ପ୍ରମୂଖ ଖବର
  • ସୁନ୍ଦରଗଡ଼ : ବ୍ରାହ୍ମଣୀ ନଦୀରେ ବୁଡ଼ି ନାବାଳକ ନିଖୋଜ, ସର୍ଚ୍ଚ ଅପରେସନ୍‌ ଜାରି
  • ||
  • ଇଂଲଣ୍ଡ ଗସ୍ତ ପୂର୍ବରୁ ଭାରତକୁ ଲାଗିପାରେ ବଡ଼ ଝଟକା; ସାମି-ବୁମରାଙ୍କ ଖେଳିବାକୁ ନେଇ ସନ୍ଦେହ
  • ||
  • ସମ୍ୱଲପୁର : କଫ୍‌ ସିରପ୍‌ ଭର୍ତ୍ତି ବକ୍ସ ଚୋରି କରିବା ପଡ଼ିଲା ମହଙ୍ଗା, ସମ୍ବଲପୁର ଟାଉନ୍ ଥାନା ଏଏସ୍‌ଆଇ ନିଲମ୍ବିତ
  • ||
  • ରେକର୍ଡ ଭାଙ୍ଗିଲା ଶ୍ରୀନଗର ତାତି ; ୫୪ ବର୍ଷ ପରେ ୩୪ ଡିଗ୍ରୀ ପାର୍‌, ୧୩୩ ବର୍ଷ ପରେ ଜଳିଲା ମେ'
  • ||
  • ଭୁବନେଶ୍ୱର : ବିଦେଶରେ ଚାକିରି ଲୋଭ ଦେଖାଇ କୋଟି କୋଟି ଟଙ୍କା ଠକେଇ, ଅଭିଯୁକ୍ତ ଗିରଫ
  • ||
  • ମେ ୨୭ ନୁହେଁ, ୨୬ରେ ସାବିତ୍ରୀ ଛୁଟି ଘୋଷଣା କଲେ ସରକାର, ୨୭ରେ ଖୋଲା ରହିବ ସରକାରୀ ଅଫିସ୍
  • ||
  • ବିଳିବିଳଉଛି ପାକିସ୍ତାନ; 'ପାଣି ବନ୍ଦ କଲେ ଆମେ ତୁମ ନିଶ୍ୱାସ ବନ୍ଦ କରିଦେବୁ', ପୁରୁଣା ଡଇଲଗ ଦୋହରାଇଲେ ପାକ୍‌ ଜେନେରାଲ
  • ||
  • ସମ୍ବଲପୁର: ମାଲଖାନାରୁ କଫ୍‌ ସିରପ୍ ଚୋରି କରିଟାଉନ୍‌ ଥାନାରେ କାର୍ଯ୍ୟରତ ASI ବିଦ୍ୟୁତ୍ ପଣ୍ଡା ନିଲମ୍ବିତ
  • ||
  • ଭିଜିଲାନ୍ସ ଜାଲରେ R&B ଡିଭିଜନ୍‌ର କନିଷ୍ଠ ଯନ୍ତ୍ରୀ ସୁଶାନ୍ତ ସେଠୀ, ଏକକାଳୀନ ୮ ଟି ସ୍ଥାନରେ ଭିଜିଲାନ୍ସ ଟିମ୍‌ର ଚଢ଼ାଉ
  • ||
  • ୨୭ ଯାଏ ଘୁଞ୍ଚିଲା ସ୍ପେସାଲ୍‌ ଓଟିଇଟି ଆବେଦନ, ଫର୍ମ ପୂରଣର ଅବଧିକୁ ବଢ଼ାଇଲା ବୋର୍ଡ
  • ||
  • କେନ୍ଦୁଝର : ବେଆଇନ ବାଲି ଚୋରା ଚାଲାଣ ବେଳେ ୩ ହାଇୱା ଜବତ, ୬ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା ଜରିମାନା ଆଦାୟ
  • ||
  • ଏବେ ୭୮୮ ଭାରତୀୟ ଛାତ୍ରଙ୍କର କଣ ହେବ ? ହାର୍ଭାର୍ଡରେ ବିଦେଶୀ ଛାତ୍ରଙ୍କ ନାମଲେଖା ଉପରେ ରୋକ୍ ଲଗାଇଲେ ଟ୍ରମ୍ପ
  • ||
  • ବାଂଲାଦେଶରେ କିଛି ଠିକ୍ ନାହିଁ ; ବିପଦରେ ୟୁନୁସଙ୍କ ଗାଦି, ସେନାମୁଖ୍ୟ ଦେଲେ ଅଲଟିମେଟ୍
  • ||
  • ନେପାଳରେ ଭୂକମ୍ପ ଝଟକା,ରିକ୍ଟର ସ୍କେଲରେ ତୀବ୍ରତା ୪.୭ ରେକର୍ଡ
  • ||
  • ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି : ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା, ୬ ମନ୍ତ୍ରୀ ପଦ ପାଇଁ ଆଶାୟୀଙ୍କ ଲବି ଭୁବନେଶ୍ୱରରୁ ଦିଲ୍ଲୀ
  • ||
  • ସୁବର୍ଣ୍ଣପୁର : ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିଲା ବାଜା ଗାଡ଼ି: ୨ ମୃତ, ୨୫ ଆହତ
  • ||
  • ଦେଶ ସମ୍ଭାଳିପାରୁ ନାହାନ୍ତି ବାଂଲାଦେଶ ଅନ୍ତରୀଣ ସରକାର ମହମ୍ମଦ ୟୁନୁସ, ଇସ୍ତଫା ଦେବାକୁ ବଳାଇଲେ ମନ
  • ||
  • ରାଜ୍ୟରେ ବଦଳିଲା ପାଗର ମିଜାଜ୍, ଖସିଲା ତାତି : ଏ ମାସ ଶେଷ ସୁଦ୍ଧା ମୌସୁମୀ, ୨୭ରେ ଲଘୁଚାପ ସମ୍ଭାବନା
  • ||

ବୁଧବାର ରାଶିଫଳ; ଅକ୍ଷୟ ତୃତୀୟାରେ ଚମକିବ ଏହି ରାଶିର ଭାଗ୍ୟ...

Published By : Prameya | April 29, 2025 10:04 PM

ମେଷ : ଦ୍ୱିତୀୟଚନ୍ଦ୍ର ଏବଂ ଚନ୍ଦ୍ର, ମଙ୍ଗଳ ଉଭୟଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଧନ ଓ ଆୟପ୍ରତି ମନରେ ଦୁର୍ବଳତା ପ୍ରକାଶ ପାଇବ ଏବଂ ଧନ ଓ ଆୟ ଯେତେ ଅଧିକ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ମିଳିବ ନାହିଁ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରି ପାଇବେ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ଦରମାରେ କିଛି ବୃଦ୍ଧି ଘଟିପାରେ । ଯେଉଁ ମାନଙ୍କର କୃତ୍ତିକା ଓ ଅଶ୍ୱିନୀ ମେଷ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୩, ଆରାଧନା : ମା’ ଚଣ୍ଡୀ ।

ବୃଷ : ଶ୍ରୀଚନ୍ଦ୍ର, ବୁଧବାର ଏବଂ ଚନ୍ଦ୍ରଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖ ଶାନ୍ତି, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । କୌଣସି ଶୁଭକର୍ମର ଆୟୋଜନ କରିପାରନ୍ତି କିମ୍ବା ପରିବାର ସହ କୌଣସି ଶୁଭକର୍ମରେ ଯୋଗଦେଇ ପାରନ୍ତି । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା ଏବଂ ଦେହ, ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ମିଳିବ । ଯେଉଁ ମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଧଳା, ସଂଖ୍ୟା : ୨, ଆରାଧନା : ମା’ ଗାୟତ୍ରୀ ।

ମିଥୁନ : ଦ୍ୱାଦଶଚନ୍ଦ୍ର ଯୋଗୁ ଅପବ୍ୟୟ, ଅପବାଦ ଓ ଅପଯଶର ଶିକାର ହେବେ ଏବଂ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହଭାବ ପ୍ରକାଶ ପାଇବ । ସହନଶୀଳତା, ଧୈର୍ଯ୍ୟ ଶକ୍ତି ଲୋପ୍‌ ପାଇବ ଏବଂ ମନରେ ବ୍ୟସ୍ତତା, ବ୍ୟଗ୍ରତା ବୃଦ୍ଧି ପାଇବ । ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ ଆର୍ଥିକସ୍ଥିତି ପ୍ରଭାବିତ ହେବ । କର୍ମରେ ବିଫଳତା ଓ କର୍ମ ପ୍ରତି ଅନାଗ୍ରହଭାବ ପ୍ରକାଶ ପାଇବ । ଯେଉଁ ମାନଙ୍କର ପୁନର୍ବସୁ ମିଥୁନ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ମେରୁନ୍‌, ସଂଖ୍ୟା :୪, ଆରାଧନା : ମା’ ତ୍ରିପୁର ସୁନ୍ଦରୀ ।

କର୍କଟ : ଏକାଦଶଚନ୍ଦ୍ର ଏବଂ ଚନ୍ଦ୍ର ଓ ମଙ୍ଗଳ ଉଭୟଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣ ହେବ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରିପାଇବେ ଏବଂ ଧନର ସତ୍‌ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ନୂତନ ବ୍ୟବସାୟ କିମ୍ବା ବ୍ୟବସାୟର ଶାଖା ବଢ଼ାଇବା ପାଇଁ ଉଦ୍ୟମ କରିବେ । କର୍ମରେ ସଫଳତା ଓ ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁ ମାନଙ୍କର ପୁଷ୍ୟା କର୍କଟ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୯, ଆରାଧନା : ମା’ ସମଲେଶ୍ୱରୀ ।

ସିଂହ : ଦଶମ ଚନ୍ଦ୍ର, ତୃତୀୟା ତିଥି ଏବଂଚନ୍ଦ୍ର, ମଙ୍ଗଳ ଉଭୟଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ନୂତନ ଭୂମିପୂଜା, ଗୃହ ପ୍ରତିଷ୍ଠା, ଗୃହାରମ୍ଭ, କର୍ମାରମ୍ଭ, ବ୍ୟବସାୟ ଆରମ୍ଭ ଆଦି ଶୁଭକର୍ମର ଆୟୋଜନ କରିପାରନ୍ତି । ଭାଗ୍ୟ ଅପେକ୍ଷାକର୍ମରେ ଅଧିକ ଧ୍ୟାନ ଓ ଗୁରୁତ୍ୱ ରହିବ ଏବଂ ମନରେ ସତ୍‌ଚିନ୍ତା, ସତ୍‌ଭାବନା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ଶୀର୍ଷରେ ରହିବ । ଯେଉଁ ମାନଙ୍କର ମଘା ଓ ଉତ୍ତରା ଫାଲ୍‌ଗୁନୀ ସିଂହ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୬, ଆରାଧନା : ମା’ ମାତଙ୍ଗୀ ।

କନ୍ୟା : ଶୁକ୍ଳପକ୍ଷର ନବମ ଚନ୍ଦ୍ର, ବୁଧବାର ଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଏବଂ ଜନସମ୍ପର୍କ ବୃଦ୍ଧି ପାଇବ । ଗୁରୁଜନଙ୍କ ପ୍ରତି ସମ୍ମାନ ଏବଂ ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ କୌଣସି ଶୁଭକର୍ମରେ କିମ୍ବା ମାଙ୍ଗଳିକ କର୍ମରେ ଯୋଗ ଦେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ନୂତନ ବ୍ୟବସାୟ କିମ୍ବା ବିଦେଶ ଯାତ୍ରାର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁ ମାନଙ୍କର ଉତ୍ତରା ଫାଲ୍‌ଗନୀ ଓ ଚିତ୍ରା କନ୍ୟା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : କଫି, ସଂଖ୍ୟା : ୧୨, ଆରାଧନା : ମା’ ଷୋଡ଼ଶୀ ।

ତୁଳା : ଅଷ୍ଟମ ଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ମଧ୍ୟମ ଧରଣର ଶୁଭଫଳ ମିଳିଲେ ମଧ୍ୟ ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ପରିଶ୍ରମ ତୁଳନାରେ ସଫଳତା ମିଳିବ ନାହିଁ । ଉଚିତ୍‌ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍‌ କର୍ମରେ ଆଗ୍ରହ ରଖିବେ ଏବଂ ଅଯଥା ଖର୍ଚ୍ଚ, ଶତ୍ରୁବୃଦ୍ଧି, ବୃଥା ଭ୍ରମଣ ଲାଗି ରହିବ । ଯେଉଁ ମାନଙ୍କର ବିଶାଖା ତୁଳା, ସେମାନେ ସତର୍କ ହେବେ ।ଶୁଭରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ମା’ କମଳା ।

ବିଛା : ଘାତ ଚନ୍ଦ୍ର ଯୋଗୁ ବାଦ ବିବାଦ, ସ୍ୱାସ୍ଥ୍ୟ ଏବଂ ଅପରିଚିତ ମହିଳାଙ୍କ ସହ କଥାବାର୍ତ୍ତା ବେଳେ ସତର୍କ ହେବେ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ପରିବାରର ସଦସ୍ୟଙ୍କ ମଧ୍ୟରେ ବୁଝାମଣାର ଅଭାବ ରହିବ । ସହଧର୍ମିଣୀଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା କିମ୍ବା ତାଙ୍କ ସହମତ ଭେଦ ଘଟି ପାରେ । ପରିଚିତ ମହିଳାଙ୍କ ଯୋଗୁ ଧନକ୍ଷତି କିମ୍ବା ତାଙ୍କ ସହ ବିବାଦ ହୋଇପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ସମ୍ମାନ ହାନି ଘଟିବ । ଯେଉଁ ମାନଙ୍କର ବିଶାଖା ବିଛା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ହନୁମାନ ।

ଧନୁ : ଷଷ୍ଠଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା, ସମୟାନୁବର୍ତ୍ତିତା ଆପଣାଇବେ । ଶତ୍ରୁ ମାନେ ବଶୀଭୂତ ହେବେ ଏବଂ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଏବଂ ଜନ ସମ୍ପର୍କ ବୃଦ୍ଧି ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ପ୍ରାପ୍ତ ହେବ । ଯେଉଁ ମାନଙ୍କର ମୂଳା ଓ ଉତ୍ତରା ଷାଢ଼ା ଧନୁ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ମା’ ତାରା ।

ମକର : ପଞ୍ଚମ ଚନ୍ଦ୍ର ଓ ଘାତ ନକ୍ଷତ୍ର ଭୋଗ ହେଉଥିବାରୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନରେ ବିରକ୍ତି ଭାବ ଓ ଚିଡ଼ିଚିଡ଼ା ପଣ ପ୍ରକାଶ ପାଇବ । ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି ଓ ସ୍ମରଣଶକ୍ତିର ବିକାଶ ଘଟିବ ଏବଂ ନୂତନ ବିଦ୍ୟା ଓ କଳାପ୍ରତି ମନରେ ଦୁର୍ବଳତା ପ୍ରକାଶ ପାଇବ । ସନ୍ତାନ ମାନେ ଆଜ୍ଞାଧୀନ ହେବେ ଏବଂ ପାରିବାରିକ ବିବାଦର ସମାଧାନ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ସଫଳତା ଓ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଯେଉଁ ମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠା ମକର, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : କଳା, ସଂଖ୍ୟା : ୩, ଆରାଧନା : ମା’ କାଳୀ ।

କୁମ୍ଭ : ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ରଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ। ମୂଲ୍ୟବାନ ପଦାର୍ଥ ନଷ୍ଟ, ଯାନବାହନରେ ଖର୍ଚ୍ଚାନ୍ତ ଏବଂ ମାଲିମକଦ୍ଦମାରେ ପଡ଼ିପାରନ୍ତି । ଅନ୍ୟ ଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିପର୍ଯ୍ୟୟ ଘଟିବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁ ମାନଙ୍କର ପୂର୍ବଭାଦ୍ରକୁମ୍ଭ, ସେମାନେ ସତର୍କ ହେବେ । ଶୁଭରଙ୍ଗ: ଇନ୍ଦ୍ରନୀଳ, ସଂଖ୍ୟା: ୧୧, ଆରାଧନା : ମା’ ଷୋଡ଼ଶୀ ।

ମୀନ : ତୃତୀୟ ଚନ୍ଦ୍ର, ତୃତୀୟା ତିଥି ଏବଂଚନ୍ଦ୍ର, ମଙ୍ଗଳଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ । ନୂତନ ଭୂମି, ଯାନବାହନ ଓ ମୂଲ୍ୟବାନ ଧାତୁକ୍ରୟ କରିପାରନ୍ତି କିମ୍ବା ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ କରିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁ ମାନଙ୍କର ଉତ୍ତର ଭାଦ୍ର ମୀନ, ସେମାନେ ଉପକୃତ ହେବେ। ଶୁଭରଙ୍ଗ : ଲାଲ, ସଂଖ୍ୟା : ୯, ଆରାଧନା : ପ୍ରଭୁଶ୍ରୀଜଗନ୍ନାଥ ।

ଜ୍ୟୋତିର୍ବିଦ୍‌: କୈଳାସ ଦାଶ : ୯୪୩୭୧୩୩୪୭୩

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.