ପ୍ରମୂଖ ଖବର
  • ସମ୍ବଲପୁର : ନୂଆଁଖାଇ ପାଇଁ ଲଗ୍ନ ନିର୍ଘଣ୍ଟ, ୨୮ରେ ଲାଗି ହେବ ନବାନ୍ନ
  • ||
  • ରବିବାର ଭାରତରେ ପହଞ୍ଚିବେ ମହକାଶଚାରୀ ଶୁଭାଂଶୁ ଶୁକ୍ଳା
  • ||
  • ଅଗଷ୍ଟ ୧୮ରେ ଭାରତ ଆସୁଛନ୍ତି ଚୀନର ବୈଦେଶିକ ମନ୍ତ୍ରୀ ୱାଙ୍ଗ ୟି
  • ||
  • ପ୍ରକାଶ ପାଇଲା ମାଟ୍ରିକ ସପ୍ଲିମେଣ୍ଟାରୀ ରେଜଲ୍ଟ , ପାସ୍‌ ହାର ୫୬.୨୩ ପ୍ରତିଶତ
  • ||
  • ବୌଦ୍ଧ ଗସ୍ତରେ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ, ବିଭିନ୍ନ କାର୍ଯ୍ୟକ୍ରମରେ ଦେବେ ଯୋଗ
  • ||
  • କଟକର ପ୍ରସିଦ୍ଧ ଦହିବରା ଦୋକାନୀ ରଘୁ ମଉସାଙ୍କ ପରଲୋକ
  • ||
  • ନୂଆପଡ଼: ରାସ୍ତାରୁ ଗୋରୁଙ୍କୁ ଘଉଡ଼ାଇବା ବେଳେ ପିଟିଲା ପିକ୍ଅପ୍‌ ଭ୍ୟାନ୍; ଜଣେ ମୃତ, ଜଣେ ଗୁରୁତର
  • ||
  • ଦୟୀନଦୀରେ ନାବାଳକ ବୁଡ଼ିଯିବା ଘଟଣା, ୬ କିମି ଦୂରରୁ ଛାତ୍ରଙ୍କ ମୃତଦେହ ଠାବ
  • ||
  • କାଲିମେଳା : ଲଗାଣ ବର୍ଷାରେ ବୁଡ଼ିଲା ଏମ୍‌ଭି ୯୬ ପୋଲ, ଯାତାୟାତ ଠପ୍
  • ||
  • ଢେଙ୍କାନାଳ : ସୁଇମିଂ ପୁଲ୍‌ରୁ ଉତ୍ତରାଖଣ୍ଡ ଯୁବକଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ରାଜଧାନୀ ହିଟ୍ ଆଣ୍ଡ ରନ୍‌ କେସ୍ : ଧରାପଡ଼ିଲେ ସ୍କର୍ପିଓ ଡ୍ରାଇଭର ଓ ସହଯୋଗୀ, ଥାର୍ ମାଲିକଙ୍କ ମିଳୁନି ପତ୍ତା
  • ||
  • ବାଲିପାଟଣାରେ ଯୁବକଙ୍କୁ ଜୀଅନ୍ତା ଜାଳିଦେବା ଘଟଣା: ବାପା ଏବଂ ସାବତ ଭାଇ ଗିରଫ, ପୁଲିସର ଖୋଳତାଡ଼
  • ||
  • ଲଘୁଚାପ ପ୍ରଭାବ: ଆସନ୍ତା ୫ ଦିନ ଛେଚିବ ବର୍ଷା, ଆଜି ୨୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି
  • ||
  • ଆଲାସ୍କାରେ ଟ୍ରମ୍ପ-ପୁଟିନ୍‌ଙ୍କ ମଧ୍ୟରେ ୩ ଘଣ୍ଟା ଧରି ଆଲୋଚନା,ବାହାରିଲାନି ନିଷ୍କର୍ସ, ବନ୍ଦ ହେବନି ଋଷ-ୟୁକେନ୍ ଯୁଦ୍ଧ
  • ||

ରବିବାର ରାଶିଫଳ ; ଅଷ୍ଟମ ଚନ୍ଦ୍ର ଯୋଗୁ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ…

Published By : Ladu Kishor | August 16, 2025 10:51 PM

ମେଷ : ଘାତବାର ଓ କୃଷ୍ଣପକ୍ଷର ଦ୍ୱିତୀୟଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର କଲାବେଳେ ସତର୍କତା ଅବଲମ୍ବନ କରିବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି ଏବଂ ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇପାରେ । ମନ ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ପରିଲକ୍ଷିତ ହେବ । ଯେଉଁ ମାନଙ୍କର ଦ୍ୱିଜାମେଷ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଲାଲ୍‌, ସଂଖ୍ୟା : ୬, ଆରାଧନା : ମା’ ବଗଳାମୁଖୀ ।

ବୃଷ : ଶ୍ରୀଚନ୍ଦ୍ର, ରବିବାର ଓ ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତ ହେବ । ଆମୋଦ ପ୍ରମୋଦ, ମଉଜ ମଜଲିସ୍‌ରେ ଅଧିକ ଆଗ୍ରହ ରହିବ ଏବଂ ପରିବାରର ସମସ୍ତଙ୍କ ମଧ୍ୟରେ ଉତ୍ତମ ବୁଝାମଣା ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଯେଉଁ ମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ସିଲ୍‌ଭର, ସଂଖ୍ୟା : ୪, ଆରାଧନା : ମା’ ଗାୟତ୍ରୀ ।

ମିଥୁନ : ଦ୍ୱାଦଶଚନ୍ଦ୍ର ଯୋଗୁ ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର କମ୍‌ ରହିବ ଏବଂ ଖର୍ଚ୍ଚ କରିବାରେ ଟାଳଟୁଳ ନୀତି ଅବଲମ୍ବନ କରିବେ। ଧନର ସତ୍‌ବିନିଯୋଗ କରିବେ ଏବଂ ଉନ୍ନତିମୂଳକ କର୍ମରେ କିମ୍ବା ଆର୍ଥିକ ସଂସ୍ଥାରେ ଧନର ବିନିଯୋଗ କରିବେ । ଠିକ୍‌ ସମୟରେ ଠିକ୍‌ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ଏବଂ ସମସ୍ତ ଅଟକିଥିବା କର୍ମକୁ ସଫଳତାର ସହ ସମ୍ପାଦନ କରିବେ । ଯେଉଁ ମାନଙ୍କର ମୃଗଶିରା ଓ ଆର୍ଦ୍ରା ମିଥୁନ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ :କଫି, ସଂଖ୍ୟା : ୮, ଆରାଧନା : ଭଗବାନ ବିଷ୍ଣୁ ।

କର୍କଟ : ଏକାଦଶ ଚନ୍ଦ୍ର, ରବିବାର ଓ ଚନ୍ଦ୍ରଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ ଏବଂ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାରେ ସମର୍ଥ ହେବେ । ନୂତନ କର୍ମ ଆରମ୍ଭ, ବ୍ୟବସାୟ ଆରମ୍ଭ ଓ ବିଦେଶ ଯାତ୍ରାର ସୁଯୋଗ ଜୁଟିବ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତିବଦ୍ଧ ହେବେ । କର୍ମରେ ଆଶା ଠାରୁ ଅଧିକ ସଫଳତା ଏବଂ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ । ଯେଉଁ ମାନଙ୍କର ପୁଷ୍ୟା କର୍କଟ, ସେମାନେ ଉପକୃତ ହେବେ ।ଶୁଭରଙ୍ଗ : ଲାଲ୍‌, ସଂଖ୍ୟା : ୫, ଆରାଧନା : ମା’ ସମଲେଶ୍ୱରୀ ।

ସିଂହ : ଦଶମ ଚନ୍ଦ୍ର, ରବିବାର ଓ ଘାତତିଥି ଯୋଗୁ ଘାତତିଥିର ପ୍ରଭାବ ରହିବ ନାହିଁ । କର୍ମପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା, କର୍ମ ତତ୍ପରତା, କାର୍ଯ୍ୟଦକ୍ଷତା ଓ ସମୟାନୁବର୍ତ୍ତିତା ପ୍ରକାଶ ପାଇବ। ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଆପଣାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ ଏବଂ ଦେହ, ମନ ସୁସ୍ଥ ରହିବ । ଯେଉଁ ମାନଙ୍କର ମଘା ଓ ଉତ୍ତରା ଫାଲ୍‌ଗୁନୀ ସିଂହ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୧୧, ଆରାଧନା : ମା’ ମାଣିକେଶ୍ୱରୀ ।

କନ୍ୟା: କୃଷ୍ଣ ପକ୍ଷର ନବମ ଚନ୍ଦ୍ର, ନବମୀତିଥି ଓ ଚନ୍ଦ୍ରଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ମନ ଅସ୍ଥିର, ବିଷାଦ ଗ୍ରସ୍ତ, ଚାପଗ୍ରସ୍ତ ରହିବ ଏବଂ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ । ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା ଏବଂ ନିଜର ପ୍ରିୟବନ୍ଧୁଙ୍କ ସହ ବିବାଦ ଦେଖା ଦେଇପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁ ମାନଙ୍କର ହସ୍ତା କନ୍ୟା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ମେରୁନ୍‌, ସଂଖ୍ୟା : ୮, ଆରାଧନା : ମା’ ଷୋଡ଼ଶୀ ।

ତୁଳା : ଅଷ୍ଟମ ଚନ୍ଦ୍ର ଯୋଗୁ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ଏବଂ ଉଚିତ୍‌ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍‌ କର୍ମରେ ଆଗ୍ରହ ରଖିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଠାରୁ ବ୍ୟୟ ଦ୍ୱିଗୁଣ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁ ମାନଙ୍କର ବିଶାଖା ତୁଳା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଧଳା, ସଂଖ୍ୟା : ୨, ଆରାଧନା : ମା’ କମଳା ।

ବିଛା : ଘାତଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବପ୍ରକାଶ ପାଇବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ଦାମ୍ପତ୍ୟ ଜୀବନରେ ଝଡ଼ର ସୂତ୍ରପାତ ହେବ । ପରିଚିତ ମହିଳାଙ୍କ ସହ ବିବାଦ କିମ୍ବା ତାଙ୍କ ଠାରୁ ଅପମାନ ମିଳିପାରେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇପାରେ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ମହିଳା ସହକର୍ମୀଙ୍କ ଆକ୍ରୋଶର ଶିକାର ହେବେ । ଯେଉଁ ମାନଙ୍କର ବିଶାଖା ବିଛା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୩, ଆରାଧନା : ପ୍ରଭୁସ୍କନ୍ଦ ।

ଧନୁ : ଷଷ୍ଠଚନ୍ଦ୍ର ଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନସମ୍ପର୍କ ବୃଦ୍ଧି ପାଇବ ଏବଂ ମହତ୍‌ଜନଙ୍କ ସାନ୍ନିଧ୍ୟ ଲାଭ କରିବେ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ମିଳିବ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତି ମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ଆଶା ଠାରୁ ଅଧିକ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଓ ପ୍ରତିବନ୍ଧକ ଦୂରହେବ । ଯେଉଁ ମାନଙ୍କର ମୂଳା ଓ ଉତ୍ତରା ଷାଢ଼ା ଧନୁ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଲାଲ୍‌, ସଂଖ୍ୟା: ୭, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

ମକର : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର, ଘାତ ନକ୍ଷତ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଇତରଜନ ଠାରୁ ଅପମାନ ପାଇବେ । ସନ୍ତାନ ମାନଙ୍କ ଶିକ୍ଷା, ସ୍ୱାସ୍ଥ୍ୟ, କର୍ମ ନିଯୁକ୍ତି, ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ଓ କର୍ମକୁ ନେଇ ଚିନ୍ତିତ ହେବେ । ପାରିବାରିକ ବିବାଦ ଉଗ୍ରରୂପ ନେବ ଏବଂ ପିତାମାତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା କିମ୍ବା ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସମ୍ମାନ ହାନି ଘଟିବ । ଯେଉଁ ମାନଙ୍କର ଶ୍ରବଣା ମକର, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୧୧, ଆରାଧନା : ମା’ ଭୈରବୀ ।

କୁମ୍ଭ : ଚତୁର୍ଥ ଚନ୍ଦ୍ର ଯୋଗୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ ଓ ବନ୍ଧୁବାନ୍ଧବଙ୍କ ସହ ସଦ୍‌ଭାବ ଏବଂ ପଡ଼ୋଶୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ପାରିପାରିକ ବିବାଦ ଓ ଜମିଜମା ବିବାଦର ଆପୋସ ସମାଧାନ ହେବ ଏବଂ ପରିବାରରେ ସୁଖଶାନ୍ତିର ପରିବେଶ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ନୂତନ କର୍ମାରମ୍ଭର ସୁଯୋଗ ଜୁଟିବ । ଯେଉଁ ମାନଙ୍କର ଧନିଷ୍ଠା ଓ ଶତଭିଷା କୁମ୍ଭ, ସେମାନେ ସୁଫଳ ପାଇବେ ।ଶୁଭରଙ୍ଗ :ମାଟିଆ, ସଂଖ୍ୟା : ୩, ଆରାଧନା : ମା’ ଚଣ୍ଡୀ ।

ମୀନ : ତୃତୀୟ ଚନ୍ଦ୍ର, ରବିବାର ଓ ଚନ୍ଦ୍ରଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଓ ସ୍ୱଜନରେ ସୁସମ୍ପର୍କ ଏବଂ ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ମନରେ ଦୃଢ଼ଇଚ୍ଛା ଶକ୍ତି, ଆତ୍ମବିଶ୍ୱାସ ପ୍ରକାଶ ପାଇବ ଏବଂ ମନୋବଳ ଦୃଢ଼ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁ ମାନଙ୍କର ଉତ୍ତର ଭାଦ୍ର ମୀନ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୭, ଆରାଧନା : ମା’ ଧୂମାବତୀ ।

 

ଜ୍ୟୋତିର୍ବିଦ୍‌: କୈଳାସ ଦାଶ ୯୪୩୭୧୩୩୪୭୩

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.