ପ୍ରମୂଖ ଖବର
  • ପାଟଣାଗଡ଼ : ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ତଦନ୍ତ କରୁଛି ପୁଲିସ
  • ||
  • ହୃତଘାତରେ ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ପତ୍ନୀ ବିୟୋଗ, ଚାରୁଶୀଳା ଆଚାର୍ଯ୍ୟଙ୍କ କରାଯିବ ଚକ୍ଷୁଦାନ
  • ||
  • ସବୁ ପିକନିକ୍‌ ସ୍ପଟ୍‌ ହେବ ପ୍ଲାଷ୍ଟିକ ମୁକ୍ତ, ସହରର ପ୍ରମୁଖ ସ୍ଥାନରେ ଲାଗିବ କ୍ଳଥ୍‌ ବ୍ୟାଗ୍‌ ଭେଣ୍ଡିଂ ମେସିନ୍‌
  • ||
  • ଭୁବନେଶ୍ୱର : ସବୁ ପିକନିକ୍‌ ସ୍ପଟ୍‌ ହେବ ପ୍ଲାଷ୍ଟିକ ମୁକ୍ତ, ସହରର ପ୍ରମୁଖ ସ୍ଥାନରେ ଲାଗିବ କ୍ଳଥ୍‌ ବ୍ୟାଗ୍‌ ଭେଣ୍ଡିଂ ମେସିନ୍‌
  • ||
  • କଟକ : ପିଇବା ପାଣି ପାଇଁ ରାସ୍ତାରୋକ; ଗରା ଓ ବାଲଟି ଧରି ରାସ୍ତାରେ ବସିଲେ ମହିଳା
  • ||
  • ଗୁରୁବାର ସୁଦଶା ବ୍ରତ: ଜାଣନ୍ତୁ ସୁଦଶା ବ୍ରତର ମାହାତ୍ମ୍ୟ, ପୂଜା ବିଧି
  • ||
  • ଗଞ୍ଜାମ : ଅଜଣା ଗାଡି ଧକ୍କାରେ ଆଇନଜୀବୀ ମୃତ, ଥାନାରେ ମାମଲା ରୁଜୁ
  • ||
  • ବିଶିଷ୍ଟ ପରିବେଶବିତ୍ ମେଧା ପାଟେକର ଅଟକ,କାଶୀପୁର ବ୍ଲକରେ ହେବାକୁ ଥିବା ଜନ ସମାବେଶରେ ହୋଇଥାନ୍ତେ ସାମିଲ
  • ||
  • ରଥ ଖଳା ହାଲ୍‌ଚାଲ୍‌: ପଡ଼ିଲା ରଥର ପ୍ରଥମ ଫ୍ରେମ୍, ଆଗକୁ ଦଣ୍ଡା କଣ୍ଟା ଅନୁକୂଳ
  • ||
  • କଟକ : ମହୁମାଛି ଆକ୍ରମଣରେ ବୃଦ୍ଧା ମୃତ, ଜଣେ ଗୁରୁତର
  • ||
  • ଆଗକୁ ବଢ଼ିବାର ନାଁ ନେଉନି ମୌସୁମୀ: ଭୀଷଣ ଗ୍ରୀଷ୍ମପ୍ରବାହ ଆଲର୍ଟ, ୭ରେ କିଛି ସ୍ଥାନରେ ୪୨ ଡିଗ୍ରୀ ଟପିବ ତାତି
  • ||
  • କଳାହାଣ୍ଡି : ଟ୍ରକ୍‌କୁ ପଛରୁ ପିଟିଲା ଯାତ୍ରୀବାହୀ ବସ୍‌; ଜଣେ ମୃତ, ୫ ଗୁରୁତର
  • ||

ବୁଧବାର ରାଶିଫଳ; ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖା ଦେବ…

Published By : Ladu Kishor | June 3, 2025 11:03 PM

ମେଷ : ପଞ୍ଚମ ଓ ଷଷ୍ଠ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଏବଂ ଜନସମ୍ପର୍କ ବୃଦ୍ଧି ପାଇବ । ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ ଓ ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ । ଶତ୍ରୁ ମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ମହତ୍‌ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁ ମାନଙ୍କର ଦ୍ୱିଜା ମେଷ, ସେମାନେ ଉପକୃତ ହେବେ ।ଶୁଭରଙ୍ଗ : ମେରୁନ୍‌, ସଂଖ୍ୟା : ୩, ଆରାଧନା : ପ୍ରଭୁ ହନୁମାନ ।

ବୃଷ : ସକାଳ ୭ଟା ୩୫ ମିନିଟ୍‌ ପର୍ଯ୍ୟନ୍ତ ଚତୁର୍ଥ ଚନ୍ଦ୍ର ଓ ପରେ ଘାତଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଇତରଜନ ଠାରୁ ଅପମାନ ପାଇବେ । ମନ ଅସ୍ଥିର, ବିଷାଦ ଗ୍ରସ୍ତ, ଚାପଗ୍ରସ୍ତ ରହିବ ଏବଂ ସନ୍ତାନ ମାନେ ବିଶୃଙ୍ଖଳିତ ହେବେ । ପିତାମାତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା କିମ୍ବା ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖା ଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁ ମାନଙ୍କର କୃତ୍ତିକା ବୃଷ, ସେମାନେ ସତର୍କ ହେବେ ।ଶୁଭରଙ୍ଗ : ସିଲ୍‌ଭର, ସଂଖ୍ୟା : ୨, ଆରାଧନା : ମା’ କମଳା ।

ମିଥୁନ : ସକାଳ ୭ଟା ୩୫ ମିନିଟ୍‌ ପରେ ଚତୁର୍ଥ ଚନ୍ଦ୍ରଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା, ବନ୍ଧୁବାନ୍ଧବରେ ଅପ୍ରିୟତା, ଯାନବାହନରେ ଖର୍ଚ୍ଚାନ୍ତ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ଧନକୁ ନେଇ ବିବାଦ ଓ ମାଲିମକଦ୍ଦମା ଚାଲିପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁ ମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ମେରୁନ୍‌, ସଂଖ୍ୟା : ୧୨, ଆରାଧନା : ମା’ ତ୍ରିପୁର ସୁନ୍ଦରୀ ।

କର୍କଟ : ଘାତବାର ଏବଂ ସକାଳ ୭ଟା ୩୫ ମିନିଟ୍‌ ପର୍ଯ୍ୟନ୍ତ ଘାତଚନ୍ଦ୍ର ଯୋଗୁ ସେସମୟ ପର୍ଯ୍ୟନ୍ତ ବାଦ ବିବାଦ, ସ୍ୱାସ୍ଥ୍ୟ ଏବଂ ଆର୍ଥିକ କାରବାର ବେଳେ ସତର୍କ ହେବେ । ଏହାପରେ ତୃତୀୟ ଚନ୍ଦ୍ର ଯୋଗୁ ଘାତବାରର ବିଶେଷ ପ୍ରଭାବ ରହିବ ନାହିଁ । ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତିର ଖବର ମିଳିପାରେ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୧, ଆରାଧନା : ମା’ ମାତଙ୍ଗୀ ।

ସିଂହ : ଶ୍ରୀଚନ୍ଦ୍ର ଓ ଦ୍ୱିତୀୟଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଏବଂ ରବିଙ୍କ ନକ୍ଷତ୍ର ସାରାଦିନ ରହୁଥିବାରୁ ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରି ପାଇବେ । ଆୟର ନୂତନ ମାର୍ଗ ଖୋଲିବ ଏବଂ ଖର୍ଚ୍ଚ ଅପେକ୍ଷା ସଞ୍ଚୟରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମହେବଏବଂକର୍ମରେସଫଳତାମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ମିଳିବ ନାହିଁ । ଯେଉଁ ମାନଙ୍କର ପୂର୍ବା ଫାଲ୍‌ଗୁନୀ ସିଂହ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୬, ଆରାଧନା : ମା’ ମାତଙ୍ଗୀ ।

କନ୍ୟା : ସକାଳ ୭ଟା ୩୫ ମିନିଟ୍‌ ପରେ ଶ୍ରୀଚନ୍ଦ୍ର, ବୁଧବାର ଏବଂ ରବିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ଗୁରୁଜନଙ୍କ ପ୍ରତି ସମ୍ମାନ ଓ ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ ଏବଂ ମହତ୍‌ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ମନରେ ପ୍ରସନ୍ନତା, ସ୍ୱଜନରେ ସୁସମ୍ପର୍କ ଏବଂ ପରିବାରରେ ସ୍ୱର୍ଗୀୟ ସୁଖ ଅନୁଭୂତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଶୀର୍ଷରେ ରହିବ । ଯେଉଁ ମାନଙ୍କର ହସ୍ତା ଓ ଚିତ୍ରା କନ୍ୟା, ସେମାନେ ସୁଫଳ ପାଇବେ ।ଶୁଭରଙ୍ଗ : ସବୁଜ, ସଂଖ୍ୟା : ୪, ଆରାଧନା : ଭଗବାନ ବିଷ୍ଣୁ ।

ତୁଳା : ସକାଳ ୭ଟା ୩୫ ମିନିଟ୍‌ ପରେ ଦ୍ୱାଦଶଚନ୍ଦ୍ର ଯୋଗୁ ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଖର୍ଚ୍ଚଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ଠିକ୍‌ ସମୟରେ ଠିକ୍‌ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ଅଯଥା ବିଳମ୍ବ ଦେଖା ଦେବ । ଯେଉଁ ମାନଙ୍କର ସ୍ୱାତୀ ତୁଳା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ନୀଳ, ସଂଖ୍ୟା : ୧୨, ଆରାଧନା : ପ୍ରଭୁଶ୍ରୀରାମ ।

ବିଛା : ଦଶମ ଓ ଏକାଦଶ ଚନ୍ଦ୍ର ଉଭୟଭୋଗ ହେଉଥିବାରୁ ଏବଂ ରବିଙ୍କ ନକ୍ଷତ୍ର ସାରାଦିନ ରହୁଥିବାରୁ ଭାଗ୍ୟରେ, କର୍ମରେ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଦେଖା ଦେବ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ ଏବଂ ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତି ବଦ୍ଧ ହେବେ । କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁ ମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୧୧, ଆରାଧନା : ମା’ ବଗଳାମୁଖୀ  । 

ଧନୁ : ନବମ ଓ ଦଶମଚନ୍ଦ୍ର ଏବଂ ରବିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷପୂର୍ଣ୍ଣ ହେବ । କର୍ମ ପ୍ରତି ଅଧିକ ଧ୍ୟାନ ରହିବ ଏବଂ ସମସ୍ତ କର୍ମରେ ଆଶା ଠାରୁ ଅଧିକ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମ୍‌ତୃପ୍ତି ମିଳିବ । ଯେଉଁ ମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ହଳଦିଆ, ସଂଖ୍ୟା : ୫, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

ମକର : ସକାଳ ୭ଟା ୩୫ ମିନିଟ୍‌ ପର୍ଯ୍ୟନ୍ତ ଘାତଚନ୍ଦ୍ର ଯୋଗୁ ସେସମୟ ପର୍ଯ୍ୟନ୍ତ ଯେକୌଣସି କର୍ମ କରିବା ପୂର୍ବରୁ ଏବଂ ଯାନବାହନ ଆରୋହଣକାଳରେ ସତର୍କତା ଅବଲମ୍ବନ କରିବେ । ଏହାପରେ ନବମ ଚନ୍ଦ୍ର, ନବମୀତିଥି ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ପିତାମାତାଙ୍କ କୃପାଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ଶ୍ରବଣା ଓ ଧନିଷ୍ଠା ମକର, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : କଳା, ସଂଖ୍ୟା : ୬, ଆରାଧନା : ମା’ କାଳୀ ।

କୁମ୍ଭ : ସକାଳ ୭ଟା ୩୫ ମିନିଟ୍‌ ପରେ ଅଷ୍ଟମ ଚନ୍ଦ୍ର ଯୋଗୁ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ । ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ ଏବଂଶାରୀରିକ ପୀଡ଼ା ଭୋଗିବେ । ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁ ମାନଙ୍କର ଶତଭିଷା କୁମ୍ଭ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ମାଟିଆ, ସଂଖ୍ୟା : ୧୧, ଆରାଧନା : ମା’ ଭୈରବୀ ।

ମୀନ : ଷଷ୍ଠ ଓ ସପ୍ତମ ଚନ୍ଦ୍ର ଉଭୟଭୋଗ ହେଉଥିବାରୁ ଏବଂ ରବିଙ୍କ ନକ୍ଷତ୍ରରାତ୍ରି ୩ଟା ୩୫ ମିନିଟ୍‌ ପର୍ଯ୍ୟନ୍ତ ରହୁଥିବାରୁ ମାନ, ସମ୍ମାନ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ପୁତ୍ର କନ୍ୟା, ଭ୍ରାତୃଭଗ୍ନୀଙ୍କ ବୈବାହିକ କର୍ମର ଆୟୋଜନ କରିବେ କିମ୍ବା ପରିବାର ସହ କୌଣସି ବୈବାହିକ କର୍ମରେ ଯୋଗ ଦେବେ । ମୂଲ୍ୟବାନ ଧାତୁ, ବସନ ଭୂଷଣ ଓ ସୌଖୀନ ଘରୋଇ ଉପକରଣ କ୍ରୟ କରିବେ ଏବଂ ଆମୋଦ ପ୍ରମୋଦ, ମଉଜ ମଜଲିସ୍‌ରେ ଅଧିକ ଧନ ବ୍ୟୟ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଯେଉଁ ମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ସୁଫଳ ପାଇବେ ।ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୯, ଆରାଧନା : ମା’ ଧୂମାବତୀ ।

 

ଜ୍ୟୋତିର୍ବିଦ୍‌: କୈଳାସ ଦାଶ ୯୪୩୭୧୩୩୪୭୩

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.