ପ୍ରମୂଖ ଖବର
  • ମହାମହିମଙ୍କ ଗସ୍ତ ପାଇଁ କମିଶନରେଟ୍‌ ପୁଲିସ ପକ୍ଷରୁ ଟ୍ରାଫିକ୍ କଟକଣା, ସହର ଭିତରକୁ ୨ ଦିନ ପାଇଁ ଭାରୀଯାନ ମନା
  • ||
  • ପାରାଦ୍ଵୀପର ପରିବା ମାର୍କେଟ୍‌ରେ ଅଗ୍ନିକାଣ୍ଡ, ୬ରୁ ଉର୍ଦ୍ଧ୍ଵ ଦୋକାନ ପୋଡ଼ି ପାଉଁଶ
  • ||
  • ଏଫଏମ୍‌ କଲେଜରେ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା, ଆଜି ବାଲେଶ୍ୱର ଗସ୍ତ କରିବ ପିସିସି ଅନୁଧ୍ୟାନ କମିଟି
  • ||
  • ଶ୍ରାବଣ ସୋମବାର ଉପଲକ୍ଷେ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା, ବାଲିରେ ଝଲସିଲେ ଦେବ ଦେବ ମହାଦେବ
  • ||
  • ଭେଣ୍ଟିଲେଟରରେ ମୃତ୍ୟୁ ସହ ଲଢୁଛନ୍ତି FM କଲେଜ ଛାତ୍ରୀ, ଭର୍ଚୁଆଲରେ ଦିଲ୍ଲୀ ଏମ୍ସର ପରାମର୍ଶରେ ଚାଲିଛି ଡାୟାଲିସିସ୍‌
  • ||
  • ଡେଲାଙ୍ଗରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିକେନ୍ ପ୍ରେମୀଙ୍କ ମନରେ ଛନକା, ଦୁଇ ଦିନରେ ମରାଗଲାଣି ୬,୭୩୧ କୁକୁଡ଼ା
  • ||
  • ମହାକାଶରୁ ଶୁଭାଂଶୁଙ୍କ ମେସେଜ୍, କହିଲେ ସାରେ ଜହାଁ ସେ ଅଛା, ହିନ୍ଦୁସ୍ତାନ ହମାରା, ଆଜି ମହାକାଶରୁ ପୃଥିବୀ ଅଭିମୁଖେ ଯାତ୍ରା
  • ||
  • ଲଣ୍ଡନ ସାଉଥ୍‌ଏଣ୍ଡ୍ ଏୟାରପୋର୍ଟରେ ବିମାନ ଦୁର୍ଘଟଣା, ଉଡ଼ାଣର କିଛି ସମୟ ଭିତରେ ଜଳିଗଲା ବିଚ୍‌କ୍ରାଫ୍ B200 ସୁପରକିଙ୍ଗ୍
  • ||
  • ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି: ଏମ୍‌ସ, ରେଭେନ୍ସା ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଦେବେ ଯୋଗ
  • ||
  • ବଙ୍ଗୋପସାଗରରେ ଯୋଡ଼ା ଲଘୁଚାପ ସକ୍ରିୟ: ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||
  • ଶ୍ରାବଣ ମାସର ପ୍ରଥମ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ଶୁକ୍ରବାର ରାଶିଫଳ ; ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆୟର ନୂତନ ମାର୍ଗ ଖୋଲିବ…

Published By : Ladu Kishor | June 19, 2025 11:21 PM

ମେଷ : ଦ୍ୱାଦଶ ଚନ୍ଦ୍ର ଯୋଗୁ ଖର୍ଚ୍ଚ ପ୍ରତି ଅନାଗ୍ରହ ଏବଂ ସଞ୍ଚୟ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । କୁସଙ୍ଗ ପରିତ୍ୟାଗ କରିସତ୍‌ ସଙ୍ଗକରିବେ ଏବଂ ଧାର୍ମିକ କର୍ମରେ ନିଜକୁ ସାମିଲ୍‌ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତକର୍ମରେ ଆପଣଙ୍କର ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ଯେଉଁ ମାନଙ୍କର ଅଶ୍ୱିନୀ ଓ ଦ୍ୱିଜାମେଷ, ସେମାନେ ଉପକୃତ ହେବେ ।ଶୁଭରଙ୍ଗ : ଲାଲ, ସଂଖ୍ୟା : ୧୧, ଆରାଧନା : ପ୍ରଭୁସ୍କନ୍ଦ ।

ବୃଷ : ଏକାଦଶ ଚନ୍ଦ୍ର, ଶୁକ୍ରବାର ଏବଂ ବୁଧଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ । ନୂତନ ଭୂମିପୂଜା, ଗୃହ ପ୍ରତିଷ୍ଠା, ଗୃହାରମ୍ଭ, ବ୍ୟବସାୟ ଆରମ୍ଭ, କର୍ମାରମ୍ଭ ଆଦି ଶୁଭକର୍ମର ଆୟୋଜନ କରିପାରନ୍ତି କିମ୍ବା କୌଣସି ଶୁଭକର୍ମରେ ପରିବାର ସହଯୋଗ ଦେଇ ପାରନ୍ତି । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆୟର ନୂତନ ମାର୍ଗ ଖୋଲିବ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପ୍ରମୋଶନ ମିଳିପାରେ ।ଯେଉଁ ମାନଙ୍କର ରୋହିଣୀ ବୃଷ, ସେମାନେ ସୁଫଳ ପାଇବେ ।ଶୁଭରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ମା’ ଗାୟତ୍ରୀ ।

ମିଥୁନ : ଦଶମଚନ୍ଦ୍ର, ସକାଳ ୯ଟା ୫୦ ମିନିଟ୍‌ ପରେ ଦଶମୀତିଥି ଯୋଗୁ ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ଓ ଗୁରୁତ୍ୱ ଦେବେ ।କର୍ମପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ ଏବଂ ସମସ୍ତ କର୍ମରେ ଆଶା ଠାରୁ ଅଧିକ ସଫଳତା ମିଳିବ । ମନରେ ସତ୍‌ଚିନ୍ତା, ସତ୍‌ଭାବନା ପ୍ରକାଶ ପାଇବ ଏବଂ ସତ୍‌କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟମଧ୍ୟମ ହେବ ଏବଂ ଦେହ, ମନ ସୁସ୍ଥ ରହିବ । ଯେଉଁ ମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : କଫି, ସଂଖ୍ୟା : ୪, ଆରାଧନା : ଭଗବାନ ବିଷ୍ଣୁ ।

କର୍କଟ : କୃଷ୍ଣପକ୍ଷର ନବମ ଚନ୍ଦ୍ର ଓ ନବମୀତିଥି ଯୋଗୁମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ନିଜର ପ୍ରିୟବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କ ସହ ବିବାଦ କିମ୍ବା ତାଙ୍କ ଠାରୁ ଅପମାନ ପାଇ ପାରନ୍ତି । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁ ମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଧଳା, ସଂଖ୍ୟା : ୩, ଆରାଧନା : ଭଗବାନ ଶିବ ।

ସିଂହ : ଅଷ୍ଟମ ଚନ୍ଦ୍ର, ଘାତତିଥି ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହଭାବ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ଏବଂ ବିନାକାରଣରେ ବହୁତ ବ୍ୟସ୍ତ ରହିବେ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ତଥା ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁ ମାନଙ୍କର ଉତ୍ତରା ଫାଲ୍‌ଗୁନୀ ସିଂହ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ସିଲ୍‌ଭର, ସଂଖ୍ୟା : ୬, ଆରାଧନା : ମା’ ମାଣିକେଶ୍ୱରୀ ।

କନ୍ୟା : ସପ୍ତମଚନ୍ଦ୍ର, ଶୁକ୍ରବାର ଏବଂ ବୁଧଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ପୁତ୍ର,କନ୍ୟା, ଭ୍ରାତୃ,ଭଗ୍ନୀଙ୍କ ବୈବାହିକ କର୍ମର ଆୟୋଜନ କରିବେ କିମ୍ବା କୌଣସି ବୈବାହିକ କର୍ମ, ଶୁଭକର୍ମରେ ଯୋଗ ଦେବେ । ମୂଲ୍ୟବାନ ଧାତୁ, ବସନଭୂଷଣ ଓ ସୌଖୀନ ଘରୋଇ ଉପକରଣ କ୍ରୟ କରିବେ ଏବଂ ପରିଚିତ ମହିଳାଙ୍କ ଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସହଯୋଗ ପ୍ରାପ୍ତ କରିବେ । ଯେଉଁ ମାନଙ୍କର ହସ୍ତାକନ୍ୟା, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ମେରୁନ୍‌‌, ସଂଖ୍ୟା : ୮, ଆରାଧନା : ମା’ ତ୍ରିପୁର ସୁନ୍ଦରୀ ।

ତୁଳା : ଷଷ୍ଠଚନ୍ଦ୍ର, ଶୁକ୍ରବାର ଏବଂ ବୁଧଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ ଓ ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ । ଶତ୍ରୁ ମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ । ପରୋପକାର, ସମାଜ ସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋନହର ଶକ୍ତି ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ସ୍ୱାତୀ ତୁଳା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ସବୁଜ, ସଂଖ୍ୟା : ୧୨, ଆରାଧନା : ମା’ ସମଲେଶ୍ୱରୀ ।

ବିଛା : ଘାତବାର ଏବଂ କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ ଏବଂ ଇତରଜନ ଠାରୁ ଅପମାନ ପାଇବେ । ସନ୍ତାନ ମାନଙ୍କ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ଓ କର୍ମକୁ ନେଇ ଚିନ୍ତିତ ହେବେ ଏବଂ ପିତାମାତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଏବଂ ବାଧାବିଘ୍ନ ଲାଗି ରହିବ । ଯେଉଁ ମାନଙ୍କରବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୧୧, ଆରାଧନା : ମା’ ବଗଳାମୁଖୀ ।

ଧନୁ : ଘାତ ଚନ୍ଦ୍ର ଓ ଘାତବାର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ସହକର୍ମୀ, ସହଯୋଗୀ, ପଦସ୍ଥ ଅଧିକାରୀଙ୍କ ସହ କଥାବାର୍ତ୍ତା ଏବଂ ଯାନବାହନ ଆରୋହଣକାଳରେ ସତର୍କ ହେବେ । ମନରେ ଅସ୍ଥିରତା, ପରିବାରରେ ମତାନ୍ତର, ଯାନବାହନରେ ଖର୍ଚ୍ଚାନ୍ତ ଏବଂ ଆର୍ଥିକ ଠକାମିରେ ପଡ଼ି ପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିପର୍ଯ୍ୟୟ ଘଟିବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁ ମାନଙ୍କର ଉତ୍ତରାଷାଢ଼ା ଧନୁ, ସେମାନେ ସତର୍କ ହେବେ ।ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୨, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

ମକର : ତୃତୀୟ ଚନ୍ଦ୍ର, ଶୁକ୍ରବାର ଏବଂ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣହେବ ଏବଂ ସମସ୍ତ ଈପ୍‌ସିତ ପଦାର୍ଥ ହାତ ପାଆନ୍ତାରେ ଉପଲବ୍ଧ ହେବ । ନୂତନ ଭୂମିପୂଜା, ଗୃହ ପ୍ରତିଷ୍ଠା, ଗୃହାରମ୍ଭ ଆଦି ଶୁଭକର୍ମର ଆୟୋଜନ କରିବେ ଏବଂ ଉନ୍ନତି ମୂଳକ କର୍ମରେ ଧନ ଓ ଧ୍ୟାନ ଉଭୟ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା, ସହକର୍ମୀଙ୍କ ସହଯୋଗ ପ୍ରାପ୍ତ ହେବ । ଯେଉଁ ମାନଙ୍କର ଶ୍ରବଣା ମକର, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ମାଟିଆ, ସଂଖ୍ୟା : ୬, ଆରାଧନା : ମା’ ଭୈରବୀ ।

କୁମ୍ଭ : କୃଷ୍ଣପକ୍ଷର ଦ୍ୱିତୀୟଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ଅନ୍ୟ ଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ି ପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁ ମାନଙ୍କର ପୂର୍ବଭାଦ୍ର କୁମ୍ଭ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ବାଇଗଣୀ, ସଂଖ୍ୟା : ୩, ଆରାଧନା : ମା’ ଚଣ୍ଡୀ ।

ମୀନ : ଘାତବାର ଏବଂ ଶ୍ରୀଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ପରିବାରରେ ସ୍ୱର୍ଗୀୟ ସୁଖ ଅନୁଭୂତ ହେବ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ ଓ ପଡ଼ୋଶୀଙ୍କ ସାହାଯ୍ୟ, ସହଯୋଗ ମିଳିବ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ମିଳିବ । ଯେଉଁ ମାନଙ୍କର ଉତ୍ତର ଭାଦ୍ର ମୀନ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୯, ଆରାଧନା : ମା’ ତାରା ।

ଜ୍ୟୋତିର୍ବିଦ୍‌ କୈଳାସ ଦାଶ ୯୪୩୭୧୩୩୪୭୩

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.