ମେଷ : ତୃତୀୟ ଚନ୍ଦ୍ର, ତୃତୀୟାତିଥି, ଗୁରୁବାର ଯୋଗୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ଭାଇଭଉଣୀଙ୍କ ପ୍ରତିସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ। ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତିବଦ୍ଧ ହେବେ । କର୍ମରେ ସଫଳତା ଓ ସମସ୍ତକର୍ମରେ ଆପଣଙ୍କର କର୍ମକୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁ ମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଗେରୁଆ, ସଂଖ୍ୟା : ୧୧, ଆରାଧନା : ପ୍ରଭୁହନୁମାନ ।
ବୃଷ : ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନ ଓ ଆୟପ୍ରତି ମନରେ ଅହେତୁକ ଦୁର୍ବଳତା ପ୍ରକାଶ ପାଇବ ଏବଂ ଧନ ଓ ଆୟ ଯେତେ ଅଧିକ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ମିଳିବ ନାହିଁ । ଖର୍ଚ୍ଚପ୍ରତି ଅନାଗ୍ରହ ଓ ସଞ୍ଚୟ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଧନର ସତ୍ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ କିଛି ସମସ୍ୟା ଦେଖା ଦେବ । ଯେଉଁ ମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : କଫି, ସଂଖ୍ୟା : ୪, ଆରାଧନା : ମା’ କମଳା ।
ମିଥୁନ : ଶ୍ରୀଚନ୍ଦ୍ର ଯୋଗୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖ ଶାନ୍ତି, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ଆମୋଦ ପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା ଏବଂ ସମସ୍ତଙ୍କର ପ୍ରଶଂସାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ମିଳିବ । ଯେଉଁ ମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ମେରୁନ୍, ସଂଖ୍ୟା : ୧୨, ଆରାଧନା : ଭଗବାନ ବିଷ୍ଣୁ ।
କର୍କଟ : ଦ୍ୱାଦଶଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହଭାବ ପ୍ରକାଶ ପାଇବ ଏବଂ ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଖର୍ଚ୍ଚଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁ ମାନଙ୍କର ଅଶ୍ଳେଷା କର୍କଟ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୧, ଆରାଧନା : ଭଗବାନ ଶିବ ।
ସିଂହ : ଏକାଦଶ ଚନ୍ଦ୍ର, ଗୁରୁବାର ଯୋଗୁ ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଆୟର ନୂତନ ମାର୍ଗ ଖୋଲିବ । ଆର୍ଥିକସ୍ଥିତିରେ ଉନ୍ନତି ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ନୂତନ ବ୍ୟବସାୟ ଆରମ୍ଭ ଏବଂବିଦେଶ ଯାତ୍ରାର ସୁଯୋଗ ଜୁଟିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ । ଯେଉଁ ମାନଙ୍କର ମଘା ଓ ଉତ୍ତରା ଫାଲ୍ଗୁନୀ ସିଂହ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୬, ଆରାଧନା : ମା’ ମାତଙ୍ଗୀ ।
କନ୍ୟା : ଘାତଚନ୍ଦ୍ର ଯୋଗୁ ଯେକୌଣସି କର୍ମ କରିବା ପୂର୍ବରୁ ଭଲ ଭାବରେ ଚିନ୍ତାକରି ଆରମ୍ଭ କରିବେ । ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ଓ ସମସ୍ତକର୍ମ ବିବାଦୀୟ ହେବ । ମନରେ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ କର୍ମପ୍ରତି ବିପଦ ଆସିପାରେ । ଯେଉଁ ମାନଙ୍କର ହସ୍ତାକନ୍ୟା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ସବୁଜ, ସଂଖ୍ୟା : ୮, ଆରାଧନା : ମା’ ଛିନ୍ନମସ୍ତା ।
ତୁଳା : ଘାତବାର ଏବଂ ନବମ ଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁ ମାନଙ୍କର ଚିତ୍ରା ଓ ବିଶାଖା ତୁଳା, ସେମାନେ ସୁଫଳ ପାଇବେ ।ଶୁଭରଙ୍ଗ : ସିଲ୍ଭର, ସଂଖ୍ୟା : ୧୨, ଆରାଧନା : ମା’ ଗାୟତ୍ରୀ ।
ବିଛା : ଅଷ୍ଟମ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମତାନ୍ତର, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ସମସ୍ତ କର୍ମ ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଠାରୁ ବ୍ୟୟ ଦ୍ୱିଗୁଣ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁ ମାନଙ୍କର ଜ୍ୟେଷ୍ଠାବିଛା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୧୧, ଆରାଧନା : ମା’ ଚଣ୍ଡୀ ।
ଧନୁ : ସପ୍ତମଚନ୍ଦ୍ର ଯୋଗୁ ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ପରିଚିତ ମହିଳାଙ୍କ ଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ ଏବଂ ଆମୋଦ ପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଧନ ବ୍ୟୟ କରିବେ । ପୁତ୍ରକନ୍ୟା, ଭ୍ରାତୃଭଗ୍ନୀଙ୍କ ବୈବାହିକ କର୍ମର ଆୟୋଜନ କରିବେ ଏବଂ ପରିବାର ପ୍ରତି ଅଧିକ ଧ୍ୟାନ ଦେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତଙ୍କର ଶ୍ରଦ୍ଧାରପାତ୍ର ହେବେ । ଯେଉଁ ମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୨, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।
ମକର : ଷଷ୍ଠଚନ୍ଦ୍ର ଯୋଗୁ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ ଓ ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ । ଶତ୍ରୁ ମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ମହତ୍ଜନଙ୍କ ସାନ୍ନିଧ୍ୟ ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଏବଂ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଓ ପ୍ରତିବନ୍ଧକ ଦୂରହେବ । ଯେଉଁ ମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠା ମକର, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : କଳା, ସଂଖ୍ୟା : ୩, ଆରାଧନା : ମା’ କାଳୀ ।
କୁମ୍ଭ : ଘାତବାର ଓ ପଞ୍ଚମ ଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ମିଳିବ ନାହିଁ । ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି ଓ ସ୍ମରଣଶକ୍ତିର ବିକାଶ ଘଟିବ ଏବଂ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ମିଳିବ । ଯେଉଁ ମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ର କୁମ୍ଭ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୬, ଆରାଧନା : ମା’ ଭୈରବୀ ।
ମୀନ : ଚତୁର୍ଥ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ପୁରାତନ ବିବାଦ, ଜମିଜମା ବିବାଦ ଲାଗି ରହିବ ଏବଂ ପରିବାରରେ ଅଶାନ୍ତିର ବାତାବରଣ ରହିବ। ଧନକୁ ନେଇ ବିବାଦ ଓ ମାଲିମକଦ୍ଦମା ଏବଂ ଆର୍ଥିକ ଠକାମିରେ ପଡ଼ି ପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖା ଦେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁ ମାନଙ୍କର ରେବତୀ ମୀନ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା : ମା’ ତାରା ।
ଜ୍ୟୋତିର୍ବିଦ୍: କୈଳାସ ଦାଶ ୯୪୩୭୧୩୩୪୭୩