ମେଷ : ନବମ ଓ ଦଶମଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ବ୍ୟବସାୟ ଓ କର୍ମରେ ଅତ୍ୟଧିକ ଶୁଭ ଫଳ ମିଳିବ । ସକାଳ ୫ଟା ୫୬ ମିନିଟ୍‌ ପରେ ରବିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ଆଶା ଠାରୁ ଅଧିକ ସଫଳତା ଏବଂ ସମସ୍ତ କର୍ମରେ ଆପଣଙ୍କର କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁ ମାନଙ୍କର ଦ୍ୱିଜା ମେଷ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ସିଲ୍‌ଭର, ସଂଖ୍ୟା : ୩, ଆରାଧନା : ମା’ ଚଣ୍ଡୀ ।

ବୃଷ : ଦିବା ୧୨ଟା ୦୮ ମିନିଟ୍‌ ପର୍ଯ୍ୟନ୍ତ ଅଷ୍ଟମଚନ୍ଦ୍ର ଯୋଗୁ ସେସମୟ ପର୍ଯ୍ୟନ୍ତ ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ବହୁ ବିଧ ସମସ୍ୟା ଦେଖାଦେବ । ଏହା ପରେ ନବମ ଚନ୍ଦ୍ର ଯୋଗୁ ସ୍ଥିତିରେ କିଛିଟା ପରିବର୍ତ୍ତନ ଆସିବ ଏବଂ ମନରୁ ହତୋତ୍ସାହଭାବ ଅପସରିଯିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ । କର୍ମରେ ସଫଳତା ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଯେଉଁ ମାନଙ୍କର ରୋହିଣୀ ଓ ମୃଗଶିରା ବୃଷ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ନୀଳ, ସଂଖ୍ୟା : ୪, ଆରାଧନା : ପ୍ରଭୁଶ୍ରୀରାମ ।

ମିଥୁନ : ଦିବା ୧୨ଟା ୦୮ ମିନିଟ୍‌ ପର୍ଯ୍ୟନ୍ତ ସପ୍ତମଚନ୍ଦ୍ର ଯୋଗୁ ସେସମୟ ପର୍ଯ୍ୟନ୍ତ ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି, ଦାମ୍ପତ୍ୟ ଜୀବନରେ ମଧୁରତା , ବାଣିଜ୍ୟ ଓ ବ୍ୟବସାୟରେ ମଧ୍ୟମ ଆୟ ହେବ ଏବଂ କର୍ମରେ ଆଶାଜନକ ସଫଳତା ପାଇବେ । ଏହା ପରେ ଅଷ୍ଟମଚନ୍ଦ୍ର ଯୋଗୁ ମନ ଅସ୍ଥିର, ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ ଏବଂ ଚାଲିଚଳନ, ବ୍ୟବହାର , କଥାବାର୍ତ୍ତା ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ କମ୍‌ ଓ ବ୍ୟୟ ଅଧିକ ହେବ । କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଯିବ । ଯେଉଁ ମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ସତର୍କ ହେବେ ।ଶୁଭରଙ୍ଗ : ମେରୁନ୍‌, ସଂଖ୍ୟା : ୧୨, ଆରାଧନା : ମା’ ଷୋଡ଼ଶୀ ।

କର୍କଟ : ଷଷ୍ଠ ଓ ସପ୍ତମ ଚନ୍ଦ୍ର ଉଭୟଭୋଗ ହେଉଥିବାରୁ ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟଜୀବନରେ ମଧୁରତା ଆସିବ । ପରିଚିତ ମହିଳାଙ୍କ ଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ମୂଲ୍ୟବାନ ଧାତୁ, ବସନଭୂଷଣ ଓ ସୌଖୀନ ଘରୋଇ ଉପକରଣ କ୍ରୟ କରିବେ । ଆମୋଦ ପ୍ରମୋଦ, ମଉଜ ମଜଲିସ୍‌ରେ ଅଧିକ ଆଗ୍ରହ ରହିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ଭିତରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଓ ପ୍ରତିବନ୍ଧକ ଦୂରହେବ । ଯେଉଁ ମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଧଳା, ସଂଖ୍ୟା : ୩, ଆରାଧନା : ମା’ ଭୁବନେଶ୍ୱରୀ ।

ସିଂହ : ଦିବା ୧୨ଟା ୦୮ ମିନିଟ୍‌ ପର୍ଯ୍ୟନ୍ତ ପଞ୍ଚମ ଚନ୍ଦ୍ରଭୋଗ ହେଉଥିବାରୁ ବିଦ୍ୟାରେ ବିଚକ୍ଷଣତା, ସନ୍ତାନ ମାନଙ୍କର କୃତଜ୍ଞତା, ପିତାମାତାଙ୍କ କୃପା, ପରିବାରରେ ସୁଖଶାନ୍ତି ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ କିଛିଟା ସଫଳତା ମିଳିବ । ଏହା ପରେ ଘାତଚନ୍ଦ୍ର ଯୋଗୁ ଅଯଥା ଖର୍ଚ୍ଚ, ଶତ୍ରୁବୃଦ୍ଧି, ବୃଥା ଭ୍ରମଣ ଲାଗି ରହିବ । ମନରେ ବିରକ୍ତିଭାବ ପ୍ରକାଶ ପାଇବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କରୋଷର ଶିକାର ହେବେ । ଯେଉଁ ମାନଙ୍କର ମଘା ଓ ଉତ୍ତରା ଫାଲ୍‌ଗୁନୀ ସିଂହ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୧୧, ଆରାଧନା :  ମା’ ମାଣିକେଶ୍ୱରୀ ।

କନ୍ୟା : ଦିବା ୧୨ଟା ୦୮ ମିନିଟ୍‌ ପର୍ଯ୍ୟନ୍ତ ଚତୁର୍ଥ ଚନ୍ଦ୍ର ଯୋଗୁ ସେସମୟ ପର୍ଯ୍ୟନ୍ତ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଓ ଯାନବାହନ ଆରୋହଣକାଳରେ ସତର୍କତା ଅବଲମ୍ବନ କରିବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଏହା ପରେ ପଞ୍ଚମ ଚନ୍ଦ୍ରଯୋଗୁ ସ୍ଥିତିରେ ପରିବର୍ତ୍ତନ ଆସିବ ଏବଂ ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତଙ୍କ ଶ୍ରଦ୍ଧାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ । କର୍ମରେ ସଫଳତା, ଉଚ୍ଚ ସମ୍ମାନ ମିଳିବ । ଯେଉଁ ମାନଙ୍କର ହସ୍ତା ଓ ଚିତ୍ରାକନ୍ୟା, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ସବୁଜ, ସଂଖ୍ୟା : ୮, ଆରାଧନା : ଭଗବାନ ବିଷ୍ଣୁ ।

ତୁଳା : ଅପରାହ୍ଣ ୧୨ଟା ୦୮ ମିନିଟ୍‌ ପର୍ଯ୍ୟନ୍ତ ଘାତଚନ୍ଦ୍ର ଓ ପରେ ଚତୁର୍ଥ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା, ବନ୍ଧୁ ବାନ୍ଧବରେ ଅପ୍ରିୟତା, ଯାନବାହନରେ ଖର୍ଚ୍ଚାନ୍ତ ଏବଂ ଆର୍ଥିକ ଠକାମିରେ ପଡ଼ିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇପାରେ ଏବଂ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି । ବାଣିଜ୍ୟ ଓ ବ୍ୟବସାୟରେ କ୍ଷତି ଏବଂ ପରିବହନ ବ୍ୟବସାୟରେ ବିପର୍ଯ୍ୟୟ ଘଟିବ । କର୍ମରେ ବିଫଳତା, ବାଧାବିଘ୍ନ ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁ ମାନଙ୍କର ସ୍ୱାତୀ ତୁଳା, ସେମାନେ ସତର୍କ ହେବେ । ଶୁଭରଙ୍ଗ : କଫି, ସଂଖ୍ୟା : ୬, ଆରାଧନା : ମା’ କମଳା ।

ବିଛା : ଦ୍ୱିତୀୟ ଓ ତୃତୀୟଚନ୍ଦ୍ର ଉଭୟଭୋଗ ହେଉଥିବାରୁ ଏବଂ ସକାଳ ୫ଟା ୫୬ ମିନିଟ୍‌ ପରେ ସାରାଦିନ ରବିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି ଓ ସ୍ୱଜନରେ ସୁସମ୍ପର୍କ ତଥା ଭାଇଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରି ପାଇବେ । ନୂତନ କର୍ମାରମ୍ଭ ଓ ବ୍ୟବସାୟ ଆରମ୍ଭ କିମ୍ବା ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ ଘାତବାର ଯୋଗୁ କିଛି ସମସ୍ୟା ଦେଖାଦେବ । ଯେଉଁ ମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୬, ଆରାଧନା : ପ୍ରଭୁହନୁମାନ ।

ଧନୁ : ଘାତବାର, ଶ୍ରୀଚନ୍ଦ୍ର ଓ  ଦ୍ୱିତୀୟ ଚନ୍ଦ୍ର ଉଭୟଭୋଗ ହେଉଥିବାରୁ ଘାତବାରର ପ୍ରଭାବ ରହିବ ନାହିଁ। ଧନ, ସମ୍ପଦ, ପ୍ରାଚୁର୍ଯ୍ୟ, ପ୍ରତିପତ୍ତି ବୃଦ୍ଧି ପାଇବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ ଏବଂ ଧନର ସତ୍‌ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ । ଯେଉଁ ମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୫, ଆରାଧନା : ମା’ ତାରା ।

ମକର : ଦ୍ୱାଦଶ ଚନ୍ଦ୍ର ଓ ଶ୍ରୀଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷପୂର୍ଣ୍ଣ ହେବ । ସମସ୍ତ ଅଟକିଥିବା କାମ ଓ ବନ୍ଦ ପଡ଼ିଥିବା କାମକୁ ସମ୍ପାଦନ କରିବେ ଏବଂ ଠିକ୍‌ ସମୟରେ ଠିକ୍‌ ନିଷ୍ପତ୍ତି ନେବାରେ ସମର୍ଥ ହେବେ । ଖର୍ଚ୍ଚପ୍ରତି ଅନାଗ୍ରହ ଓ ସଞ୍ଚୟ ପ୍ରତିମନରେ ଆଗ୍ରହ ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କର୍ମ ତତ୍ପରତା ଓ ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ଯେଉଁ ମାନଙ୍କର ଶ୍ରବଣା ଓ ଧନିଷ୍ଠା ମକର, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୧୧, ଆରାଧନା : ମା’ ଚଣ୍ଡୀ ।

କୁମ୍ଭ : ଦିବା ୧୨ଟା ୫୮ ମିନିଟ୍‌ ପର୍ଯ୍ୟନ୍ତ ଘାତଚନ୍ଦ୍ର ଯୋଗୁ ସେସମୟ ପର୍ଯ୍ୟନ୍ତ ସମସ୍ତ କର୍ମ ଓ ବ୍ୟବସାୟରେ ଅଶୁଭ ଫଳ ମିଳିବ । ଅନ୍ୟ ଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ବାଣିଜ୍ୟ, ବ୍ୟବସାୟରେ କ୍ଷତି ଓ କର୍ମରେ ବିଫଳତା ଦେଖାଦେବ । ଏହା ପରେ ଦ୍ୱାଦଶ ଚନ୍ଦ୍ର ଯୋଗୁ ସ୍ଥିତିରେ ପରିବର୍ତ୍ତନ ଆସିବ ଏବଂ ସମସ୍ତ କର୍ମରେ ଓ ବ୍ୟବସାୟରେ ଅତ୍ୟଧିକ ଶୁଭଫଳ ମିଳିବ । ଯେଉଁ ମାନଙ୍କର ଧନିଷ୍ଠା, ପୂର୍ବଭାଦ୍ର କୁମ୍ଭ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ମାଟିଆ, ସଂଖ୍ୟା : ୩, ଆରାଧନା : ମା’ ଭୈରବୀ ।

ମୀନ : ଘାତବାର, ଦଶମ ଓ ଏକାଦଶ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଘାତବାରର ପ୍ରଭାବ ରହିବ ନାହିଁ । ଭାଗ୍ୟରେ, କର୍ମରେ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ବିଦେଶ ଯାତ୍ରାର ସୁଯୋଗ ଜୁଟିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତି ବଦ୍ଧ ହେବେ । କର୍ମରେ ସଫଳତା ଓ ନୂତନ କର୍ମାରମ୍ଭର ଯୋଜନା କରିବେ । ଯେଉଁ ମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୨, ଆରାଧନା : ମା’ ତାରା ।

ଜ୍ୟୋତିର୍ବିଦ୍‌: କୈଳାସ ଦାଶ ୯୪୩୭୧୩୩୪୭୩