ମେଷ : ଘାତଚନ୍ଦ୍ର ଯୋଗୁ ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ନିଜର ଲୋକମାନେ ଶତ୍ରୁତା ଆଚରଣ କରିବେ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ବୁଝାମଣାର ଅଭାବ ରହିବ ।ଚାଲିଚଳନ,ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ ଏବଂ ନିଜର ପ୍ରିୟ ବନ୍ଧୁଙ୍କ ସହ ମତଭେଦ ଘଟିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ବିରୋଧର ଶିକାର ହେବେ । ଯେଉଁମାନଙ୍କର ଦ୍ୱିଜା ମେଷ, ସେମାନେ ସତର୍କ ହେବେ । ଶୁଭ ରଙ୍ଗ : ଗେରୁଆ, ସଂଖ୍ୟା : ୬, ଆରାଧନା : ପ୍ରଭୁ ହନୁମାନ ।

ବୃଷ : ଦ୍ୱାଦଶ ଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ପରିବାରରେ ଅଶାନ୍ତିର ପରିବେଶ ରହିବ । ଆୟଠାରୁ ବ୍ୟୟ ଦ୍ୱିଗୁଣ ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ସତ୍ସଙ୍ଗ ପରିତ୍ୟାଗ କରି କୁସଙ୍ଗରେ ପଡ଼ିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁମାନଙ୍କର ମୃଗଶିରା ବୃଷ, ସେମାନେ ସତର୍କ ହେବେ । ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୧୨, ଆରାଧନା : ମା’ କମଳା ।

ମିଥୁନ : ଏକାଦଶ ଚନ୍ଦ୍ର, ବୁଧବାର, ତ୍ରୟୋଦଶୀ ତିଥି ଓ ଶୁକ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ ଓ ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କ୍ରୟ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ଶୀର୍ଷରେ ରହିବ । ଯେଉଁମାନଙ୍କର ଆର୍ଦର୍ର୍ର୍୍ରା ମିଥୁନ, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ : କଫି, ସଂଖ୍ୟା : ୮, ଆରାଧନା: ଭଗବାନ ବିଷ୍ଣୁ ।

କର୍କଟ : ଘାତବାର ଓ ଦଶମ ଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ସମସ୍ତ ଅସମ୍ପୂର୍ଣ୍ଣ କର୍ମକୁ ପୂର୍ଣ୍ଣାଙ୍ଗ କରିବାରେ ସମର୍ଥ ହେବେ ଏବଂ ବ୍ୟବସାୟ ଅପେକ୍ଷା କର୍ମରେ ଅଧିକ ଧ୍ୟାନ ଦେବେ । ମନରେ ସତ୍ଚିନ୍ତା, ସତ୍ଭାବନା ପ୍ରକାଶ ପାଇବ ଏବଂ ସତ୍କର୍ମରେ ଅଧିକ ଆଗ୍ରହ ରହିବ । ଆଜି ଯେକୌଣସି କର୍ମ କରିବେ ସେଥିରେ ଶତପ୍ରତିଶତ ସଫଳତା ପାଇବେ ଏବଂ ସମସ୍ତ କର୍ମରେ ଆପଣଙ୍କର କାର୍ଯ୍ୟଦକ୍ଷତା ଓ ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ । ଯେଉଁମାନଙ୍କର ପୁଷ୍ୟା କର୍କଟ, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ : ଧଳା, ସଂଖ୍ୟା : ୧, ଆରାଧନା : ମା’ ସମଲେଶ୍ୱରୀ ।

ସିଂହ : ନବମ ଚନ୍ଦ୍ର ଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ ଏବଂ ମହତ୍ ଜନଙ୍କ ସାନ୍ନିଧ୍ୟ ଲାଭ କରିବେ । ଗୁରୁଜନଙ୍କ ପ୍ରତି ସମ୍ମାନ, ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ ଏବଂ ସମସ୍ତଙ୍କର ମନ ଜିଣିବାରେ ସମର୍ଥ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁମାନଙ୍କର ମଘା ଓ ଉତ୍ତରା ଫାଲ୍ଗୁନୀ ସିଂହ, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ: ଲାଲ, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

କନ୍ୟା : ଅଷ୍ଟମ ଚନ୍ଦ୍ର, ବୁଧବାର ଓ ଶୁକ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ସମସ୍ତ କର୍ମରେ ଓ ବ୍ୟବସାୟରେ ଶୁଭଫଳ ମିଳିଲେ ମଧ୍ୟ ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ବୃଦ୍ଧି ପାଇବ ଏବଂ ମନ ବିଷାଦଗ୍ରସ୍ତ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ପରିଶ୍ରମ ତୁଳନାରେ ସଫଳତା ମିଳିବ ନାହିଁ । ଯେଉଁମାନଙ୍କର ଚିତ୍ରା କନ୍ୟା, ସେମାନେ ସତର୍କ ହେବେ । ଶୁଭ ରଙ୍ଗ : ମେରୁନ୍, ସଂଖ୍ୟା : ୪, ଆରାଧନା : ମା’ ତ୍ରିପୁର ସୁନ୍ଦରୀ ।

ତୁଳା : ସପ୍ତମ ଚନ୍ଦ୍ର, ବୁଧବାର ଓ ଶୁକ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଓ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ପରିବାରରେ ସୁଖଶାନ୍ତିର ପରିବେଶ ରହିବ ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପରିବାରରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ସ୍ୱାତୀ ତୁଳା, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା :୨, ଆରାଧନା : ପ୍ରଭୁ ଶ୍ରୀରାମ ।

ବିଛା : ଷଷ୍ଠ ଚନ୍ଦ୍ର ଯୋଗୁ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ ଓ ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ ଏବଂ ଦେହ, ମନ ସୁସ୍ଥ ରହିବ । ଶତ୍ରୁମାନେ ମିତ୍ରତାର ହାବ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ଅନୁରାଧା ବିଛା, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୩, ଆରାଧନା : ମା’ ବଗଳାମୁଖୀ ।

ଧନୁ : ପଞ୍ଚମ ଚନ୍ଦ୍ର, ଘାତଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ଶାରୀରିକ ପୀଡ଼ା ଭୋଗିବେ । ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି ଓ ସ୍ମରଣ ଶକ୍ତିର ବିକାଶ ଘଟିବ ଏବଂ ନୂତନ ବିଦ୍ୟା ଓ କଳା ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ । ସନ୍ତାନମାନେ ଶୃଙ୍ଖଳିତ ହେବେ ଏବଂ ତାଙ୍କର ଚାଲିଚଳନ, ବ୍ୟବହାର ଓ କର୍ମରେ ଉନ୍ନତି ଆସିବ । ପିତାମାତାଙ୍କ କୃପା ଲାଭ କରିବେ ଏବଂ ପାରିବାରିକ ବିବାଦର ସମାଧାନ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଯେଉଁମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ମା’ ତାରା ।

ମକର : ଚତୁର୍ଥ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା, ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା, ଯାନବାହନରେ ଖର୍ଚ୍ଚାନ୍ତ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ବାଣିଜ୍ୟ, ବ୍ୟବସାୟରେ କ୍ଷତି ଏବଂ ପରିବହନ ବ୍ୟବସାୟରେ ବିପର୍ଯ୍ୟୟ ଆସିବ ଓ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଓ ସହକର୍ମୀଙ୍କ ବିରୋଧର ଶିକାର ହେବେ । ଯେଉଁମାନଙ୍କର ଧନିଷ୍ଠା ମକର, ସେମାନେ ସତର୍କ ହେବେ । ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୬, ଆରାଧନା : ମା’ ଚଣ୍ଡୀ ।

କୁମ୍ଭ : ତୃତୀୟ ଚନ୍ଦ୍ର, ବୁଧବାର ଓ ଶୁକ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ, ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ଗ୍ରହଣ କରିବେ । ମନରେ ଦୃଢ଼ ଇଚ୍ଛାଶକ୍ତି, ଆତ୍ମବିଶ୍ୱାସ ପ୍ରକାଶ ପାଇବ ଏବଂ ମନୋବଳ ଦୃଢ଼ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଶତଭିଷା କୁମ୍ଭ, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ : କଳା, ସଂଖ୍ୟା : ୧୧, ଆରାଧନା : ମା’ କାଳୀ ।

ମୀନ : ଦ୍ୱିତୀୟ ଚନ୍ଦ୍ର, ଶୁକ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ ଓ ଆୟ ଯେତେ ଅଧିକ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ, ଆତ୍ମତୃପ୍ତି ମିଳିବ ନାହିଁ । ଖର୍ଚ୍ଚ କରିବାରେ ଟାଳଟୁଳ ନୀତି ଅବଲମ୍ବନ କରିବେ ଏବଂ ଆୟର କିଛି ଅଂଶ ସଂଚୟରେ ବିନିଯୋଗ କରିବେ । ମୂଲ୍ୟବାନ ଧାତୁ, ବସନଭୂଷଣ, ଭୂମି ଓ ଯାନବାହନ କ୍ରୟ କରିବେ ଏବଂ ଆୟର ସତ୍ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ମିଳିବ ନାହିଁ । ଯେଉଁମାନଙ୍କର ଉତ୍ତରଭାଦ୍ର ମୀନ, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୫, ଆରାଧନା : ପ୍ରଭୁ ଗଜାନନ ।