାନି ସ୍ଥାନ, ଅପରିବର୍ତ୍ତିତ ବେନ୍‌ ସେନା
  • ||
  • ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଅପରାହ୍ନରେ ସେବାୟତଙ୍କ ସହ ଆଲୋଚନା
  • ||
  • ମଙ୍ଗଳବାର ହେରାପଞ୍ଚମୀ: ନନ୍ଦିଘୋଷ ଭାଙ୍ଗିବେ ମାଆ ଲକ୍ଷ୍ମୀ ସାଆନ୍ତାଣୀ, ରାତି ସାଢ଼େ ୯ଟାରେ ଶରଧାବାଲିକୁ ବିଜେ କରିବେ
  • ||
  • ଆସନ୍ତା ୫ ଦିନ ଯାଏ ବର୍ଷା ସମ୍ଭାବନା, ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ: ୧୨ ଜିଲ୍ଲାରେ ଅଧିକ, ୧୫ରେ ସ୍ୱାଭାବିକ
  • ||
  • ପାରାଦୀପ: ତେଲ ଟ୍ୟାଙ୍କର -କାର୍ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ କାର୍ ଡ୍ରାଇଭରଙ୍କ ମୃତ୍ୟୁ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟି ନିଷ୍ପତ୍ତିରୁ ଓହରିଲା ଓଏଏସ ସଂଘ
  • ||

ଶୁକ୍ରବାର ରାଶିଫଳ; ମନ ଅସ୍ଥିର ଓ ବିଷାଦ ଗ୍ରସ୍ତ ରହିବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ…

Published By : Ladu Kishor | April 10, 2025 10:57 PM

ମେଷ : ଷଷ୍ଠଚନ୍ଦ୍ର ଯୋଗୁ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ, ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଦେହ, ମନ ସୁସ୍ଥ ରହିବ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂରହେବ । ଯେଉଁ ମାନଙ୍କର ଦ୍ୱିଜାମେଷ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଗେରୁଆ, ସଂଖ୍ୟା : ୧୧, ଆରାଧନା : ପ୍ରଭୁହନୁମାନ ।

ବୃଷ : ଘାତଚନ୍ଦ୍ର, ଅପରାହ୍ଣ ୩ଟା ୧୦ ମିନିଟ୍‌ ପରେ ଘାତ ନକ୍ଷତ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର ଏବଂ ଇତର ଜନଠାରୁ ଅପମାନ ପାଇବେ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ସନ୍ତାନ ମାନେ ବିଶୃଙ୍ଖଳିତ ହେବେ ଏବଂ ପିତାମାତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖା ଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁ ମାନଙ୍କର କୃତ୍ତିକା ଓ ରୋହିଣୀ ବୃଷ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଚକୋଲେଟ୍‌, ସଂଖ୍ୟା : ୨, ଆରାଧନା : ପ୍ରଭୁଶ୍ରୀରାମ ।

ମିଥୁନ : ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ରଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା, ଯାନବାହନରେ ଖର୍ଚ୍ଚାନ୍ତ ଏବଂ ଆର୍ଥିକ ଠକାମିରେ ପଡ଼ି ପାରନ୍ତି । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇପାରେ ଏବଂ ଶାରୀରିକ ପୀଡ଼ା ଭୋଗି ପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖା ଦେବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କରୋଷର ଶିକାର ହେବେ । ଯେଉଁ ମାନଙ୍କର ଆର୍ଦ୍ରା ଓ ପୁନର୍ବସୁ ମିଥୁନ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ସବୁଜ, ସଂଖ୍ୟା : ୮, ଆରାଧନା : ଭଗବାନ ବିଷ୍ଣୁ ।

କର୍କଟ : ତୃତୀୟ ଚନ୍ଦ୍ର ଏବଂ ରବି, ଚନ୍ଦ୍ର ଉଭୟଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖ ଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ଭାଇଭଉଣୀଙ୍କ ପ୍ରତିସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କର୍ମ କୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁ ମାନଙ୍କର ପୁଷ୍ୟା ଓ ଅଶ୍ଳେଷା କର୍କଟ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ସିଲ୍‌ଭର, ସଂଖ୍ୟା :୧, ଆରାଧନା : ମା’ ସମଲେଶ୍ୱରୀ ।

ସିଂହ : ଦ୍ୱିତୀୟ ଚନ୍ଦ୍ର ଏବଂ ରବି, ଚନ୍ଦ୍ର ଉଭୟଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଧନ ଓ ଆୟ ପ୍ରତି ମନରେ ଦୁର୍ବଳତା ପ୍ରକାଶ ପାଇବ ଏବଂ ଧନ ଓ ଆୟ ଯେତେ ଅଧିକ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ମିଳିବ ନାହିଁ । ଧନର ସତ୍‌ବିନିଯୋଗ କରିବେ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ କିଛି ସମସ୍ୟା ଦେଖା ଦେବ । ଯେଉଁ ମାନଙ୍କର ପୂର୍ବା ଫାଲ୍‌ଗୁନୀ ସିଂହ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୬, ଆରାଧନା : ମା’ ମାତଙ୍ଗୀ ।

କନ୍ୟା : ଶ୍ରୀଚନ୍ଦ୍ର, ଶୁକ୍ରବାର ଯୋଗୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ ଏବଂ ସମସ୍ତଙ୍କର ପ୍ରଶଂସାର ପାତ୍ର ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମ ସନ୍ତୋଷ, ଆତ୍ମତୃପ୍ତି ରହିବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ଚିତ୍ରା କନ୍ୟା, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ମେରୁନ୍‌, ସଂଖ୍ୟା : ୪, ଆରାଧନା : ମା’ଛିନ୍ନମସ୍ତା ।

ତୁଳା : ଦ୍ୱାଦଶଚନ୍ଦ୍ର ଯୋଗୁ ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଆର୍ଥିକସ୍ଥିତି ପ୍ରଭାବିତ ହେବ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ । ସତ୍‌ସଙ୍ଗ ପରିତ୍ୟାଗ କରି କୁସଙ୍ଗରେ ପଡ଼ିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖା ଦେବ । ଯେଉଁ ମାନଙ୍କର ଚିତ୍ରା ଓ ବିଶାଖା ତୁଳା, ସେମାନେ ସୁଫଳ ପାଇବେ ।ଶୁଭରଙ୍ଗ : ନୀଳ, ସଂଖ୍ୟା : ୧୨, ଆରାଧନା : ମା’ କମଳା ।

ବିଛା : ଏକାଦଶ ଚନ୍ଦ୍ର ଏବଂ ରବି, ଚନ୍ଦ୍ରଉଭୟଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଘାତବାରର ପ୍ରଭାବ ରହିବ ନାହିଁ । ଧନ, ସମ୍ପଦ ବୃଦ୍ଧିପାଇବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ମୂଲ୍ୟବାନ ଧାତୁ, ଭୂମି ଓ ଯାନ ବାହନ କ୍ରୟ କରିବେ ଏବଂ ଉନ୍ନତି ମୂଳକ କର୍ମରେ ଧନର ବିନିଯୋଗ କରିବେ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ସମସ୍ତ ସୁବିଧା, ସୁଯୋଗ ହାତ ପାଆନ୍ତାରେ ଉପଲବ୍ଧ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁ ମାନଙ୍କର ଅନୁରାଧା ଓ ଜ୍ୟେଷ୍ଠା ବିଛା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୩, ଆରାଧନା : ମା’ ଚଣ୍ଡୀ ।

ଧନୁ : ଦଶମଚନ୍ଦ୍ର, ଘାତବାର ଏବଂ ରବି, ଚନ୍ଦ୍ର ଉଭୟଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଘାତବାରର ପ୍ରଭାବ ରହିବ ନାହିଁ । କର୍ମପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ ଏବଂ ସମସ୍ତ କର୍ମରେ ଆଶା ଠାରୁ ଅଧିକ ସଫଳତା ମିଳିବ । ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ଗୁରୁତ୍ୱ ଦେବେ ଏବଂ କର୍ମରେ ଉନ୍ନତି କରିବା ପାଇଁ ଯୋଜନା କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । ଯେଉଁ ମାନଙ୍କର ମୂଳା ଓ ପୂର୍ବାଷାଢ଼ା ଧନୁ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା : ମା’ ମାତଙ୍ଗୀ ।

ମକର : ନବମ ଚନ୍ଦ୍ର, ଶୁକ୍ରବାର ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣ ହେବ । ପୂର୍ବରୁ ହୋଇଥିବା କ୍ଷତିର ଭରଣା କରିବାରେ ସମର୍ଥ ହେବେ ଏବଂ ଆର୍ଥିକ କଷ୍ଟ ଓ ଅବସାଦରୁ ମୁକ୍ତି ପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପ୍ରମୋଶନ ମିଳି ପାରେ । ଯେଉଁ ମାନଙ୍କର ଧନିଷ୍ଠା ମକର, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୧୧, ଆରାଧନା : ମା’ ବିମଳା ।

କୁମ୍ଭ : ଅଷ୍ଟମଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନ, ପରିଜନଙ୍କ ସହ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ଉଚିତ୍‌ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍‌ କର୍ମରେ ଆଗ୍ରହ ରଖିବେ ଏବଂ ବିନାକାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁ ମାନଙ୍କର ଶତ ଭିଷା ଓ ପୂର୍ବଭାଦ୍ର କୁମ୍ଭ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ମାଟିଆ, ସଂଖ୍ୟା : ୧୧, ଆରାଧନା: ମା’ ଭୈରବୀ ।

ମୀନ : ଘାତବାର ଏବଂ ସପ୍ତମ ଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ମାନସିକ, ପାରିବାରିକ ଶାନ୍ତି, ପରିଚିତ ମହିଳାଙ୍କ ଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ମୂଲ୍ୟବାନ ଧାତୁ, ବସନଭୂଷଣ ଓ ଘରୋଇ ଉପକରଣ କ୍ରୟ କରିବେ । ଆମୋଦ ପ୍ରମୋଦ, ମଉଜ ମଜଲିସ୍‌ରେ ଅଧିକ ଆଗ୍ରହ ରହିବ ଏବଂ ପରିବାରରେ ସ୍ୱର୍ଗୀୟ ସୁଖ ଅନୁଭୂତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ରେବତୀ ଓ ଉତ୍ତର ଭାଦ୍ର ମୀନ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୭, ଆରାଧନା : ମା’ ତାରା ।

 

ଜ୍ୟୋତିର୍ବିଦ୍‌: କୈଳାସ ଦାଶ ୯୪୩୭୧୩୩୪

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.