ପ୍ରମୂଖ ଖବର
  • ୪ ଡିସମିଲ ଜାଗାରୁ କମ ଥିଲେ ଭୂମିହୀନ ଭାବେ ଗଣନା କରାଯିବ: ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ୱର : ଅତ୍ୟଧିକ ଗରମରୁ ATM ମେସିନ୍‌ରେ ଲାଗିଲା ନିଆଁ, ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ
  • ||
  • ବରଗଡ଼ : ଚାଉଳ ବୋଝେଇ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ; ବେଆଇନ୍‌ ଚାଲାଣ ସନ୍ଦେହରେ ଥାନାରେ ଅଟକ
  • ||
  • ଅନୁଗୁଳ : ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ଏନଟିପିସି ଓ କଣିହାଁ ବନ୍ଦ; ସନ୍ଧ୍ୟା ୬ଟା ଯାଏଁ ଚାଲିବ ଆନ୍ଦୋଳନ
  • ||
  • ତୁଟିବ ପୋଲାଭରମ୍ ବିବାଦ, ମେ ୨୮ରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ଭଉଁରି ଯାତ୍ରା ପାଇଁ କଡା ସୁରକ୍ଷା ବଳୟରେ ନରେନ୍ଦ୍ର ପୁଷ୍କରିଣୀ: ୧୧ ପ୍ଲାଟୁନ୍‌ ଫୋର୍ସ ମୁତୟନ, ଯାନବାହନ ଚଳାଚଳ ଉପରେ କଟକଣା
  • ||
  • ବରଗଡ଼ : ନାବାଳିକା ଝିଅକୁ ଦୁଷ୍କର୍ମ ଅଭିଯୋଗରେ ସୈତାନ ବାପାକୁ ଆଜୀବନ ସଜା
  • ||
  • ଗଞ୍ଜାମ : ଗଉଞ୍ଜୁ ଗାଁରେ କାର୍ ପୋଡ଼ିଦେଲେ ଦୁର୍ବୃତ୍ତ, କାରଣ ଅସ୍ପଷ୍ଟ
  • ||
  • ଆନ୍ଧ୍ରପ୍ରଦେଶ: କାର୍ ଭିତରେ ଖେଳୁଥିଲେ ୪ ଶିଶୁ, ଶ୍ଵାସରୁଦ୍ଧ ହୋଇ ଚାଲିଗଲା ଜୀବନ
  • ||
  • IPL 2025: ଏକାନ୍ନାରେ ମୁହାଁମୁହିଁ ହେବେ ସୁପରଜାଏଣ୍ଟ୍‌ସ - ସନ୍‌ରାଇଜର୍ସ, କର ବା ମର’ ସ୍ଥିତିରେ ପନ୍ତ ବାହିନୀ
  • ||
  • କଳାହାଣ୍ଡି : ନିମ୍ନମାନର ରାସ୍ତା ପାଇଁ ବାତେଲିମା ପଞ୍ଚାୟତବାସୀଙ୍କ ରାସ୍ତା ଅବରୋଧ, ୭ ଘଣ୍ଟା ପରେ ସ୍ୱାଭାବିକ ହେଲା ଯାତାୟାତ
  • ||
  • ବଢ଼ିପାରେ ଉତ୍କଳ ବିଶ୍ୱବିଦ୍ୟାଳୟ କୁଳପତିଙ୍କ କାର୍ଯ୍ୟକାଳ, ଉଚ୍ଚଶିକ୍ଷା ବିଭାଗକୁ ୧ ବର୍ଷ ଅବଧି ବୃଦ୍ଧି ପାଇଁ ସୁପାରିସ
  • ||
  • ଭଦ୍ରକ : ସ୍ତ୍ରୀକୁ ପିଟି ପିଟି ମାରିଦେଲା ସୈତାନ ସ୍ୱାମୀ, ଅଭିଯୁକ୍ତ ଅଟକ
  • ||
  • ଆମେରିକା ପୂର୍ବତନ ରାଷ୍ଟ୍ରପତିଙ୍କୁ ପ୍ରୋଷ୍ଟେଟ୍ କ୍ୟାନସର, ହାରିସ୍‌ କହିଲେ ସେ ଫାଇଟର ହାରିବେନି
  • ||
  • କେନ୍ଦୁଝର : ହାତୀ ଆକ୍ରମଣରେ ବୃଦ୍ଧା ଗୁରୁତର, ଡାକ୍ତରଖାନାରେ ଭର୍ତ୍ତି
  • ||
  • କଟକ : କାଠଯୋଡିରେ ୨ଯୁବ ଇଞ୍ଜିନିୟର ବୁଡିଯିବା ଘଟଣା, ଉଦ୍ଧାର ହେଲା ଆଉ ଜଣଙ୍କ ମୃତଦେହ
  • ||
  • ଅଶୋକନଗର ନୂଆ କାର୍ଯ୍ୟାଳୟରେ ବସିଲା ଜନତା ଦରବାର, ଲୋକଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ
  • ||
  • ସମ୍ୱଲପୁର : ମଜୁରିଆପଡ଼ାରେ ହାତୀ ଆକ୍ରମଣରେ ବୃଦ୍ଧ ମୃତ, ତଦନ୍ତ କରୁଛି ବନବିଭାଗ
  • ||
  • ରାଜ୍ୟରେ କମିବ ତାତି, ନାକେଦମ୍ କରିବ ଭୀଷଣ ଗୁଳୁଗୁଳି: ଆସନ୍ତା ସପ୍ତାହରେ ଦୁଇଟି ଲଘୁଚାପ ସମ୍ଭାବନା
  • ||

ମଙ୍ଗଳବାର ରାଶିଫଳ; ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ପରିବାରରେ ଅଶାନ୍ତିର ବାତାବରଣ ରହିବ…

Published By : Prameya | May 5, 2025 9:55 PM

ମେଷ : ପଞ୍ଚମ ଚନ୍ଦ୍ର, ମଙ୍ଗଳବାର ଏବଂ ଘାତ ନକ୍ଷତ୍ର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ । ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି ଓ ସ୍ମରଣଶକ୍ତିର ବିକାଶ ଘଟିବ ଏବଂ ନୂତନ ବିଦ୍ୟା ଓ କଳାପ୍ରତି ମନରେ ଅଧିକ ରୁଚି ରହିବ । ସନ୍ତାନ ମାନଙ୍କ କର୍ମକୁ ନେଇ ଗର୍ବ ଅନୁଭବ କରିବେ ଏବଂ ପୁତ୍ର, କନ୍ୟା. ଭ୍ରାତୃ, ଭଗ୍ନୀଙ୍କ ବୈବାହିକ କର୍ମର ଆୟୋଜନ କରିବେ । ପିତାମାତାଙ୍କ କୃପାଲାଭ କରିବେ ଏବଂ ପାରିବାରିକ ବିବାଦର ସମାଧାନ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ଓ ସହକର୍ମୀଙ୍କ ସହଯୋଗ ପ୍ରାପ୍ତ କରିବେ । ଯେଉଁ ମାନଙ୍କର ଦ୍ୱିଜାମେଷ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଲାଲ୍‌, ସଂଖ୍ୟା : ୬, ଆରାଧନା : ମା’ ବଗଳାମୁଖୀ ।

ବୃଷ : ଚତୁର୍ଥ ଚନ୍ଦ୍ରଯୋଗୁ ବାଦ ବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, କ୍ଷମତାଶାଳୀ ବ୍ୟକ୍ତି ଓ ରାଜନୈତିକ ବ୍ୟକ୍ତିଙ୍କ ସହ କଥାବାର୍ତ୍ତା ଏବଂ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇପାରେ ଏବଂ ଆର୍ଥିକ ଠକାମିରେ ପଡ଼ି ପାରନ୍ତି । ମନ ଅସ୍ଥିର,ବିଷାଦଗ୍ରସ୍ତ ରହିବ ଏବଂ ପରିବାରରେ ଅଶାନ୍ତିର ବାତାବରଣ ରହିବ । ବାଣିଜ୍ୟ, ବ୍ୟବସାୟରେ କ୍ଷତି ଏବଂ ପରିବହନ ବ୍ୟବସାୟରେ ବିପର୍ଯ୍ୟୟ ଘଟିବ । କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁ ମାନଙ୍କର ରୋହିଣୀ ବୃଷ, ସେମାନେ ସତର୍କ ହେବେ । ଶୁଭରଙ୍ଗ : କଫି, ସଂଖ୍ୟା : ୪, ଆରାଧନା : ପ୍ରଭୁଶ୍ରୀରାମ ।

ମିଥୁନ : ତୃତୀୟଚନ୍ଦ୍ର ଯୋଗୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ଭାଇଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ମନରେ ଦୃଢ଼ଇଚ୍ଛା ଶକ୍ତି, ଆତ୍ମବିଶ୍ୱାସ ପ୍ରକାଶ ପାଇବ ଏବଂ ମନୋବଳ ସୁଦୃଢ଼ ରହିବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁ ମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ସବୁଜ, ସଂଖ୍ୟା : ୧୨, ଆରାଧନା : ମା’ କମଳା ।

କର୍କଟ : ଘାତଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି ଏବଂ ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇପାରେ କିମ୍ବା ଆର୍ଥିକ ଠକାମିରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ କର୍ମପ୍ରତି ଅନାଗ୍ରହଭାବ ପ୍ରକାଶ ପାଇବ । ଯେଉଁ ମାନଙ୍କର ପୁଷ୍ୟା କର୍କଟ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ସିଲ୍‌ଭର, ସଂଖ୍ୟା : ୧, ଆରାଧନା : ମା’ ସମଲେଶ୍ୱରୀ ।

ସିଂହ : ଶ୍ରୀଚନ୍ଦ୍ର, ମଙ୍ଗଳବାର ଯୋଗୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତିହେବ । ଆମୋଦ ପ୍ରମୋଦ, ମଉଜମଜଲିସରେ ଅଧିକ ଆଗ୍ରହ ରହିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ପୁତ୍ର, କନ୍ୟା, ଭ୍ରାତୃ, ଭଗ୍ନୀଙ୍କ ବୈବାହିକ କର୍ମର ଆୟୋଜନ କରିବେ କିମ୍ବା ପରିବାର ସହ କୌଣସି ମାଙ୍ଗଳିକ କର୍ମରେ ଯୋଗ ଦେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମ ସନ୍ତୋଷ ଓ ଆତ୍ମତୃପ୍ତି ରହିବ ଏବଂ କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ମିଳିବ । ଯେଉଁ ମାନଙ୍କର ପୂର୍ବା ଫାଲଗୁନୀ ଓ ଉତ୍ତରା ଫାଲଗୁନୀ ସିଂହ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଧଳା, ସଂଖ୍ୟା : ୩, ଆରାଧନା : ମା’ ମାତଙ୍ଗୀ ।

କନ୍ୟା : ଦ୍ୱାଦଶ ଚନ୍ଦ୍ର ଯୋଗୁ ଅପବ୍ୟୟ, ଅପବାଦ ଓ ଅପଯଶର ଶିକାର ହେବେ ଏବଂ ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ ଓ ପରିବାରରେ ଖର୍ଚ୍ଚଭାର ବୃଦ୍ଧି ପାଇବ । ଖର୍ଚ୍ଚଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତା ପଛରେ ପଶ୍ଚାତ୍‌ ଧାବନ କରିବେ ଏବଂ ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ । ମନ ଅସ୍ଥିର ଓ ବିଷାଦ ଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ ଆର୍ଥିକସ୍ଥିତି ପ୍ରଭାବିତ ହେବ । କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁ ମାନଙ୍କର ହସ୍ତାକନ୍ୟା, ସେମାନେ ସତର୍କ ହେବେ । ଶୁଭରଙ୍ଗ :ମେରୁନ୍‌, ସଂଖ୍ୟା : ୪, ଆରାଧନା : ଭଗବାନ ବିଷ୍ଣୁ ।

ତୁଳା : ଏକାଦଶ ଚନ୍ଦ୍ର ଯୋଗୁ ଆୟର ମାର୍ଗ ଅତିଉତ୍ତମ ରହିବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରି ପାଇବେ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ମନରେ ଉନ୍ନତ ଚିନ୍ତାଧାରା ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ ଏବଂ ବିଦେଶ ଯାତ୍ରାର ସୁଯୋଗ ଜୁଟିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁ ମାନଙ୍କର ଚିତ୍ରା ଓ ବିଶାଖାତୁଳା, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ମା’ କମଳା ।

ବିଛା : ଦଶମ ଚନ୍ଦ୍ର, ମଙ୍ଗଳବାର ଓ କେତୁଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ସମସ୍ତ ଅସମ୍ପୂର୍ଣ୍ଣ କର୍ମକୁ ପୁଣିଥରେ ନୂଆକରି ଆରମ୍ଭ କରିବେ କିମ୍ବା ନୂତନ କର୍ମାରମ୍ଭ ପାଇଁ ଯୋଜନା କରିବେ । ଆଜିଯେକୌଣସି କାମ କରିବେ, ସେଥିରେ ଶତପ୍ରତିଶତ ସଫଳତା ପାଇବେ ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମ କୁଶଳତା, କର୍ମତତ୍ପରତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ମନରେ ସତ୍‌ଚିନ୍ତା, ସତ୍‌ଭାବନା ପ୍ରକାଶ ପାଇବ ଏବଂ ସତ୍‌କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । ଯେଉଁ ମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୧୧, ଆରାଧନା : ପ୍ରଭୁସ୍କନ୍ଦ ।

ଧନୁ : ନବମ ଚନ୍ଦ୍ର, ମଙ୍ଗଳବାର ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ମିଳିବ ଏବଂ ମହତ୍‌ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ନୂତନ ବ୍ୟବସାୟ କିମ୍ବା ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ମନରେ ଉଚ୍ଚାଭିଳାଷ ପ୍ରକାଶ ପାଇବ । ଗୁରୁଜନଙ୍କ ପ୍ରତି ସମ୍ମାନ ଓ ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ ଏବଂ ସମସ୍ତଙ୍କର ପ୍ରଶଂସାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁ ମାନଙ୍କର ପୂର୍ବାଷାଢ଼ା ଓ ଉତ୍ତରା ଷାଢ଼ା ଧନୁ, ସେମନେ ଉପକୃତ ହେବେ । ଶୁଭରଙ୍ଗ : ଲାଲ୍‌, ସଂଖ୍ୟା : ୭, ଆରାଧନା : ମା’ ତାରା ।

ମକର : ଘାତବାର, ଘାତଚନ୍ଦ୍ର ଏବଂ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦ ବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ, ଗ୍ୟାସ୍‌, ଇଲେକ୍‌ଟ୍ରିକ ଦ୍ରବ୍ୟ ବ୍ୟବହାର ଓ ଯାନବାହନ ଆରୋହଣକାଳରେ ସତର୍କ ହେବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ଉଚିତ୍‌ କର୍ମରୁ ବିଚ୍ୟୁତହୋଇ ଅନୁଚିତ୍‌ କର୍ମରେ ଆଗ୍ରହ ରଖିବେ ଏବଂ ସମସ୍ତକର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତକର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁ ମାନଙ୍କର ଶ୍ରବଣା ମକର, ସେମାନେ ସତର୍କ ହେବେ । ଶୁଭରଙ୍ଗ : ବାଇଗଣୀ, ସଂଖ୍ୟା : ୬, ଆରାଧନା: ମା’ ଦୁର୍ଗା ।

କୁମ୍ଭ : ସପ୍ତମ ଚନ୍ଦ୍ର ଯୋଗୁ ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ। ମୂଲ୍ୟବାନ ଧାତୁ, ବସନଭୂଷଣ ଓ ସୌଖୀନ ଘରୋଇ ଉପକରଣ କ୍ରୟ କରିବେ ଏବଂ ପୁତ୍ର, କନ୍ୟା, ଭ୍ରାତୃ, ଭଗ୍ନୀଙ୍କ ବୈବାହିକ କର୍ମର ଆୟୋଜନ କରିବେ । ପରିଚିତ ମହିଳାଙ୍କ ଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ବାଣିଜ୍ୟ, ବ୍ୟବସାୟରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହ କର୍ମୀଙ୍କ ସହଯୋଗ ମିଳିବ । ଯେଉଁ ମାନଙ୍କର ଧନିଷ୍ଠା ଓ ପୂର୍ବ ଭାଦ୍ର କୁମ୍ଭ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : କଫି, ସଂଖ୍ୟା : ୩, ଆରାଧନା : ମା’ ଭୈରବୀ ।

ମୀନ : ଷଷ୍ଠଚନ୍ଦ୍ର, ‘ଛ’ ତାରିଖ, ମଙ୍ଗଳବାର ଯୋଗୁ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ, ଆର୍ଥିକ ଦୁରବସ୍ଥା ଏବଂ ମାନସିକ ଅବସାଦରୁ ମୁକ୍ତି ମିଳିବ । ଶତ୍ରୁ ମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁ ମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା : ୯, ଆରାଧନା : ପ୍ରଭୁ ଗଜାନନ ।

 ଜ୍ୟୋତିର୍ବିଦ୍‌: କୈଳାସ ଦାଶ: ୯୪୩୭୧୩୩୪୭

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.