ପ୍ରମୂଖ ଖବର
  • ସୁନ୍ଦରଗଡ଼ : ବ୍ରାହ୍ମଣୀ ନଦୀରେ ବୁଡ଼ି ନାବାଳକ ନିଖୋଜ, ସର୍ଚ୍ଚ ଅପରେସନ୍‌ ଜାରି
  • ||
  • ଇଂଲଣ୍ଡ ଗସ୍ତ ପୂର୍ବରୁ ଭାରତକୁ ଲାଗିପାରେ ବଡ଼ ଝଟକା; ସାମି-ବୁମରାଙ୍କ ଖେଳିବାକୁ ନେଇ ସନ୍ଦେହ
  • ||
  • ସମ୍ୱଲପୁର : କଫ୍‌ ସିରପ୍‌ ଭର୍ତ୍ତି ବକ୍ସ ଚୋରି କରିବା ପଡ଼ିଲା ମହଙ୍ଗା, ସମ୍ବଲପୁର ଟାଉନ୍ ଥାନା ଏଏସ୍‌ଆଇ ନିଲମ୍ବିତ
  • ||
  • ରେକର୍ଡ ଭାଙ୍ଗିଲା ଶ୍ରୀନଗର ତାତି ; ୫୪ ବର୍ଷ ପରେ ୩୪ ଡିଗ୍ରୀ ପାର୍‌, ୧୩୩ ବର୍ଷ ପରେ ଜଳିଲା ମେ'
  • ||
  • ଭୁବନେଶ୍ୱର : ବିଦେଶରେ ଚାକିରି ଲୋଭ ଦେଖାଇ କୋଟି କୋଟି ଟଙ୍କା ଠକେଇ, ଅଭିଯୁକ୍ତ ଗିରଫ
  • ||
  • ମେ ୨୭ ନୁହେଁ, ୨୬ରେ ସାବିତ୍ରୀ ଛୁଟି ଘୋଷଣା କଲେ ସରକାର, ୨୭ରେ ଖୋଲା ରହିବ ସରକାରୀ ଅଫିସ୍
  • ||
  • ବିଳିବିଳଉଛି ପାକିସ୍ତାନ; 'ପାଣି ବନ୍ଦ କଲେ ଆମେ ତୁମ ନିଶ୍ୱାସ ବନ୍ଦ କରିଦେବୁ', ପୁରୁଣା ଡଇଲଗ ଦୋହରାଇଲେ ପାକ୍‌ ଜେନେରାଲ
  • ||
  • ସମ୍ବଲପୁର: ମାଲଖାନାରୁ କଫ୍‌ ସିରପ୍ ଚୋରି କରିଟାଉନ୍‌ ଥାନାରେ କାର୍ଯ୍ୟରତ ASI ବିଦ୍ୟୁତ୍ ପଣ୍ଡା ନିଲମ୍ବିତ
  • ||
  • ଭିଜିଲାନ୍ସ ଜାଲରେ R&B ଡିଭିଜନ୍‌ର କନିଷ୍ଠ ଯନ୍ତ୍ରୀ ସୁଶାନ୍ତ ସେଠୀ, ଏକକାଳୀନ ୮ ଟି ସ୍ଥାନରେ ଭିଜିଲାନ୍ସ ଟିମ୍‌ର ଚଢ଼ାଉ
  • ||
  • ୨୭ ଯାଏ ଘୁଞ୍ଚିଲା ସ୍ପେସାଲ୍‌ ଓଟିଇଟି ଆବେଦନ, ଫର୍ମ ପୂରଣର ଅବଧିକୁ ବଢ଼ାଇଲା ବୋର୍ଡ
  • ||
  • କେନ୍ଦୁଝର : ବେଆଇନ ବାଲି ଚୋରା ଚାଲାଣ ବେଳେ ୩ ହାଇୱା ଜବତ, ୬ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା ଜରିମାନା ଆଦାୟ
  • ||
  • ଏବେ ୭୮୮ ଭାରତୀୟ ଛାତ୍ରଙ୍କର କଣ ହେବ ? ହାର୍ଭାର୍ଡରେ ବିଦେଶୀ ଛାତ୍ରଙ୍କ ନାମଲେଖା ଉପରେ ରୋକ୍ ଲଗାଇଲେ ଟ୍ରମ୍ପ
  • ||
  • ବାଂଲାଦେଶରେ କିଛି ଠିକ୍ ନାହିଁ ; ବିପଦରେ ୟୁନୁସଙ୍କ ଗାଦି, ସେନାମୁଖ୍ୟ ଦେଲେ ଅଲଟିମେଟ୍
  • ||
  • ନେପାଳରେ ଭୂକମ୍ପ ଝଟକା,ରିକ୍ଟର ସ୍କେଲରେ ତୀବ୍ରତା ୪.୭ ରେକର୍ଡ
  • ||
  • ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି : ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା, ୬ ମନ୍ତ୍ରୀ ପଦ ପାଇଁ ଆଶାୟୀଙ୍କ ଲବି ଭୁବନେଶ୍ୱରରୁ ଦିଲ୍ଲୀ
  • ||
  • ସୁବର୍ଣ୍ଣପୁର : ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିଲା ବାଜା ଗାଡ଼ି: ୨ ମୃତ, ୨୫ ଆହତ
  • ||
  • ଦେଶ ସମ୍ଭାଳିପାରୁ ନାହାନ୍ତି ବାଂଲାଦେଶ ଅନ୍ତରୀଣ ସରକାର ମହମ୍ମଦ ୟୁନୁସ, ଇସ୍ତଫା ଦେବାକୁ ବଳାଇଲେ ମନ
  • ||
  • ରାଜ୍ୟରେ ବଦଳିଲା ପାଗର ମିଜାଜ୍, ଖସିଲା ତାତି : ଏ ମାସ ଶେଷ ସୁଦ୍ଧା ମୌସୁମୀ, ୨୭ରେ ଲଘୁଚାପ ସମ୍ଭାବନା
  • ||

ଗୁରୁବାର ରାଶିଫଳ; ମଙ୍ଗଳଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ...

Published By : Prameya | April 30, 2025 9:43 PM

ମେଷ : ତୃତୀୟ ଚନ୍ଦ୍ର, ଗୁରୁବାର ଏବଂ ମଙ୍ଗଳଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ନୂତନ ଭୂମିପୂଜା, ଗୃହ ପ୍ରତିଷ୍ଠା, ଗୃହାରମ୍ଭ, ବିଦ୍ୟାରମ୍ଭ, କର୍ମାରମ୍ଭ, ବ୍ୟବସାୟ ଆରମ୍ଭ ଆଦି ଶୁଭକର୍ମର ଆୟୋଜନ କରିପାରନ୍ତି କିମ୍ବା ନୂତନ ଭୂମି, ଯାନବାହନ ଓ ମୂଲ୍ୟବାନ ଧାତୁକ୍ରୟ କରିପାରନ୍ତି । ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ଭାଇଭଉଣୀଙ୍କ ସହଯୋଗ ପ୍ରାପ୍ତ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ପ୍ରାପ୍ତ ହେବ । ଯେଉଁ ମାନଙ୍କର ଦ୍ୱିଜା ମେଷ, ସେମାନେ ସୁଫଳ ପାଇବେ ।ଶୁଭରଙ୍ଗ : ଲାଲ, ସଂଖ୍ୟା : ୧୧, ଆରାଧନା : ମା’ ବଗଳାମୁଖୀ ।

ବୃଷ : ଦ୍ୱିତୀୟ ଚନ୍ଦ୍ର ଓ ଘାତବାର ଯୋଗୁ ବ୍ୟବସାୟ ବ୍ୟତୀତ ଅନ୍ୟ ସମସ୍ତ କର୍ମରେ ଶୁଭଫଳ ମିଳିବ ଏବଂ ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ। ଖର୍ଚ୍ଚ କରିବାରେ ଟାଳଟୁଳ ନୀତି ଅବଲମ୍ବନ କରିବେ ଏବଂ ଖର୍ଚ୍ଚପ୍ରତି ଅନାଗ୍ରହ ଓ ସଞ୍ଚୟ ପ୍ରତିମନରେ ଆଗ୍ରହ ପ୍ରକାଶ ପାଇବ । ଧନର ସତ୍‌ ବିନିଯୋଗ କରିବେ ଏବଂ ଆୟର କିଛି ଅଂଶ ଲାଭଜନକ ସଂସ୍ଥାରେ ବିନିଯୋଗ କରିବେ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ପରିଶ୍ରମ ତୁଳନାରେ ସଫଳତା ମିଳିବ ନାହିଁ । ଯେଉଁ ମାନଙ୍କର ରୋହିଣୀ ବୃଷ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ନୀଳ, ସଂଖ୍ୟା : ୪, ଆରାଧନା : ମା’ କମଳା ।

ମିଥୁନ : ଶ୍ରୀଚନ୍ଦ୍ର ଯୋଗୁ ନୂତନ ଭୂମିପୂଜା, ଗୃହ ପ୍ରତିଷ୍ଠା, ଗୃହାରମ୍ଭ ଆଦି ଶୁଭକର୍ମର ଆୟୋଜନ କରିପାରନ୍ତି କିମ୍ବା ପୁତ୍ର, କନ୍ୟା, ଭ୍ରାତୃ, ଭଗ୍ନୀଙ୍କ ବୈବାହିକ କର୍ମର ଆୟୋଜନ କରିପାରନ୍ତି । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଦେହ, ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ ଏବଂ କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ପୁନର୍ବସୁ ମିଥୁନ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : କଫି, ସଂଖ୍ୟା :୧୨, ଆରାଧନା : ଭଗବାନ ବିଷ୍ଣୁ ।

କର୍କଟ : ଦ୍ୱାଦଶଚନ୍ଦ୍ର ଯୋଗୁ ଆୟପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହଭାବ ପ୍ରକାଶ ପାଇବ ଏବଂ ଚାଳିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଠିକ୍‌ ସମୟରେ ଠିକ୍‌ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ବିନାକାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁ ମାନଙ୍କର ପୁଷ୍ୟା ଓ ଅଶ୍ଳେଷା କର୍କଟ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଧଳା, ସଂଖ୍ୟା : ୧୧, ଆରାଧନା : ଭଗବାନ ଶିବ ।

ସିଂହ : ଏକାଦଶ ଚନ୍ଦ୍ର, ଗୁରୁବାର ଏବଂ ମଙ୍ଗଳଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ମନରେ ଦୃଢ଼ଇଚ୍ଛା ଶକ୍ତି, ଆତ୍ମବିଶ୍ୱାସ ପ୍ରକାଶ ପାଇବ ଏବଂ ଉନ୍ନତି ମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ବିଦେଶ ଯାତ୍ରାର ସୁଯୋଗ ଜୁଟିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁ ମାନଙ୍କର ପୂର୍ବାଫାଲ୍‌ଗୁନୀ ସିଂହ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୩, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

କନ୍ୟା : ଘାତଚନ୍ଦ୍ର ଯୋଗୁ ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ମତାନ୍ତର ଏବଂ ନିଜର ଲୋକ ମାନେ ଶତ୍ରୁତା ଆଚରଣ କରିବେ । ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ଓ ସମସ୍ତ କର୍ମ ବିବାଦୀୟ ହେବ ଏବଂ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହଭାବ ପ୍ରକାଶ ପାଇବ । ଉଚିତ୍‌ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍‌ କର୍ମରେ ଆଗ୍ରହ ରଖିବେ ଏବଂ ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ବହୁବିଧ ସମସ୍ୟା ଦେଖା ଦେବ। ଯେଉଁ ମାନଙ୍କର ଚିତ୍ରା ଓ ଉତ୍ତରା ଫାଲ୍‌ଗୁନୀ କନ୍ୟା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ମେରୁନ୍‌, ସଂଖ୍ୟା : ୮, ଆରାଧନା : ମା’ ଛିନ୍ନମସ୍ତା ।

ତୁଳା : ଘାତବାର ଓ ନବମ ଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପ୍ରମୋଶନ ମିଳିପାରେ । ଯେଉଁ ମାନଙ୍କର ସ୍ୱାତୀ ତୁଳା, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ସିଲ୍‌ଭର, ସଂଖ୍ୟା : ୬, ଆରାଧନା : ପ୍ରଭୁଶ୍ରୀରାମ ।

ବିଛା : ଅଷ୍ଟମଚନ୍ଦ୍ର ଯୋଗୁ ମନରେ ବିରକ୍ତି ଭାବ ଓ ଚିଡ଼ିଚିଡ଼ା ପଣ ପ୍ରକାଶ ପାଇବ ଏବଂ ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ଏବଂ ବିନାକାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଠାରୁ ବ୍ୟୟ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁ ମାନଙ୍କର ଅନୁରାଧା ବିଛା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୬, ଆରାଧନା : ପ୍ରଭୁସ୍କନ୍ଦ ।

ଧନୁ : ସପ୍ତମଚନ୍ଦ୍ର ଯୋଗୁ ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ମୂଲ୍ୟବାନ ଧାତୁ, ବସନଭୂଷଣ ଓ ସୌଖୀନ ଘରୋଇ ଉପକରଣ କ୍ରୟ କରିବେ ଏବଂ ଆମୋଦ ପ୍ରମୋଦ, ମଉଜମଜଲିସ୍‌ରେ ଅଧିକ ଧନ ବ୍ୟୟ କରିବେ। ପୁତ୍ର, କନ୍ୟା, ଭ୍ରାତୃ, ଭଗ୍ନୀଙ୍କ ବୈବାହିକ କର୍ମରେ ଆୟୋଜନ କରିବେ କିମ୍ବା କୌଣସି ମାଙ୍ଗଳିକ କର୍ମରେ ଯୋଗଦେବେ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୨, ଆରାଧନା : ମା’ ଧୂମାବତୀ ।

ମକର : ଷଷ୍ଠଚନ୍ଦ୍ର, ଗୁରୁବାର ଯୋଗୁ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ ଓ ମାନସିକ ଅବସାଦରୁ ମୁକ୍ତି ମିଳିବ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ମହତ୍‌ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧା ବିଘ୍ନ ଦୂରହେବ । ଯେଉଁ ମାନଙ୍କର ଶ୍ରବଣା ମକର, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ବାଇଗଣୀ, ସଂଖ୍ୟା : ୧୧, ଆରାଧନା : ମା’ ଦୁର୍ଗା ।

କୁମ୍ଭ : ପଞ୍ଚମ ଚନ୍ଦ୍ରଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଏବଂ ଜନସମ୍ପର୍କ ବୃଦ୍ଧି ପାଇବ । ସନ୍ତାନ ମାନଙ୍କ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ଓ କର୍ମକୁ ନେଇ ଗର୍ବ ଅନୁଭବ କରିବେ ଏବଂ ପିତାମାତାଙ୍କ କୃପାଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁ ମାନଙ୍କର ଶତଭିଷା ଓ ପୂର୍ବଭାଦ୍ରକୁମ୍ଭ, ସେମାନେ ଉପକୃତ ହେବେ ।ଶୁଭରଙ୍ଗ : କଳା, ସଂଖ୍ୟା : ୩, ଆରାଧନା : ମା’ କାଳୀ ।

ମୀନ : ଚତୁର୍ଥ ଚନ୍ଦ୍ରଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ସ୍ୱଜନରେ କଥାବାର୍ତ୍ତା ଏବଂ ଯାନବାହନ ଆରୋହଣକାଳରେ ସତର୍କ ହେବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ଯାନବାହନରେ ଖର୍ଚ୍ଚାନ୍ତ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ମନ ଅସ୍ଥିର ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁ ମାନଙ୍କର ଉତ୍ତର ଭାଦ୍ର ମୀନ, ସେମାନେ ସତର୍କ ହେବେ। ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୭, ଆରାଧନା : ମା’ ତାରା ।

ଜ୍ୟୋତିର୍ବିଦ୍‌: କୈଳାସ ଦାଶ : ୯୪୩୭୧୩୩୪୭୩

 


 


 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.