ପ୍ରମୂଖ ଖବର
  • ଦିଲ୍ଲୀ: ବଢିଲା ଅରବିନ୍ଦ କେଜ୍ରିୱାଲଙ୍କ ଅଡୁଆ, 'ଶୀଶମହଲ'ର ତଦନ୍ତ ନେଇ CPWDକୁ CVCର ନିର୍ଦ୍ଦେଶ
  • ||
  • ୧୯ରୁ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା, ବିଭିନ୍ନ ଜିଲ୍ଳାକୁ ଓ୍ୱାର୍ଣ୍ଣିଂ ଜାରି
  • ||
  • ସାର୍ବଜନୀନ ହେବ ରତ୍ନଭଣ୍ଡାର ତଥ୍ୟ, ଅଳଙ୍କାର ଗଣତି ମଣତି ପରେ ସୂଚନା ଦେବେ ସରକାର
  • ||
  • E-KYC ଅପଡେଟ୍ କରିନାହାଁନ୍ତି ୩୩ ଲକ୍ଷରୁ ଉର୍ଦ୍ଧ୍ଵ ହିତାଧିକାରୀ, ମାର୍ଚ୍ଚ ୩୧ ଯାଏଁ ବଢିଲା ଅବଧି
  • ||
  • ଜୟନାରାୟଣଙ୍କ ବିସ୍ଫୋରକ ବୟାନ : 'ପାଣ୍ଡିଆନ୍‌ଙ୍କ ନଂ ୱାନ୍ ଚାମଚା ହେବାକୁ ଚାଲିଛି ପ୍ରତିଯୋଗୀତା'
  • ||
  • ଶିମିଳିପାଳରେ AI କ୍ୟାମେରା ଧରିଲା ଶିକାରୀ, ୬ ଶିକାରୀ ଗିରଫ
  • ||
  • ଝାରସୁଗୁଡ଼ା : ଟ୍ରକ୍‌ ଧକ୍କାରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ଗାଁ ଲୋକଙ୍କ ଉତ୍ତେଜନା
  • ||
  • ହଟିଲା ନିଲମ୍ଵନ, ଦୀର୍ଘ ୯ ମାସ ପରେ ଘର ବାହୁଡ଼ିଲେ କଂଗ୍ରେସର ଟାଣୁଆ ନେତା ସୁର ରାଉତରାୟ
  • ||
  • ବଜେଟ୍ ଅଧିବେଶନ ଅଚଳାବସ୍ଥା, ରାଜ୍ୟପାଳଙ୍କୁ ଫେରାଦ ହେଲା ବିଜେଡ଼ି ସଦସ୍ୟ
  • ||
  • ବିଧାନସଭା ବଜେଟ୍ ଅଧିବେଶନ, ବିରୋଧୀଙ୍କ ହଟ୍ଟଗୋଳରେ ଗୃହ ହୁଲସ୍ତୁଲୁ, ୧ ମିନିଟ୍ ବି ଚାଲିପାରିଲାନି ଗୃହ
  • ||
  • ଢେଙ୍କାନାଳ : ପାରିବାରିକ କଳହର କରୁଣ ପରିଣତି, ବେକରେ ରଶି ଲଗାଇ ଯୁବକଙ୍କ ଆତ୍ମହତ୍ୟା
  • ||
  • ଆଜିଠୁ କଳିଙ୍ଗରେ ହକି ପର୍ବ: ଭାରତୀୟ ମହିଳା ଦଳ ଇଂଲଣ୍ଡକୁ ଏବଂ ପୁରୁଷ ଦଳ ସ୍ପେନକୁ ଭେଟିବ
  • ||
  • ପ୍ରୟାଗରାଜରେ ଭୀଷଣ ଦୁର୍ଘଟଣା : ବସ୍ ସହ ଧକ୍କା ହେଲା ବୋଲେରୋ, ୧୦ ଶ୍ରଦ୍ଧାଳୁଙ୍କ ଚାଲିଗଲା ଜୀବନ
  • ||
  • ବାଙ୍ଗିରିପୋଷି : ଅଜଣା ଗାଡି ଧକ୍କାରେ ୨ ବାଇକ୍‌ ଆରୋହୀ ମୃତ, ପରିଚୟ ଅସ୍ପଷ୍ଟ
  • ||
  • ଶନିବାରଠୁ ସିବିଏସ୍‌ଇ ଦଶମ, ଦ୍ୱାଦଶ ପରୀକ୍ଷା; ଦେଶର ୭୮୪୨ଟି ପରୀକ୍ଷା କେନ୍ଦ୍ରରେ ଏକ୍ସଜାମ୍‌ ଦେବେ ୪୨ ଲକ୍ଷ ଛାତ୍ରଛାତ୍ରୀ
  • ||
  • ରାଜ୍ୟରେ ବଦଳିବ ପାଗ, ୧୯ ଓ ୨୦ରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା
  • ||

ଶନିବାର ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ

Published By : Harapriya Sethi | January 18, 2025 6:56 AM

ମେଷ : ପଞ୍ଚମ ଚନ୍ଦ୍ର, ପଞ୍ଚମୀ ତିଥି ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର ଏବଂ ଇତର ଜନଠାରୁ ଅପମାନ ପାଇବେ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ । ସନ୍ତାନମାନଙ୍କ ଶିକ୍ଷା, ଦୀକ୍ଷା, ଚାଲିଚଳନ, ବ୍ୟବହାର, କଥାବାର୍ତ୍ତାକୁ ନେଇ ଦୁଃଖୀ ହେବେ ଏବଂ ପିତାମାତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ବହୁବିଧ ସମସ୍ୟା ଦେଖାଦେବ । ଯେଉଁମାନଙ୍କର ଦ୍ୱିଜା ମେଷ ସେମାନେ ସତର୍କ ହେବେ ।    

ଶୁଭ ରଙ୍ଗ : ସିଲ୍‌ଭର, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ହନୁମାନ ।

ବୃଷ : ଘାତବାର ଏବଂ ଚତୁର୍ଥ ଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଏବଂ ଆତ୍ମତୃପ୍ତି ମିଳିବ ନାହିଁ । ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତି ଓ ମହତ୍‌ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ଆଶାଠାରୁ ଅଧିକ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : କଫି, ସଂଖ୍ୟା : ୧୨, ଆରାଧନା : ମା’ କମଳା ।

ମିଥୁନ : ତୃତୀୟ ଚନ୍ଦ୍ର ଯୋଗୁ ନୂତନ କର୍ମାରମ୍ଭ କରିବେ କିମ୍ବା ନୂତନ ନିଯୁକ୍ତି ମିଳିପାରେ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ସହକର୍ମୀ, ସହଯୋଗୀଙ୍କ ସାହାଯ୍ୟ, ସହଯୋଗ ଓ ମନରେ ଦୃଢ଼ ଇଚ୍ଛାଶକ୍ତି ଓ ଆତ୍ମବିଶ୍ୱାସ ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର ଶ୍ରେଷ୍ଠତା ପ୍ରତିପାଦନ କରିବେ । ଯେଉଁମାନଙ୍କର ପୁନର୍ବସୁ ମିଥୁନ, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ : ଚକୋଲେଟ୍‌, ସଂଖ୍ୟା : ୮, ଆରାଧନା : ମା’ ଛିନ୍ନମସ୍ତା ।

କର୍କଟ : ଘାତଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ପୁଷ୍ୟା ଓ ଅଶ୍ଳେଷା କର୍କଟ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ଲାଲ୍‌, ସଂଖ୍ୟା : ୧, ଆରାଧନା : ଭଗବାନ ଶିବ ।

ସିଂହ : ଘାତବାର ଏବଂ ଶ୍ରୀଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ । ପରିବାର ସହ କୌଣସି ମାଙ୍ଗଳିକ କର୍ମରେ ଯୋଗଦେବେ ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଜନକ ସଫଳତା ମିଳିବ । ଯେଉଁମାନଙ୍କର ମଘା ସିଂହ, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ : ଧଳା, ସଂଖ୍ୟା : ୩, ଆରାଧନା : ପ୍ରଭୁ ଗଜାନନ ।

କନ୍ୟା : ଦ୍ୱାଦଶ ଚନ୍ଦ୍ର ଯୋଗୁ ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର ବହୁତ କମ୍‌ ରହିବ ଏବଂ ଖର୍ଚ୍ଚ ଅପେକ୍ଷା ସଞ୍ଚୟରେ ଅଧିକ ଆଗ୍ରହ ରହିବ । ଠିକ୍‌ ସମୟରେ ଠିକ୍‌ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ  ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । କର୍ମରେ ସଫଳତା ଓ ସମସ୍ତ କଷ୍ଟସାଧ୍ୟ କାମ ଆଜି ଆପଣଙ୍କ ପାଇଁ ସହଜ ହେବ । ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : ମେରୁନ୍‌, ସଂଖ୍ୟା : ୪, ଆରାଧନା : ମା’ ଷୋଡ଼ଶୀ ।

ତୁଳା : ଏକାଦଶ ଚନ୍ଦ୍ର, ଶନିବାର ଏବଂ ଶୁକ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆୟର ମାର୍ଗ ଅତି ଉତ୍ତମ ହେବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରିପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ବିଶାଖା ତୁଳା, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ପ୍ରଭୁ ଶ୍ରୀରାମ ।

ବିଛା : ଦଶମ ଚନ୍ଦ୍ର ଯୋଗୁ କର୍ମତତ୍ପର ଓ ଚଳଚଞ୍ଚଳ ରହିବେ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା ଏବଂ ଦେହ, ମନ ସୁସ୍ଥ ରହିବ । ଆଜି ଯେକୌଣସି କର୍ମ କରିବେ ସେଥିରେ ଶତପ୍ରତିଶତ ସଫଳତା ମିଳିବ ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ ପରିବାରରେ ସୁଖଶାନ୍ତି ଅତୁଟ ରହିବ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ : ଗୋଲାପୀ, ସଂଖ୍ୟା : ୧୧, ଆରାଧନା : ମା’ ବଗଳାମୁଖୀ ।

ଧନୁ : ନବମ ଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର ଏବଂ ନିଜର ପ୍ରିୟ ବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କ ସହ ବିବାଦ ହେବ । ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ ଏବଂ ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ପୂର୍ବାଷାଢ଼ା ଓ ଉତ୍ତରାଷାଢ଼ା ଧନୁ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ଲାଲ୍‌, ସଂଖ୍ୟା : ୫, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

ମକର : ଘାତଚନ୍ଦ୍ର ଯୋଗୁ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ଚାଲିଚଳନ, କଥାବାର୍ତ୍ତା ବିବାଦୀୟ ହେବ । ଉଚିତ୍‌ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍‌ କର୍ମରେ ଆଗ୍ରହ ରଖିବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ କର୍ମ ପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠା ମକର, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ବାଇଗଣୀ, ସଂଖ୍ୟା : ୩, ଆରାଧନା : ମା’ ଦୁର୍ଗା ।

କୁମ୍ଭ : ସପ୍ତମ ଚନ୍ଦ୍ର, ଶନିବାର ଓ ଶୁକ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆମୋଦପ୍ରମୋଦ, ମଉଜ, ମଜଲିସରେ ଅଧିକ ଆଗ୍ରହ ରହିବ ଏବଂ ପୁତ୍ର, କନ୍ୟା, ଭ୍ରାତୃ, ଭଗ୍ନୀଙ୍କ ବୈବାହିକ କର୍ମର ଆୟୋଜନ କରିବେ କିମ୍ବା ପରିବାର ସହ କୌଣସି ବୈବାହିକ କର୍ମରେ ଯୋଗଦେବେ । ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । 

ଶୁଭ ରଙ୍ଗ : କଳା, ସଂଖ୍ୟା : ୧୧, ଆରାଧନା : ମା’ କାଳୀ ।

ମୀନ : ଷଷ୍ଠ ଚନ୍ଦ୍ର, ଶନିବାର ଏବଂ ଅପରାହ୍ଣ ୨ଟା ୫୧ ମିନିଟ୍‌ ପରେ ରବିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ଗୁରୁଜନଙ୍କ ପ୍ରତି ସମ୍ମାନ ଓ ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୯, ଆରାଧନା : ମା’ ତାରା  ।

 ଜ୍ୟୋତି ର୍ବିଦ୍‌ : କୈଳାସ ଦାଶ, 

ଯୋଗାଯୋଗ : ୯୪୩୭୧୩୩୪୭୩

 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.