ମେଷ : ପଞ୍ଚମ ଚନ୍ଦ୍ର, ମଙ୍ଗଳବାର ଯୋଗୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ସ୍ମରଣଶକ୍ତିର ବିକାଶ ଘଟିବ । ନୂତନ ବିଦ୍ୟା, କଳା, ସଂସ୍କୃତି ପ୍ରତି ମନରେ ଅଧିକ ଆଗ୍ରହ ପ୍ରକାଶ ପାଇବ ଏବଂ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ । କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ମିଳିବ ଏବଂ ସମସ୍ତଙ୍କର ପ୍ରଶଂସାର ପାତ୍ର ହେବେ । ସନ୍ତାନ ମାନଙ୍କ କର୍ମକୁ ନେଇ ଗର୍ବ ଅନୁଭବ କରିବେ ଏବଂ ପିତାମାତାଙ୍କ କୃପାଲାଭ କରିବେ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ସିଲ୍ଭର, ସଂଖ୍ୟା : ୦୬, ଆରାଧନା : ପ୍ରଭୁ ଗଜାନନ ।
ବୃଷ : ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ରଯୋଗୁ ସ୍ୱଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଅନ୍ୟ ଠାରୁ ଆଣିଥିବା ଧନ ଫେରେଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନର କ୍ଷତି ପହଞ୍ଚିବ ଏବଂ ଆର୍ଥିକସ୍ଥିତି ବିଗିଡ଼ିଯିବ ।କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁ ମାନଙ୍କର ମୃଗଶିରା ବୃଷ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ନୀଳ, ସଂଖ୍ୟା : ୧୨, ଆରାଧନା : ପ୍ରଭୁଶ୍ରୀରାମ ।
ମିଥୁନ : ଶୁକ୍ଳପକ୍ଷର ତୃତୀୟ ଚନ୍ଦ୍ର, ମଙ୍ଗଳବାର, ଘାତତିଥି ଯୋଗୁ କେବଳ ବ୍ୟବସାୟ ବ୍ୟତୀତ ଅନ୍ୟ ସମସ୍ତ କ୍ଷେତ୍ରରେ ପ୍ରତିବନ୍ଧକ ଓ ବାଧାବିଘ୍ନ ଦେଖା ଦେବ । କର୍ମରେ ଉନ୍ନତି କରିବା ପାଇଁ ଓ ବ୍ୟବସାୟରେ ଆୟ ଅଧିକ କରିବା ନିମନ୍ତେ ଯୋଜନା କରିବେ ଏବଂ ସେଥିରେ ସଫଳତା ପାଇବା ଲାଗି ନିଜକୁ ପ୍ରସ୍ତୁତ କରିବେ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟମଧ୍ୟମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ କିଛି ସମସ୍ୟା ଦେଖା ଦେବ । ଯେଉଁ ମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : କଫି, ସଂଖ୍ୟା : ୪, ଆରାଧନା : ଭଗବାନ ଶିବ ।
କର୍କଟ : ଘାତଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇପାରେ ଏବଂ ଆର୍ଥିକ ଠକାମିରେ ପଡ଼ି ପାରନ୍ତି । ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାର ସମ୍ମୁଖୀନ ହୋଇପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ ଆର୍ଥିକସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଓ କର୍ମପ୍ରତି ଅନାଗ୍ରହଭାବ ପ୍ରକାଶ ପାଇବ ଓ ସମସ୍ତ କର୍ମରେ ସମୟାନୁବର୍ତ୍ତିତାର ଅଭାବ ରହିବ । ଯେଉଁ ମାନଙ୍କର ଅଶ୍ଳେଷା କର୍କଟ, ସେମାନେ ସତର୍କ ରହିବେ ।ଶୁଭରଙ୍ଗ : ଧଳା, ସଂଖ୍ୟା : ୫, ଆରାଧନା : ଭଗବାନ ଶିବ ।
ସିଂହ : ଶ୍ରୀଚନ୍ଦ୍ର, ମଙ୍ଗଳବାର ଯୋଗୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ଆମୋଦ ପ୍ରମୋଦ, ମଉଜମଜଲିସରେ ଅଧିକ ଆଗ୍ରହ ରହିବ ଏବଂ ପରିବାର ସହ କୌଣସି ବୈବାହିକ କର୍ମରେ ଯୋଗ ଦେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ନୂତନ ବ୍ୟବସାୟ କିମ୍ବା ବ୍ୟବସାୟର ଶାଖା ବଢ଼ାଇବା ପାଇଁ ସୁଯୋଗ ଜୁଟିବ । କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା, ସହକର୍ମୀଙ୍କ ସହଯୋଗ ଓ ସମସ୍ତଙ୍କର ପ୍ରଶଂସାର ପାତ୍ର ହେବେ । ଯେଉଁ ମାନଙ୍କର ମଘା ଓ ଉତ୍ତରା ଫାଲଗୁନୀ ସିଂହ, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ସିଲ୍ଭର, ସଂଖ୍ୟା : ୩, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।
କନ୍ୟା : ଦ୍ୱାଦଶ ଚନ୍ଦ୍ର, ଘାତତିଥି ଯୋଗୁ ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଅପମାନ, ଅପଯଶ, ଅପନିନ୍ଦା ମିଳିବ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣଲାଗି ରହିବ ଏବଂ ମନ ଅସ୍ଥିର, ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ । ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ ଏବଂ ବିନାକାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟଓ ପରିବହନରେ ଆୟସ୍ୱଳ୍ପ ହେବ ଏବଂ ବଦ୍ଖର୍ଚ୍ଚ ଅଧିକ ହେବ । ଯେଉଁ ମାନଙ୍କର ଚିତ୍ରା କନ୍ୟା, ସେମାନେ ସତର୍କ ରହିବେ ।ଶୁଭରଙ୍ଗ : ମେରୁନ୍, ସଂଖ୍ୟା : ୮, ଆରାଧନା : ମା’ ତ୍ରିପୁର ସୁନ୍ଦରୀ ।
ତୁଳା : ଏକାଦଶ ଚନ୍ଦ୍ର, ଶୁକ୍ରଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷପୂର୍ଣ୍ଣ ହେବ । ଧନ, ସମ୍ପଦ, ପ୍ରାଚୁର୍ଯ୍ୟ, ପ୍ରତିପତ୍ତି ବୃଦ୍ଧିପାଇବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ ଏବଂ ଧନର ସତ୍ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଅତିଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତି ବଦ୍ଧ ହେବେ । କର୍ମରେ ସଫଳତା, ପଦସ୍ଥ ଅଧିକାରୀଙ୍କ କୃପା ଓ ପ୍ରମୋଶନ ମିଳିପାରେ । ଯେଉଁ ମାନଙ୍କର ସ୍ୱାତୀ ତୁଳା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଧଳା, ସଂଖ୍ୟା : ୮, ଆରାଧନା : ମା’ କମଳା ।
ବିଛା : ଦଶମ ଚନ୍ଦ୍ର, ମଙ୍ଗଳବାର ଯୋଗୁ ନୂତନ କର୍ମ ଆରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତିର ଖବର ମିଳିପାରେ । ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ଓ ଗୁରୁତ୍ୱ ରହିବ ଏବଂ ବ୍ୟବସାୟ ଅପେକ୍ଷା କର୍ମରେ ଅଧିକ ସଫଳତା ମିଳିବ । ସମସ୍ତ ଅଟକିଥିବା କାମ ଓ କଷ୍ଟସାଧ୍ୟ କାମକୁ ସଫଳତାର ସହ ସମ୍ପାଦନ କରିବେ ଏବଂ ସମସ୍ତ କର୍ମରେ ନିଜର ଶ୍ରେଷ୍ଠତା ପ୍ରତିପାଦନ କରିବେ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା ଏବଂ ପରିବାରର ସୁଖଶାନ୍ତି ଅତୁଟ ରହିବ । ବାଣିଜ୍ୟ, ବ୍ୟବସାୟରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମ ସନ୍ତୋଷ ଓ ଆତ୍ମତୃପ୍ତି ରହିବ । ଯେଉଁ ମାନଙ୍କର ଅନୁରାଧା ବିଛା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୩, ଆରାଧନା : ପ୍ରଭୁ ହନୁମାନ ।
ଧନୁ : ନବମ ଚନ୍ଦ୍ର ଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଏବଂ ଜନ ସମ୍ପର୍କ ବୃଦ୍ଧି ପାଇବ । ଗୁରୁଜନଙ୍କ ପ୍ରତି ସମ୍ମାନ ଏବଂ ଲଘୁଜନଙ୍କ ପ୍ରତିସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ମିଳିବ ଏବଂ ମହତ୍ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁ ମାନଙ୍କର ମୂଳା ଓ ଉତ୍ତରା ଷାଢ଼ା ଧନୁ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଲାଲ୍, ସଂଖ୍ୟା : ୭, ଆରାଧନା : ମା’ ତାରା ।
ମକର : ଘାତ ଚନ୍ଦ୍ର, ଘାତବାର, ଅଷ୍ଟମୀ ତିଥି ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ, ଗ୍ୟାସ୍, ଇଲେକ୍ଟ୍ରିକ ଦ୍ରବ୍ୟ ବ୍ୟବହାର ଏବଂ ଯାନବାହନ ଆରୋହଣକାଳରେ ସତର୍କତା ଅବଲମ୍ବନ କରିବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ସମସ୍ତ କର୍ମ ବିବାଦୀୟ ହେବ ଏବଂ ଅଯଥା ଖର୍ଚ୍ଚ, ଶତ୍ରୁ ବୃଦ୍ଧି ଘଟିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ । କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁ ମାନଙ୍କର ଧନିଷ୍ଠା ମକର, ସେମାନେ ସତର୍କ ରହିବେ । ଶୁଭରଙ୍ଗ :ବାଇଗଣୀ, ସଂଖ୍ୟା : ୧୧, ଆରାଧନା : ମା’ ଦୁର୍ଗା ।
କୁମ୍ଭ : ସପ୍ତମ ଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ପରିବାରରେ ସ୍ୱର୍ଗୀୟ ସୁଖ ଅନୁଭୂତ ହେବ । ଆମୋଦ ପ୍ରମୋଦ, ମଉଜ ମଜଲିସରେ ଅଧିକ ଆଗ୍ରହ ରହିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ପରିବାର ସହ କୌଣସି ବୈବାହିକ କର୍ମରେ ଯୋଗ ଦେବେ କିମ୍ବା ପୁତ୍ର, କନ୍ୟାଙ୍କର ବୈବାହିକ କର୍ମର ଆୟୋଜନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁ ମାନଙ୍କର ଶତଭିଷା କୁମ୍ଭ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା: ୩, ଆରାଧନା : ମା’ ଚଣ୍ଡୀ ।
ମୀନ : ଷଷ୍ଠ ଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନାରେ ସଂଯମତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ । କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁ ମାନଙ୍କର ଉତ୍ତର ଭାଦ୍ର ମୀନ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ମା’ ତାରା ।
ଜ୍ୟୋତିର୍ବିଦ୍: କୈଳାସ ଦାଶ ୯୪୩୭୧୩୩୪୭୩