ପ୍ରମୂଖ ଖବର
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ମାମଲାରେ ଆକ୍ସନ୍‌, ୫ ଜଣଙ୍କୁ ନିଲମ୍ବନ କଲା ରାଜ୍ୟ ବିଜେପି
  • ||
  • ଜୁଲାଇ ୧୪​‌ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଏମ୍‌ସ ସମାବର୍ତ୍ତନ ଉତ୍ସବରେ ଦେବେ ଯୋଗ
  • ||
  • କେମିକାଲ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟଣା: ମୃତ୍ୟୁ ସଂଖ୍ୟା ୩୮କୁ ବୃଦ୍ଧି, ଆହୁରି ବଢ଼ିପାରେ
  • ||
  • ତେଲେଙ୍ଗାନା ରାସାୟନିକ ଫ୍ୟାକ୍ଟ୍ରିରେ ବିସ୍ଫୋରଣ; ୩୫କୁ ବଢିଲା ମୃତ୍ୟୁସଂଖ୍ୟା
  • ||
  • ବୁଧବାରଠୁ ଇଂଲଣ୍ଡ- ଭାରତ ଦ୍ୱିତୀୟ ଟେଷ୍ଟ: ଆର୍ଚରଙ୍କୁ ମିଳିଲାନି ସ୍ଥାନ, ଅପରିବର୍ତ୍ତିତ ବେନ୍‌ ସେନା
  • ||
  • ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଅପରାହ୍ନରେ ସେବାୟତଙ୍କ ସହ ଆଲୋଚନା
  • ||
  • ମଙ୍ଗଳବାର ହେରାପଞ୍ଚମୀ: ନନ୍ଦିଘୋଷ ଭାଙ୍ଗିବେ ମାଆ ଲକ୍ଷ୍ମୀ ସାଆନ୍ତାଣୀ, ରାତି ସାଢ଼େ ୯ଟାରେ ଶରଧାବାଲିକୁ ବିଜେ କରିବେ
  • ||
  • ଆସନ୍ତା ୫ ଦିନ ଯାଏ ବର୍ଷା ସମ୍ଭାବନା, ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ: ୧୨ ଜିଲ୍ଲାରେ ଅଧିକ, ୧୫ରେ ସ୍ୱାଭାବିକ
  • ||
  • ପାରାଦୀପ: ତେଲ ଟ୍ୟାଙ୍କର -କାର୍ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ କାର୍ ଡ୍ରାଇଭରଙ୍କ ମୃତ୍ୟୁ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟି ନିଷ୍ପତ୍ତିରୁ ଓହରିଲା ଓଏଏସ ସଂଘ
  • ||

ବୁଧବାର ରାଶିଫଳ; ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନକୁ ନେଇ ବିବାଦ ଏବଂ ମାଲିମକଦ୍ଦମାରେ ପଡ଼ି ପାରନ୍ତି...

Published By : Ladu Kishor | November 19, 2024 8:37 PM

ମେଷ: ଚତୁର୍ଥ ଚନ୍ଦ୍ର ଏବଂ ବୃହସ୍ପତିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଧନ,ସମ୍ପଦ ବୃଦ୍ଧି ପାଇବ ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରିପାଇବେ। ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ସହକର୍ମୀ, ସହଯୋଗୀ ଏବଂ ପଡ଼ୋଶୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁ ମାନଙ୍କର ଦ୍ୱିଜାମେଷ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଲାଲ୍‌, ସଂଖ୍ୟା: ୩, ଆରାଧନା: ପ୍ରଭୁସ୍କନ୍ଦ।

ବୃଷ: ତୃତୀୟ ଚନ୍ଦ୍ର, ବୁଧବାର ଯୋଗୁ ନୂତନ ଭୂମିପୂଜା, ଗୃହ ପ୍ରତିଷ୍ଠା, ଗୃହାରମ୍ଭ ଆଦି ବ୍ୟବସାୟ ଆରମ୍ଭ ଏବଂ ନୂତନ କର୍ମାରମ୍ଭ କରିପାରନ୍ତି । ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି ଏବଂ ସ୍ୱଜନ, ପରିଜନ, ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ପ୍ରାପ୍ତ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁ ମାନଙ୍କର ରୋହିଣୀ ବୃଷ, ସେମାନେ ଉପକୃତ ହେବେ । ଶୁଭରଙ୍ଗ: କଫି, ସଂଖ୍ୟା: ୪, ଆରାଧନା: ଭଗବାନ ବିଷ୍ଣୁ ।

ମିଥୁନ: ସକାଳ ୮ଟା ୪୭ ମିନିଟ୍‌ ପରେ ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନକୁ ନେଇ ବିବାଦ ଏବଂ ମାଲିମକଦ୍ଦମାରେ ପଡ଼ିପାରନ୍ତି । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇପାରେ ଏବଂ ଆର୍ଥିକ ଠକାମିରେ ପଡ଼ି ପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖା ଦେବ ଏବଂ ଆର୍ଥିକ ସଙ୍କଟ ଦେଖା ଦେବ । କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁ ମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ମେରୁନ୍‌, ସଂଖ୍ୟା: ୮ ଆରାଧନା: ମା’ ତ୍ରିପୁର ସୁନ୍ଦରୀ ।

କର୍କଟ: ଘାତବାର ଏବଂ ଦ୍ୱାଦଶ ଓ ଶ୍ରୀଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଘାତବାରର ପ୍ରଭାବ ରହିବ ନାହିଁ । ମନରେ ପ୍ରସନ୍ନତା, ପରିବାରରେ ସୁଖ ଶାନ୍ତି ଏବଂ ଚାଲିଚଳନ, ବ୍ୟବହାର କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ । ଆମୋଦ ପ୍ରମୋଦ, ମଉଜ ମଜଲିସରେ ଅଧିକ ଆଗ୍ରହ ରହିବ ଏବଂ ଦେହ ମନ ସୁସ୍ଥ ରହିବ । ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଶୀର୍ଷରେ ରହିବ । ଯେଉଁ ମାନଙ୍କର ପୁଷ୍ୟା କର୍କଟ, ସେମାନେ ସତର୍କ ହେବେ । ଶୁଭରଙ୍ଗ: ସିଲ୍‌ଭର, ସଂଖ୍ୟା: ୭, ଆରାଧନା: ଭଗବାନ ଶିବ ।

ସିଂହ: ଏକାଦଶ ଓ ଦ୍ୱାଦଶ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଆୟଠାରୁ ବ୍ୟୟବହୁତ କମ୍‌ ରହିବ ଏବଂ ଖର୍ଚ୍ଚ ଅପେକ୍ଷା ସଞ୍ଚୟରେ ଅଧିକ ଆଗ୍ରହ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମସ୍ତ ଅଟକିଥିବା କାମ ସଫଳତାର ସହ ସମ୍ପାଦନ କରିବେ । ଯେଉଁ ମାନଙ୍କର ପୂର୍ବା ଫାଲଗୁନୀ ସିଂହ, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଧଳା, ସଂଖ୍ୟା: ୧୧, ଆରାଧନା: ମା’ ମାତଙ୍ଗୀ ।

କନ୍ୟା: ସକାଳ ୮ଟା ୪୭ ମିନିଟ୍‌ ପର୍ଯ୍ୟନ୍ତ ଘାତଚନ୍ଦ୍ର ଯୋଗୁ ସେସମୟ ପର୍ଯ୍ୟନ୍ତ ଯେକୌଣସି କର୍ମ କରିବା ପୂର୍ବରୁ ସତର୍କତା ଅବଲମ୍ବନ କରିବେ । ଏହା ପରେ ଏକାଦଶ ଚନ୍ଦ୍ର ବୁଧବାର ଯୋଗୁ ସମସ୍ତ ଦୁଃଖ, କଷ୍ଟ, ଆର୍ଥିକ ଧନକ୍ଷତିରୁ ମୁକ୍ତି ମିଳିବ । ଆୟର ମାର୍ଗ ଅତି ଉତ୍ତମ ହେବ ଏବଂ ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ମିଳିବ । ଯେଉଁ ମାନଙ୍କର ହସ୍ତା କନ୍ୟା, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ମେରୁନ୍‌, ସଂଖ୍ୟା: ୬, ଆରାଧନା: ମା’ ଷୋଡ଼ଶୀ ।

ତୁଳା: ଦଶମ ଓ ଏକାଦଶ ଚନ୍ଦ୍ର, ବୁଧବାର ଯୋଗୁ ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ନୂତନ ଆୟର ମାର୍ଗ ଖୋଲିବ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ନୂତନ ଭୂମିପୂଜା, ଗୃହାରମ୍ଭ ଏବଂ ଗୃହ ପ୍ରତିଷ୍ଠାଦି ଶୁଭକର୍ମର ଆୟୋଜନ କରିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ । ଯେଉଁ ମାନଙ୍କର ସ୍ୱାତୀ ତୁଳା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ନୀଳ, ସଂଖ୍ୟା : ୮, ଆରାଧନା : ମା’ କମଳା ।

ବିଛା : ଅଷ୍ଟମ ଓ ନବମ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର ଏବଂ ନିଜର ପ୍ରିୟବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କ ସହ ବିବାଦ କିମ୍ବା ତାଙ୍କ ଠାରୁ ଅପମାନ ମିଳିପାରେ । ମନ ଅସ୍ଥିର ଓ ବିଷାଦ ଗ୍ରସ୍ତ ରହିବ ଏବଂ ଅପମାନ, ଅପଯଶ, ଅପନିନ୍ଦା ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖା ଦେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁ ମାନଙ୍କର ବିଶାଖା ଓ ଅନୁରାଧା ବିଛା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୬, ଆରାଧନା : ମା’ ଚଣ୍ଡୀ ।

ଧନୁ : ସକାଳ ୮ଟା ୪୭ ମିନିଟ୍‌ ପରେ ଅଷ୍ଟମ ଚନ୍ଦ୍ର ଯୋଗୁ ବାଦ ବିବାଦ, ସ୍ୱାସ୍ଥ୍ୟ ଏବଂ ଆର୍ଥିକ କାରବାର ବେଳେ ସତର୍କ ହେବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖା ଦେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁ ମାନଙ୍କର ମୂଳା ଧନୁ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୨, ଆରାଧନା : ପ୍ରଭୁ ଗଜାନନ ।

ମକର : ସକାଳ ୮ଟା ୪୭ ମିନିଟ୍‌ ପରେ ସପ୍ତମ ଚନ୍ଦ୍ର ଯୋଗୁ ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ମୂଲ୍ୟବାନ ଧାତୁ, ବସନଭୂଷଣ କ୍ରୟ କରିବେ । ପରିଚିତ ମହିଳାଙ୍କ ଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସହଯୋଗ ପ୍ରାପ୍ତ କରିବେ । ଯେଉଁ ମାନଙ୍କର ଶ୍ରବଣା ମକର, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ବାଇଗଣୀ, ସଂଖ୍ୟା : ୬, ଆରାଧନା : ମା’ ଦୁର୍ଗା ।

କୁମ୍ଭ :  ସକାଳ ୮ଟା ୪୭ ମିନିଟ୍‌ ପରେ ଷଷ୍ଠଚନ୍ଦ୍ର ଯୋଗୁ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ ଓ ଅବସାଦରୁ ମୁକ୍ତ ହେବେ । ଶତ୍ରୁ ମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ବ୍ୟବସାୟର ଶାଖା ବଢ଼ାଇବା ପାଇଁ ଉଦ୍ୟମ କରିବେ । କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଓ ପ୍ରତିବନ୍ଧକ ଦୂରହେବ । ଯେଉଁ ମାନଙ୍କର ଶତଭିଷା କୁମ୍ଭ, ସେମାନେ ସୁଫଳ  ପାଇବେ । ଶୁଭରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୩, ଆରାଧନା : ମା’ ଭୈରବୀ ।

ମୀନ : ସକାଳ ୮ଟା ୪୭ ମିନିଟ୍‌ ପରେ ପଞ୍ଚମ ଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର ଏବଂ ଇତର ଜନଠାରୁ ଅପମାନ ପାଇବେ । ସନ୍ତାନ ମାନଙ୍କ ଶିକ୍ଷା, ଦୀକ୍ଷା, ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ଓ କର୍ମକୁ ନେଇ ଚିନ୍ତିତ ହେବେ ଏବଂ ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁ ମାନଙ୍କର ପୂର୍ବ ଭାଦ୍ର ମୀନ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୯, ଆରାଧନା : ମା’ ମାଣିକେଶ୍ୱରୀ ।

ଜ୍ୟୋତିର୍ବିଦ୍‌: କୈଳାସ ଦାଶ : ୯୪୩୭୧୩୩୪୭୩

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.