ମେଷ : ତୃତୀୟ ଚନ୍ଦ୍ର ଯୋଗୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ, ପଡ଼ୋଶୀଙ୍କ ସହ ମତଭେଦ ଏବଂ ଭାଇଭଉଣୀଙ୍କ ପ୍ରତିସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ପ୍ରକାଶ ପାଇବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଅଧିକ ଧ୍ୟାନ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତି ବଦ୍ଧ ହେବେ । କର୍ମରେ ଆଶା ଠାରୁ ଅଧିକ ସଫଳତା ଓ ସମସ୍ତ କର୍ମରେ ନିଜର ଶ୍ରେଷ୍ଠତା ପ୍ରତିପାଦନ କରିବେ । ଯେଉଁ ମାନଙ୍କର ଅଶ୍ୱିନୀ ମେଷ, ସେମାନେ ସୁଫଳ ପାଇବେ ।ଶୁଭରଙ୍ଗ : ଗେରୁଆ, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ହନୁମାନ ।
ବୃଷ : କୃଷ୍ଣପକ୍ଷର ଦ୍ୱିତୀୟଚନ୍ଦ୍ର ଯୋଗୁ ଧନ କ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ଅନ୍ୟ ଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ମନ ଅସ୍ଥିର, ବିଷାଦଗ୍ରସ୍ତ, ଚାପଗ୍ରସ୍ତ ରହିବ ଏବଂ ଚାଲିଚଳନ, ବ୍ୟବହାର ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁ ମାନଙ୍କର ରୋହିଣୀ ବୃଷ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ସିଲ୍ଭର, ସଂଖ୍ୟା : ୨, ଆରାଧନା : ମା’ ଗାୟତ୍ରୀ ।
ମିଥୁନ : ଶ୍ରୀଚନ୍ଦ୍ର, ବୁଧବାର ଓ ରାହୁଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି ଓ ପଡ଼ୋଶୀଙ୍କ ସହ ସଦ୍ଭାବ, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତ ହେବ । ଆମୋଦ ପ୍ରମୋଦ, ମଉଜମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : କଫି, ସଂଖ୍ୟା : ୧୨, ଆରାଧନା : ମା’ ଛିନ୍ନମସ୍ତା ।
କର୍କଟ : ଦ୍ୱାଦଶ ଚନ୍ଦ୍ର ଓ ଘାତବାର ଯୋଗୁ ସମସ୍ତ କର୍ମରେ ଓ ବ୍ୟବସାୟରେ ଶୁଭଫଳ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ମିଳିବ ନାହିଁ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚରୁ ମୁକ୍ତି ମିଳିବ ଏବଂ ଖର୍ଚ୍ଚପ୍ରତି ଅନାଗ୍ରହ ଓ ସଞ୍ଚୟ ପ୍ରତି ଆଗ୍ରହ ପ୍ରକାଶ ପାଇବ । ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ ଏବଂ ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ସମର୍ଥ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ ଅଟକିଥିବା କାମକୁ ଆଜି ସଫଳତାର ସହ ସମ୍ପାଦନ କରିବେ । ଯେଉଁ ମାନଙ୍କର ପୁନର୍ବସୁ ଓ ପୁଷ୍ୟା କର୍କଟ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଲାଲ୍, ସଂଖ୍ୟା : ୩, ଆରାଧନା : ମା’ ଭୁବନେଶ୍ୱରୀ ।
ସିଂହ : ଏକାଦଶ ଚନ୍ଦ୍ର ଯୋଗୁ ଆୟର ମାର୍ଗ ଅତିଉତ୍ତମ ହେବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ । ଅନ୍ୟକୁ ଦେଇଥିବା ଧନ, ହୃତଧନ ଫେରିପାଇବେ ଏବଂ ଧନର ସତ୍ବିନିଯୋଗ କରିବେ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ ଓ ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ଦେହ, ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ। କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ । ଯେଉଁ ମାନଙ୍କର ମଘା ଓ ଉତ୍ତରା ଫାଲ୍ଗୁନୀ ସିଂହ, ସେମାନେ ସୁଫଳ ପାଇବେ। ଶୁଭରଙ୍ଗ : ସିଲ୍ଭର, ସଂଖ୍ୟା : ୩, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।
କନ୍ୟା : ଘାତଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହଭାବ ପ୍ରକାଶ ପାଇବ ଏବଂ ସମସ୍ତ କର୍ମ ବିବାଦୀୟ ହେବ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଶାରୀରିକ ପୀଡ଼ା ଭୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁ ମାନଙ୍କର ହସ୍ତା କନ୍ୟା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ମେରୁନ୍, ସଂଖ୍ୟା : ୪, ଆରାଧନା : ଭଗବାନ ବିଷ୍ଣୁ ।
ତୁଳା :କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଅପମାନ, ଅପନିନ୍ଦା ଓ ଅପଯଶ ମିଳିବ । ଉନ୍ନତି ମୂଳକ କର୍ମରେ ପ୍ରତିବନ୍ଧକ, ଧାର୍ମିକ କର୍ମରେ ବିଘ୍ନ ଦେଖାଦେବ ଏବଂ ପରିବାରରେ ଅଶାନ୍ତିର ପରିବେଶ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁ ମାନଙ୍କର ସ୍ୱାତୀ ତୁଳା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଧଳା, ସଂଖ୍ୟା : ୮, ଆରାଧନା : ମା’ ସମଲେଶ୍ୱରୀ ।
ବିଛା :ଅଷ୍ଟମଚନ୍ଦ୍ର ଯୋଗୁ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା, ବାଧାବିଘ୍ନ ଲାଗି ରହିବ । ଯେଉଁ ମାନଙ୍କର ଜ୍ୟେଷ୍ଠା ବିଛା, ସେମାନେ ସତର୍କ ହେବେ ।ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୩, ଆରାଧନା : ମା’ ବଗଳାମୁଖୀ ।
ଧନୁ : ସପ୍ତମ ଚନ୍ଦ୍ର, ବୁଧବାର ଯୋଗୁ ମନରେ ପ୍ରସନ୍ନତା, ଦାମ୍ପତ୍ୟ ଜୀବନରେ ମଧୁରତା, ପରିବାରରେ ସୁଖ ଶାନ୍ତି, ସ୍ୱଜନରେ ସୁସମ୍ପର୍କ ଓ ସମସ୍ତଙ୍କ ମନ ଜିଣିବାରେ ସମର୍ଥ ହେବେ । ମୂଲ୍ୟବାନ ଧାତୁ, ବସନଭୂଷଣ, ଘରୋଇ ସୌଖୀନ ଉପକରଣ କ୍ରୟ କରିବେ ଏବଂ ପରିଚିତ ମହିଳାଙ୍କ ଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହ କର୍ମୀଙ୍କ ସହଯୋଗ ମିଳିବ । ଯେଉଁ ମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଲାଲ୍, ସଂଖ୍ୟା : ୨, ଆରାଧନା : ମା’ ଧୂମାବତୀ ।
ମକର : ଷଷ୍ଠ ଚନ୍ଦ୍ର, ବୁଧବାର ଓ ରାହୁଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଏବଂ ଜନସମ୍ପର୍କ ବୃଦ୍ଧି ପାଇବ । କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ମିଳିବ ଏବଂ ଗୁରୁଜନଙ୍କ ପ୍ରତି ସମ୍ମାନ ଓ ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁ ମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠା ମକର, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : କଳା, ସଂଖ୍ୟା : ୩, ଆରାଧନା : ମା’ ଭୈରବୀ ।
କୁମ୍ଭ : ପଞ୍ଚମ ଚନ୍ଦ୍ର, ଘାତ ନକ୍ଷତ୍ରଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଇତରଜନ ଠାରୁ ଅପମାନ ପାଇବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ବୁଝାମଣାର ଅଭାବ ରହିବ । ସନ୍ତାନ ମାନଙ୍କ ଶିକ୍ଷା, ସ୍ୱାସ୍ଥ୍ୟ ଓ କର୍ମ ନିଯୁକ୍ତିକୁ ନେଇ ଚିନ୍ତିତ ହେବେ କିମ୍ବା ପିତାମାତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖା ଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ବିରୋଧର ଶିକାର ହେବେ । ଯେଉଁ ମାନଙ୍କର ଶତ ଭିଷାକୁମ୍ଭ, ସେମାନେ ସତର୍କ ହେବେ ।ଶୁଭରଙ୍ଗ : ମାଟିଆ, ସଂଖ୍ୟା : ୩, ଆରାଧନା : ମା’ ବିମଳା ।
ମୀନ : ଚତୁର୍ଥ ଚନ୍ଦ୍ରଯୋଗୁ ଧନ, ସମ୍ପଦ, ପ୍ରାଚୁର୍ଯ୍ୟ, ପ୍ରତିପତ୍ତି ବୃଦ୍ଧି ପାଇବ । ସ୍ୱଜନ ଓ ପରିଜନ ତଥା ବନ୍ଧୁବାନ୍ଧବଙ୍କ ସହଯୋଗ ମିଳିବ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ବିଦେଶ ଯାତ୍ରାର ସୁଯୋଗ ମିଳିବ । ମୂଲ୍ୟବାନ ଧାତୁ, ବସନ ଭୂଷଣ, ଭୂମି ଓ ଯାନବାହନ କ୍ରୟ କରିବେ ଏବଂ ଧନର ସତ୍ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁ ମାନଙ୍କର ପୂର୍ବଭାଦ୍ର ଓ ଉତ୍ତର ଭାଦ୍ର ମୀନ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୫, ଆରାଧନା : ପ୍ରଭୁ ଗଜାନନ ।
ଜ୍ୟୋତିର୍ବିଦ୍: କୈଳାସ ଦାଶ ୯୪୩୭୧୩୩୪୭୩