ମେଷ : ପଞ୍ଚମ ଚନ୍ଦ୍ର, ଘାତ ନକ୍ଷତ୍ର ଯୋଗୁ ସମସ୍ତକର୍ମରେ ଶୁଭଫଳ ମିଳିଲେ ମଧ୍ୟ କିଛି ବାଧା ବିଘ୍ନ ଓ ସମସ୍ୟା ଉପୁଜିବ। ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଏବଂ ଜନସମ୍ପର୍କ ବୃଦ୍ଧି ପାଇବ । ସନ୍ତାନ ମାନେ ଆଜ୍ଞାଧୀନ ହେବେ ଏବଂ ତାଙ୍କ ଚାଲିଚଳନ,ବ୍ୟବହାର, କଥାବାର୍ତ୍ତା ଓ କର୍ମକୁ ନେଇ ଗର୍ବ ଅନୁଭବ କରିବେ । ପାରିବାରିକ ବିବାଦ, ଜମିଜମା ବିବାଦର ସମାଧାନ ହେବଏବଂ ପୈତୃକ ସମ୍ପତ୍ତିକୁ ନେଇ ଉପୁଜିଥିବା ବିବାଦର ଯବନିକା ପଡ଼ିବ । ପିତାମାତାଙ୍କ କୃପା ଓ ସମସ୍ତଙ୍କର ପ୍ରଶଂସାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନର କ୍ଷେତ୍ରରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ ସହକର୍ମୀଙ୍କ ବିରୋଧର ସମ୍ମୁଖୀନ ହେବେ । ଯେଉଁ ମାନଙ୍କର ଦ୍ୱିଜା ଓ କୃତ୍ତିକା ମେଷ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଗେରୁଆ, ସଂଖ୍ୟା : ୦୩, ଆରାଧନା : ପ୍ରଭୁହନୁମାନ ।
ବୃଷ : ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ଧନ କ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା, ଯାନବାହନରେ ଖର୍ଚ୍ଚାନ୍ତ ଏବଂ ଆର୍ଥିକ ଠକାମିରେ ପଡ଼ି ପାରନ୍ତି। ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାର ସମ୍ମୁଖୀନ ହୋଇପାରନ୍ତି ଏବଂ ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇ ପାରେ । ପାରିବାରିକ ବିବାଦ, ଜମିଜମା ବିବାଦ ଉଗ୍ରରୂପ ଧାରଣ କରିବ ଏବଂ ମନ ଅସ୍ଥିର, ବିଷାଦଗ୍ରସ୍ତ, ଚାପଗ୍ରସ୍ତ ରହିବ ।ବାଣିଜ୍ୟ, ବ୍ୟବସାୟରେ କ୍ଷତି ଏବଂ ପରିବହନ ବ୍ୟବସାୟରେ ବିପର୍ଯ୍ୟୟ ଘଟିବ । କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁ ମାନଙ୍କର ରୋହିଣୀ ବୃଷ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ସିଲ୍ଭର, ସଂଖ୍ୟା : ୪, ଆରାଧନା : ମା’ ଗାୟତ୍ରୀ ।
ମିଥୁନ : ଶୁକ୍ଳପକ୍ଷର ତୃତୀୟଚନ୍ଦ୍ର ଓ ଘାତବାର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖ ଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ଭାଇଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ମନରେ ଦୃଢ଼ ଇଚ୍ଛାଶକ୍ତି, ଆତ୍ମବିଶ୍ୱାସ ପ୍ରକାଶ ପାଇବ ଓ ମନବଳ ଦୃଢ଼ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ବ୍ୟବସାୟର ଶାଖା ବଢ଼ାଇବା ପାଇଁ ଉଦ୍ୟମ ଜାରି ରଖିବେ । ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା, କାର୍ଯ୍ୟଦକ୍ଷତା ଓ ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ଯେଉଁ ମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ, ସେମାନେ ଉପକୃତ ହେବେ ।ଶୁଭରଙ୍ଗ : ମେରୁନ୍, ସଂଖ୍ୟା : ୪, ଆରାଧନା : ମା’ ଛିନ୍ନମସ୍ତା ।
କର୍କଟ : ଘାତଚନ୍ଦ୍ର ଯୋଗୁ ବାଦ ବିବାଦ, ସ୍ୱାସ୍ଥ୍ୟ ଏବଂ ଆର୍ଥିକ କାରବାର ବେଳେ ସତର୍କତା ଅବଲମ୍ବନ କରିବେ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ଅସହାୟଭାବ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ଓ ସମସ୍ତ କର୍ମ ବିବାଦୀୟ ହେବ । ଅନ୍ୟ ଠାରୁ ଆଣିଥିବା ଧନ ଫେରାଇ ବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇ ପାରେ ଏବଂ ଆର୍ଥିକ ଠକାମିରେ ପଡ଼ି ପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ ଆର୍ଥିକସ୍ଥିତି ପ୍ରଭାବିତ ହେବ । କର୍ମରେ ବିଫଳତା ଓ ସମସ୍ତ କର୍ମରେ ବାଧାବିଘ୍ନ ଲାଗି ରହିବ । ଯେଉଁ ମାନଙ୍କର ପୁଷ୍ୟା କର୍କଟ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୧, ଆରାଧନା : ମା’ ଭୁବନେଶ୍ୱରୀ ।
ସିଂହ : ଶ୍ରୀଚନ୍ଦ୍ର, ସୋମବାର, ସପ୍ତମୀ ତିଥି ଯୋଗୁ ପୁତ୍ର କନ୍ୟା, ଭାତୃଭଗ୍ନୀଙ୍କ ବୈବାହିକ କର୍ମର ଆୟୋଜନ କରିବେ କିମ୍ବା ପରିବାର ସହ କୌଣସି ବୈବାହିକ କର୍ମରେ ଯୋଗ ଦେବେ । ମନରେ ପ୍ରସନ୍ନତା, ପରିବାରରେ ସୁଖ ଶାନ୍ତି ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ । ଆମୋଦ ପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ପରିବାରରେ ସ୍ୱର୍ଗୀୟ ସୁଖ ଅନୁଭୂତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ପୂର୍ବାଫାଲ୍ଗୁନୀ ଓ ଉତ୍ତରା ଫାଲ୍ଗୁନୀ ସିଂହ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଗୋଲାପି, ସଂଖ୍ୟା : ୬, ଆରାଧନା : ମା’ ମାଣିକେଶ୍ୱରୀ ।
କନ୍ୟା : ଶୁକ୍ଳପକ୍ଷର ଦ୍ୱାଦଶଚନ୍ଦ୍ର ଯୋଗୁ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଖର୍ଚ୍ଚଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ମନ ଅସ୍ଥିର, ବିଷାଦଗ୍ରସ୍ତରହିବଏବଂଚାଲିଳଚନ, ବ୍ୟବହାର, କଥାବାର୍ତ୍ତା ଓ ସମସ୍ତକର୍ମ ବିବାଦୀୟ ହେବ ତଥା ବିନା କାରଣରେ ବହୁତବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଦ୍ୱିଗୁଣ ଅଧ୍ଚଳ ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ପରିଲକ୍ଷିତ ହେବ । ଯେଉଁ ମାନଙ୍କର ହସ୍ତାକନ୍ୟା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଚକୋଲେଟ୍, ସଂଖ୍ୟା : ୮, ଆରାଧନା : ମା’ ଛିନ୍ନମସ୍ତା ।
ତୁଳା : ଏକାଦଶ ଚନ୍ଦ୍ର, ସୋମବାର ଓ କେତୁଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଅସମ୍ପୂର୍ଣ୍ଣ କର୍ମକୁ ସମ୍ପୂର୍ଣ୍ଣ କରିବାରେ ସମର୍ଥ ହେବେ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଓ ଅନ୍ୟକୁ ଦେଇଥିବା ଧନ ଓ ହୃତ ଧନ ଫେରି ପାଇବେ । ସମସ୍ତ ଗୁରୁତ୍ୱପୂଣ୍ର୍ଣ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ନୂତନ ବ୍ୟବସାୟ ଓ ବିଦେଶ ଯାତ୍ରାର ସୁଯୋଗ ଜୁଟିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତିବଦ୍ଧ ହେବେ । କର୍ମରେ ଆଶା ଠାରୁ ଅଧିକ ସଫଳତା ଓ କର୍ମସ୍ଥାନରସମସ୍ତସୁବିଧାସୁଯୋଗହାସଲକରିବେ । ଯେଉଁ ମାନଙ୍କର ଚିତ୍ରା ଓ ବିଶାଖାତୁଳା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ପ୍ରଭୁଶ୍ରୀରାମ ।
ବିଛା : ଦଶମଚନ୍ଦ୍ର, ସୋମବାର ଯୋଗୁ କର୍ମରେ ଉନ୍ନତି, କର୍ମପ୍ରତି ଏକାଗ୍ରତା ଓ ଆନ୍ତରିକତାଭାବ ଅଧିକ ରହିବ । ଆଜି ଯେକୌଣସି କର୍ମ ଆରମ୍ଭ କରିବେ, ସେଥିରେ ଶତପ୍ରତିଶତ ସଫଳତା ପାଇବେ ଏବଂ ସମସ୍ତ କଷ୍ଟସାଧ୍ୟ କାମ ଆଜି ଆପଣଙ୍କ ପାଇଁ ସହଜ ହେବ । ପରିବାର ସହ କୌଣସି ବୈବାହିକ କର୍ମରେ ଯୋଗଦେବେ ଏବଂ ପରିବାର ପ୍ରତି ଅଧିକ ଧ୍ୟାନ ରହିବ । ମନରେ ସତ୍ ଚିନ୍ତା, ସତ୍ଭାବନା ପ୍ରକାଶ ପାଇବ ଏବଂ ସମସ୍ତ କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । ଯେଉଁ ମାନଙ୍କରବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୧୧, ଆରାଧନା : ପ୍ରଭୁସ୍କନ୍ଦ ।
ଧନୁ : ଶୁକ୍ଳପକ୍ଷର ନବମ ଚନ୍ଦ୍ରଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତି ମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ ଓ ବିଦେଶ ଯାତ୍ରାର ସୁଯୋଗ ଜୁଟିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁ ମାନଙ୍କର ପୂର୍ବାଷାଢ଼ା ଓ ଉତ୍ତରା ଷାଢ଼ା ଧନୁ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୯, ଆରାଧନା : ମା’ ତାରା ।
ମକର : ଘାତଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହଭାବ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଓ ଶାରୀରିକ ପୀଡ଼ା ଭୋଗିବେ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ । ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତା ପଛରେ ପଶ୍ଚାତ୍ ଧାବନ କରିବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖା ଦେବ ଏବଂ କର୍ମରେ ବିଫଳତା ଓ ସମସ୍ତକର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁ ମାନଙ୍କର ଶ୍ରବଣା ମକର, ସେମାନେ ସତର୍କ ରହିବେ । ଶୁଭରଙ୍ଗ :କଳା, ସଂଖ୍ୟା : ୬, ଆରାଧନା : ମା’ କାଳୀ ।
କୁମ୍ଭ : ସପ୍ତମ ଚନ୍ଦ୍ର, ସପ୍ତମୀ ତିଥି, ସୋମବାର ଯୋଗୁ ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପଦ୍ୟ ଜୀବନରେ ମଧୁରତା ଆସିବ । ପୁତ୍ରକନ୍ୟା, ଭାତୃଭଗ୍ନୀଙ୍କ ବୈବାହିକ କର୍ମର ଆୟୋଜନ କରିବେ କିମ୍ବା ପରିବାର ସହ କୌଣସି ବୈବାହିକ କର୍ମରେ ଯୋଗ ଦେବେ । ମୂଲ୍ୟବାନ ଧାତୁ, ବସନଭୂଷଣ ଓ ସୌଖୀନ ଘରୋଇ ଉପକରଣ କ୍ରୟ କରିବେ ଏବଂ ମଉଜ ମଜଲିସ୍ରେ ଅଧିକ ସମୟ ବ୍ୟୟ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ର କୁମ୍ଭ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ବାଇଗଣୀ, ସଂଖ୍ୟା : ୧୧, ଆରାଧନା : ମା’ ଭୈରବୀ ।
ମୀନ : ଷଷ୍ଠଚନ୍ଦ୍ର ଯୋଗୁ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ ଓ ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ । ଶତ୍ରୁ ମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କର ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା,କର୍ମସ୍ଥାନର ସମସ୍ତ ବାଧା ବିଘ୍ନ ଓ ପ୍ରତିବନ୍ଧକ ଦୂର ହେବ । ଯେଉଁ ମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୫, ଆରାଧନା : ପ୍ରଭୁ ଶ୍ରୀ ଜଗନ୍ନାଥ ।
ଜ୍ୟୋତିର୍ବିଦ୍: କୈଳାସ ଦାଶ : ୯୪୩୭୧୩୩୪୭୩