ମେଷ : କୃଷ୍ଣପକ୍ଷର ଦ୍ୱାଦଶ ଚନ୍ଦ୍ର, ଘାତତିଥି ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ଶତ୍ରୁବୃଦ୍ଧି ଓ ଶାରୀରିକପୀଡ଼ା ଭୋଗିବେ । ଅପବ୍ୟୟ, ଅପବାଦ ଓ ଅପଯଶରୁ ସାମୟିକ ମୁକ୍ତି ମିଳିବ ଏବଂ ଖର୍ଚ୍ଚ ଅପେକ୍ଷା ସଞ୍ଚୟରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । କର୍ମରେ ସଫଳତା ଓ ସମସ୍ତ କର୍ମ ଆଜି ଆପଣଙ୍କ ପାଇଁ ସହଜ ହେବ । ଯେଉଁ ମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ, ସେମାନେ ଉପକୃତ ହେବେ। ଶୁଭରଙ୍ଗ : ସିଲ୍ଭର, ସଂଖ୍ୟା : ୬, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।
ବୃଷ : ଏକାଦଶ ଚନ୍ଦ୍ର, ବୁଧବାର ଏବଂ ଶନିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣ ହେବ ଏବଂ ସମସ୍ତ ଈପ୍ସିତ ପଦାର୍ଥ ହାତ ପାଆନ୍ତାରେ ଉପଲବ୍ଧ ହେବ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଧନ ଓ ଧ୍ୟାନ ଉଭୟ ଉନ୍ନତି ମୂଳକ କର୍ମରେ ବିନିଯୋଗ କରିବେ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ଉଚ୍ଚ ପଦବୀ ମିଳିବ । ଯେଉଁ ମାନଙ୍କର କୃତ୍ତିକା ଓ ମୃ୍ଗଶିରା ବୃଷ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : କଫି, ସଂଖ୍ୟା : ୪, ଆରାଧନା : ମା’ କମଳା ।
ମିଥୁନ : ଦଶମ ଚନ୍ଦ୍ର, ବୁଧବାର, ଷଷ୍ଠୀ ତିଥି ଓ ଶନିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଆଜି ଯେକୌଣସି କର୍ମ କରିବେ, ସେଥିରେ ଶତପ୍ରତିଶତ ସଫଳତା ପାଇବେ ଏବଂ ସମସ୍ତ କର୍ମରେ ନିଜର ଶ୍ରେଷ୍ଠତା ପ୍ରତିପାଦନ କରିବେ । ଚାଲିଚଳନ, ବ୍ୟବହାର ମାର୍ଜିତ ହେବ ଏବଂ ପରିବାରର ସୁଖଶାନ୍ତି ଅତୁଟ ରହିବ । କର୍ମ ତତ୍ପର, ଚଳଚଞ୍ଚଳ ରହିବେ ଏବଂ ଦେହ, ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । ଯେଉଁ ମାନଙ୍କର ମୃଗ ଶିରା ଓ ପୁନର୍ବସୁ ମିଥୁନ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ସବୁଜ, ସଂଖ୍ୟା : ୧୨, ଆରାଧନା : ମା’ ଷୋଡ଼ଶୀ ।
କର୍କଟ : ଘାତବାର ଏବଂ କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ନିଜର ପ୍ରିୟ ବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କ ସହ ବିବାଦ କିମ୍ବା ତାଙ୍କ ଠାରୁ ଅପମାନ ମିଳିପାରେ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁ ମାନଙ୍କର ପୁଷ୍ୟା କର୍କଟ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା : ୫, ଆରାଧନା : ମା’ ସମଲେଶ୍ୱରୀ ।
ସିଂହ : ଅଷ୍ଟମଚନ୍ଦ୍ର ଏବଂ ସକାଳ ୫ଟା ୪୬ ମିନିଟ୍ ପରେ ଶନିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ବାଦ ବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଏବଂ ଯାନବାହନ ଆରୋହଣକାଳରେ ସତର୍କତା ଅବଲମ୍ବନ କରିବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ,ସ୍ୱଜନରେ ବିବାଦ ଏବଂ ନିଜର ଲୋକମାନେ ଶତ୍ରୁତା ଆଚରଣ କରିବେ । ମନ ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁ ମାନଙ୍କର ପୂର୍ବା ଫାଲଗୁନୀ ସିଂହ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଲାଲ୍, ସଂଖ୍ୟା : ୩, ଆରାଧନା : ମା’ ମାଣିକେଶ୍ୱରୀ ।
କନ୍ୟା : ସପ୍ତମ ଚନ୍ଦ୍ର ଯୋଗୁ ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ପରିଚିତ ମହିଳାଙ୍କ ଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ଆମୋଦ ପ୍ରମୋଦ, ମଉଜ ମଜଲିସରେ ଅଧିକ ଆଗ୍ରହ ରହିବ ଏବଂ ପରିବାର ପ୍ରତି ଅଧିକ ଦୁର୍ବଳତା ପ୍ରକାଶ ପାଇବ । ମୂଲ୍ୟବାନ ଧାତୁ, ବସନଭୂଷଣ ଓ ସୌଖୀନ ଘରୋଇ ଉପକରଣ କ୍ରୟ କରିବେ ଓ ମଉଜମସ୍ତିରେ ଅଧିକ ଧନ ବ୍ୟୟ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ଉତ୍ତରା ଫାଲଗୁନୀ ଓ ଚିତ୍ରାକନ୍ୟା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ମେରୁନ୍, ସଂଖ୍ୟା : ୮, ଆରାଧନା : ମା’ ତ୍ରିପୁର ସୁନ୍ଦରୀ ।
ତୁଳା : ଷଷ୍ଠ ଚନ୍ଦ୍ର, ଷଷ୍ଠୀତିଥି, ବୁଧବାର ଓ ଶନିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଅସମ୍ପୂର୍ଣ୍ଣ କର୍ମକୁ ପୂର୍ଣ୍ଣାଙ୍ଗ କରିବେ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ମହତ୍ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବେ । ଯେଉଁ ମାନଙ୍କର ଚିତ୍ରା ଓ ବିଶାଖା ତୁଳା, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଚକୋଲେଟ୍, ସଂଖ୍ୟା : ୦୨, ଆରାଧନା : ମା’ ଗାୟତ୍ରୀ ।
ବିଛା : ପଞ୍ଚମ ଚନ୍ଦ୍ରଯୋଗୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି ଓ ସ୍ମରଣଶକ୍ତି ଲୋପ ପାଇବ ଏବଂ ମନ ଅସ୍ଥିର, ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ । ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଓ ପିତାମାତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖା ଦେବ । ସନ୍ତାନ ମାନଙ୍କ ଶିକ୍ଷା, ସ୍ୱାସ୍ଥ୍ୟ, ଚାଲିଚଳନ ଓ କର୍ମକୁ ନେଇ ଚିନ୍ତିତ ହେବେ ଏବଂ ପାରିବାରିକ ବିବାଦ ଉଗ୍ରରୂପ ଧାରଣ କରିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ସମ୍ମାନ ହାନି ଘଟିବ । ଯେଉଁ ମାନଙ୍କର ଅନୁରାଧା ବିଛା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୧୧, ଆରାଧନା : ମା’ ବଗଳାମୁଖୀ ।
ଧନୁ : ଘାତଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା, ଯାନବାହନରେ ଖର୍ଚ୍ଚାନ୍ତ ଏବଂ ଆର୍ଥିକ ଠକାମିରେ ପଡ଼ି ପାରନ୍ତି । ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି ଏବଂ ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁ ମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା : ୭, ଆରାଧନା : ପ୍ରଭୁ ଗଜାନନ ।
ମକର : ତୃତୀୟ ଚନ୍ଦ୍ର, ବୁଧବାର, ଷଷ୍ଠୀତିଥି ଓ ଶନିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ ଏବଂ ବିଦେଶ ଯାତ୍ରାର ସୁଯୋଗ ଜୁଟିବ କିମ୍ବା ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ ଓ ଭାଇଭଉଣୀଙ୍କ ସହଯୋଗ ମିଳିବ ଏବଂ ମନରେ ଦୃଢ଼ଇଚ୍ଛାଶକ୍ତି ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପ୍ରମୋଶନ ମିଳିପାରେ। ଯେଉଁ ମାନଙ୍କର ଧନିଷ୍ଠା ଓ ଉତ୍ତରା ଷାଢ଼ା ମକର, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ବାଇଗଣୀ, ସଂଖ୍ୟା : ୬, ଆରାଧନା : ମା’ ଦୁର୍ଗା ।
କୁମ୍ଭ : କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି କିମ୍ବା ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇପାରେ । ଅନ୍ୟ ଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ମନ ଅସ୍ଥିର ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁ ମାନଙ୍କର ଶତଭିଷା କୁମ୍ଭ, ସେମାନେ ସତର୍କ ହେବେ । ଶୁଭରଙ୍ଗ :କଳା, ସଂଖ୍ୟା : ୧୧, ଆରାଧନା : ମା’ କାଳୀ ।
ମୀନ : ଶ୍ରୀଚନ୍ଦ୍ର ଯୋଗୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ସ୍ୱଜନ, ପରିଜନଙ୍କ ସହ ସୁସମ୍ପର୍କ, ପଡ଼ୋଶୀଙ୍କ ସହ ସଦ୍ଭାଦ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ପୂର୍ବ ଭାଦ୍ର ଓ ରେବତୀ ମୀନ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା : ମା’ ଧୂମାବତୀ।
ଜ୍ୟୋତିର୍ବିଦ୍: କୈଳାସ ଦାଶ: ୯୪୩୭୧୩୩୪୭୩