ମେଷ : ଅଷ୍ଟମଚନ୍ଦ୍ର, ତୁଳାମାସ ୮ ଦିନ ଓ ଶନିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ, ଗ୍ୟାସ୍, ଇଲେକ୍ଟ୍ରିକ୍ ସରଞ୍ଜାମ ବ୍ୟବହାର ଏବଂ ଯାନବାହନ ଆରୋହଣକାଳରେ ସତର୍କତା ଅବଲମ୍ବନ କରିବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ବିନାକାରଣରେ ବହୁତ ବ୍ୟସ୍ତ ରହିବେ। ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଚାଲିଚଳନ, ବ୍ୟବହାର ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଠାରୁ ବ୍ୟୟ ଅଧିକ ହେବ ଏବଂ ଆର୍ଥିକସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଏବଂ ସମସ୍ତ କର୍ମ କଣ୍ଟକ ସଦୃଶମନେ ହେବ । ଯେଉଁ ମାନଙ୍କ ଦ୍ୱିଜାମେଷ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଗେରୁଆ, ସଂଖ୍ୟା : ୩, ଆରାଧନା : ପ୍ରଭୁ ହନୁମାନ ।
ବୃଷ : ସପ୍ତମ ଚନ୍ଦ୍ର, ଶୁକ୍ରବାର ଓ ଶନିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ମୂଲ୍ୟବାନ ଧାତୁ, ବସନ ଭୂଷଣ ଓ ସୌଖୀନ ଘରୋଇ ଉପକରଣ କ୍ରୟ କରିବେ । ମାନସିକ, ପାରିବାରିକ ଶାନ୍ତି, ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ଏବଂ ପରିଚିତ ମହିଳାଙ୍କ ଠାରୁ ସାହାଯ୍ୟ, ସହଯୋଗ ମିଳିବ । ପରିବାର ସହ କୌଣସି ଶୁଭକର୍ମରେ ଯୋଗଦେବେ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତଙ୍କର ମନ ଜିଣିବାରେ ସମର୍ଥ ହେବେ । ଯେଉଁ ମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ସିଲ୍ଭର, ସଂଖ୍ୟା : ୨, ଆରାଧନା : ମା’ କମଳା ।
ମିଥୁନ : ଷଷ୍ଠଚନ୍ଦ୍ର, ଶୁକ୍ରବାର ଓ ଶନିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଓ ଜନସମ୍ପର୍କ ବୃଦ୍ଧି ପାଇବ ଏବଂ କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ମିଳିବ । ପୁରାତନ ରୋଗରୁ ଆରୋଗ୍ୟ ହେବା ସହଜ ଉପାୟ ମିଳିବ ଏବଂ ଶତ୍ରୁ ମାନେ ମିତ୍ରତାର ହାତ ବଢ଼ାଇବେ । ପରୋପକାର, ସମାଜସେବା, ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ମହତ୍ଜନଙ୍କ ସାନ୍ନିଧ୍ୟ ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା, ଉଚ୍ଚସ୍ଥାନ, ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁ ମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ସବୁଜ, ସଂଖ୍ୟା : ୮, ଆରାଧନା : ମା’ ଛିନ୍ନମସ୍ତା ।
କର୍କଟ : ଶୁକ୍ଳପକ୍ଷର ପଞ୍ଚମ ଚନ୍ଦ୍ର ଓ ଘାତ ନକ୍ଷତ୍ର ଭୋଗ ହେଉଥିବାରୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ସାମାନ୍ୟ ଶାରୀରିକ ପୀଡ଼ା ଭୋଗିବେ । ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଧୀଶକ୍ତି ଓ ସ୍ମରଣଶକ୍ତିର ବିକାଶ ଘଟିବ । ସନ୍ତାନ ମାନେ ଆଜ୍ଞାଧୀନ ହେବେ ଏବଂ ତାଙ୍କର ଶିକ୍ଷା, ଦୀକ୍ଷା, ଚାଲିଚଳନ, ବ୍ୟବହାରରେ ଉନ୍ନତି ପରିଲକ୍ଷିତ ହେବ । ପାରିବାରିକ ବିବାଦର ସମାଧାନ ହେବ ଏବଂ ପିତାମାତାଙ୍କ କୃପାଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ଓ ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁ ମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଧଳା, ସଂଖ୍ୟା : ୧, ଆରାଧନା : ଭଗବାନ ଶିବ ।
ସିଂହ : ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ର ଓ ଶନିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଶାରୀରୀକ ପୀଡ଼ା ଭୋଗିବେ । ଅନ୍ୟ ଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁ ମାନଙ୍କର ପୂର୍ବା ଫାଲ୍ଗୁନୀ ସିଂହ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୬, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।
କନ୍ୟା : ଶୁକ୍ଳପକ୍ଷର ତୃତୀୟ ଚନ୍ଦ୍ର, ତୃତୀୟାତିଥି, ଶୁକ୍ରବାର ଓ ଶନିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣହେବ । ନୂତନ କର୍ମାରମ୍ଭ ଓ ବିଦ୍ୟାରମ୍ଭ, ଗୃହାରମ୍ଭ, ଭୂମିପୂଜା ଆଦିଶୁଭକର୍ମର ଆୟୋଜନ କରିବେ କିମ୍ବା ପରିବାର ସହ କୌଣସି ଶୁଭକର୍ମରେ ଯୋଗଦେବେ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ଆଶା ଠାରୁ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ଉତ୍ତରା ଫାଲ୍ଗୁନୀ ଓ ଚିତ୍ରାକନ୍ୟା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : କଫି, ସଂଖ୍ୟା : ୪, ଆରାଧନା : ମା’ ତ୍ରିପୁର ସୁନ୍ଦରୀ ।
ତୁଳା : ଶୁକ୍ଳପକ୍ଷର ଦ୍ୱିତୀୟଚନ୍ଦ୍ର, ଶୁକ୍ରବାର ଓ ଶନିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତ ଧନ ଫେରି ପାଇବେ । ଖର୍ଚ୍ଚପ୍ରତି ଅନାଗ୍ରହ, ସଂଚୟ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ବ୍ୟବସାୟ କର୍ମରେ କୌଣସି ଦୂରସ୍ଥାନକୁ ଯାତ୍ରା କରିବେ । କର୍ମରେ ସଫଳତା ଓ ନୂତନ କର୍ମାରମ୍ଭର ସୁଯୋଗ ଜୁଟିବ । ଯେଉଁ ମାନଙ୍କର ଚିତ୍ରା ଓ ବିଶାଖାତୁଳା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ନୀଳ, ସଂଖ୍ୟା : ୧୨, ଆରାଧନା : ମା’ ଗାୟତ୍ରୀ ।
ବିଛା : ଘାତବାର ଓ ଶ୍ରୀଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ଆମୋଦ ପ୍ରମୋଦ, ମଉଜମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ପରିବାରରେ ସ୍ୱର୍ଗୀୟ ସୁଖ ଅନୁଭୂତ ହେବ । କୌଣସି ଶୁଭକର୍ମର ଆୟାଜନ କରିବେ କିମ୍ବା ପରିବାର ସହ କୌଣସି ଶୁଭକର୍ମରେ ଯୋଗଦେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । କର୍ମରେ ଆଶା ଠାରୁ ଅଧିକ ସଫଳତା ଓ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଯେଉଁ ମାନଙ୍କର ବିଶାଖା ଓ ଜ୍ୟେଷ୍ଠାବିଛା, ସେମାନେ ଉପକୃତ ହେବେ ।ଶୁଭରଙ୍ଗ : ଲାଲ, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ହନୁମାନ ।
ଧନୁ : ଦ୍ୱାଦଶ ଚନ୍ଦ୍ର, ଘାତବାର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହଭାବ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର ଓ କଥାବାର୍ତ୍ତା ବିବାଦୀୟ ହେବ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ମନ ଅସ୍ଥିର, ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁ ମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୬, ଆରାଧନା : ପ୍ରଭୁ ହନୁମାନ ।
ମକର : ଏକାଦଶଚନ୍ଦ୍ର, ଶୁକ୍ରବାର ଓ ଶନିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ । ମନରେ ଉତ୍ସାହ, ପରିବାରରେ ସୁଖଶାନ୍ତି ଓ ସ୍ୱଜନରେ ସୁସମ୍ପର୍କ ଏବଂ ଦେହ, ମନ ସୁସ୍ଥ ରହିବ । ଆର୍ଥିକ ଅବସ୍ଥାରେ ଉନ୍ନତି ଓ ବ୍ୟବସାୟରେ ପ୍ରଗତି ତଥା ସମୟ ଓ ପରିବେଶ ଆପଣଙ୍କ ପାଇଁ ଅନୁକୂଳ ରହିବ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ ଓ ବିଦେଶ ଯାତ୍ରାର ସୁଯୋଗ ଜୁଟିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପ୍ରମୋଶନ ମିଳିପାରେ । ଯେଉଁ ମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠା ମକର, ସେମାନେ ଉପକୃତ ହେବେ । ଶୁଭରଙ୍ଗ : କଳା, ସଂଖ୍ୟା : ୧୧, ଆରାଧନା : ମା’ କାଳୀ ।
କୁମ୍ଭ : ଦଶମ ଚନ୍ଦ୍ର, ଶୁକ୍ରବାର ଓ ଶନିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦ୍ୟାରମ୍ଭ, ଭୂମିପୂଜା, ଗୃହ ପ୍ରତିଷ୍ଠା ଆଦି ଶୁଭକର୍ମର ଆୟୋଜନ କରିବେ ଏବଂ କର୍ମପ୍ରତି ଅଧିକ ଧ୍ୟାନ ଦେବେ ଏବଂ କର୍ମତତ୍ପର ଓ ଚଳଚଞ୍ଚଳ ରହିବେ ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ। ଆଜି ଯେକୌଣସି କର୍ମ ଆରମ୍ଭ କରିବେ, ସେଥିରେ ଶତପ୍ରତିଶତ ସଫଳତା ପାଇବେ ଏବଂ ସମସ୍ତ କର୍ମରେ ଆପଣଙ୍କର ଶ୍ରେଷ୍ଠତା ପ୍ରତିପାଦନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ରକୁମ୍ଭ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ବାଇଗଣୀ, ସଂଖ୍ୟା : ୩, ଆରାଧନା : ମା’ ଭୈରବୀ ।
ମୀନ : ଘାତବାର ଓ ନବମ ଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନ ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ । ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଓ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତି ମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟମଧ୍ୟମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ମିଳିବ ନାହିଁ । ଯେଉଁ ମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ମା’ ତାରା ।
ଜ୍ୟୋତିର୍ବିଦ୍: କୈଳାସ ଦାଶ ୯୪୩୭୧୩୩୪୭୩