ମେଷ : ସକାଳ ୭ଟା ୦୬ ମିନିଟ୍ ଗତେ ପଞ୍ଚମ ଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଇତରଜନ ଠାରୁ ଅପମାନ ପାଇବେ । ସନ୍ତାନ ମାନେ ବିଶୃଙ୍ଖଳିତ ହେବେ ଏବଂ ତାଙ୍କର ଶିକ୍ଷା, ଦୀକ୍ଷା ଓ କର୍ମରେ ବିଘ୍ନ ଘଟିବ । ପାରିବାରିକ ବିବାଦ ଉଗ୍ରରୂପ ଧାରଣ କରିବ ଏବଂ ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖାଦେବ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ବିରୋଧର ଶିକାର ହେବେ । ଯେଉଁ ମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଗେରୁଆ, ସଂଖ୍ୟା : ୬, ଆରାଧନା : ପ୍ରଭୁ ହନୁମାନ ।
ବୃଷ : ତୃତୀୟ ଓ ଚତୁର୍ଥ ଚନ୍ଦ୍ର, ଶୁକ୍ରବାର ଏବଂ ବୁଧ, କେତୁ ଉଭୟଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣହେବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭ ଦୃଷ୍ଟିରେ ରହିବେ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ ଏବଂ ବିଦେଶ ଯାତ୍ରାର ସୁଯୋଗ ଜୁଟିବ ତଥା ମାଲିମକଦ୍ଦମାରେବିଜୟ ହାସଲ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁ ମାନଙ୍କର ମୃଗଶିରା ବୃଷ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ସିଲ୍ଭର, ସଂଖ୍ୟା : ୨, ଆରାଧନା : ମା’ ଗାୟତ୍ରୀ ।
ମିଥୁନ : ସକାଳ ୭ଟା ୦୬ ମିନିଟ୍ ପରେ ତୃତୀୟ ଚନ୍ଦ୍ର ଯୋଗୁ ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତିର ଖବର ମିଳିପାରେ । ସ୍ୱଜନ, ପରିଜନ, ବନ୍ଧୁ ବାନ୍ଧବ, ସହକର୍ମୀ, ସହଯୋଗୀଙ୍କ ସହଯୋଗ ମିଳିବ ଏବଂ ଭାଇଭଉଣୀଙ୍କ ସହ ଥିବା ବିବାଦର ସମାଧାନ ହେବ । ମନରେ ଦୃଢ଼ଇଚ୍ଛାଶକ୍ତି ପ୍ରକାଶ ପାଇବ ଏବଂ ମନୋବଳ ଦୃଢ଼ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ, ସେମାନେ ସୁଫଳ ପାଇବେ ।ଶୁଭରଙ୍ଗ : କଫି, ସଂଖ୍ୟା : ୮, ଆରାଧନା : ମା’ ଛିନ୍ନମସ୍ତା ।
କର୍କଟ : ସକାଳ ୭ଟା ୦୬ ମିନିଟ୍ ପରେ ଘାତଚନ୍ଦ୍ର ଯୋଗୁ ବାଦ, ବିବାଦ, ସ୍ୱାସ୍ଥ୍ୟ ଏବଂ ଆର୍ଥିକ କାରବାର ବେଳେ ସତର୍କତା ଅବଲମ୍ବନ କରିବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗ କରିବେ ତଥା ମାଲିମକଦ୍ଦମାରେ ପଡ଼ି ପାରନ୍ତି । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ । କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖା ଦେବ । ଯେଉଁ ମାନଙ୍କର ପୁଷ୍ୟା କର୍କଟ, ସେମାନେ ସତର୍କ ହେବେ ।ଶୁଭରଙ୍ଗ : ଲାଲ, ସଂଖ୍ୟା : ୧, ଆରାଧନା : ଭଗବାନ ଶିବ ।
ସିଂହ : ଦ୍ୱାଦଶ ଚନ୍ଦ୍ର ଓ ଶ୍ରୀଚନ୍ଦ୍ର ଉଭୟଭୋଗ ହେଉଥିବାରୁ ଆର୍ଥିକ କଷ୍ଟ, ଆର୍ଥିକ ଦୂରାବସ୍ଥାରୁ ମୁକ୍ତି ମିଳିବ ଏବଂ ମନରେ ପ୍ରସନ୍ନତା, ଚାଳିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତଙ୍କର ପ୍ରଶଂସାର ପାତ୍ର ହେବେ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ଗ୍ରହଣ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ଏବଂ ସମସ୍ତ କର୍ମରେ ଆପଣଙ୍କର ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ଯେଉଁ ମାନଙ୍କର ପୂର୍ବା ଫାଲ୍ଗୁନୀ ସିଂହ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୩, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।
କନ୍ୟା : ଏକାଦଶ ଓ ଦ୍ୱାଦଶଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଆୟ ଅପେକ୍ଷା ବ୍ୟୟ ବହୁତ କମ୍ ରହିବ ଏବଂ ଖର୍ଚ୍ଚ ଅପେକ୍ଷା ସଞ୍ଚୟରେ ଅଧିକ ଆଗ୍ରହ ରହିବ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ବ୍ୟବସାୟ କର୍ମରେ କୌଣସି ଦୂରସ୍ଥାନକୁ ଯାତ୍ରା କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ଆୟର କିଛି ଅଂଶ କୌଣସି ଆର୍ଥିକ ସଂସ୍ଥାରେ ବିନିଯୋଗ କରିବେ । କର୍ମରେ ସଫଳତା ଓ ସମସ୍ତକଷ୍ଟ ସାଧ୍ୟ କାମ ଆଜି ଆପଣଙ୍କ ପାଇଁ ସହଜ ହେବ । ଯେଉଁ ମାନଙ୍କର ଚିତ୍ରା କନ୍ୟା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ମେରୁନ୍, ସଂଖ୍ୟା : ୧୨, ଆରାଧନା : ମା’ ଷୋଡ଼ଶୀ ।
ତୁଳା : ଦଶମ ଓ ଏକାଦଶ ଚନ୍ଦ୍ର, ଶୁକ୍ରବାର ଏବଂ ବୁଧ, କେତୁ ଉଭୟଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ଆକସ୍ମିକ ଧନ ଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତ ଧନ ଫେରି ପାଇବେ । ନୂତନ ବ୍ୟବସାୟ ପାଇଁ ଚୁକ୍ତି ବଦ୍ଧ ହେବେ କିମ୍ବା ବ୍ୟବସାୟର ଶାଖା ବଢ଼ାଇବା ପାଇଁ ଉଦ୍ୟମ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଶୀର୍ଷରେ ରହିବ । ଯେଉଁ ମାନଙ୍କର ଚିତ୍ରା ଓ ବିଶାଖା ତୁଳା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ :କଫି, ସଂଖ୍ୟା : ୨, ଆରାଧନା : ମା’ କମଳା ।
ବିଛା : ଘାତବାର ଏବଂ ସକାଳ ୭ଟା ୦୬ ମିନିଟ୍ ପରେ ଦଶମଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । କର୍ମରେ ଉନ୍ନତି, କର୍ମପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ ଏବଂ ସମସ୍ତ କର୍ମରେ ଆପଣଙ୍କର କାର୍ଯ୍ୟଦକ୍ଷତା ଓ ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ମନରେ ସତ୍ଚିନ୍ତା, ସତ୍ଭାବନା ପ୍ରକାଶ ପାଇବ ଏବଂ ସତ୍କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କଷ୍ଟସାଧ୍ୟ କାମ ଆଜି ଆପଣଙ୍କ ପାଇଁ ସହଜ ହେବ । ଯେଉଁ ମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୬, ଆରାଧନା : ମା’ ଚଣ୍ଡୀ ।
ଧନୁ : ଘାତବାର ଏବଂ ଅଷ୍ଟମ ଓ ନବମ ଚନ୍ଦ୍ର ଉଭୟଭୋଗ ହେଉଥିବାରୁ ବାଦ ବିବାଦ, ସ୍ୱାସ୍ଥ୍ୟ ଓ ଆର୍ଥିକ କାରବାର ଏବଂ ଗୁରୁଜନ, ପଦସ୍ଥ ଅଧିକାରୀ ତଥା ରାଜନୈତିକ ବ୍ୟକ୍ତିଙ୍କ ସହ କଥାବାର୍ତ୍ତା ବେଳେ ସତର୍କ ହେବେ । ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁ ମାନଙ୍କର ମୂଳା ଧନୁ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୧୧, ଆରାଧନା : ମା’ ମାତଙ୍ଗୀ ।
ମକର : ସକାଳ ୭ଟା ୦୬ ମିନିଟ୍ ପରେ ଘାତଚନ୍ଦ୍ର ଓ କେତୁଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ବାଦ, ବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ ଏବଂ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ମନରେ ବିରକ୍ତି ଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ବିନାକାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁ ମାନଙ୍କର ଶ୍ରବଣା ମକର, ସେମାନେ ସତର୍କ ହେବେ ।ଶୁଭରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୩, ଆରାଧନା : ମା’ କାଳୀ ।
କୁମ୍ଭ : ଷଷ୍ଠ ଓ ସପ୍ତମ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଘାତବାରର ପ୍ରଭାବ ରହିବ ନାହିଁ । ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ଓ ପରିଚିତ ମହିଳାଙ୍କ ଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ଆମୋଦ ପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ବସନଭୂଷଣ ଓ ସୌଖୀନ ଘରୋଇ ଉପକରଣ କ୍ରୟ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ଧନିଷ୍ଠା କୁମ୍ଭ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ :ମାଟିଆ, ସଂଖ୍ୟା : ୧୧, ଆରାଧନା : ମା’ ଭୈରବୀ ।
ମୀନ : ସକାଳ ୭ଟା ୦୬ ମିନିଟ୍ ପରେ ଷଷ୍ଠ ଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ ଏବଂ ମହତ୍ଜନଙ୍କ ସାନ୍ନିଧ୍ୟ ଲାଭ କରିବେ । ପୁରାତନ ରୋଗରୁ ଆରୋଗ୍ୟ ଲାଭ କରିବେ ଏବଂ ଶତ୍ରୁ ମାନେ ବଶୀଭୂତ ହେବେ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ସମସ୍ତଙ୍କର ପ୍ରଶଂସାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁ ମାନଙ୍କର ପୂର୍ବ ଭାଦ୍ର ଓ ରେବତୀ ମୀନ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୫, ଆରାଧନା : ମା’ ତାରା ।
ଜ୍ୟୋତିର୍ବିଦ୍: କୈଳାସ ଦାଶ
୯୪୩୭୧୩୩୪୭୩