ପ୍ରମୂଖ ଖବର
  • ୱାଶିଂଟନ ଡିସିରେ ୨ ଇସ୍ରାଏଲ ଦୂତାବାସ ଅଧିକାରୀଙ୍କୁ ଗୁଳି କରି ହତ୍ୟା
  • ||
  • ଭୁବନେଶ୍ୱର : ରାଜଧାନୀରୁ ବ୍ରାଉନ ସୁଗର ବେପାରୀ ଗିରଫ; ୩୫ ଲକ୍ଷ ଟଙ୍କାର ଧଳାଜହର ଜବତ
  • ||
  • IPL 2025: ଆଜି ସୁପରଜାଏଣ୍ଟ୍‌ସ ପାଇଁ ପ୍ରସ୍ତୁତ ଟାଇଟନ୍ସ, ଲକ୍ଷ୍ୟ ଶ୍ରେଷ୍ଠ ୨ରେ ସ୍ଥାନ
  • ||
  • ରାଜଗାଙ୍ଗପୁର : ଅବକାରୀ ବିଭାଗ ଚଢଉ ବେଳେ ଭାଟି କର୍ମଚାରୀଙ୍କୁ ଗ୍ରାମବାସୀଙ୍କ ଆକ୍ରମଣ, ୫ ଆହତ
  • ||
  • ରାହାଡ଼ପୁର ପାହାଡ଼ରୁ ଖସିଲା କମ୍ପ୍ରେସର: ଜଣେ ମୃତ, ଜଣେ ଆହତ
  • ||
  • ସୋର ପୁଲିସକୁ ଖୋଲା ଚ୍ୟାଲେଞ୍ଜ; ବନ୍ଧୁକ ମୁନରେ ଲକ୍ଷାଧିକ ଟଙ୍କାର ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ
  • ||
  • ଓଡ଼ିଶାକୁ ଫେରିଲା କରୋନା: ଭୁବନେଶ୍ୱରରେ ଜଣେ ଆକ୍ରାନ୍ତ ଚିହ୍ନଟ
  • ||
  • ଯାଜପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ୪ ପ୍ରକଳ୍ପର ଉଦ୍‌ଘାଟନ ସହ ୧୨ ଭିତ୍ତିପ୍ରସ୍ତର ସ୍ଥାପନ କରିବେ
  • ||
  • କଟକ : ଗୋଡିସାହି ପୁରୀ ମେନ୍ କେନାଲ ବନ୍ଧ ରାସ୍ତାରେ ଦୁର୍ଘଟଣା, ହାଇୱା ଧକ୍କାରେ ୨ ମୃତ
  • ||
  • ରାଜ୍ୟରେ ପ୍ରଚଣ୍ଡ ତାତି ସାଙ୍ଗକୁ ଗୁଳୁଗୁଳି, ଆଜି ୧୧ ଜିଲ୍ଲାକୁ ଆଲର୍ଟ ଜାରି: ୨୩ରୁ କାଳବୈଶାଖୀ ଆଶଙ୍କା
  • ||

ବୁଧବାର ରାଶିଫଳ ; ଜାଣନ୍ତୁ କ’ଣ କହୁଛି ଆପଣଙ୍କ ଭାଗ୍ୟରେଖା…

Published By : Prameya | May 20, 2025 10:59 PM

ମେଷ : ଏକାଦଶ ଚନ୍ଦ୍ର ଯୋଗୁ ଆକସ୍ମିକ ଧନଲାଭ ଏବଂ ଆୟର ନୂତନ ମାର୍ଗ ଖୋଲିବ । ଅନ୍ୟକୁ ଦେଇଥିବା ଧନ ଏବଂ ହୃତଧନ ଫେରି ପାଇବେ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣ ହେବ । ବାଣିଜ୍ୟ, ବ୍ୟବସାୟରେ ଆୟଉତ୍ତମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ମିଳିବ । ଯେଉଁ ମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ସିଲ୍‌ଭର, ସଂଖ୍ୟା : ୩, ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।

ବୃଷ : ଦଶମଚନ୍ଦ୍ର, ବୁଧବାର ଯୋଗୁ କର୍ମରେ ଉନ୍ନତି ଏବଂ କର୍ମପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ ଏବଂ ସାରାଦିନ କର୍ମତତ୍ପର ଓ ଚଳଚଞ୍ଚଳ ରହିବେ । ଆଜି ଯେକୌଣସି କର୍ମ କରିବେ,ସେଥିରେ ଶତପ୍ରତିଶତ ସଫଳତା ପାଇବେ ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମ କୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ମନରେ ସତ୍‌ଚିନ୍ତା, ସତ୍‌ଭାବନା ପ୍ରକାଶ ପାଇବ ଏବଂ ସତ୍‌କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ମିଳିବ । ଯେଉଁ ମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ, ସେମାନେ ସୁଫଳ ପାଇବେ ।ଶୁଭରଙ୍ଗ : କଫି, ସଂଖ୍ୟା : ୪, ଆରାଧନା : ମା’ କମଳା ।

ମିଥୁନ : ଘାତଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ । ଉନ୍ନତି ମୂଳକ କର୍ମରେ ପ୍ରତିବନ୍ଧକ ଓ ଧାର୍ମିକ କର୍ମରେ ବିଘ୍ନ ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁ ମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଚକୋଲେଟ୍‌, ସଂଖ୍ୟା : ୧୨, ଆରାଧନା : ମା’ ଛିନ୍ନମସ୍ତା ।

କର୍କଟ : ଅଷ୍ଟମ ଚନ୍ଦ୍ର, ଘାତବାର ଏବଂ ରାହୁଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଦୁର୍ଘଟଣାପ୍ରତି ସତର୍କ ହେବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଶାରୀରିକ ପୀଡ଼ା ଭୋଗିବେ । ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ଏବଂ ବିନାକାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତକର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁ ମାନଙ୍କର ଅଶ୍ଳେଷା କର୍କଟ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଧଳା, ସଂଖ୍ୟା : ୧, ଆରାଧନା : ଭଗବାନ ଶିବ ।

ସିଂହ : ସପ୍ତମ ଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ପରିଚିତ ମହିଳାଙ୍କ ଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ଆମୋଦ ପ୍ରମୋଦ, ମଉଜ ମଜଲିସ୍‌ରେ ଅଧିକ ଆଗ୍ରହ ରହିବ ଏବଂ ପରିବାରରେ ସ୍ୱର୍ଗୀୟ ସୁଖ ଅନୁଭୂତ ହେବ । ପୁତ୍ର, କନ୍ୟା, ଭ୍ରାତୃ ଓ ଭଗ୍ନୀଙ୍କ ବୈବାହିକ କର୍ମର ଆୟୋଜନ କରିବେ ଏବଂ ଧାର୍ମିକ କର୍ମରେ ନିଜକୁ ସାମିଲ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁ ମାନଙ୍କର ମଘା ଓ ଉତ୍ତରା ଫାଲ୍‌ଗୁନୀ ସିଂହ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୬,ଆରାଧନା : ମା’ ମାଣିକେଶ୍ୱରୀ ।

କନ୍ୟା : ଷଷ୍ଠ ଚନ୍ଦ୍ର, ବୁଧବାର, ନବମୀତିଥି ଏବଂ ରାହୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଏବଂ ଜନ ସମ୍ପର୍କ ବୃଦ୍ଧି ପାଇବ ଏବଂ ସମସ୍ତଙ୍କର ପ୍ରଶଂସାର ପାତ୍ର ହେବେ । ରୋଗ, ଋଣ, ଶତ୍ରୁ-ଏଥିରୁ ସାମୟିକ ମୁକ୍ତି ମିଳିବ ଏବଂ ଦେହ, ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁ ମାନଙ୍କର ଉତ୍ତରା ଫାଲ୍‌ଗୁନୀ ଓ ଚିତ୍ରାକନ୍ୟା, ସେମାନେ ଉପକୃତ  ହେବେ । ଶୁଭରଙ୍ଗ : ମେରୁନ୍‌, ସଂଖ୍ୟା : ୬, ଆରାଧନା : ଭଗବାନ ବିଷ୍ଣୁ ।

ତୁଳା : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର, ଘାତ ନକ୍ଷତ୍ର ଯୋଗୁ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ ଏବଂ ମନ ଅସ୍ଥିର, ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ । ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି, ସ୍ମରଣଶକ୍ତି ଲୋପ୍‌ ପାଇବ ଏବଂ ପରିବାରରେ ଅଶାନ୍ତିର ବାତାବରଣ ରହିବ । ସନ୍ତାନ ମାନଙ୍କ ଚାଲିଚଳନ, କର୍ମ ଓ ପିତାମାତାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁ ମାନଙ୍କର ସ୍ୱାତୀ ତୁଳା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ନୀଳ, ସଂଖ୍ୟା : ୪, ଆରାଧନା : ପ୍ରଭୁ ଶ୍ରୀରାମ ।

ବିଛା : ଚତୁର୍ଥ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ସହକର୍ମୀ, ସହଯୋଗୀଙ୍କ ସହଯୋଗ ପାଇବେ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । କର୍ମରେ ସଫଳତା ଓ ପ୍ରମୋଶନ ମିଳିପାରେ । ଯେଉଁ ମାନଙ୍କର ବିଶାଖା ଓ ଅନୁରାଧା ବିଛା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଲାଲ୍‌, ସଂଖ୍ୟା : ୬, ଆରାଧନା : ମା’ ବଗଳାମୁଖୀ ।

ଧନୁ : ତୃତୀୟ ଚନ୍ଦ୍ର ଯୋଗୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ଭାଇଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ କରିପାରନ୍ତି କିମ୍ବା ବିଦେଶ ଯାତ୍ରାର ସୁଯୋଗ ମିଳିପାରେ । ଉନ୍ନତି ମୂଳକ କର୍ମରେ ଧ୍ୟାନ ଅଧିକ ରହିବ ଏବଂ ଧନ ଓ ଧ୍ୟାନ ଉଭୟ ଉନ୍ନତି ମୂଳକ କର୍ମରେ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା : ମା’ ତାରା ।

ମକର : ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଚାଲିଳଚନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ି ପାରନ୍ତି ଏବଂ ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇପାରେ । ଅନ୍ୟ ଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁ ମାନଙ୍କର ଶ୍ରବଣା ମକର, ସେମାନେ ସତର୍କ ହେବେ । ଶୁଭରଙ୍ଗ : କଳା, ସଂଖ୍ୟା : ୧୧, ଆରାଧନା : ମା’ କାଳୀ ।

କୁମ୍ଭ : ଶ୍ରୀଚନ୍ଦ୍ର, ବୁଧବାର ଏବଂ ରାହୁଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ଦେହ, ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଶୀର୍ଷରେ ରହିବ । ଯେଉଁ ମାନଙ୍କର ଧନିଷ୍ଠା କୁମ୍ଭ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : କଫି, ସଂଖ୍ୟା : ୬, ଆରାଧନା : ମା’ ଦୁର୍ଗା ।

ମୀନ : ଘାତଚନ୍ଦ୍ର ଯୋଗୁ ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ ବୃଦ୍ଧି ପାଇବ । ସତ୍‌ସଙ୍ଗ ପରିତ୍ୟାଗ କରି କୁସଙ୍ଗରେ ପଡ଼ିବେ ଏବଂ ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ଓ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖା ଦେବ । ଯେଉଁ ମାନଙ୍କର ରେବତୀ ମୀନ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ମା’ ଧୂମାବତୀ ।

ଜ୍ୟୋତିର୍ବିଦ୍‌: କୈଳାସ ଦାଶ ୯୪୩୭୧୩୩୪୭୩

 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.