ମେଷ : ଅଷ୍ଟମ ଚନ୍ଦ୍ର, ବିଷ କୁମ୍ଭ ଯୋଗଭୋଗ ହେଉଥିବାରୁ ଧନ କ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗ କରିବେ । ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ ବୃଦ୍ଧି ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଠାରୁ ବ୍ୟୟ ଦ୍ୱିଗୁଣ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁ ମାନଙ୍କର କୃତ୍ତିକା ମେଷ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଗେରୁଆ, ସଂଖ୍ୟା : ୬, ଆରାଧନା: ମା’ ବଗଳାମୁଖୀ ।

ବୃଷ : ସପ୍ତମଚନ୍ଦ୍ର, ସୋମବାର ଏବଂ ବୁଧଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଧନ, ସମ୍ପଦ, ପ୍ରାଚୁର୍ଯ୍ୟ, ପ୍ରତିପତ୍ତି ବୃଦ୍ଧି ପାଇବ ଓ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । ମୂଲ୍ୟବାନ ଧାତୁ, ବସନଭୂଷଣ ଓ ସୌଖୀନ ଘରୋଇ ଉପକରଣ କ୍ରୟ କରିବେ । ମନରେ ପ୍ରସନ୍ନତା, ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ପରିଚିତ ମହିଳାଙ୍କ ଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ରୋହିଣୀ ବୃଷ, ସେମାନେ ଉପକୃତ ହେବେ । ଶୁଭରଙ୍ଗ :ସିଲ୍‌ଭର, ସଂଖ୍ୟା : ୪, ଆରାଧନା: ପ୍ରଭୁଶ୍ରୀରାମ ।

ମିଥୁନ :ଘାତବାର, ଷଷ୍ଠଚନ୍ଦ୍ର ଓ ବୁଧଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଘାତବାରର ପ୍ରଭାବ ରହିବ ନାହିଁ । ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଓ  ଜନସମ୍ପର୍କ ବୃଦ୍ଧି ପାଇବ ଏବଂ ମହତ୍‌ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ଆରମ୍ଭ କିମ୍ବା ବିଦେଶ ଯାତ୍ରାର ସୁଯୋଗ ଜୁଟିବ । କର୍ମରେ ଆଶା ଠାରୁ ଅଧିକ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଓ ପ୍ରତିବନ୍ଧକ ଦୂରହେବ । ଯେଉଁ ମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ :ମେରୁନ୍‌, ସଂଖ୍ୟା : ୧୨, ଆରାଧନା : ମା’ ଷୋଡ଼ଶୀ ।

କର୍କଟ : ପଞ୍ଚମ ଚନ୍ଦ୍ର, ନବମୀ ତିଥି, ସୋମବାର ଓ ବୁଧଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି ଓ ସ୍ମରଣଶକ୍ତିର ବିକାଶ ଘଟିବ । ନୂତନ ବିଦ୍ୟା, କଳା ଓ ସଂସ୍କୃତି ପ୍ରତି ଅଧିକ ଆଗ୍ରହ ରହିବ ଏବଂ ବାକ୍‌ ବିଚକ୍ଷଣତା ପ୍ରକାଶ ପାଇବ । ସନ୍ତାନ ମାନଙ୍କ ଶିକ୍ଷା, ଦୀକ୍ଷା, ଚାଲିଚଳନ, ବ୍ୟବହାର ଓ କର୍ମରେ ଉନ୍ନତି ଆସିବ ଏବଂ ପୈତୃକ ସମ୍ପତ୍ତିକୁ ନେଇ ଥିବା ବିବାଦ ଓ ପାରିବାରିକ ବିବାଦର ସମାଧାନ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁ ମାନଙ୍କର ପୁଷ୍ୟା କର୍କଟ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଧଳା, ସଂଖ୍ୟା : ୫, ଆରାଧନା : ମା’ ସମଲେଶ୍ୱରୀ ।

ସିଂହ : ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ର, ଘାତତିଥି ଯୋଗୁ ବାଦ ବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ, ଗ୍ୟାସ୍‌, ଇଲେକ୍ଟ୍ରିକ୍‌ ସରଞ୍ଜାମ ବ୍ୟବହାର, ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ସହକର୍ମୀ, ସହଯୋଗୀ, ପଡ଼ୋଶୀ, ରାଜନୈତିକ ବ୍ୟକ୍ତି ଓ କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ କଥାବାର୍ତ୍ତା ବେଳେ ଯଥା ସମ୍ଭବ ବାକ୍‌ ସଂଯମତା ରକ୍ଷା କରିବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଶାରୀରିକ ପୀଡ଼ା ଭୋଗ କରିବେ । ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁ ମାନଙ୍କର ଉତ୍ତରା ଫାଲ୍‌ଗୁନୀ ସିଂହ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ସିଲ୍‌ଭର, ସଂଖ୍ୟା: ୧୧, ଆରାଧନା : ମା’ ମାତଙ୍ଗୀ ।

କନ୍ୟା :ତୃତୀୟ ଚନ୍ଦ୍ର, ସୋମବାର, ନବମୀ ତିଥି ଯୋଗୁ ଏବଂ ବୁଧଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷପୂର୍ଣ୍ଣ ହେବ । ନୂତନ କର୍ମ ଆରମ୍ଭ, ବ୍ୟବସାୟ ଆରମ୍ଭ କରିପାରନ୍ତି କିମ୍ବା ବିଦେଶ ଯାତ୍ରାର ସୁଯୋଗ ଜୁଟିପାରେ । ମନରେ ଦୃଢ଼ଇଚ୍ଛା ଶକ୍ତି ଓ ଆତ୍ମବିଶ୍ୱାସ ପ୍ରକାଶ ପାଇବ ଏବଂ ମନୋବଳ ଦୃଢ଼ହେବ । ସ୍ୱଜନ, ପରିଜନଙ୍କ ସହଯୋଗ, ବନ୍ଧୁବାନ୍ଧବ ଓ ପରିବାରଙ୍କ ତରଫରୁ ସହାୟତା ଏବଂ ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପ୍ରମୋଶନ ମିଳିପାରେ । ଯେଉଁ ମାନଙ୍କର ହସ୍ତାକନ୍ୟା, ସେମାନେ ଉପକୃତ ହେବେ । ଶୁଭରଙ୍ଗ :କଫି, ସଂଖ୍ୟା : ୪, ଆରାଧନା: ଭଗବାନ ବିଷ୍ଣୁ ।

ତୁଳା : ଦ୍ୱିତୀୟ ଚନ୍ଦ୍ର, ସୋମବାର, ନବମୀତିଥି ଓ ବୁଧଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଓ ଅନ୍ୟକୁ ଦେଇଥିବା ଧନ ଓ ହୃତ ଧନ ଫେରିପାଇବେ । ଖର୍ଚ୍ଚ କରିବାରେ ଟାଳଟୁଳ ନୀତି ଅବଲମ୍ବନ କରିବେ ଏବଂ ଧନର ସତ୍‌ବିନିଯୋଗ କରିବେ । ମୂଲ୍ୟବାନ ଧାତୁ, ବସନଭୂଷଣ, ସୌଖୀନ ଘରୋଇ ଉପକରଣ, ଭୂମି ଓ ଯାନବାହନ କ୍ରୟ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁ ମାନଙ୍କର ସ୍ୱାତୀ ତୁଳା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ :ନୀଳ, ସଂଖ୍ୟା : ୨, ଆରାଧନା : ମା’ କମଳା ।

ବିଛା : ଶ୍ରୀଚନ୍ଦ୍ର, ସୋମବାର ଯୋଗୁ ଧନ, ମାନ, ସମ୍ମାନ ଓ ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ବନ୍ଧୁବାନ୍ଧବଙ୍କ ସହିତ ସଦ୍‌ଭାବ, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ମନରେ ପ୍ରସନ୍ନତା, ଚାଳିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତଙ୍କର ପ୍ରଶଂସାର ପାତ୍ର ହେବେ । ଆଜିଯେ କୌଣସି କର୍ମ କରିବେ, ସେଥିରେ ଶତ ପ୍ରତିଶତ ସଫଳତା ପାଇବେ ଏବଂ ସମସ୍ତ କଷ୍ଟସାଧ୍ୟ କାମ ଆଜି ଆପଣଙ୍କ ପାଇଁ ସହଜ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । ଯେଉଁ ମାନଙ୍କର ଅନୁରାଧା ବିଛା, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୩, ଆରାଧନା : ପ୍ରଭୁହନୁମାନ ।

ଧନୁ : ଦ୍ୱାଦଶ ଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା,ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ ଓ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ। ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ। ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଖର୍ଚ୍ଚଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁ ମାନଙ୍କର ଉତ୍ତରାଷାଢ଼ା ଧନୁ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା: ୯, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

ମକର : ଏକାଦଶ ଚନ୍ଦ୍ର, ନବମୀତିଥି, ସୋମବାର ଓ ବୁଧଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ସମସ୍ତ ଇପ୍‌ସିତ ପଦାର୍ଥ ହାତ ପାହାନ୍ତାରେ ଉପଲବ୍ଧ ହେବ । ମୂଲ୍ୟବାନ ଧାତୁ ଓ ଯାନବାହନ କ୍ରୟ କରିବେ ଏବଂ ଉନ୍ନତି ମୂଳକ କର୍ମରେ କିମ୍ବା ଆର୍ଥିକ ସଂସ୍ଥାରେ ଧନ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମହେବ ଏବଂ କର୍ମରେ ସଫଳତା, କର୍ମ ସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ । ଯେଉଁ ମାନଙ୍କର ଶ୍ରବଣା ମକର, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୧୧, ଆରାଧନା : ମା’ ଭୈରବୀ ।

କୁମ୍ଭ :ଦଶମ ଚନ୍ଦ୍ର ଓ ବୁଧଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ଓ ଗୁରୁତ୍ୱ ରହିବ । ସମସ୍ତ ଅସମ୍ପୂର୍ଣ୍ଣ କର୍ମକୁ ପୂର୍ଣ୍ଣାଙ୍ଗ ରୂପ ଦେବାରେ ସମର୍ଥ ହେବେ । ମନରେ ସତ୍‌ଚିନ୍ତା, ସତ୍‌ଭାବନା ପ୍ରକାଶ ପାଇବ ଏବଂ କର୍ମ ପ୍ରତି ଏକାଗ୍ରତା ଭାବ ବୃଦ୍ଧି ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କର୍ମ କୁଶଳତା, କର୍ମ ତତ୍ପରତା, କାର୍ଯ୍ୟଦକ୍ଷତା ଓ ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ଯେଉଁ ମାନଙ୍କର ଶତଭିଷା କୁମ୍ଭ, ସେମାନେ ଉପକୃତ ହେବେ । ଶୁଭରଙ୍ଗ :ମାଟିଆ, ସଂଖ୍ୟା : ୩, ଆରାଧନା : ମା’ ଚଣ୍ଡୀ ।

ମୀନ : ନବମ ଚନ୍ଦ୍ର, ନବମୀ ତିଥି ଓ ସୋମବାର ଯୋଗୁ ଭାଗ୍ୟ, ଭବିଷ୍ୟ ଓ ଭଗବାନଙ୍କ ଉପରେ ଅଗାଧ ବିଶ୍ୱାସ ରହିବ ଏବଂ ନିଜକୁ ଧାର୍ମିକ କର୍ମରେ ସାମିଲ୍‌ କରିବେ । ଗୁରୁଜନଙ୍କ ପ୍ରତି ସମ୍ମାନ, ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ ଏବଂ ପରୋପକାର, ସମାଜସେବାରେ ନିଜକୁ ନିୟୋଜିତ କରିବେ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତିବଦ୍ଧ ହେବେ । କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁ ମାନଙ୍କର ଉତ୍ତର ଭାଦ୍ର ମୀନ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା : ମା’ ତାରା ।

ଜ୍ୟୋତିର୍ବିଦ୍‌: କୈଳାସ ଦାଶ: ୯୪୩୭୧୩୩୪୭୩