ମେଷ: ଚତୁର୍ଥ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତି ମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ଗୁରୁଜନଙ୍କ ପ୍ରତି ସମ୍ମାନ ଏବଂ ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁ ମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଗେରୁଆ, ସଂଖ୍ୟା: ୧୧, ଆରାଧନା: ପ୍ରଭୁ ହନୁମାନ।

ବୃଷ: ତୃତୀୟ ଚନ୍ଦ୍ର ଯୋଗୁ ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତି ମିଳିପାରେ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ମନରେ ଦୃଢ଼ଇଚ୍ଛାଶକ୍ତି ଓ ମନୋବଳ ବୃଦ୍ଧି ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର ଶ୍ରେଷ୍ଠତା ପ୍ରତିପାଦନ କରିବେ । ଯେଉଁ ମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ସିଲ୍‌ଭର, ସଂଖ୍ୟା: ୧୨, ଆରାଧନା: ମା’ କମଳା ।

ମିଥୁନ: କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁ ମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ସତର୍କ ହେବେ । ଶୁଭରଙ୍ଗ: ସବୁଜ, ସଂଖ୍ୟା: ୪ ଆରାଧନା: ଭଗବାନ ବିଷ୍ଣୁ ।

କର୍କଟ: ଘାତତିଥି ଏବଂ ଶ୍ରୀଚନ୍ଦ୍ର ଗୁରୁବାର ଯୋଗୁ ଘାତତିଥିର ପ୍ରଭାବ ରହିବ ନାହିଁ । ରୋଗ, ଋଣ, ଦୁଃଖ, ଶୋକ, କ୍ଲେଶ ଓ ଅବସାଦରୁ ସାମୟିକ ମୁକ୍ତି ମିଳିବ ଏବଂ ଧନ, ମାନ, ସମ୍ମାନ ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା ଏବଂ ଦେହ ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଧଳା, ସଂଖ୍ୟା: ୧, ଆରାଧନା: ମା’ ମାତଙ୍ଗୀ ।

ସିଂହ: ଦ୍ୱାଦଶ ଚନ୍ଦ୍ର ଯୋଗୁ ଅପବ୍ୟୟ, ଅପବାଦ ଓ ଅପଯଶରୁ ମୁକ୍ତି ମିଳିବ ଏବଂ ଠିକ୍‌ ସମୟରେ ଠିକ୍‌ ନିଷ୍ପତ୍ତି ନେବାରେ ସମର୍ଥ ହେବେ । ଖର୍ଚ୍ଚ ପ୍ରତି ଅନାଗ୍ରହ ଏବଂ ସଞ୍ଚୟ ପ୍ରତି ମନରେ ଅଧିକ ଆଗ୍ରହ ରହିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ଓ ସମସ୍ତ କଷ୍ଟସାଧ୍ୟ କାମ ଆପଣଙ୍କ ପାଇଁ ସହଜ ହେବ । ଯେଉଁ ମାନଙ୍କର ମଘା ଓ ଉତ୍ତରା ଫାଲଗୁନୀ ସିଂହ, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଗୋଲାପୀ, ସଂଖ୍ୟା: ୬, ଆରାଧନା: ପ୍ରଭୁଶ୍ରୀଜଗନ୍ନାଥ ।

କନ୍ୟା: ଏକାଦଶ ଚନ୍ଦ୍ର ଏବଂ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷପୂର୍ଣ୍ଣ ହେବ ଏବଂ ଆର୍ଥିକ ସ୍ଥିତି ସୁଦୃଢ଼ ହେବ । ନୂତନ ଭୂମିପୂଜା, ଗୃହପ୍ରତିଷ୍ଠା ଏବଂ ଗୃହାରମ୍ଭ ଆଦି ଶୁଭକର୍ମର ଆୟୋଜନ କରିବେ ଓ ଉନ୍ନତି ମୂଳକ କର୍ମରେ ଅଧିକ ଧ୍ୟାନ ଦେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତି ବଦ୍ଧ ହେବେ । କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁ ମାନଙ୍କର ଉତ୍ତରା ଫାଲଗୁନୀ ଓ ଚିତ୍ରାକନ୍ୟା, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ସବୁଜ, ସଂଖ୍ୟା: ୪, ଆରାଧନା: ମା’ ଛିନ୍ନମସ୍ତା ।

ତୁଳା: ଦଶମଚନ୍ଦ୍ର ଯୋଗୁ କର୍ମପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ ଏବଂ ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ରହିବ । ଆଜି ଯେକୌଣସି କର୍ମ ଆରମ୍ଭ କରିବେ ସେଥିରେ ଶତପ୍ରତିଶତ ସଫଳତା ପାଇବେ ଏବଂ ସମସ୍ତକର୍ମ ଆଜି ଆପଣଙ୍କ ପାଇଁ ସହଜ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । ଯେଉଁ ମାନଙ୍କର ଚିତ୍ରା ଓ ବିଶାଖା ତୁଳା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : କଫି, ସଂଖ୍ୟା : ୧୨, ଆରାଧନା : ମା’ ସମଲେଶ୍ୱରୀ ।

ବିଛା :  କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ଅପମାନ, ଅପଯଶ, ଅପନିନ୍ଦା ମିଳିବ ଏବଂ ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । କର୍ମରେ ବିଫଳତା ଓ ସମ୍ମାନ ହାନି ଘଟିବ । ଯେଉଁ ମାନଙ୍କର ଅନୁରାଧା ବିଛା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୩, ଆରାଧନା : ପ୍ରଭୁହନୁମାନ ।

ଧନୁ : ଅଷ୍ଟମଚନ୍ଦ୍ର ଏବଂ ଶନିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ବହୁ ପ୍ରତିବନ୍ଧକର ସାମ୍ନା କରିବାକୁ ପଡ଼ିପାରେ । ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଉଚିତ୍‌ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍‌ କର୍ମରେ ଆଗ୍ରହ ରଖିବେ ଏବଂ ବିନାକାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ କର୍ମପ୍ରତି ଅନାଗ୍ରହଭାବ ପ୍ରକାଶ ପାଇବ । ଯେଉଁ ମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୫, ଆରାଧନା : ମା’ ଧୂମାବତୀ ।

ମକର : ସପ୍ତମ ଚନ୍ଦ୍ର ଏବଂ ଶନିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଭୂମିପୂଜା, ଗୃହ ପ୍ରତିଷ୍ଠା ଓ ଗୃହାରମ୍ଭ, ବ୍ୟବସାୟ ଆରମ୍ଭ ଓ କର୍ମାରମ୍ଭ କରିପାରନ୍ତି । ମନରେ ପ୍ରସନ୍ନତା, ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ସହଧର୍ମିଣୀଙ୍କ ସହଯୋଗ ମିଳିବ । ଆମୋଦ ପ୍ରମୋଦ, ମଉଜମଜଲିସ୍‌ରେ ଅଧିକ ଆଗ୍ରହ ରହିବ ଏବଂ ପରିବାରରେ ସ୍ୱର୍ଗୀୟ ସୁଖ ଅନୁଭୂତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ଉତ୍ତରା ଷାଢ଼ା ଓ ଧନିଷ୍ଠାମକର, ସେମାନେ ଉପକୃତହେବେ ।ଶୁଭରଙ୍ଗ : କଳା, ସଂଖ୍ୟା : ୧୧, ଆରାଧନା : ମା’ କାଳୀ ।

କୁମ୍ଭ :  ଷଷ୍ଠଚନ୍ଦ୍ର, ଶନିଙ୍କ ନକ୍ଷତ୍ର, ଷଷ୍ଠୀତିଥି ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ସମସ୍ତଙ୍କ ମନ ଜିଣିବାରେ ସମର୍ଥ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁ ମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ର କୁମ୍ଭ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ମାଟିଆ, ସଂଖ୍ୟା : ୬, ଆରାଧନା : ମା’ ବିମଳା ।

ମୀନ : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର, ଅପରାହ୍ଣ ୩ଟା ୩୫ ମିନିଟ୍‌ ପରେ ଘାତ ନକ୍ଷତ୍ର ଯୋଗୁ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ ଏବଂ ସନ୍ତାନ ମାନଙ୍କ କର୍ମ ଓ ପିତାମାତାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ । ବିଦ୍ୟାରେ ଅସଫଳ, ସନ୍ତାନ ହେତୁକ ଦୁଶ୍ଚିନ୍ତା, ମାନ, ସମ୍ମାନ ହାନି ଏବଂ ସମସ୍ତ କର୍ମ ବିବାଦୀୟ ହେବ । ମନ ଅସ୍ଥିର ଓ ବିଷାଦ ଗ୍ରସ୍ତ ରହିବ ଏବଂ ପରିବାରରେ ଅଶାନ୍ତି ଲାଗି ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁ ମାନଙ୍କର ଉତ୍ତର ଭାଦ୍ରମୀନ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା : ମା’ ତାରା ।

ଜ୍ୟୋତିର୍ବିଦ୍‌: କୈଳାସ ଦାଶ : ୯୪୩୭୧୩୩୪୭୩