ମେଷ : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର, ଘାତ ନକ୍ଷତ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଇତରଜନ ଠାରୁ ଅପମାନ ପାଇବେ। ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ବୁଝାମଣାର ଅଭାବ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଠାରୁ ବ୍ୟୟ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୬, ଆରାଧନା : ମା’ ଚଣ୍ଡୀ ।
ବୃଷ : ଘାତବାର ଏବଂ କୃଷ୍ଣପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ଏବଂ କୃଷ୍ଣପକ୍ଷ ପୂର୍ବାହ୍ଣ ୧୧ଟା ୩୬ ମିନିଟ୍ ପର୍ଯ୍ୟନ୍ତ ରହୁଥିବାରୁ ସେ ସମୟ ପର୍ଯ୍ୟନ୍ତ ସମସ୍ତ କର୍ମରେ ଓ ବ୍ୟବସାୟରେ କିଛିଟା ଶୁଭଫଳ ମିଳିଲେ ମଧ୍ୟ ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଏହା ପରେ ଶୁକ୍ଳପକ୍ଷ ଭୋଗ ହେଉଥିବାରୁ ଧନ କ୍ଷତି, ମାନସିକ ଅସ୍ଥିରତା ଏବଂ ଯାନବାହନରେ ଖର୍ଚ୍ଚାନ୍ତରେ ପଡ଼ିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇପାରେ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ବିରୋଧର ଶିକାର ହେବେ । ଯେଉଁ ମାନଙ୍କର ରୋହିଣୀ ବୃଷ, ସେମାନେ ସତର୍କ ହେବେ । ଶୁଭରଙ୍ଗ :ସିଲ୍ଭର, ସଂଖ୍ୟା : ୪, ଆରାଧନା: ମା’ ଗାୟତ୍ରୀ ।
ମିଥୁନ : ତୃତୀୟ ଚନ୍ଦ୍ର, ଶନିବାର ଓ କେତୁଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ସମସ୍ତ ଅସମ୍ପୂର୍ଣ୍ଣ କର୍ମକୁ ପୂର୍ଣ୍ଣ କରିବାରେ ସମର୍ଥ ହେବେ ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମ କୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି ଓ ସ୍ୱଜନରେ ସୁସମ୍ପର୍କ ଏବଂ ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ସୁଖବର ଓ ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ଆଶା ଠାରୁ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ମୃଗ ଶିରା ଓ ପୁନର୍ବସୁ ମିଥୁନ, ସେମାନେ ଉପକୃତ ହେବେ । ଶୁଭରଙ୍ଗ :ମେରୁନ୍, ସଂଖ୍ୟା : ୧୨, ଆରାଧନା : ଭଗବାନ ବିଷ୍ଣୁ ।
କର୍କଟ : ଘାତଚନ୍ଦ୍ର ଯୋଗୁ ବାଦ ବିବାଦ, ସ୍ୱାସ୍ଥ୍ୟ ଓ ଆର୍ଥିକ କାରବାର କଲାବେଳେ ସତର୍କତା ଅବଲମ୍ବନ କରିବେ । ଧନ କ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ମନ ବିଷାଦଗ୍ରସ୍ତ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଅନ୍ୟ ଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁ ମାନଙ୍କର ପୁଷ୍ୟା କର୍କଟ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଧଳା, ସଂଖ୍ୟା : ୧, ଆରାଧନା : ଭଗବାନ ଶିବ ।
ସିଂହ : ଘାତବାର ଓ ଶ୍ରୀଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା ଓ ବଚନରେ ମଧୁରତା, ସମସ୍ତଙ୍କ ସହ ବନ୍ଧୁତା ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ସହଯୋଗୀ, ସହକର୍ମୀଙ୍କ ସହଯୋଗ ମିଳିବ ଏବଂ ପରିବାରରେ ସ୍ୱର୍ଗୀୟ ସୁଖ ଅନୁଭୂତ ହେବ । ଆମୋଦ ପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ଦେହ, ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ପୂର୍ବଭାଦ୍ର ଓ ଉତ୍ତରା ଷାଢ଼ାସିଂହ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ସିଲ୍ଭର, ସଂଖ୍ୟା : ୩, ଆରାଧନା : ମା’ ମାଣିକେଶ୍ୱରୀ ।
କନ୍ୟା: ଦ୍ୱାଦଶ ଚନ୍ଦ୍ର, ଘାତବାର ଓ ପୂର୍ବାହ୍ଣ ୧୧ଟା ୩୬ ମିନିଟ୍ ପର୍ଯ୍ୟନ୍ତ ସମସ୍ତ କର୍ମରେ ଓ ବ୍ୟବସାୟରେ କିଛିଟା ଶୁଭଫଳ ମିଳିବ । ଏହା ପରେ ଶୁକ୍ଳପକ୍ଷ ଭୋଗ ହେଉଥିବାରୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହଭାବ ପ୍ରକାଶ ପାଇବ ଏବଂ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ତଥା ଖର୍ଚ୍ଚଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁ ମାନଙ୍କର ହସ୍ତା କନ୍ୟା, ସେମାନେ ସତର୍କ ହେବେ । ଶୁଭରଙ୍ଗ :କଫି, ସଂଖ୍ୟା : ୧୨, ଆରାଧନା: ମା’ ଛିନ୍ନମସ୍ତା ।
ତୁଳା : ଏକାଦଶ ଚନ୍ଦ୍ର, ଶନିବାର ଓ କେତୁଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଆୟର ନୂତନ ମାର୍ଗ ଖୋଲିବ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତି ମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ ଏବଂ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ ଓ ବିଦେଶ ଯାତ୍ରାର ସୁଯୋଗ ଜୁଟିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁ ମାନଙ୍କର ଚିତ୍ରା ଓ ବିଶାଖା ତୁଳା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ :ନୀଳ, ସଂଖ୍ୟା : ୪, ଆରାଧନା : ପ୍ରଭୁ ଶ୍ରୀରାମ ।
ବିଛା : କୃଷ୍ଣ ପକ୍ଷର ଦଶମଚନ୍ଦ୍ର ଓ କେତୁଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତି ମିଳିପାରେ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ରହିବ ଏବଂ ବ୍ୟବସାୟ ଅପେକ୍ଷା କର୍ମରେ ଅଧିକ ସଫଳତା ମିଳିବ । କର୍ମରେ ଉନ୍ନତି, କର୍ମପ୍ରତି ଏକାଗ୍ରତା, ଆନ୍ତରିକତା ଅଧିକ ରହିବ ଏବଂ ସମସ୍ତ କର୍ମରେ ଆଶା ଠାରୁ ଅଧିକ ସଫଳତା ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମ ସନ୍ତୋଷ ଓ ଆତ୍ମତୃପ୍ତି ରହିବ । ଯେଉଁ ମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୩, ଆରାଧନା : ପ୍ରଭୁହନୁମାନ ।
ଧନୁ : କୃଷ୍ଣପକ୍ଷର ନବମ ଚନ୍ଦ୍ର ଓ କୃଷ୍ଣପକ୍ଷ ପୂର୍ବାହ୍ଣ ୧୧ଟା ୩୬ ମିନିଟ୍ ପର୍ଯ୍ୟନ୍ତ ରହୁଥିବାରୁ ସେସମୟ ପର୍ଯ୍ୟନ୍ତ ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ନିଜର ପ୍ରିୟବନ୍ଧୁଙ୍କ ସହମତାନ୍ତର, ବାଣିଜ୍ୟ, ବ୍ୟବସାୟରେ କ୍ଷତି ଓ କର୍ମରେ ବିଫଳତାର ସାମନା କରିବେ । ଏହାପରେ ଶୁକ୍ଳପକ୍ଷ ଭୋଗ ହେଉଥିବାରୁ ମନରୁ ଅବସାଦ ଭାବ ଲୋପ୍ ପାଇବ ଏବଂ ଯଶ, ସମ୍ମାନ ଓ ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁ ମାନଙ୍କର ପୂର୍ବାଷାଢ଼ା ଓ ଉତ୍ତରାଷାଢ଼ା ଧନୁ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା: ୫, ଆରାଧନା : ମା’ ତାରା ।
ମକର : ଘାତଚନ୍ଦ୍ର, ଶନିବାର, ଅମାବାସ୍ୟା ତିଥି ଓ କେତୁଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ, ଗ୍ୟାସ୍, ଇଲେକ୍ଟ୍ରିକ୍ ଦ୍ରବ୍ୟ ବ୍ୟବହାର ଓ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣଲାଗି ରହିବ ଏବଂ ମନ ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ ବିବାଦୀୟ ହେବ । ଯେଉଁ ମାନଙ୍କର ଶ୍ରବଣା ମକର, ସେମାନେ ସତର୍କ ହେବେ ।ଶୁଭରଙ୍ଗ : ବାଇଗଣୀ, ସଂଖ୍ୟା : ୧୧, ଆରାଧନା : ମା’ ଦୁର୍ଗା ।
କୁମ୍ଭ : ସପ୍ତମଚନ୍ଦ୍ର, ଶନିବାର ଯୋଗୁ ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନରେ ପରିବର୍ତ୍ତନ ଆସିବ । ପରିଚିତ ମହିଳାଙ୍କ ଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । ମୂଲ୍ୟବାନ ଧାତୁ, ବସନଭୂଷଣ ଓ ସୌଖୀନ ଘରୋଇ ଉପକରଣ କ୍ରୟ କରିବେ ଓ ମଉଜ ମଜଲିସ୍ରେ ଅଧିକ ଧନ ଖର୍ଚ୍ଚ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ଓ ମହିଳା ସହକର୍ମୀଙ୍କ ସାହାଯ୍ୟ, ସହଯୋଗ ପ୍ରାପ୍ତ କରିବେ । ଯେଉଁ ମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ରକୁମ୍ଭ, ସେମାନେ ଉପକୃତ ହେବେ । ଶୁଭରଙ୍ଗ :କଳା, ସଂଖ୍ୟା : ୬, ଆରାଧନା : ମା’ କାଳୀ ।
ମୀନ : ଷଷ୍ଠଚନ୍ଦ୍ର ଓ କେତୁଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ ଓ ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ । ଶତ୍ରୁ ମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ମହତ୍ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଯେଉଁ ମାନଙ୍କର ରେବତୀ ମୀନ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୨, ଆରାଧନା : ମା’ ମାଣିକେଶ୍ୱରୀ ।
ଜ୍ୟୋତିର୍ବିଦ୍: କୈଳାସ ଦାଶ ୯୪୩୭୧୩୩୪୭୩