ମେଷ : ଚତୁର୍ଥ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭ ଦୃଷ୍ଟିରେ ରହିବେ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ନୂତନ କର୍ମାରମ୍ଭ, ନୂତନ ପରିବହନ ବ୍ୟବସାୟ ଆରମ୍ଭ ଓ ବିଦେଶ ଯାତ୍ରାର ସୁଯୋଗ ଜୁଟିବ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ଅଶ୍ୱିନୀ ଓ ଦ୍ୱିଜା ମେଷ, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୧୧, ଆରାଧନା : ମା’ ବଗଳାମୁଖୀ ।

ବୃଷ : ତୃତୀୟ ଚନ୍ଦ୍ର ଏବଂ ଶନି, ବୁଧ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ମନରେ ଦୃଢ଼ ଇଚ୍ଛାଶକ୍ତି ଓ ଆତ୍ମବିଶ୍ୱାସ ପ୍ରକାଶ ପାଇବ ଏବଂ ମନୋବଳ ଦୃଢ଼ ହେବ । ଆର୍ଥିକ ସ୍ଥିତିରେ ଉନ୍ନତି, ବ୍ୟବସାୟରେ ପ୍ରଗତି ଏବଂ ପରିବେଶ, ପରିସ୍ଥିତି, ସମୟ ଆପଣଙ୍କ ପାଇଁ ଅନୁକୂଳ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କର୍ମ ତତ୍ପରତା ଓ ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ : ଧଳା, ସଂଖ୍ୟା : ୪, ଆରାଧନା : ମା’ କମଳା ।

ମିଥୁନ : କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନ କ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ପୁନର୍ବସୁ ମିଥୁନ, ସେମାନେ ସତର୍କ ହେବେ । ଶୁଭ ରଙ୍ଗ : ମେରୁନ୍‌, ସଂଖ୍ୟା : ୧୨, ଆରାଧନା : ମା’ ତ୍ରିପୁର ସୁନ୍ଦରୀ ।

କର୍କଟ : ଶ୍ରୀଚନ୍ଦ୍ର, ଗୁରୁବାର ଯୋଗୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ମନରେ ପ୍ରସନ୍ନତା, ପରିବାରରେ ସୁଖ,ଶାନ୍ତି ଏବଂ ଦେହ, ମନ ସୁସ୍ଥ ରହିବ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବଙ୍କ ସହଯୋଗ ମିଳିବ ଏବଂ ଆମୋଦପ୍ରମୋଦ, ମଉଜ ମଜଲିସ୍‌ରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ପୁଷ୍ୟା କର୍କଟ, ସେମାନେ ସୁଫଳ ପାଇବେ ।  ଶୁଭ ରଙ୍ଗ : ସିଲ୍‌ଭର, ସଂଖ୍ୟା : ୩, ଆରାଧନା : ମା’ ସମଲେଶ୍ୱରୀ ।

ସିଂହ : ଦ୍ୱାଦଶ ଚନ୍ଦ୍ର ଯୋଗୁ ସମସ୍ତ ଅସମ୍ପୂର୍ଣ୍ଣ କର୍ମକୁ ପୂର୍ଣ୍ଣାଙ୍ଗ ରୂପ ଦେବାରେ ସମର୍ଥ ହେବେ ଏବଂ ସମସ୍ତ କଷ୍ଟସାଧ୍ୟ କାମ ଆଜି ଆପଣଙ୍କ ପାଇଁ ସହଜ ହେବ । ଖର୍ଚ୍ଚ ପ୍ରତି ଅନାଗ୍ରହ, ସଂଚୟ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଆୟର କିଛି ଅଂଶ ସଂଚୟରେ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ ଅଟକିଥିବା କାମକୁ ସଫଳତାର ସହ ସମ୍ପାଦନ କରିବେ । ଯେଉଁମାନଙ୍କର ପୂର୍ବ ଫାଲ୍‌ଗୁନୀ ସିଂହ, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୬, ଆରାଧନା : ମା’ ମାତଙ୍ଗୀ ।

କନ୍ୟା : ଏକାଦଶ ଚନ୍ଦ୍ର, ଶନି ଓ ବୁଧ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ଆର୍ଥିକ କଷ୍ଟ, ଆର୍ଥିକ ଦୂରାବସ୍ଥାରୁ ମୁକ୍ତି ମିଳିବ ତଥା ପୂର୍ବରୁ ହୋଇଥିବା କ୍ଷତିର ଭରଣା କରିବାରେ ସମର୍ଥ ହେବେ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ଧନର ସତ୍‌ ବିନିଯୋଗ କରିବେ ଏବଂ କୌଣସି ଆର୍ଥିକ ସଂସ୍ଥାରେ ଧନ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତିବଦ୍ଧ ହେବେ । କର୍ମରେ ଆଶାଠାରୁ ଅଧିକ ସଫଳତା ଏବଂ କର୍ମସ୍ଥାନର ସମସ୍ତ ସୁବିଧାସୁଯୋଗ ହାସଲ କରିବେ । ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ :  ସବୁଜ,  ସଂଖ୍ୟା : ୮, ଆରାଧନା : ମା’ ତ୍ରିପୁର ସୁନ୍ଦରୀ ।

ତୁଳା : ଦଶମ ଚନ୍ଦ୍ର, ଘାତବାର, ଘାତତିଥି ଯୋଗୁ ସମସ୍ତ କର୍ମରେ ଓ ବ୍ୟବସାୟରେ ଶୁଭଫଳ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ମିଳିବ ନାହିଁ । କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରିକତା ଯେତେ ଅଧିକ ରହିଲେ ମଧ୍ୟ ପରିଶ୍ରମ ତୁଳନାରେ ସଫଳତା ମିଳିବ ନାହିଁ । ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ଓ ଗୁରୁତ୍ୱ ରହିବ ଏବଂ ବ୍ୟବସାୟ ଅପେକ୍ଷା କର୍ମରେ ଅଧିକ ସଫଳତା ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ ବ୍ୟବସାୟର ଶାଖା ବଢ଼ାଇବା ପାଇଁ ଉଦ୍ୟମ କରିବେ । ଯେଉଁମାନଙ୍କର ସ୍ୱାତୀ ତୁଳା, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ : ଧଳା, ସଂଖ୍ୟା : ୪, ଆରାଧନା : ପ୍ରଭୁ ଶ୍ରୀରାମ ।

ବିଛା : କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡୋଶୀଙ୍କ ସହ ତିକ୍ତତା, ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା ଏବଂ ନିଜର ପୁରାତନ ବନ୍ଧୁଙ୍କ ସହ ବିବାଦ କିମ୍ବା ତାଙ୍କ ଠାରୁ ଅପମାନ ମିଳିପାରେ । ମନ ଅସ୍ଥିର, ବିଷାଦଗ୍ରସ୍ତ, ଚାପଗ୍ରସ୍ତ ରହିବ ଏବଂ ଅପଯଶ, ଅପନିନ୍ଦା ମିଳିବ । ଉନ୍ନତିମୂଳକ କର୍ମରେ ପ୍ରତିବନ୍ଧକ, ଧାର୍ମିକ କର୍ମରେ ବିଘ୍ନ ଦେଖାଦେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁ ମାନଙ୍କର ଅନୁରାଧା ଓ ଜ୍ୟେଷ୍ଠା ବିଛା, ସେମାନେ ସତର୍କ ହେବେ । ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ହନୁମାନ ।

ଧନୁ : ଅଷ୍ଟମ ଚନ୍ଦ୍ର, ଘାତତିଥି ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହର, କଥାବାର୍ତ୍ତା ବିବାଦୀୟ ହେବ । ଉଚିତ୍‌ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍‌ କର୍ମରେ ଆଗ୍ରହ ରଖିବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ସତ୍‌ସଙ୍ଗ ପରିତ୍ୟାଗ କରି କୁସଙ୍ଗରେ ପଡ଼ିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁମାନଙ୍କର ଉତ୍ତରାଷାଢ଼ା ଧନୁ, ସେମାନେ ସତର୍କ ହେବେ । ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୫, ଆରାଧନା : ମା’ ତାରା ।

ମକର : ସପ୍ତମ ଚନ୍ଦ୍ର ଓ ଶନି, ବୁଧ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଏବଂ ଘାତତିଥି ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ, ପରିବାରର ଖର୍ଚ୍ଚ ଏବଂ ମଉଜ ମଜଲିସ୍‌ରେ ଅଧିକ ଧନ ବ୍ୟୟ କରିବେ । ମନରେ ପ୍ରସନ୍ନତା, ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା, ପଡ଼ୋଶୀଙ୍କ ସହ ସଦ୍‌ଭାବ, ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ ଓ ସହକର୍ମୀ, ସହଯୋଗୀଙ୍କ ସହ ସମ୍ପର୍କ ନିବିଡ଼ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ମହିଳା ସହକର୍ମୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ : ବାଇଗଣୀ, ସଂଖ୍ୟା : ୧୧, ଆରାଧନା : ମା’ ଦୁର୍ଗା ।

କୁମ୍ଭ : ଷଷ୍ଠ ଚନ୍ଦ୍ର, ଘାତବାର ଓ ଶନି, ବୁଧ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଘାତବାରର ପ୍ରଭାବ ରହିବ ନାହିଁ । ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ ଓ ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନସମ୍ପର୍କ ବୃଦ୍ଧି ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ଆଶାଠାରୁ ଅଧିକ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ଶତଭିଷା କୁମ୍ଭ, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ : କଳା, ସଂଖ୍ୟା : ୬, ଆରାଧନା : ମା’ କାଳୀ ।

ମୀନ : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର ଯୋଗୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି, ସ୍ମରଣ ଶକ୍ତି ଲୋପ୍‌ ପାଇବ ଏବଂ ସନ୍ତାନମାନଙ୍କ ଶିକ୍ଷା, ଦୀକ୍ଷା, ଚାଲିଚଳନ ଓ କର୍ମରେ ବିଘ୍ନ ଦେଖାଦେବ । ପାରିବାରିକ ବିବାଦ ଏବଂ ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଲାଗି ରହିବ ଏବଂ ପିତାମାତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ । ଅପମାନ, ଅପଯଶ, ଅପନିନ୍ଦା ମିଳିବ ଏବଂ ମନ ଅସ୍ଥିର, ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ଉତ୍ତରାଭାଦ୍ର ଓ ରେବତୀ ମୀନ, ସେମାନେ ସତର୍କ ହେବେ । ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

 

ଜ୍ୟୋତିର୍ବିଦ୍‌: କୈଳାସ ଦାଶ

୯୪୩୭୧୩୩୪୭୩