ମେଷ: ତୃତୀୟଚନ୍ଦ୍ର ଏବଂ ଅପରାହ୍ଣ ୨ଟା ୫୭ ମିନିଟ୍ ପରେ ବୃହସ୍ପତିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ ଏବଂ ଧନ ଓ ଧ୍ୟାନ ଉଭୟ ଉନ୍ନତି ମୂଳକ କର୍ମରେ ବିନିଯୋଗ କରିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁ ମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ସିଲ୍ଭର, ସଂଖ୍ୟା: ୧୧, ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।
ବୃଷ: ଦ୍ୱିତୀୟଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁ ମାନଙ୍କର ରୋହିଣୀ ବୃଷ, ସେମାନେ ସତର୍କ ହେବେ । ଶୁଭରଙ୍ଗ: ନୀଳ, ସଂଖ୍ୟା: ୧୨, ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।
ମିଥୁନ: ଶ୍ରୀଚନ୍ଦ୍ର ଯୋଗୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତିହେବ । ଆମୋଦ ପ୍ରମୋଦ, ମଉଜମଜଲିସରେ ଅଧିକ ଆଗ୍ରହ ରହିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ମିଳିବ । ଯେଉଁ ମାନଙ୍କର ମୃଗଶିରା ମିଥୁନ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଚକୋଲେଟ୍, ସଂଖ୍ୟା: ୪, ଆରାଧନା: ମା’ ଷୋଡ଼ଶୀ ।
କର୍କଟ: ଦ୍ୱାଦଶଚନ୍ଦ୍ର ଯୋଗୁ ଅପବ୍ୟୟ, ଅପବାଦ, ଅପଯଶରୁ ସାମୟିକ ମୁକ୍ତି ମିଳିବ । ମନରୁ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହଭାବ ଅପସରିଯିବ ଏବଂ ମନରେ ସତ୍ଭାବନା ପ୍ରକାଶ ପାଇବ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ସମର୍ଥ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟତୁଳନାରେ ବ୍ୟୟବହୁତ କମ୍ ରହିବ ଏବଂ କର୍ମରେ ସଫଳତା ଓ ସମସ୍ତ କଷ୍ଟସାଧ୍ୟ କାମ ଆଜି ଆପଣଙ୍କ ପାଇଁ ସହଜ ହେବ । ଯେଉଁ ମାନଙ୍କର ପୁଷ୍ୟା କର୍କଟ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଧଳା, ସଂଖ୍ୟା: ୧, ଆରାଧନା: ମା’ ଭୁବନେଶ୍ୱରୀ ।
ସିଂହ: ଏକାଦଶ ଚନ୍ଦ୍ର ଯୋଗୁ ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଓ ହୃତଧନ ଫେରି ପାଇବେ । ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣ ହେବ ଏବଂ ସମସ୍ତ ଈପସିତ୍ ପଦାର୍ଥ ହାତ ପାଆନ୍ତାରେ ଉପଲବ୍ଧ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁ ମାନଙ୍କର ମଘା ଓ ଉତ୍ତରା ଫାଲଗୁନୀ ସିଂହ, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଗୋଲାପୀ, ସଂଖ୍ୟା: ୩, ଆରାଧନା: ପ୍ରଭୁ ଗଜାନନ ।
କନ୍ୟା: ଘାତଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ ଏବଂ ଯେକୌଣସି କର୍ମ କରିବା ପୂର୍ବରୁ ସତର୍କତା ଅବଲମ୍ବନ କରିବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ସତ୍ସଙ୍ଗ ପରିତ୍ୟାଗ କରି କୁସଙ୍ଗରେ ପଡ଼ିବେ ଏବଂ ବିନାକାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁ ମାନଙ୍କର ହସ୍ତାକନ୍ୟା, ସେମାନେ ସତର୍କ ହେବେ । ଶୁଭରଙ୍ଗ: ସବୁଜ, ସଂଖ୍ୟା: ୮, ଆରାଧନା: ମା’ ଷୋଡ଼ଶୀ ।
ତୁଳା: କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମନ ଅସ୍ଥିର ଓ ବିଷାଦ ଗ୍ରସ୍ତ ରହିବ ଏବଂ ଅପମାନ, ଅପଯଶ, ଅପନିନ୍ଦା ମିଳିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ ଆର୍ଥିକସ୍ଥିତି ପ୍ରଭାବିତ ହେବ । କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁ ମାନଙ୍କର ସ୍ୱାତୀ ତୁଳା, ସେମାନେ ସତର୍କ ହେବେ । ଶୁଭରଙ୍ଗ : କଫି, ସଂଖ୍ୟା : ୧୨, ଆରାଧନା : ମା’ ଗାୟତ୍ରୀ ।
ବିଛା : ଅଷ୍ଟମଚନ୍ଦ୍ର ଯୋଗୁ ବାଦ ବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଏବଂ ଯାନବାହନ ଆରୋହଣକାଳରେ ସତର୍କ ହେବେ । ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁ ମାନଙ୍କର ଜ୍ୟେଷ୍ଠା ବିଛା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୩, ଆରାଧନା : ପ୍ରଭୁ ହନୁମାନ ।
ଧନୁ : ସପ୍ତମଚନ୍ଦ୍ର, ମଙ୍ଗଳବାର ଯୋଗୁ ମୂଲ୍ୟବାନ ଧାତୁ, ବସନଭୂଷଣ ଓ ଘରୋଇ ଉପକରଣ କ୍ରୟ କରିବେ । ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ପରିଚିତ ମହିଳାଙ୍କ ଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସାହାଯ୍ୟ, ସହଯୋଗ ପ୍ରାପ୍ତ କରିବେ । ଯେଉଁ ମାନଙ୍କର ମୂଳା ଓ ଉତ୍ତରା ଷାଢ଼ା ଧନୁ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଲାଲ୍, ସଂଖ୍ୟା : ୫, ଆରାଧନା : ମା’ ତାରା ।
ମକର : ଘାତବାର ଏବଂ ଷଷ୍ଠଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ଚାଳିଚଳନରେ ସଂଯମତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁ ମାନଙ୍କର ଉତ୍ତରା ଷାଢ଼ା ଓ ଧନିଷ୍ଠା ମକର, ସେମାନେ ଉପକୃତ ହେବେ । ଶୁଭରଙ୍ଗ : କଳା, ସଂଖ୍ୟା : ୧୧, ଆରାଧନା : ମା’ କାଳୀ ।
କୁମ୍ଭ : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ରଯୋଗୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି ଓ ସ୍ମରଣଶକ୍ତି ଲୋପ ପାଇବ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ସନ୍ତାନ ମାନଙ୍କ କର୍ମ ଓ ପିତାମାତାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସମ୍ମାନ ହାନି ଘଟିବ । ଯେଉଁ ମାନଙ୍କର ଶତଭିଷା କୁମ୍ଭ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ବାଇଗଣୀ, ସଂଖ୍ୟା : ୬, ଆରାଧନା : ମା’ ଚଣ୍ଡୀ ।
ମୀନ : ଚତୁର୍ଥ ଚନ୍ଦ୍ର, ଚତୁର୍ଥୀ ତିଥି ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ପ୍ରାପ୍ତ କରିବେ । ଯେଉଁ ମାନଙ୍କର ଉତ୍ତର ଭାଦ୍ର ମୀନ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା : ୭, ଆରାଧନା : ମା’ ଧୂମାବତୀ ।
ଜ୍ୟୋତିର୍ବିଦ୍: କୈଳାସ ଦାଶ : ୯୪୩୭୧୩୩୪୭୩